ଫିଲ୍ମଷ୍ଟାଇଲ୍‌ରେ ୨ ଯୁବକଙ୍କୁ ଉଠାଇ ନେଇ ଗୁଳିମାଡ଼ କଲେ ଦୁର୍ବୃତ୍ତ, ପୋଲିସ ପହଞ୍ଚିବାରୁ…

ଖୋର୍ଦ୍ଧା,୧୧ା୯(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ଥାନା ହାଟବସ୍ତରେ ଗୁଳିମାଡ଼ ହୋଇଛି। ଗୁଳିମାଡ଼ରେ ୨ଯୁବକ ଗୁରୁତର ଆହତ ହୋଇଛନ୍ତ। ଗୁରୁତର ଦୁଇ ଯୁବକ ଦ୍ବୟ ହେଲେ ବଡ଼କୁମ୍ଭାରୀ ଗାଁର ମାନସ ଜେନା ଓ ଟୁଲୁ ପରିଡ଼ା। ଉଭୟଙ୍କୁ ଗୁଳିମାଡ଼ ସହ ଧାରୁଆ ଅସ୍ତ୍ରରେ ଆକ୍ରମଣ ହୋଇଛି। ଉଭୟଙ୍କୁ ଗୁରୁତର ଅବସ୍ଥାରେ ପ୍ରଥମେ ରାଜସୁନାଖଳା ପରେ ଭୁବନେଶ୍ୱର ସ୍ଥାନାନ୍ତର କରାଯାଇଛି। ଘଟଣାସ୍ଥଳରେ ବୋଲଗଡ଼ ପୋଲିସ ଛାନଭିନ ଚଳାଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ଥିବା ବେଳେ ପୋଲିସ ଦୁଇଜଣଙ୍କୁ ଅଟକ ରଖିଛି।

ସୂଚନା ମୁତାବକ ବୁଧବାର ବିଳମ୍ବିତ ରାତିରେ ୬ରୁ ୮ ଯୁବକ ବଡ଼କୁମ୍ଭାରୀ ଗାଁକୁ ୩ଟି ବାଇକ୍‌ରେ ଆସି ଫିଲ୍ମଷ୍ଟାଇଲ୍‌ରେ ୨ ଯୁବକଙ୍କୁ ଅପହରଣ କରି ନେଇଥିଲେ। ତା’ପରେ ବୋଲଗଡ଼ ଓ ଭାପୁର ପୋଲିସ ମିଳିତ ଚଢ଼ାଉ କରିବା ସମୟରେ ଭାପୁର ଥାନା ଅନ୍ତର୍ଗତ ବାଲିଆପଡ଼ା ନିକଟରେ ଛାଡ଼ି ଅଭିଯୁକ୍ତମାନେ ଫେରାର ହୋଇଥିଲେ। ପୋଲିସ ଗୁରୁତର ଅବସ୍ଥାରେ ପ୍ରଥମେ ଦୁଇଜଣଙ୍କୁ ସୁନାଖଳା ମେଡିକାଲ ଭର୍ତ୍ତି କରିଥିଲା। ମୁଖ୍ୟ ଅଭିଯୁକ୍ତ ଫେରାର ଥିବା ପୋଲିସ ସୂଚନା ଦେବା ସହ ଏ ପର୍ଯ୍ୟନ୍ତ ଥାନାରେ କୌଣସି ମାମଲା ରୁଜୁ ହୋଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

Posted inHome, Home Left View All

ପରୀକ୍ଷା ସରିବା ପରେ ତିନି ସାଙ୍ଗ ଯାଇଥିଲେ ଜଳଭଣ୍ଡର, ଫେରିଲା…

କୋରାପୁଟ,୭।୩(ଅମିତାଭ ବେହେରା ): କୋଲାବ ଜଳଭଣ୍ଡରରେ ବୁଡ଼ି ୩ ଛାତ୍ରଙ୍କ ମୃତ୍ୟୁ। ପରୀକ୍ଷା ସରିବା ପରେ ୩ ସାଙ୍ଗ ଗାଧେଇବା ପାଇଁ ଜଳଭଣ୍ଡର ଯାଇଥିଲେ। ତିନି ଛାତ୍ର…

ପୋଖରୀରେ ବୁଡ଼ି ଚାଲିଗଲା ୨ ନାବାଳିକାଙ୍କ ଜୀବନ

ଉଦଳା,୭।୩: ମୟୂରଭଞ୍ଜ ଜିଲା କପ୍ତିପଦା ଥାନା ନଥିପୁର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ପୋଖରୀରେ ବୁଡ଼ି ୨ ନାବାଳିକାଙ୍କ ମୃତ୍ୟୁ ଘଟିଛି। ଦୁଇ ନାବାଳିକାଙ୍କୁ ହରାଇ…

ପଟ୍ଟାଙ୍ଗିରେ ପହଞ୍ଚିଲା ଲୋକ ଅଧିକାର ଯାତ୍ରା : ବଞ୍ଚିବା ପାଇଁ ଲଢେଇ କର

ପଟ୍ଟାଙ୍ଗି,୭।୩(ଶରତ କୁମାର ଧଳ): ରାଜ୍ୟରେ ଭରି ରହିଥିବା ବକ୍ସାଇଟ ଖଣି, ପାହାଡ଼ ତଥା ପ୍ରାକୃତିକ ସମ୍ପଦର ସୁରକ୍ଷା ପାଇଁ ବାହାରିଥିବା ଲୋକ ଅଧିକାର ଯାତ୍ରା ଶନିବାର କୋରାପୁଟ…

‘ଛାତ୍ରୀଛାତ୍ରଙ୍କ ଭବିଷ୍ୟତ ଉଜ୍ବଳ ହେଲେ ପୃଥିବୀ ଉଜ୍ଜ୍ୱଳ ହେବ’

ପୁରୁଷୋତ୍ତମପୁର,୭।୩(ସବିିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜର ବାର୍ଷିକ ଉତ୍ସବ ଅଧ୍ୟକ୍ଷ ଡ. ପ୍ରଦୀପ କୁମାର ସାହୁଙ୍କ ପୌରୋହିତ୍ୟରେ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ…

ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ

ଦିଗପହଣ୍ଡି,୭ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ବାର୍‌ କାଉନସିଲ ପକ୍ଷରୁ ନିର୍ଦ୍ଧାରିତ କାର୍ଯ୍ୟସୂଚୀ ଅନୁଯାୟୀ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର କାର୍ଯ୍ୟକର୍ତ୍ତା ନିର୍ବାଚନ ନିମନ୍ତେ ଶନିବାରଠାରୁ…

‘ଆମେ ଯାହା କରିଛୁ ଠିକ୍‌ କରିଛୁ’, କାହିଁକି ଏମିତି କହିଲେ ଜୟଶଙ୍କର? ଜାଣନ୍ତୁ ଇରାନ ଯୁଦ୍ଧ ସହ କ’ଣ ରହିଛି ସମ୍ପର୍କ

ନୂଆଦିଲ୍ଲୀ,୭।୩: ରାଇସିନା ଡାଏଲଗ ୨୦୨୬ରେ ମଧ୍ୟପ୍ରାଚ୍ୟ ଉତ୍ତେଜନା ମଧ୍ୟରେ ଭାରତର ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କର କୋଚିରେ ଏକ ଇରାନୀ ନୌସେନା ଜାହାଜକୁ ଡକିଂ କରିବାକୁ ଅନୁମତି…

ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ: ସମୀକ୍ଷା କଲେ ଆସିକା ଏମ୍‌ପି

ଛତ୍ରପୁର,୭ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ଜିଲା ଉନ୍ନୟନ ସମନ୍ବୟ ଓ ନିରୀକ୍ଷଣ କମିଟି ବୈଠକ(ଦିଶା) ଅନୁଷ୍ଠିତ ହୋଇଥିଲା। ବୈଠକରେ କମିଟିର ଅଧ୍ୟକ୍ଷା ତଥା ଆସିକା…

ଯୁଦ୍ଧ ଭିତରେ ପାକିସ୍ତାନକୁ ଶକ୍ତ ଝଟ୍‌କା, ବରବାଦ୍‌ ହୋଇଯିବ ପାକ୍‌

ଇସଲାମବାଦ,୭।୩: ପାକିସ୍ତାନ ଏବେ ମଧ୍ୟପ୍ରାଚ୍ୟରେ ଯୁଦ୍ଧର ପରିଣାମ ମଧ୍ୟ ଭୋଗୁଛି। କାତାର ପାକିସ୍ତାନକୁ ଏକ ଫୋର୍ସ ମ୍ୟାଜିଅର ନୋଟିସ ଜାରି କରିଛି। ଏହାର ଅର୍ଥ ହେଉଛି ଯେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri