ଭାଜପାରୁ ପିଙ୍କି ଓ ହରି, ବିଜେଡିରୁ କୁନା

କଟକ ଅଫିସ, ୧୭ା୩: କଟକ ମହାନଗର ନିଗମ(ସିଏମ୍‌ସି) ନିର୍ବାଚନ ପାଇଁ ବିଭିନ୍ନ ଓ୍ବାର୍ଡରେ ପ୍ରାର୍ଥୀମାନେ ଜୋର୍‌ଦାର୍‌ ପ୍ରଚାର ଚଳାଇଛନ୍ତି। ଏବେ ପ୍ରାର୍ଥୀଙ୍କ ସହିତ ଷ୍ଟାର ପ୍ରଚାରକମାନେ ବୁଲି ଭୋଟ ଭିକ୍ଷା କରୁଥିବା ଦେଖିବାକୁ ମିଳିଛି। ବିଶେଷକରି ପ୍ରାର୍ଥୀମାନେ ସହରବାସୀଙ୍କ ସମସ୍ୟା ଓ ପଛୁଆବର୍ଗ ଲୋକଙ୍କ ବିକାଶ ପାଇଁ ପ୍ରତିଶ୍ରୁତି ଦେଉଛନ୍ତି। ବୁଧବାର ସିଏମ୍‌ସି ୨୪ନଂ. ୱାର୍ଡରେ ବିଜେଡିର କର୍ପୋରେଟର ପ୍ରାର୍ଥୀ ଦୀପ୍ତିମୟୀ ମୂଳିଆ ଓ ମେୟର ପ୍ରାର୍ଥୀ ସୁବାସ ସିଂଙ୍କୁ ସମର୍ଥନ ଦେଇ ଷ୍ଟାର ପ୍ରଚାରକ ଭାବେ ଅଭିନେତା କୁନା ତ୍ରିପାଠୀ ପ୍ରଚାର କରିଛନ୍ତି। ଏଥିସହ ବିଜେଡି ପକ୍ଷରୁ ସାହିବାସିନ୍ଦାଙ୍କୁ ଏକତ୍ରିତ କରି ବୈଠକ କରାଯାଉଛି। ସେହିପରି ଭାଜପା ମଙ୍ଗ ଧରିଛନ୍ତି ଅଭିନେତ୍ରୀ ପିଙ୍କି ପ୍ରଧାନ ଓ ଅଭିନେତା ହରିହର ମହାପାତ୍ର। ଭାଜପା ମେୟର ପ୍ରାର୍ଥୀ ଶ୍ରୀତମ ଦାସଙ୍କୁ ସମର୍ଥନ ଦେଇ ଦୋଳମୁଣ୍ଡାଇରୁ ଶୋଭାଯାତ୍ରା କରି ଭୋଟରଙ୍କ ସମର୍ଥନ ଲୋଡିଛନ୍ତି। ଅପରପକ୍ଷେ ଏସ୍‌ୟୁସିଆଇ(ସି) ପ୍ରାର୍ଥୀ ବବି ବଳବନ୍ତରାୟ ହାଇକୋର୍ଟ ଓ କଚେରି ପରିସରରେ ନିର୍ବାଚନ ପ୍ରଚାର କରିଛନ୍ତି। ଏହି ପ୍ରଚାରରେ ଆଇନଜୀବୀ ସୁକାନ୍ତ ନାୟକ, ବିଜୟ ରାଉତରାୟ, ପ୍ରତାପ ମିଶ୍ର, ଜିଲା ସମ୍ପାଦକ ବିଶ୍ୱାବସୁ ଦାସ, ଖଗେଶ୍ୱର ସେଠୀ, ରାଜକିଶୋର ମଲ୍ଲିକ ପ୍ରମୁଖ ସାମିଲ ହୋଇଥିଲେ ା

 


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଛତ୍ରପୁରରେ ୯୧ତମ ପୋଲିିସ ପ୍ରତିଷ୍ଠା ଦିବସ ପାଳିତ: ଗଞ୍ଜାମ ପୋଲିସର ସଫଳତାକୁ ଏସ୍‌ପିଙ୍କ ପ୍ରଶଂସା, ପୁରସ୍କୃତ ହେଲେ…

ଛତ୍ରପୁର,୧।୪(ଦିଲ୍ଲୀପ ସାମଲ): ଛତ୍ରପୁର ପୋଲିସ ପଡ଼ିଆଠାରେ ବୁଧବାର ୯୧ତମ ପୋଲିସ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ ଗଞ୍ଜାମ ଜିଲା ଏସ୍‌ପି  ଶୁଭେନ୍ଦୁ କୁମାର ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri