Posted inଖେଳ

ଚେନ୍ନାଇରେ ଶେଷ ଏକ ଦିବସୀୟ ମ୍ୟାଚ: ଟିମ୍‌ ଇଣ୍ଡିଆ ପାଇଁ କର ବା ମର ସ୍ଥିତି…

ଚେନ୍ନାଇ,୨୨।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ବୁଧବାର ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କର ବା ମର ସ୍ଥିତିରେ ଟିମ୍‌ ଇଣ୍ଡିଆ ସିରିଜ ଜିତିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ପ୍ରଥମ ଦିନିକିଆ ୫ ୱିକେଟ ଜିତିବା ପରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦ୍ୱିତୀୟ ଦିନିକିଆ ୧୦ ୱିକେଟରେ ହାରିଥିଲା। ଏଭଳି ପରିସ୍ଥିତିରେ ତୃତୀୟ ତଥା ଶେଷ ମ୍ୟାଚ ଟିମ୍‌ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ୨୨ ମାର୍ଚ୍ଚ ବୁଧବାର ଦିନ ଖେଳାଯିବ ।

ଭାରତୀୟ ସମୟ ଅପରାହ୍ନ ସାଢ଼େ ଗୋଟାଏରୁ ମ୍ୟାଚ ଆରମ୍ଭ ହେବ। ଟସ ଅପରାହ୍ନ ଗୋଟାଏରେ ହେବ।

ଷ୍ଟାର ସ୍ପୋର୍ଟସ ନେଟୱାର୍କର ଭାରତ ଏବଂ ଅଷ୍ଟ୍ରେଲିଆ ଏକଦିବସୀୟ ସିରିଜକୁ ଟେଲିକଷ୍ଟ କରିବାର ଅଧିକାର ଅଛି। ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂଲିଶ ବ୍ୟତୀତ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ସହିତ ଏହି ମ୍ୟାଚ ଦେଖିହେବ।

ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚ ଡିଡି ଫ୍ରି ଡିସରେ ଡିଡି ସ୍ପୋର୍ଟସ ଚ୍ୟାନେଲରେ ମାଗଣାରେ ଦେଖାଯାଇପାରିବ। ଏହି ମ୍ୟାଚର ଲାଇଭ ଟେଲିକାଷ୍ଟକୁ ଜିଓ ଟିଭିରେ ମଧ୍ୟ ଦେଖିହେବ। ଏଥିପାଇଁ କୌଣସି ଶୁଳ୍କର ଆବଶ୍ୟକତା ନାହିଁ। ଟାଟା ସ୍କାଏ ସଂଯୋଗ ଥିବା ଗ୍ରାହକ ଟାଟା ପ୍ଲେ ଆପରେ ମ୍ୟାଚ ମଧ୍ୟ ଦେଖିପାରିବେ। ଏଥିପାଇଁ ଅତିରିକ୍ତ ଦେୟର ଆବଶ୍ୟକତା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

ପ୍ରକଳ୍ପ ଟନେଲରୁ ଜୀବିତ ଉଦ୍ଧାର ହେଲେ ଚାଇନା ନାଗରିକ

କାଠମାଣ୍ଡୁ,୫ା୯: ନେପାଳର ରସୁଓ୍ବା ଜିଲାରେ ଏକ ଜଳବିଦ୍ୟୁତ୍‌ ପ୍ରକଳ୍ପ ଟନେଲ ମଧ୍ୟରୁ ଶନିବାର ଜଣେ ଚାଇନା ନାଗରିକଙ୍କୁ ଜୀବନ୍ତ ଉଦ୍ଧାର କରାଯାଇଛି। ବନ୍ୟା କ୍ଷତିଗ୍ରସ୍ତ ଅପର ତ୍ରିଶୂଳୀ-୧…

ଦୁଲୀପ ଟ୍ରଫି ଖେଳିବାର ୩ ଦିନ ମଧ୍ୟରେ ଟି୨୦ ଖେଳିବା ଚାଲେଞ୍ଜିଂ ହେବ: ଇଶାନ

ଚେନ୍ନାଇ,୫ା୯: ଦୁଲୀପ ଟ୍ରଫି ଫାଇନାଲ ଶେଷ ହେବାର ୩ ଦିନ ମଧ୍ୟରେ ଭାରତୀୟ ଦଳ ପାଇଁ ଟି୨୦ ଖେଳିବା ଚାଲେଞ୍ଜିଂ ହେବ ବୋଲି ତିଲକ ବର୍ମା ଏବଂ…

ନେପାଳ ମାଗିବ ‘Climate Justice’: ବନ୍ୟା କ୍ଷୟକ୍ଷତି ପରେ UN ଯିବେ ପ୍ରଧାନମନ୍ତ୍ରୀ ବାଲେନ ଶାହ

କାଠମାଣ୍ଡୁ,୫।୯: ନେପାଳର ପ୍ରଧାନମନ୍ତ୍ରୀ ବାଲେନ ଶାହ ଚଳିତ ମାସ ଶେଷ ଭାଗରେ ମିଳିତ ଜାତିସଂଘ ସାଧାରଣ ପରିଷଦ (UNGA)ର 81ତମ ଅଧିବେଶନରେ ଉଦବୋଧନ ଦେବା ପାଇଁ ଆମେରିକା…

ଭୟଙ୍କର! ଏଭରେଷ୍ଟକୁ ତରଳାଉଛି ମଣିଷ ପରିସ୍ରା? ୩୨ ବର୍ଷର ଭାଙ୍ଗିଲା ରେକର୍ଡ, ଦୁଇ ଗୁଣା ସ୍ପିଡ୍‌ରେ ତରଳୁଛି ବରଫ

ନୂଆଦିଲ୍ଲୀ,୫।୯: ମାଉଣ୍ଟ ଏଭରେଷ୍ଟକୁ ନଷ୍ଟ କରୁଛି ମଣିଷର ପରିସ୍ରା! ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ବି ଏହା ହିଁ ସବୁଠାରୁ ବଡ଼ ସତ… ଯେଉଁ ଏଭରେଷ୍ଟକୁ ଜିତିବା ପାଇଁ…

ପରିବର୍ତ୍ତନ ହେବ କି RCBର ନାମ? ମୁହଁ ଖୋଲିଲେ ଚେୟାରମ୍ୟାନ ଆର୍ଯ୍ୟମାନ ବିର୍ଲା

ନୂଆଦିଲ୍ଲୀ,୫।୯: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (RCB) IPL 2026 ଟାଇଟଲ ଜିତିଲା। ଏହା ଦଳର ଲଗାତାର ଦ୍ୱିତୀୟ ଟ୍ରଫି। ପୂର୍ବ ସିଜିନ ଆରମ୍ଭ ହେବା ପୂର୍ବରୁ ଫ୍ରାଞ୍ଚାଇଜର…

ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା

କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri