ଛାତ ନ ପଡ଼ି ଫାଇନାଲ ବିଲ୍‌

ପାଟଣା,୧୧ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ବୁଢ଼ିକାପୁଡ଼ି ପଞ୍ଚାୟତରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ମହା ଦୁର୍ନୀତି ହୋଇଛି। ଏ ନେଇ ଖୋଦ ସରପଞ୍ଚ ମମତାମୟୀ ନାଏକ ଶୁକ୍ରବାର ପାଟଣା ବିଡିଓଙ୍କଠାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପରେ ବିଡିଓ ଶିବ ଶଙ୍କର ମୁର୍ମୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି।
ଅଭିଯୋଗ ମୁତାବକ, ପଞ୍ଚାୟତର ତେନ୍ତୁଳୀଖୁଣ୍ଟି ଓ ପୁରନ୍ଦରପୁର ଗ୍ରାମର ବିମଳା ମହାନ୍ତ, ଦ୍ରୋପଦୀ ମହାନ୍ତ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଘର ପାଇଥିଲେ। ଦୁହିଁଙ୍କର ୨୮ ସେପ୍ଟେମ୍ବର ୨୦୨୩ରେ ରୁଫ୍‌ ଲେବୁଲ ଫଟୋ ଏବଂ ୨୦ ଅକ୍ଟୋବର୍‌ ୨୦୨୩ ଛାତର ସମ୍ପୂର୍ଣ୍ଣ ଫଟୋ ଅପ୍‌ଲୋଡ଼ ହୋଇଥିଲା। ପରେ ଉଭୟଙ୍କ ଜମାଖାତାକୁ ଶେଷ କିସ୍ତି ଟଙ୍କା ଆସିଛି। ହେଲେ ଏ ପର୍ଯ୍ୟନ୍ତ ଦୁହିଁଙ୍କ ଗୃହର ଛାତ ପଡ଼ିନାହିଁ। ସେହିଭଳି ତେନ୍ତୁଳୀଖୁଣ୍ଟିର ବାଗୁନ ମୁଣ୍ଡାଙ୍କ ୨୪ ନଭେମ୍ବର ୨୦୨୩ରେ ରୁଫ୍‌ ଫଟୋ ଏବଂ ୨୩ ଜାନୁଆରୀ ୨୦୨୪ରେ ସମ୍ପୂର୍ଣ୍ଣ ହୋଇଥିବା ଦର୍ଶାଯାଇଥିଲା। ତେଣୁ ତାଙ୍କ ଜମାଖାତାକୁୁ ମଧ୍ୟ ଫାଇନାଲ ଟଙ୍କା ଆସିଛି। ମାତ୍ର ଉକ୍ତ ଘରର ଛାତ ପଡ଼ିନାହିଁ। ୩ ଜଣଙ୍କର ଜମାଖାତାକୁ ୧୫ ମାର୍ଚ୍ଚ ୨୦୨୪ ଶେଷ କିସ୍ତିର ଟଙ୍କା ଆସିଛି। ଘଟଣା ଜଣାପଡ଼ିବା ପରେ ସ୍ଥାନୀୟ ଲୋକେ ସରପଞ୍ଚଙ୍କୁ ଅଭିଯୋଗ କରିଥିଲେ। ସରପଞ୍ଚଙ୍କ ଅଭିଯୋଗ ପରେ ବିଡିଓ ଘଟଣା ସ୍ଥଳକୁ ଯାଇ ତଦନ୍ତ କରିବାକୁ ସହକାରୀ ଯନ୍ତ୍ରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ତଦନ୍ତ ପରେ କିପରି ଘର ସମ୍ପୂର୍ଣ୍ଣ ନ କରି ଶେଷ କିସ୍ତି ଟଙ୍କା ହିତାଧିକାରୀଙ୍କ ଜମା ଖାତାକୁ ଗଲା ତାହା ଜଣାପଡ଼ିବ ବୋଲି ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଦିଲ୍ଲୀପ କୁମାର ବେହେରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

ଗୋଟିଏ ଦିନରେ ୩ ଦୁର୍ଘଟଣା

ମୋରଡ଼ା/ରାସଗୋବିନ୍ଦପୁର,୬ା୨(ସ୍ମାରକ ମାଜୀ/ସତ୍ୟବାଦୀ ପରିଡ଼ା)- ମୟୂରଭଞ୍ଜ ଜିଲା ମୋରଡ଼ା ଓ଼ ରାସଗୋବିନ୍ଦପୁର ଥାନା ଅଞ୍ଚଳର ବିଭିନ୍ନ ସ୍ଥାନରେ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଗୁରୁବାର ବିଳମ୍ବିତ ରାତିରେ ରାସଗୋବିନ୍ଦପୁର…

ସି କେ ନାଇଡୁ ଟ୍ରଫି: ବେଙ୍ଗଲ ଦଳ ୩୦୧/୬ , ଆୟୁଷ ସିଂଙ୍କ ଶତକ

ବରଗଡ଼,୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ସ୍ଥିତ କ୍ରୀଷ୍ଣା ବିକାଶ ଗ୍ରାଉଣ୍ଡରେ ଓଡ଼ିଶା ଓ ବେଙ୍ଗଲ ମଧ୍ୟରେ ୨୩ ବର୍ଷରୁ କମ ସି.କେ ନାଇଡୁ ଟ୍ରଫିର ଏଲାଇଟ୍ ଗ୍ରପ୍‌ – ବି…

୮୫ କି.ଗ୍ରା. ଗଞ୍ଜେଇ ଜବତ: ୩ ଅଟକ

ଆନନ୍ଦପୁର, ୬ା୨(ସୁଶାନ୍ତ କୁମାର ସାହୁ): ଗଞ୍ଜେଇ ଭର୍ତ୍ତି ୨ଟି ଚାରିଚକିଆ ଗାଡି କେନ୍ଦୁଝର ସ୍ପେଶାଲ ସ୍କ୍ବାଡ୍‌ ଦ୍ୱାରା ଜବତ କରାଯାଇଛି। ଏଥିରେ ୮୫ କି.ଗ୍ରା. ଗଞ୍ଜେଇ ଥିବା…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

ଜୁଆଆଡ୍ଡା ଚାଲିଥିବା ବେଳେ ହଠାତ୍‌ ପହଞ୍ଚିଲା ପୋଲିସ

ଗଜପତି,୬।୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଥାନା ଅନ୍ତର୍ଗତ ଝାମିଙ୍ଗା ନିକଟରେ ଜୁଆଆଡ୍ଡା ଚାଲିଥିବା ବେଳେ ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଅତର୍କିତ ଚଢ଼ାଉ କରିଛି। ଏଥିରେ…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଛାନିଆ ହୋଇଗଲେ କି ଯାତ୍ରା ମାଲିକ ନାଣ୍ଡୁ! ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ…

ଭୁବନେଶ୍ୱର,୬।୨: ଖଳନାୟକ ସାଇ ସତ୍ୟଜିତଙ୍କ ମା’ଙ୍କ ଅଭିଯୋଗ ପରେ ଖଣ୍ଡଗିରି ଥାନାରେ ହାଜର ହେଲେ ‘ତୁଳସୀ’ ଗଣନାଟ୍ୟ ମାଲିକ ଅନନ୍ତ ଧଳ ଓରଫ ନାଣ୍ଡୁ। ସାଇଙ୍କ ମା’ଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri