ରାଇକିଆରେ ସ୍ବାଧୀନତା ଦିବସ ପାଳନ ନେଇ ଶେଷ ପର୍ଯ୍ୟାୟରେ ପ୍ରସ୍ତୁତି, ଦେଶ ଭକ୍ତିର ନାରା ଦେଇ…

ରାଇକିଆ,୧୪ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକ୍‌ରେ ସ୍ବାଧୀନତା ଦିବସ ପାଳନକୁ ନେଇ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଶୁକ୍ରବାର ରାଇକିଆ ପଞ୍ଚାୟତ ସମିତି, ବ୍ଲକ ଭାଜପା ଏବଂ ବିଭିନ୍ନ ଶିକ୍ଷାନୁଷ୍ଠାନ ତରଫରୁ ହର୍‌ ଘର ତ୍ରିରଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଜୀବନ ଜ୍ୟୋତି ମହାବିଦ୍ୟାଳୟ, ସରସ୍ବତୀ ଶିଶୁମନ୍ଦିର ଛାତ୍ରୀଛାତ୍ର ସାମିଲ ହୋଇ ଚୁନପଲ୍ଲି ଛକ ଠାରୁ ଏକ ବିଶାଳ ଶୋଭାଯାତ୍ରା ବାହାରି ବ୍ଲକ କାର୍ଯ୍ୟଲୟ ଏବଂ ବେରେଡାକିଆ ଛକ ପର୍ଯ୍ୟନ୍ତ ପହଞ୍ଚିଥିଲା। ବ୍ଲକ ଅଧ୍ୟକ୍ଷା ରୀନା ପ୍ରଧାନ, ବିଡିଓ ସବ୍ୟସାଚୀ ସାହୁ, ଥାନା ଅଧିକାରୀ ଏ. ସ୍ବର୍ଣ୍ଣଲତା ପାତ୍ର, ରାଇକିଆ ସରପଞ୍ଚ ଗୀତାଞ୍ଜଳି ନାୟକ, ଭାଜପା ଜିଲା କୋଷାଧ୍ୟକ୍ଷ କୈଳାସ ପଣ୍ଡା, ମଣ୍ଡଳ ସଭାପତି ସନ୍ତୋଷ ପାତ୍ର, ଏମ୍‌ପି ପ୍ରତିନିଧି ସନ୍ତୋଷ ଲେଙ୍କା, ଜିପିଓ ମହେଶ ପଟ୍ଟନାୟକ, ଜୀବନ ଜ୍ୟୋତି ମହାବିଦ୍ୟାଳୟ ଅଧ୍ୟକ୍ଷ ଉମାକାନ୍ତ ରଥ, ସରସ୍ବତୀ ଶିଶୁମନ୍ଦିର ପ୍ରଧାନଆଚାର୍ଯ୍ୟା ସବିତା ମିଶ୍ର ପ୍ରମୁଖ ଯୋଗଦେଇଥିଲେ। ଛାତ୍ରୀଛାତ୍ର ପତାକା ଧରି ଦେଶ ଭକ୍ତିର ନାରା ଦେଇ ଏହି ଶୋଭାଯାତ୍ରା ସାମିଲ ହୋଇଥିଲେ।

Dharitri – Odisha’s No.1 Odia Daily

Share