Posted inଖେଳ

ବୁଧବାର ଶେଷ ଏକ ଦିବସୀୟ: ସିରିଜ ଜିତିବା ଟିମ୍‌ ଇଣ୍ଡିଆର ଲକ୍ଷ୍ୟ…

ଚେନ୍ନାଇ,୨୧।୩ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଚେନ୍ନାଇର ଏମଏ ଚିଦାମ୍ବରମ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଭାରତ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। କର ବା ମର ସ୍ଥିତିରେ ଟିମ୍‌ ଇଣ୍ଡିଆ ସିରିଜ ଜିତିବା ଲକ୍ଷ୍ୟ ନେଇ ପଡ଼ିଆକୁ ଓହ୍ଲାଇବ। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ଅଧିନାୟକତ୍ୱରେ ପ୍ରଥମ ଦିନିକିଆ ୫ ୱିକେଟ ଜିତିବା ପରେ ଟିମ ଇଣ୍ଡିଆ ରୋହିତ ଶର୍ମାଙ୍କ ଅଧିନାୟକତ୍ୱରେ ଦ୍ୱିତୀୟ ଦିନିକିଆ ୧୦ ୱିକେଟରେ ହାରିଥିଲା। ଏଭଳି ପରିସ୍ଥିତିରେ ତୃତୀୟ ତଥା ଶେଷ ମ୍ୟାଚ ଟିମ୍‌ ଇଣ୍ଡିଆ ପାଇଁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ।
ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ତୃତୀୟ ଏକଦିବସୀୟ ମ୍ୟାଚ ୨୨ ମାର୍ଚ୍ଚ ବୁଧବାର ଦିନ ଖେଳାଯିବ ।

ଭାରତୀୟ ସମୟ ଅପରାହ୍ନ ସାଢ଼େ ଗୋଟାଏରୁ ମ୍ୟାଚ ଆରମ୍ଭ ହେବ। ଟସ ଅପରାହ୍ନ ଗୋଟାଏରେ ହେବ।

ଷ୍ଟାର ସ୍ପୋର୍ଟସ ନେଟୱାର୍କର ଭାରତ ଏବଂ ଅଷ୍ଟ୍ରେଲିଆ ଏକଦିବସୀୟ ସିରିଜକୁ ଟେଲିକଷ୍ଟ କରିବାର ଅଧିକାର ଅଛି । ଷ୍ଟାର୍‌ ସ୍ପୋର୍ଟସର ବିଭିନ୍ନ ଚ୍ୟାନେଲରେ ହିନ୍ଦୀ ଏବଂ ଇଂଲିଶ ବ୍ୟତୀତ ଦେଶର ଅନ୍ୟ ଭାଷାରେ କମେଣ୍ଟ୍ରି ସହିତ ଏହି ମ୍ୟାଚ ଦେଖିହେବ।

ଏହି ମ୍ୟାଚର ଲାଇଭ-ଷ୍ଟ୍ରିମିଂ ଭାରତର ହଟଷ୍ଟାର ଆପରେ ଦେଖିବାକୁ ମିଳିବ। ଏହି ମ୍ୟାଚ ଡିଡି ଫ୍ରି ଡିସରେ ଡିଡି ସ୍ପୋର୍ଟସ ଚ୍ୟାନେଲରେ ମାଗଣାରେ ଦେଖାଯାଇପାରିବ। ଏହି ମ୍ୟାଚର ଲାଇଭ ଟେଲିକାଷ୍ଟକୁ ଜିଓ ଟିଭିରେ ମଧ୍ୟ ଦେଖିହେବ। ଏଥିପାଇଁ କୌଣସି ଶୁଳ୍କର ଆବଶ୍ୟକତା ନାହିଁ। ଟାଟା ସ୍କାଏ ସଂଯୋଗ ଥିବା ଗ୍ରାହକ ଟାଟା ପ୍ଲେ ଆପରେ ମ୍ୟାଚ ମଧ୍ୟ ଦେଖିପାରିବେ। ଏଥିପାଇଁ ଅତିରିକ୍ତ ଦେୟର ଆବଶ୍ୟକତା ନାହିଁ।

 


Enter your email to get our daily news in your inbox.

All Right Reserved By Dharitri.Com

ଆକାଶ ଆନନ୍ଦଙ୍କ ଉପରେ ପୁଣି ବର୍ଷିଲେ ମାୟାବତୀ, ମୁଁ ଅସୁସ୍ଥ…..

ଲକ୍ଷ୍ନୌ,୧୩।୯: ବହୁଜନ ସମାଜ ପାର୍ଟି (ବିଏସ୍‌ପି) ସୁପ୍ରିମୋ ମାୟାବତୀ ରବିବାର ଗଣମାଧ୍ୟମ ସହ ଆଲୋଚନା କରି ଆକାଶ ଆନନ୍ଦଙ୍କୁ ନେଇ ପୁଣି ବଡ଼ ଅଭିଯୋଗ ଆଣିଛନ୍ତି ।…

ଦିନ ଦ୍ୱିପ୍ରହରରେ ବିଚ୍‌ ରାସ୍ତାରେ ସ୍ତ୍ରୀଙ୍କ ବେକ କାଟି ହତ୍ୟା କଲେ ସ୍ବାମୀ

ବାରିପଦା,୧୩ା୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ବାରିପଦା ଟାଉନ ଥାନା ଅନ୍ତର୍ଗତ ବାଗଡିହା ଛକ ନିକଟରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ସ୍ବାମୀ ତାଙ୍କ ସ୍ତ୍ରୀଙ୍କ ବେକକୁ ଏକ…

ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ: ୧୦୦ ଶଯ୍ୟା ବିଶିଷ୍ଟ ଛାତ୍ରୀ ନିବାସ ଉଦ୍‌ଘାଟନ କରି ବିଧାୟକ କହିଲେ…

ଭଞ୍ଜନଗର,୧୩ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ଜିଲୁଣ୍ଡିପଲ୍ଲୀସ୍ଥିତ ଆଦର୍ଶ ବିଦ୍ୟାଳୟର ପ୍ରତିଷ୍ଠା ଦିବସ ଶନିବାର ବିଦ୍ୟାଳୟ ପରିସରରେ ଉତ୍ସାହ ଓ ଉଦ୍ଦୀପନାର ସହ ପାଳିତ…

ଗାଜଲବାଡ଼ି ଘାଟିରେ ବାରମ୍ବାର ଘଟୁଛି ଦୁର୍ଘଟଣା: ଓଲଟିଲା କଣ୍ଟେନର, ସମ୍ପ୍ରସାରଣରେ ବିଳମ୍ବକୁ ନେଇ ତେଜୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି/ସୋରଡ଼ା,୧୩ା୯(ଅରୁଣ ସାହୁ/ରଜନୀ ମହାପାତ୍ର): ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ଗାଜଲବାଡ଼ି ଘାଟିରେ ବାରମ୍ବାର ଦୁର୍ଘଟଣା ଘଟୁଛି। ଗୋଟିଏ ସପ୍ତାହରେ ୨ଟି ଘଟଣା…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

ବସ୍‌ ଚକାତଳେ ଚାଲିଗଲା ଶିଶୁକନ୍ୟାର ଜୀବନ

ସୋରଡ଼ା,୧୩ା୯(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ବଡ଼ଗଡ଼ ଥାନା ଢଉପଦା ଗ୍ରାମ ନିକଟରେ ବସ୍‌ଚକା ତଳେ ଚାପି ହୋଇ ଜଣେ ଶିଶୁକନ୍ୟାର ଜୀବନ ଚାଲିଯାଇଛି। ମୃତକ ଜଣକ ସେହି…

ପୁଣି ୪ ଗେଟ୍‌ ଖୋଲିଲା ହୀରାକୁଦ

ସମ୍ବଲପୁର,୧୩ା୯(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରର ଉପର ବର୍ଷା ପରିମାଣ ବୃଦ୍ଧି ଯୋଗୁ ହୀରାକୁଦ ଜଳଭଣ୍ଡାରକୁ ପୁଣିଥରେ ବନ୍ୟା ଜଳ ପ୍ରବେଶ ପରିମାଣର ବୃଦ୍ଧି ପାଇଛି। ଏହାସହ ଜଳଭଣ୍ଡାରର…

BRICS ସମ୍ମିଳନୀ ମଧ୍ୟରେ ରାହୁଲ-ପ୍ରିୟଙ୍କାଙ୍କୁ ଭେଟିଲେ ମାଲେସିଆ ପ୍ରଧାନମନ୍ତ୍ରୀ; ବ୍ରେକଫାଷ୍ଟ ସମୟରେ କ’ଣ ଆଲୋଚନା ହେଲା? ଜାଣନ୍ତୁ…

ନୂଆଦିଲ୍ଲୀ,୧୩।୯: ମାଲେସିଆର ପ୍ରଧାନମନ୍ତ୍ରୀ ଅନୱର ଇବ୍ରହିମ ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଏବଂ କଂଗ୍ରେସ ଏମପି ପ୍ରିୟଙ୍କା ଗାନ୍ଧୀଙ୍କ ସହ ଏକ ବ୍ରେକଫାଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?