୮ରେ ଚୂଡ଼ାନ୍ତ ଶୁଣାଣି

କଟକ,୧ା୧୨ (କାର୍ତ୍ତିକ ସାହୁ):ଆସିଷ୍ଟାଣ୍ଟ ସେକ୍ସନ ଅଫିସର (ଏଏସ୍‌ଓ) ପଦବୀର ଚୟନ ପ୍ରକ୍ରିୟା ଉପରେ ହାଇକୋର୍ଟଙ୍କ ଦୁଇଜଣିଆ ଖଣ୍ଡପୀଠ ଜାରି କରିଥିବା ସ୍ଥଗିତାଦେଶ ବଳବତ୍ତର ରହିଛି। ହାଇକୋର୍ଟ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ବିଦ୍ୟୁତ୍‌ ରଞ୍ଜନ ଷଡ଼ଙ୍ଗୀ ଓ ବିଚାରପତି ମୁରାହରି ଶ୍ରୀରମଣଙ୍କୁ ନେଇ ଗଠିତ ଖଣ୍ଡପୀଠ ଗୁରୁବାର ମାମଲାର ଶୁଣାଣିକୁ ଘୁଞ୍ଚାଇ ଦେଇଛନ୍ତି। ଆସନ୍ତା ଡିସେମ୍ବର ୮ରେ ମାମଲାର ଚୂଡ଼ାନ୍ତ ଶୁଣାଣି ପାଇଁ ଧାର୍ଯ୍ୟ କରିଛନ୍ତି। ବିଚାରପତି ଆଦିତ୍ୟ କୁମାର ମହାପାତ୍ରଙ୍କ ଇଜିଲାସ୍‌ରେ ଓଡ଼ିଶା ଲୋକସେବା ଆୟୋଗ (ଓପିଏସ୍‌ସି)କୁ ପୂର୍ବ ପ୍ରକାଶିତ ମେଧା ତାଲିକା ରଦ୍ଦ କରି ଆସନ୍ତା ୬ ସପ୍ତାହ ମଧ୍ୟରେ ନୂଆ ମେଧା ତାଲିକା ପ୍ରକାଶ କରିବାକୁ ଗତ ଅଗଷ୍ଟ ୪ ତାରିଖରେ ନିର୍ଦ୍ଦେଶ ଦେଇଥିଲେ। କେତେଜଣ ପରୀକ୍ଷାର୍ଥୀ ଏହାର ପୁନର୍ବିଚାର ନିମନ୍ତେ ଦୁଇଜଣିଆ ଖଣ୍ଡପୀଠରେ ଆବେଦନ କରିଥିଲେ। ଖଣ୍ଡପୀଠ ଉକ୍ତ ଆବେଦନକୁ ଗ୍ରହଣ କରି ଜଣିକିଆ ବିଚାରପତି ଦେଇଥିବା ନିର୍ଦ୍ଦେଶ ଉପରେ ଗତ ଅଗଷ୍ଟ ୯ ତାରିଖରେ ସ୍ଥଗିତାଦେଶ ଜାରି କରିଥିଲେ।
ସୂଚନା ଅନୁସାରେ, ୨୦୨୨ ଅଗଷ୍ଟ ୨୭ରେ ୭୯୬ଟି ଏଏସ୍‌ଓ ପଦବୀ ଲାଗି ଓପିଏସ୍‌ସି ପକ୍ଷରୁ ଲିଖିତ ପରୀକ୍ଷା କରାଯାଇଥିଲା। ମୋଟ ୧ ଲକ୍ଷ ୪୮ ହଜାର ୮୮୮ ଜଣ ଆବେଦନକାରୀ ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୧୦୪ ଜଣ ଲିଖିତ ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ନେଇ ୨୦୨୨ ନଭେମ୍ବର ୭ରେ ଓପିଏସ୍‌ସି ବିଜ୍ଞପ୍ତି ପ୍ରକାଶ କରିଥିଲା। ଏଥିରେ ଅନିୟମିତତା ହୋଇଥିବା ନେଇ ହାଇକୋର୍ଟରେ ଏକାଧିକ ମାମଲା ରୁଜୁ ହୋଇଥିଲା। ହାଇକୋର୍ଟ ପୂର୍ବ ମେଧା ତାଲିକା ଖାରଜ କରି ନୂତନ ମେଧା ତାଲିକା ପ୍ରସ୍ତୁତ କରିବାକୁ ଓପିଏସ୍‌ସିକୁ ନିର୍ଦ୍ଦେଶ ଦେଇଥିଲେ। ଏହାପରେ ପୁଣି କେତେଜଣ ପରୀକ୍ଷାର୍ଥୀ ରିଟ୍‌ ପିଟିଶନ୍‌ ଦାଖଲ କରି ଏହି ମାମଲାରେ ପକ୍ଷଭୁକ୍ତ ହେବାକୁ ପ୍ରାର୍ଥନା କରିଥିଲେ। ଗତ ଜୁଲାଇ ୩୧ ତାରିଖରେ ହାଇକୋର୍ଟରେ ଉଭୟ ରିଟ୍‌ ପିଟିଶନ୍‌ ଓ ରିଭ୍ୟୁ ପିଟିଶନ୍‌ର ଏକତ୍ର ଶୁଣାଣି ହୋଇଥିଲା। ହାଇକୋର୍ଟ ପୂର୍ବ ନିର୍ଦ୍ଦେଶକୁ କାଏମ ରଖି ଦୁଇଟି ଯାକ ପିଟିଶନ୍‌କୁ ଖାରଜ କରିଦେଇଥିଲେ। ଏଏସ୍‌ଓ ନିଯୁକ୍ତି ନିମନ୍ତେ ଅନୁଷ୍ଠିତ ପରୀକ୍ଷାଫଳ ପ୍ରକାଶରେ ଅନିୟମିତତା ହୋଇଥିବା ମାମଲାର ଶୁଣାଣି ଗତ ମେ’ ୧୯ ତାରିଖରେ ହୋଇଥିଲା। ସେହି ଶୁଣାଣିରେ ହାଇକୋର୍ଟ ଏଏସ୍‌ଓ ନିଯୁକ୍ତି ନେଇ ଓପିଏସ୍‌ସି ଦ୍ୱାରା ପ୍ରକାଶିତ ମେଧା ତାଲିକାକୁ ଖାରଜ କରିଥିଲେ। ଏଥିସହ ଆସନ୍ତା ୨ ମାସ ମଧ୍ୟରେ ସାନି ମେଧା ତାଲିକା ପ୍ରକାଶ କରିବାକୁ ନିର୍ଦ୍ଦେଶ ଦେଇଥିଲେ। ହେଲେ ଓପିଏସ୍‌ସି ଏହି ନିର୍ଦ୍ଦେଶ କାର୍ଯ୍ୟକାରୀ ନ କରିବାରୁ କେତେଜଣ ପରୀକ୍ଷାର୍ଥୀ ଓପିଏସ୍‌ସି ବିରୋଧରେ ହାଇକୋର୍ଟରେ ଅଦାଲତ ଅବମାନନା ମାମଲା ରୁଜୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ୱେଷ୍ଟଇଣ୍ଡିଜ୍ ସିରିଜ୍ ପୂର୍ବରୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା! ଆହତ ହେଲେ ଅଧିନାୟକ ଶୁଭମନ ଗିଲ୍‌, ସିରାଜଙ୍କ ଦ୍ରୁତ ବଲ୍‌…

ତିରୁବନନ୍ତପୁରମ୍, ୨୫।୯: ୱେଷ୍ଟଇଣ୍ଡିଜ୍ ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ସିରିଜ୍ ଆରମ୍ଭ ହେବାର ଠିକ୍ ୪୮ ଘଣ୍ଟା ପୂର୍ବରୁ ଭାରତୀୟ ଶିବିରରୁ ଏକ ଚିନ୍ତାଜନକ ଖବର…

ୟୁଏନ୍‌ରେ ପାକିସ୍ତାନୀ ଖବରଦାତାଙ୍କୁ ଏସ୍‌. ଜୟଶଙ୍କରଙ୍କ କଡ଼ା ଜବାବ: କହିଲେ, ‘ଜଣେ ଆତଙ୍କବାଦୀ ଦେଶ ମୋତେ ଏମିତି ପ୍ରଶ୍ନ ପଚାରୁଛି’

ନ୍ୟୁୟର୍କ,୨୫।୯: ବୈଦେଶିକ ମନ୍ତ୍ରୀ ଏସ୍. ଜୟଶଙ୍କର ଶୁକ୍ରବାର ୮୧ତମ ସଂଯୁକ୍ତ ରାଷ୍ଟ୍ର ସାଧାରଣ ସଭା (UNGA) ଅବସରରେ ଏକ ଖବରଦାତା ସମ୍ମିଳନୀରେ ଜଣେ ପାକିସ୍ତାନୀ ଖବରଦାତାଙ୍କୁ କଡ଼ା…

ସନ୍ଦେହଜନକ କାରକୁ ଗୋଡ଼ାଇ ଧରିଲା ନନ୍ଦିପଦା ପୋଲିସ: ଚାଳକ-ଅନ୍ୟମାନେ ଫେରାର, ତଦନ୍ତ ଜାରି

ହାଟଡିହୀ, ୨୫।୯ (ଶୁଭକାନ୍ତ ନାୟକ): ଭଦ୍ରକ ପାର୍ଶ୍ୱରୁ କେନ୍ଦୁଝର ଜିଲା ଆନନ୍ଦପୁର ଅଭିମୁଖେ ୫୩ ନମ୍ବର ରାଜ୍ୟ ରାଜପଥରେ ଶୁକ୍ରବାର ରାତି ପ୍ରାୟ ୯ଟା ସମୟରେ ଯାଉଥିବା…

ଦିଗପହଣ୍ଡିରେ ଜଳବନ୍ଦୀ ସମସ୍ୟା: ପୂର୍ତ୍ତବିଭାଗ ବୈଷୟିକ ଟିମ୍ ର ଅନୁଧ୍ୟାନ

ଦିଗପହଣ୍ଡି,୨୫|୯(ଅଶେଷ ନାଥ ମିଶ୍ର) ଲଘୁଚାପ ଜନିତ ଲଗାଣ ବର୍ଷାରେ ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ପୁରୁଣା ବସଷ୍ଟାଣ୍ଡ ମୁଖ୍ୟ ରାସ୍ତାରେ ପ୍ରାୟ ୨ ଫୁଟ ଉଚ୍ଚତାରେ ବର୍ଷାଜଳ…

ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ; ଚାଷୀଙ୍କ ପାଇଁ ବଡ଼ ଘୋଷଣା

ଭୁବନେଶ୍ୱର,୨୫।୯: ରାଜ୍ୟରେ କୃଷି ଓ କୃଷକଙ୍କ ବିକାଶ ପାଇଁ ସମବାୟ କ୍ଷେତ୍ରରେ ଏକ ନୂତନ ଯୁଗର ଆରମ୍ଭ ହୋଇଛି। ମୁଖ୍ୟମନ୍ତ୍ରୀ ସମବାୟ ସଦସ୍ୟତା ମହାଅଭିଯାନ ‘ସମ୍ବନ୍ଧ’ର ଆନୁଷ୍ଠାନିକ…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ଟ୍ରକ୍‌ ଧକ୍କାରେ ମହିଳା ଶ୍ରମିକ ମୃତ, ୭ ଆହତ

ସମ୍ବଲପୁର, ୨୫।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୋମୁରା ଥାନା ଅନ୍ତର୍ଗତ କଂସର ଗ୍ରାମ ନିକଟ ଜିଓ ପେଟ୍ରୋଲ ପମ୍ପ ସମ୍ମୁଖ ଜାତୀୟ ରାଜପଥ ନଂ. ୫୫…

ନଦୀରେ ଭାସିଯିବାବେଳେ ସାହାରା ହେଲା ଗଛଡାଳ: ପୋଲ ଉପରୁ ଖସିପଡ଼ି ଅଧ କି.ମି. ଭାସିଗଲେ ବୃଦ୍ଧ

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ବ୍ଲକ୍‌ ତେଲକନାଡି ଗ୍ରାମର ସୁବାସ ଭତ୍ରା (୫୫) ଭାସ୍କେଲ ନଦୀ ପୋଲ ଉପରେ ଠିଆ ହୋଇଥିବାବେବେଳେ ଗୋଡ଼ ଖସିଯିବାରୁ ତଳକୁ ପଡ଼ିଯାଇଥିଲେ।…

ଛାତ୍ରାବାସରେ ପଶିଲା ପାଣି

ଝରିଗାଁ,୨୫।୯(କିଶୋର ଚନ୍ଦ୍ର ମଣ୍ଡଳ): ଝରିଗାଁ ସ୍ଥିତ ସରକାରୀ ଭୂତପୂର୍ବ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଡ୍ରେନେଜ ସୁବିଧା ନ ଥିବା ଯୋଗୁ ଛାତ୍ରାବାସରେ ବର୍ଷାପାଣି ପ୍ରବେଶ କରିଥିଲା। ପ୍ରଧାନଶିକ୍ଷକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?