ଭୁବନେଶ୍ୱର,୧୧ା୯: ରାଜ୍ୟର ପ୍ରମୁଖ ମନୋରଞ୍ଜନଭିତ୍ତିକ ଓଡ଼ିଆ ଚାନେଲ ଷ୍ଟାର୍ କିରଣରେ ରବିବାର ଭିନ୍ନ ସ୍ବାଦର ଓଡ଼ିଆ ଚଳଚ୍ଚିତ୍ର ‘ବିଦ୍ୟାରାଣ’ର ୱାଲର୍ଡ ଟେଲିଭିଜନ ପ୍ରିମିୟର(ଡବ୍ଲ୍ୟୁଟିପି) ହେଉଛି। ବିଶେଷକରି ଷ୍ଟାର୍ କିରଣର ଅନ୍ୟାନ୍ୟ କାର୍ଯ୍ୟକ୍ରମ ଦର୍ଶକମାନଙ୍କୁ ବାନ୍ଧି ରଖିବା ସହ ପ୍ରତି ସପ୍ତାହ ଶେଷରେ ଚାନେଲ ଏକ ବ୍ଲକ୍ ବଷ୍ଟର ସିନେମା ପ୍ରସାରଣ କରି ସାରା ପରିବାରକୁ ସାରେ ଏକତ୍ରିତ କରିପାରୁଛି। ଏପରିକି ଉକ୍ତ ଚଳଚ୍ଚିତ୍ରରେ ନାୟକ ଓ ନାୟିକା ଭୂମିକାରେ ସୁପରଷ୍ଟାର ବାବୁସାନ୍ ମହାନ୍ତି ଏବଂ ଶିବାନୀ ସଙ୍ଗୀତା ଅଭିନୟ କରିଛନ୍ତି। ଏହା ଏକ ପାରିବାରିକ ମନୋରଞ୍ଜନ ଚଳଚ୍ଚିତ୍ର । ବିଦ୍ୟାରାଣ ଏକ ଛୋଟ ବାଳକ ସିଦ୍ଧ ମହାବୀରର କାହାଣୀକୁ ନେଇ ଆଗକୁ ବଢ଼ିଛି। ସିଦ୍ ତାଙ୍କ ପିତାଙ୍କ ଦ୍ୱାରା ଅସ୍ବୀକାର(ପ୍ରତ୍ୟାଖ୍ୟାତ) ହୋଇ ପଳାତକ ହିସାବରେ ବଢ଼ିଥିଲା। ପରିଶେଷରେ ସେ (ସିଦ୍) ଜଣେ ଝିଅ(ମିଠି)ଙ୍କୁ ପ୍ରେମକରେ। ମିଠି ତାଙ୍କର ପ୍ରକୃତ ପରିଚୟ ବିଷୟରେ ମଧ୍ୟ ଅବଗତ ନୁହନ୍ତି। ବିଦ୍ୟାରାଣର ଶକ୍ତିଶାଳୀ କାହାଣୀ ଚଳଚ୍ଚିତ୍ରକୁ ଏକାଧିକ ମୋଡ଼ ଦେଇଛି। ଉକ୍ତ ଚଳଚ୍ଚିତ୍ରଟି ଏକ ଆକ୍ସନ ଥ୍ରୀଲର ମଧ୍ୟ । ଏହା ଦର୍ଶକଙ୍କୁ ଟିଭି ପରଦାରେ ବାନ୍ଧି ରଖିବ। ସିଦ୍ ଭୂମିକାରେ ସୁପରଷ୍ଟାର୍ ବାବୁସାନ୍ ଏବଂ ମିଠି ଭୂମିକାରେ ଶିବାନୀ ସୁନ୍ଦର ଅଭିନୟ କରିଛନ୍ତି। ଅନ୍ୟ କଳାକାର ଓ ଷ୍ଟାର କିରଣର ପରିଶ୍ରମ ଯୋଗୁ ସିନେମାଟି ସମ୍ପୂର୍ଣ୍ଣ ହେବା ସହ ରିଲିଜ ପୂର୍ବରୁ ଏହାକୁ ମଧ୍ୟ ଦର୍ଶକଙ୍କ ଭଲ ପାଇବା ମିଳିଛି। ଉଲ୍ଲେଖଯୋଗ୍ୟ, ସେପ୍ଟେମ୍ବର ୧୧ ସା ୬ ଘଟିକାରେ ବିଦ୍ୟାରାଣ ଚଳଚ୍ଚିତ୍ରର ଡବ୍ଲ୍ୟୁଟିପି ଷ୍ଟାର୍ କିରଣରେ ପ୍ରସାରଣ ହେବ।
‘୫ବର୍ଷ ପାଇଁ ଭାରତର ଗ୍ୟାସ ଯୋଗାଣ ଉପରେ ପ୍ରଭାବ…’ LNG ପ୍ଲାଣ୍ଟ ନଷ୍ଟ ହେବା ପରେ କାତାରର ବଡ଼ ବୟାନ
ନୂଆଦିଲ୍ଲୀ,୨୦।୩: କାତାର ଏନର୍ଜିର ସିଇଓ ଏବଂ ଶକ୍ତି ବ୍ୟାପାର ରାଷ୍ଟ୍ରମନ୍ତ୍ରୀ ସାଦ ଅଲ-କାବି କହିଛନ୍ତି ଯେ ଇରାନ ଆକ୍ରମଣ କାତାରର ପ୍ରାୟ ୧୭ ପ୍ରତିଶତ ଏଲଏନଜି ରପ୍ତାନି…
୨୬ ତାରିଖ ଯାଏ ବର୍ଷା, ୧୯ ଜିଲାକୁ ସତର୍କ ସୂଚନା
ଭୁବନେଶ୍ୱର,୨୦।୩(ବନ୍ଦନା ସେଠୀ): ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଜାରି ରହିଥିବାବେଳେ ଗତ ୨୪ଘଣ୍ଟାରେ ୧୩ଟି ସ୍ଥାନରେ ବର୍ଷା ହୋଇଛି। କୋରାପୁଟର ବୋରିଗୁମ୍ମାଠାରେ ସର୍ବାଧିକ ୫୭.୪ ମି.ମି.…
ଟ୍ରକକୁ ଧକ୍କା ଦେଲା କାର୍, ଦୁର୍ଘଟଣାରେ ଅବସରପ୍ରାପ୍ତ ଏସଡିଏମଓଙ୍କ ମୃତ୍ୟୁ
ଭବାନୀପାଟଣା,୨୦।୩(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ବଳଦିଆମାଲ ପେଟ୍ରୋଲ ପମ୍ପ ନିକଟରେ ସଡ଼କ ଦୁର୍ଘଟଣା ହୋଇଛି । ଶୁକ୍ରବାର ସକାଳେ ହୋଇଥିବା କାର କାର…
ଏମିତି ନିଷ୍ପତ୍ତି ନେବାକୁ ଯାଉଛନ୍ତି ଟ୍ରମ୍ପ: ଭାରତକୁ ହେବ ବଡ଼ ଫାଇଦା
ଓ୍ବାଶିଂଟନ୍,୨୦।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଆମେରିକା ଏବେ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନେଇପାରେ। ରିପୋର୍ଟ ଅନୁଯାୟୀ ଆମେରିକା ବର୍ତ୍ତମାନ ସମୁଦ୍ରରେ ଜାହାଜରେ ଫସି ରହିଥିବା…
ଠିକା ସର୍ବସ୍ବ ପାଲଟୁଛି ପ୍ରକଳ୍ପ, କାମରେ ଆସୁନି
ଲୋଇସିଂହା,୨୦।୩(ସୁଶାନ୍ତ ବାରିକ):ଗ୍ରାମାଞ୍ଚଳରେ ସରକାରୀ ଅନୁଦାନରେ ବିଭିନ୍ନ ପ୍ରକଳ୍ପ ନିର୍ମାଣ ହେଉଛି ା ହେଲେ ସେହି ପ୍ରକଳ୍ପଗୁଡିକ ଲୋକଙ୍କ କାମରେ ଆସୁନାହିଁ। ଏଭଳି ଏକ ପ୍ରକଳ୍ପ ହେଉଛି ବର୍ଜ୍ୟବସ୍ତୁ…
ଟ୍ରମ୍ପଙ୍କୁ ନେଇ ବଡ଼ ଖୁଲାସା କଲେ ନେତାନ୍ୟାହୁ: ଚାହିଁ ରହିଗଲା ବିଶ୍ୱ, ଆଗକୁ ହେବ…
ଜେରୁଜେଲମ,୨୦।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ ଶୁକ୍ରବାର ଆମେରିକାକୁ ଇରାନ ସହିତ ଯୁଦ୍ଧକୁ ଟାଣି ନେଇଥିବା ଦାବିକୁ ଖାରଜ କରିଦେଇଛନ୍ତି। ସେ ଏହି ରିପୋର୍ଟଗୁଡ଼ିକୁ ‘ମିଥ୍ୟା ଖବର’…
ଗଛକୁ ପିଟି ଓଲଟିଲା ଅଲ୍ଟୋ କାର, ଚାଲିଗଲା ୨ଜଣଙ୍କ ଜୀବନ
ନନ୍ଦପୁର,୨୦।୩(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ସଦର ମହକୁମା ଅଗ୍ନିଶମ ବାହିନୀ କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଗୁରୁବାର ମଧ୍ୟରାତ୍ରରେ…
ମଧ୍ୟପ୍ରାଚ୍ୟ: ଇନ୍ଧନ ପାଲଟିଛି ଅସ୍ତ୍ର
ତେହରାନ୍,୨୦।୩: ଆମେରିକା-ଇରାନ୍ ଯୁଦ୍ଧକୁ ୨୦ ଦିନ ବିତିଛି । ଉଭୟ ପକ୍ଷ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ଆହୁରି ତୀବ୍ର ହୋଇଛି। ଆମେରିକା ଓ ଇସ୍ରାଏଲ ଇରାନକୁ ସମ୍ପୂର୍ଣ୍ଣ ନିଷ୍କ୍ରିୟ…
Archives

