Posted inଖେଳ

ଅନ୍ତିମ ଆଶେସ ଆଶେସ: ଇଂଲଣ୍ଡ ୩୮୪, ଅଷ୍ଟ୍ରେଲିଆ ୧୬୬/୨

ସିଡ୍‌ନୀ,୫ା୧: ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟରେ ଇଂଲଣ୍ଡ ତା’ର ପ୍ରଥମ ଇନିଂସରେ ଜୋ ରୁଟ୍‌ଙ୍କ ଶତକ ବଳରେ ୩୮୪ ରନରେ ଅଲଆଉଟ୍‌ ହୋଇଛି। ଜବାବରେ ଅଷ୍ଟ୍ରେଲିଆ ଦ୍ୱିତୀୟ ଶେଷ ପର୍ଯ୍ୟନ୍ତ ବ୍ୟାଟିଂ କରି ପ୍ରଥମ ଇନିଂସରେ ୨ ଉଇକେଟ ହରାଇ ୧୬୬ ରନ କରିଛି। ଷ୍ଟମ୍ପ ଅପସାରଣ ବେଳକୁ ଟ୍ରାଭିସ ହେଡ୍‌ ୯୧ ଓ ମାଇକେଲ ନେସର ୧ ରନରେ ଅପରାଜିତ ରହିଛନ୍ତି। ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୨୧୮ ରନରେ ପଛରେ ଥିବା ବେଳେ ହାତରେ ୮ ଉଇକେଟ ସୁରକ୍ଷିତ ରଖିଛି।

ମ୍ୟାଚ୍‌ରେ ରୁଟ୍‌ ତାଙ୍କ କ୍ୟାରିୟରର ୪୧ତମ ଟେଷ୍ଟ ଶତକ ସହ ସର୍ୱାଧିକ ଟେଷ୍ଟ ଶତକ ହାସଲକାରୀ ବ୍ୟାଟରଙ୍କ ତାଲିକାରେ ଅଷ୍ଟ୍ରେଲିଆର ପୂର୍ୱତନ ଅଧିନାୟକ ରିକି ପଣ୍ଟିଂଙ୍କ ସହ ସମକକ୍ଷ ହୋଇଛନ୍ତି। ସେ ଏବେ କେବଳ ସଚିନ ତେନ୍ଦୁଲକର (୫୧) ଓ ଜ୍ୟାକ୍ସ କାଲିସ (୪୫)ଙ୍କ ପଛରେ ରହିଛନ୍ତି।

ତା’ର ଅସମାପ୍ତ ପ୍ରଥମ ଇନିଂସ ସ୍କୋର ୨୧୧/୩ରୁ ବ୍ୟାଟିଂ ଆରମ୍ଭ କରିଥିଲା। ପୂର୍ୱଦିନ ଅପରାଜିତ ଥିବା ବ୍ୟାଟର ରୁଟ୍‌ ଧୈର୍ଯ୍ୟର ସହ ବ୍ୟାଟିଂ କରୁଥିବା ବେଳେ ହ୍ୟାରୀ ବ୍ରୁକ ୮୪ ରନ କରି ଦିନର ପ୍ରଥମ ବ୍ୟାଟର ଭାବେ ଆଉଟ୍‌ ହୋଇଥିଲେ। ତାଙ୍କ ପରେ କ୍ରିଜ୍‌କୁ ଆସିଥିବା ବେନ ଷ୍ଟୋକ୍ସ ଖାତା ଖୋଲିବା ପୂର୍ୱରୁ ମିଚେଲ ଷ୍ଟାର୍କଙ୍କ ବଲରେ ଆଉଟ୍‌ ହୋଇଥିଲେ।

ଚଳିତ ସିରିଜ୍‌ରେ ଷ୍ଟୋକ୍ସ ପଞ୍ଚମ ଥର ପାଇଁ ଷ୍ଟାର୍କଙ୍କ ବଲରେ ଆଉଟ୍‌ ହୋଇଥିଲେ। ଏହାପରେ ରୁଟ୍‌ ଓ ଜେମି ସ୍ମିଥ ଦଳୀୟ ସ୍କୋରରେ ସପ୍ତମ ଉଇକେଟରେ ୯୪ ରନ ଯୋଡ଼ିଥିଲେ। ଏହା ମଧ୍ୟରେ ରୁଟ୍‌ ଶତକ ପୂରଣ କରିଥିଲେ, ଯାହାକି ଚଳିତ ସିରିଜ୍‌ରେ ତାଙ୍କର ଦ୍ୱିତୀୟ ଶତକ ଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ସତ୍‌ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ

ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…

ଗିରଫ ପରେ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ କୋର୍ଟରେ ହାଜର କରାଗଲା; ଏବେ ଗୋଟିଏ ଦିନର ପୋଲିସ ହେପାଜତକୁ ପଠାଇ ଦିଆଯାଇଛି

ନୂଆଦିଲ୍ଲୀ,୫।୯: ଦିଲ୍ଲୀ ପୋଲିସ ସ୍ବତନ୍ତ୍ର ଭରଦ୍ୱାଜଙ୍କୁ ଗିରଫ କରିଛି। ତାଙ୍କୁ ପଟିଆଲା ହାଉସ କୋର୍ଟର ବିଚାରପତିଙ୍କ ବାସଭବନରେ ହାଜର କରାଯାଇଥିଲା, ଯାହା ପରେ କୋର୍ଟ ତାଙ୍କୁ ଗୋଟିଏ…

୧୦୦ ଫୁଟ ଘେରିବନ୍ଧ ଭୁଶୁଡ଼ିବା ପରେ ତରବରିଆ କାମ, ଯନ୍ତ୍ରୀଙ୍କ ଦେଖାନାହିଁ, ଯନ୍ତ୍ର କରୁଛି…

ମହାକାଳପଡ଼ା,୫ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ରଡ଼ିଆ-କଂସାର-ବଡ଼ ଦାଣ୍ଡୁଆ ଲୁଣା ଘେରିବନ୍ଧ ନିର୍ମାଣ କାର୍ଯ୍ୟରେ ବହୁ କୋଟି ଟଙ୍କା ବ୍ୟୟ ଅଟକଳ କରାଯାଇଛି।…

୩୧ ଅକ୍ଟୋବର ଯାଏ ୩ରାଶିଙ୍କ ଫିଟିଲା ଭାଗ୍ୟ; ଚାକିରିରେ ମିଳିବ ବଡ଼ ପ୍ରମୋଶନ, ହୁ ହୁ ହୋଇ ବଢିବ ଟଙ୍କା…

ବୈଦିକ ଜ୍ୟୋତିଷରେ ଦେବଗୁରୁ ବୃହସ୍ପତିଙ୍କୁ ଜ୍ଞାନ, ଧନ, ସୁଖ, ସନ୍ତାନ ଏବଂ ସୌଭାଗ୍ୟର କାରକ ଗ୍ରହ ଭାବେ ବିବେଚନା କରାଯାଏ। ଗୁରୁ ଯେତେବେଳେ ରାଶି ପରିବର୍ତ୍ତନ କରନ୍ତି,…

କେସିଙ୍ଗା ଅବକାରୀ ଥାନାରେ ନୂଆ ଓଆଇସିଙ୍କ ଯୋଗଦାନ

କେସିଙ୍ଗା,୫ା୯(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଅବକାରୀ ଥାନାରେ ନୂତନ ଭାବେ ମଳୟ ପ୍ରଧାନ ଓଆଇସି ଭାବେ ଯୋଗଦାନ କରିଛନ୍ତି। ସେ ଏହା ପୂର୍ବରୁ ବରଗଡ଼ରେ ଏଆଇସି…

ହୃଦୟ ଜିଣିଲେ ହାର୍ଦ୍ଦିକ ପାଣ୍ଡ୍ୟା: ଭାରତୀୟ ସୈନ୍ୟଙ୍କ ସହ…

ନୂଆଦିଲ୍ଲୀ,୫।୯: ଭାରତୀୟ କ୍ରିକେଟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଫଟୋ BSF (ସୀମା ସୁରକ୍ଷା ବଳ) କର୍ମଚାରୀଙ୍କ ସହ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ସେ…

ସ୍ତ୍ରୀ ପଛେ ପଛେ ସ୍ବାମୀଙ୍କ ମୃତ୍ୟୁ, ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳି ଆଣିଲେ ୨ ମୃତଦେହ, ସନ୍ଦେହରେ…

ଭଦ୍ରକ,୫ା୯(ସନାତନ ରାଉତ): ମୃତ୍ୟୁର ୨ ଦିନ ପରେ ବ୍ୟବଚ୍ଛେଦ ପାଇଁ ମାଟି ତଳୁ ଖୋଳା ହେଲା ଶବ। ସାପ କାମୁଡ଼ାରେ ମୃତ୍ୟୁ ହୋଇଥିବା ସନ୍ଦେହ କରି ପରିବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri