ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ଚରମ ନିଷ୍ପତ୍ତି

ଖଇରା,୧୧।୨(ଡି.ଏନ.ଏ.): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଟୋ ଗ୍ରାମର କିଛି ଅସାମାଜିକ ଯୁବକ ଗତ ୫ ଓ ୬ତାରିଖ ଦିନ ତୁଡ଼ିଗଡ଼ିଆ ବଜାରର ବ୍ୟବସାୟୀ, ବଜାର କମିଟିର କର୍ମକର୍ତ୍ତା ତଥା ଗ୍ରାହକମାନଙ୍କୁ ଆକ୍ରମଣ କରିବା ସହିତ ହତ୍ୟା ଧମକ ଦେଇଥିଲେ। ଏନେଇ ସମସ୍ତ ବ୍ୟବସାୟୀ ଏକଜୁଟ୍‌ ହୋଇଛନ୍ତି। ଗୁରୁବାର ସନ୍ଧ୍ୟାରେ ୫ଶହରୁ ଅଧିକ ବ୍ୟବସାୟୀ, ବଜାରକୁ ଆସୁଥିବା ଗ୍ରାହକ ତଥା ବଜାର ସଂଲଗ୍ନ ପଞ୍ଚାୟତଗୁଡ଼ିକର ଲୋକପ୍ରତିନିଧି ବୈଠକରେ ଏକଜୁଟ୍‌ ହୋଇ ପ୍ରତିବାଦର ସ୍ବର ଉଠାଇଛନ୍ତି। ଆକ୍ରମଣରେ ସାମିଲ ଥିବା ସମସ୍ତ ଅଭିଯୁକ୍ତଙ୍କୁ ଗିରଫ କରା ନ ଗଲେ ବ୍ୟବସାୟୀମାନେ ସୋର-କୁପାରୀ ରାସ୍ତା ଅବରୋଧ ଭଳି ଚରମ ନିଷ୍ପତ୍ତି ନେବେ ବୋଲି ଚେତାବନୀ ଦେଇଛନ୍ତି।
ଅନୁଯାୟୀ, ୫ତାରିଖରେ ସୋର ଥାନା ହରିଡ଼ାପଦା ଗ୍ରାମର ସଞ୍ଜୟ କୁମାର ସାମଲଙ୍କ ବାଇକ୍‌ ଉପରେ ତୁଟୋ ଗ୍ରାମର ୨ଜଣ ଯୁବକ ବସିବାକୁ ନେଇ ଗଣ୍ଡଗୋଳର ସୁତ୍ରପାତ ହୋଇଥିଲା। ଏଥିରେ ଉତ୍ତ୍ୟକ୍ତ ହୋଇ ତୁଟୋ ଗ୍ରାମର ରଶ୍ମୀରଞ୍ଜନ ଦାସ, ରାଜେନ୍ଦ୍ର ଜେନା, ବାପୁନ ଜେନା ପ୍ରମୁଖ ସଞ୍ଜୟଙ୍କୁ ନିସ୍ତୁକ ମାଡ଼ ମାରିଥିଲେ। ବଜାରବାସୀ ଏହାର ପ୍ରତିବାଦ କରିବାରୁ ଉପରୋକ୍ତ ୩ଜଣ ଓ ତାଙ୍କର ଅନ୍ୟ ୧୧ସହଯୋଗୀ ବ୍ୟବସାୟୀ, ସ୍ଥାନୀୟ ବାସିନ୍ଦା ଓ କର୍ମକର୍ତ୍ତାଙ୍କୁ ମଧ୍ୟ ଛାଡ଼ି ନ ଥିଲେ। ବଜାର କମିଟି ସମ୍ପାଦକ ବସନ୍ତ କୁମାର ସାହୁ, ସ୍ଥାନୀୟ ବାସିନ୍ଦା ସନ୍ତୋଷ ଘଡ଼େଇ, ଅଭିମନ୍ୟୁ ଘଡ଼େଇ ଓ ଅନିଲ ସାହୁ ପ୍ରମୁଖଙ୍କୁ ମାଡ଼ମାରି ଆହତ କରିଥିଲେ। ୬ ତାରିଖରେ ପୁଣି ୧୪ଜଣ ଯୁବକ ବାଇକ୍‌ରେ ବଜାରକୁ ଆସି ମାରଣାସ୍ତ୍ର ବୁଲାଇବା ସହ ହତ୍ୟାଧମକ ଦେଇ ପଳାଇଥିଲେ। ଉକ୍ତ ବଜାର ଉପରେ ଖଇରା ସମେତ ପଡୋଶୀ ସୋର ଏବଂ ଔପଦା ବ୍ଲକର ବହୁ ପଞ୍ଚାୟତ ନିର୍ଭର କରୁଥିବାରୁ ପୋଲିସ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବୈଠକରେ ଦାବି କରାଯାଇଛି। ଏ ସଂକ୍ରାନ୍ତରେ ଆଇଆଇସି ଗଣେଶ୍ୱର ପ୍ରଧାନ କୁହନ୍ତି, ଘଟଣାରେ ୨ଜଣ କୋର୍ଟ ଚାଲାଣ ହୋଇ ସାରିଛନ୍ତି। ଅନ୍ୟ ଅଭିଯୁକ୍ତମାନଙ୍କୁ ଯଥାଶୀଘ୍ର ଗିରଫ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

LIVE ମ୍ୟାଚ୍‌ରେ ଭୋ ଭୋ ହୋଇ କାନ୍ଦି ପକାଇଲେ ଜାଡେଜା, CSK ଲୋଗୋକୁ କଲେ ଚୁମ୍ବନ; ପ୍ରଶଂସକଙ୍କୁ ଭାବବିହ୍ବଳ କରୁଛି VIDEO 

ଅହମ୍ମଦାବାଦ,୩୧।୩: ଚେନ୍ନାଇ ସୁପର କିଙ୍ଗସ (CSK)  ସହ ରବୀନ୍ଦ୍ର ଜାଡେଜା ଦୀର୍ଘ ବର୍ଷ ଧରି ଜଡ଼ିତ ହୋଇ ରହିଥିଲେ। କିନ୍ତୁ ଆଇପିଏଲ ୨୦୨୬ରେ ଏହି ସମୀକରଣ ବଦଳି…

IAS ସ୍ତରରେ ଛୋଟ ଅଦଳବଦଳ: ଭାସ୍କର ଜ୍ୟୋତି ଶର୍ମାଙ୍କୁ ମିଳିଲା…

ଭୁବନେଶ୍ୱର,୩୧।୩: IAS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଭାସ୍କର ଜ୍ୟୋତି ଶର୍ମାଙ୍କୁ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରମୁଖ ସଚିବ ଦାୟିତ୍ୱ ଦିଆଯାଇଥିବା ବେଳେ…

ଚାଉଳ ନପାଇ ଫେରି ଯାଉଛନ୍ତି ଲୋକେ: ସାନଖେମୁଣ୍ଡିରେ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ..

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗ୍ରାମାଞ୍ଚଳମାନଙ୍କରେ ଖାଦ୍ୟ ଯୋଗାଣ ବିଭାଗ ପକ୍ଷରୁ ଖାଉଟିଙ୍କୁ ଚାଉଳ ଯୋଗାଣରେ ଅବ୍ୟବସ୍ଥା ନେଇ ସିଙ୍ଗପୁର ପଞ୍ଚାୟତ ସରପଞ୍ଚ…

୧୬ ନମ୍ବର ଜାତୀୟ ରାଜପଥ ବଡ଼ ଘାଟି ଉପରେ ଓଲଟିଲା ଏସିଡି ଟ୍ୟାଙ୍କର

ଖଲ୍ଲିକୋଟ,୩୧।୩(ପ୍ରଶାନ୍ତ କୁମାର ମିଶ୍ର): ଖଲ୍ଲିକୋଟ ବ୍ଲକ ଅନ୍ତର୍ଗତ ୧୬ ନଂ. ଜାତୀୟ ରାଜପଥ ବଡ଼ଘାଟି ଉପରେ ମଙ୍ଗଳବାର ଅପରାହ୍ନରେ ଏକ ଏସିଡି ବୋଝେଇ ଟ୍ୟାଙ୍କର ଓଲଟି ପଡିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri