କୁଲାଡ଼ ରଥଯାତ୍ରା ପାଇଁ ଚୂଡ଼ାନ୍ତ ପର୍ଯ୍ୟାୟରେ ପ୍ରସ୍ତୁତି: ସମୀକ୍ଷା କଲେ ଉପଜିଲାପାଳ, ଅତିରିକ୍ତ ତହସିଲଦାର

ଭଞ୍ଜନଗର,୨୨ା୬(ବାବୁଲା ପ୍ରଧାନ): ଘୁମୁସରର ପ୍ରସିଦ୍ଧ କୁଲାଡ଼ ରଥଯାତ୍ରା ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ବିଗତ ବର୍ଷ ଅପେକ୍ଷା ଚଳିତ ବର୍ଷ ଯାତ୍ରାକୁ ଅଧିକ ଆକର୍ଷଣୀୟ କରିବା ପାଇଁ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଏବଂ ଉପଜିଲାପାଳ ଉମାଶଙ୍କର ବେହେରା ଚେଷ୍ଟା ଚଳାଇଛନ୍ତି। ତେଣୁ ଉପଜିଲାପାଳ ଉମାଶଙ୍କର ବେହେରା ଏବଂ ଅତିରିକ୍ତ ତହସିଲଦାର ଅବିନାଶ ମହାର ଦୈନନ୍ଦିନ କାର୍ଯ୍ୟକ୍ରମ ଅଗ୍ରଗତି ନେଇ ସମୀକ୍ଷା କରୁଛନ୍ତି। ଦୁଇ ଅଧିକାରୀ ଚତୁର୍ଦ୍ଧାମୂର୍ତ୍ତିଙ୍କ ଅଣସର କାର୍ଯ୍ୟ ଏବଂ ଠାକୁରଙ୍କ ରଙ୍ଗ କାମର ସମୀକ୍ଷା କରିବା ସହ ଯାତ୍ରାରେ ଆଶ୍ୟକୀୟ ପୂଜା ସାମଗ୍ରୀ, ପିତ୍ତଳ ଘଣ୍ଟର ମରାମତି, ରଥ କପଡ଼ା, ପହଣ୍ଡି ନିମନ୍ତେ ଘୋଡ଼ା, ସଙ୍କୀର୍ତ୍ତନ ମଣ୍ଡଳୀମାନଙ୍କ ନିମନ୍ତେ ପ୍ରସାଦ ହାଟୁଆ ଉପହାର, ନିମନ୍ତ୍ରଣ ବଣ୍ଟନ ପ୍ରଭୁତି କାର୍ଯ୍ୟକ୍ରମ ଉପରେ ପୁଙ୍ଖାନୁପୁଙ୍ଖ ସମୀକ୍ଷା କରିଛନ୍ତି । ରଥ ନିର୍ମାଣ,ପାଶର୍‌ବ ଦେବତା ଓ ରଥକୁ ରଙ୍ଗଦିଆ କାମ ସକାଶେ ମହାରଣା ଓ କାରିଗରଙ୍କ ସହ ଆଲୋଚନା କରି ଆବଶ୍ୟକ ସରଞ୍ଜାମ ଯୋଗାଇ ଦିଆଯାଇଛି। ଚଳିତ ବର୍ଷ ରଥ ନିର୍ମାଣ ନେଇ ୨୮ ଖଣ୍ଡ କାଠ ଆସିଛି। ସେଥିରେ ରଥ କାମ ଚାଲିଥିବା ଜଣାପଡ଼ିଛି।
କୁଲାଡ଼ ରଥଯାତ୍ରାରେ ଚଳିତ ବର୍ଷ ୫୦ ହଜାର ଶ୍ରଦ୍ଧାଳୁଙ୍କ ସମାଗମ ହେବାର ସମ୍ଭାବନା ଥିବାରୁ ଶାନ୍ତି ଶୃଙ୍ଖଳା ବଜାୟ ରଖିବାକୁ ପୋଲିସ ସହ ଏନ୍‌ସିସି କ୍ୟାଡେଟ୍‌, ସ୍ବେଚ୍ଛାସେବୀଙ୍କୁ ନିୟୋଜିତ କରାଯିବ। ଶ୍ରଦ୍ଧାଳୁଙ୍କ ପାଇଁ ବିଭିନ୍ନ ସ୍ଥାନରେ ପିଇବା ପାଣି ବ୍ୟବସ୍ଥା, ଅତିଥିମାନଙ୍କ ପାଇଁ ସ୍ବତନ୍ତ୍ର ପ୍ରକୋଷ୍ଠ, ଡାକ୍ତରୀ ଟିମ୍‌, ପୋଲିସ ବାହିନୀ, ସାମ୍ବାଦିକମାନଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ରହିବ। ତତ୍‌ସହ ସଠିକ୍‌ ସମୟରେ ରୀତିନୀତି ସମାପନ ପାଇଁ ମନ୍ଦିର ପୂଜକଙ୍କ ସହ ସମନ୍ବୟ ରକ୍ଷା ଉପରେ ଆଲୋଚନା ହୋଇଥିଲା। ପୂର୍ବ ପ୍ରସ୍ତୁତି ବୈଠକରେ ଆଲୋଚନା ହୋଇଥିବା ମନ୍ଦିର ଓ ରଥକୁ ଫୁଲରେ ସାଜ୍ଜସଜା କରିବା ସହ ମନ୍ଦିର ସାମ୍ନା ରାସ୍ତାରେ ଝୋଟି, ଚିତା ଆଙ୍କିବା ସହ ରଥଯାତ୍ରାକୁ ଜାକଜମକରେ କରିବା ନେଇ ଆନୁଷଙ୍ଗିକ ବ୍ୟବସ୍ଥା ଉପରେ ଆଲୋଚନା ହୋଇଛି। ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଗୌରୀଶଙ୍କର ଶତପଥୀ, ରାଜସ୍ବ ନିରୀକ୍ଷକ ଭଗବାନ ବେହେରା, ପୂଜକ ବାପି ପଣ୍ଡା, ଚିରଞ୍ଜବୀ ପାଢ଼ୀ, ତ୍ରିନାଥ ମହାରଣା, ପିଣ୍ଟୁ ସେଠୀ ପ୍ରମୁଖ ଉକ୍ତ ଅଧିକାରୀମାନଙ୍କ ଗସ୍ତ ସମୟରେ ଉପସ୍ଥିତ ରହିଥିଲେ।
ସୂଚନାଯୋଗ୍ୟ, କୁଲାଡ ଜଗନ୍ନାଥ ମନ୍ଦିର ଭଞ୍ଜ ରାଜବଂଶ ପକ୍ଷରୁ ସ୍ଥାପିତ ହୋଇଥଲା। ତେଣୁ ଶହ ଶହ ବର୍ଷ ଧରି କୁଲାଡ଼ରେ ରଥଯାତ୍ରା ଅନୁଷ୍ଠିତ ହୋଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ: ବିଦ୍ୟୁତ୍‌ ଖୁଣ୍ଟ ଉପୁଡି ଯାତାୟାତ ବାଧାପ୍ରାପ୍ତ

ଦେବଗଡ,୨୮।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାର ବିଭିନ୍ନ ସ୍ଥାନରେ ହଠାତ୍‌ କାଳବୈଶାଖି ଜନିତ ଝଡବର୍ଷା ଯୋଗୁ ବ୍ୟାପକ କ୍ଷୟକ୍ଷତି ଘଟିଥିବା ଜଣାପଡିଛି । ଶୁକ୍ରବାର ସନ୍ଧ୍ୟା ସମୟରେ…

ଆବଶ୍ୟକବେଳେ ମିଳୁନି ୟୁରିଆ, ଚାଷୀ ହନ୍ତସନ୍ତ: କାର୍ଯ୍ୟାନୁଷ୍ଠାନ ଧର୍ମକୁ ଆଖିଠାର

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ):ଅଧିକ ଧାନ ଉତ୍ପାଦନ ଯୋଗୁ ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ହେଲେ ଏଠାରେ ଚାଷ ଏବଂ ଚାଷୀଙ୍କ ସମସ୍ୟା ଅସମାହିତ ହୋଇ ରହିଛି। ଧାନବିକ୍ରି…

ତାଲିକାରୁ ଯୋଗ୍ୟ ପ୍ରାର୍ଥୀଙ୍କ ନାମ ଗାଏବ

ଛତ୍ରପୁର,୨୮ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ହୋମଗାର୍ଡ ନାମଲେଖା ପ୍ରକ୍ରିୟାରେ ଏକ ସାଂଘାତିକ ତ୍ରୁଟି ସାମ୍ନାକୁ ଆସିଛି, ଯାହା ଚୟନ ପ୍ରକ୍ରିୟାର ସ୍ବଚ୍ଛତା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି।…

ଓଲିଙ୍କୁ ବାନ୍ଧିଲା ପୋଲିସ: ଆକ୍ସନ ମୋଡ୍‌ରେ ବାଲେନ୍ଦ୍ର ସରକାର

କାଠମାଣ୍ଡୁ,୨୮।୩: ନେପାଳରେ କ୍ଷମତା ପରିବର୍ତ୍ତନ ସହିତ ବର୍ତ୍ତମାନ ଏକ ରାଜନୈତିକ ଅସ୍ଥିରତା ଦେଖାଦେଇଛି। ବାଲେନ୍ଦ୍ର ଶାହା ସରକାର କ୍ଷମତାକୁ ଆସିବା ପରେ ଆକ୍ସନ ମୋଡ୍‌ରେ ନଜର ଆସିଛନ୍ତି।…

ପ୍ରତି ଲକ୍ଷେ ଜନ୍ମରେ ୨୪,୭୦୦ ମାତୃମୃତ୍ୟୁ

ନୂଆଦିଲ୍ଲୀ,୨୮ା୩: ଦକ୍ଷିଣ ଏସିଆ ଓ ଅନ୍ୟ ଉପସାହାରୀୟ ଆଫ୍ରିକୀୟ ରାଷ୍ଟ୍ରଗୁଡ଼ିକରେ ମାତୃ ମୃତ୍ୟୁହାର ଅତ୍ୟନ୍ତ ଚିନ୍ତାଜନକ ରହିଛି। ୨୦୨୩ରେ ଭାରତ ସମେତ ଏହି ଅଞ୍ଚଳରେ ପ୍ରତି ୧…

ଆଜିଠୁ ଆଇପିଏଲ୍‌: ମୁହାଁମୁହିଁ ହେବେ ଏହି ୨ ଟିମ୍‌

ବେଙ୍ଗାଲୁରୁ, ୨୮।୩:ଅନ୍ତର୍ଜାତୀୟ ଟି୨୦ରେ ସବୁଠାରୁ ବ୍ୟୟବହୁଳ ଲିଗ୍‌ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ୧୯ଶ ସଂସ୍କରଣ ଶନିବାରଠାରୁ ଆରମ୍ଭ ହେବାକୁ ଯାଉଛି। ଏହା ମେ’ ୩୧ ପର୍ଯ୍ୟନ୍ତ…

ଓଲଟିଲା ଟୁରିଷ୍ଟ ବସ୍‌: ଚାଲିଗଲା ୫ ଜୀବନ

ନୟାଗଡ଼,୨୮।୩(ଲୋକନାତ ମିଶ୍ର):ନୟାଗଡ଼ ଜିଲା ଦଶପଲା ବ୍ଲକ ବାଣୀଗୋଛା ଥାନା ବଲାଙ୍ଗୀର ଖୋର୍ଦ୍ଧା ୫୭ ନଂ ଜାତୀୟ ରାଜପଥର ଟାକେରାରେ ଟୁରିଷ୍ଟ ବସ ଓଲଟି ଡ୍ରାଇଭର ସମେତ ୫…

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri