ଫିଲ୍ମ ଇଣ୍ଡଷ୍ଟ୍ରିକୁ ଲାଗିପାରେ ଶକ୍ତ ଧକ୍କା, ପୁଣିଥରେ ଚମକାଇବା ଭଳି ନିଷ୍ପତ୍ତି ନେଲେ ଟ୍ରମ୍ପ

ଓ୍ବାଶିଂଟନ,୫।୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଆଶ୍ଚର୍ଯ୍ୟଜନକ ନିଷ୍ପତ୍ତି ନେଇଛନ୍ତି। ସେ ଏବେ ଶୁଳ୍କ ସମ୍ପର୍କିତ ଜାରି ଥିବା ପ୍ରସଙ୍ଗରେ ଚଳଚ୍ଚିତ୍ର ଶିଳ୍ପକୁ ମଧ୍ୟ ସାମିଲ କରିଛନ୍ତି। ଆମେରିକା ବାହାରେ ନିର୍ମିତ ଚଳଚ୍ଚିତ୍ର ଉପରେ ଟ୍ରମ୍ପ ୧୦୦ ପ୍ରତିଶତ ଶୁଳ୍କ ଲାଗୁ କରିଛନ୍ତି। ଏହା ହଲିଉଡ ଉପରେ ସିଧାସଳଖ ପ୍ରଭାବ ପକାଇପାରେ। ଟ୍ରମ୍ପ ସୋସିଆଲ ମିଡିଆରେ ଏକ ପୋଷ୍ଟ ଶେୟାର କରି ଏହି ସୂଚନା ଦେଇଛନ୍ତି।
ଏ ସମ୍ପର୍କରେ ଏକ ପୋଷ୍ଟ ଟ୍ରମ୍ପ ସୋସିଆଲ ମିଡଆ ପ୍ଲାଟଫର୍ମ ଟ୍ରୁଥରେ ଶେୟାର କରିଛନ୍ତି। ଏଥିରେ ଲେଖାଥିଲା, ‘ଆମେରିକାରେ ଚଳଚ୍ଚିତ୍ର ଶିଳ୍ପ ବହୁତ ଦ୍ରୁତ ଗତିରେ ଶେଷ ହେଉଛି। ଅନ୍ୟ ଦେଶଗୁଡ଼ିକ ଆମର ଚଳଚ୍ଚିତ୍ର ନିର୍ମାତା ଏବଂ ଷ୍ଟୁଡିଓଗୁଡ଼ିକୁ ଆମେରିକାରୁ ଦୂରେଇ ରଖିବା ପାଇଁ ବିଭିନ୍ନ ପ୍ରୋତ୍ସାହନ ଯୋଜନା ପ୍ରଦାନ କରୁଛନ୍ତି। ହଲିଉଡ ଏବଂ ଆମେରିକାର ଅନେକ ଅଞ୍ଚଳ ଧ୍ୱଂସ ପାଉଛି। ଏହା ଅନ୍ୟ ଦେଶମାନଙ୍କ ଦ୍ୱାରା ଏକ ସୁଚିନ୍ତିତ ପ୍ରୟାସ, ତେଣୁ ଏହା ଜାତୀୟ ସୁରକ୍ଷା ପାଇଁ ବିପଦ।”
ଶୁଳ୍କ ସମ୍ପର୍କରେ ଟ୍ରମ୍ପ ଲେଖିଛନ୍ତି, ‘ମୁଁ ବାଣିଜ୍ୟ ବିଭାଗ ଏବଂ ଆମେରିକା ବାଣିଜ୍ୟ ପ୍ରତିନିଧିଙ୍କୁ ବିଦେଶରେ ନିର୍ମିତ ଏବଂ ଆମ ଦେଶରେ ଆମଦାନୀ ହେଉଥିବା ସମସ୍ତ ଚଳଚ୍ଚିତ୍ର ଉପରେ ୧୦୦% ଶୁଳ୍କ ଲାଗୁ କରିବା ପାଇଁ ପ୍ରକ୍ରିୟା ତୁରନ୍ତ ଆରମ୍ଭ କରିବାକୁ ଅଧିକାର ଦେଉଛି।’ ଆମେ ଚାହୁଁଛୁ ଯେ ଆମେରିକାରେ ପୁଣି ଥରେ ସିନେମା ତିଆରି ହେଉ!
ଟ୍ରମ୍ପଙ୍କ ୧୦୦ ପ୍ରତିଶତ ଶୁଳ୍କ ନିଷ୍ପତ୍ତିର ସିଧାସଳଖ ପ୍ରଭାବ ହଲିଉଡ ଉପରେ ପଡ଼ିବ। ହଲିଉଡରେ ନିର୍ମିତ ଚଳଚ୍ଚିତ୍ରଗୁଡ଼ିକୁ ଏବେ ଅଧିକ ଖର୍ଚ୍ଚ କରିବାକୁ ପଡ଼ିପାରେ। ଟ୍ରମ୍ପ ବିଶ୍ୱାସ କରନ୍ତି ଯେ ବିଦେଶରେ ନିର୍ମିତ ଚଳଚ୍ଚିତ୍ର ଦ୍ୱାରା ଆମେରିକାର କ୍ଷତି ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଁ ଆପଣଙ୍କ ଛାତ୍ର, ମୋତେ…’, ଶିକ୍ଷକଙ୍କ ସହ PM ମୋଦିଙ୍କ ରୋଚକ କଥାବାର୍ତ୍ତା

ନୂଆଦିଲ୍ଲୀ,୫।୯: ଶିକ୍ଷକ ଦିବସ ଅବସରରେ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କିଛି ବିଶେଷ ଶିକ୍ଷକଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ଆବାସରେ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ…

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri