ନବ ଦାସ ହତ୍ୟା ମାମଲାର ଖୁବ୍‌ଶୀଘ୍ର ଫାଇନାଲ ରିପୋର୍ଟ

ଭୁବନେଶ୍ୱର,୨୮।୪: ପୂର୍ବତନ ସ୍ବାସ୍ଥ୍ୟମନ୍ତ୍ରୀ ନବ ଦାସ ହତ୍ୟା ମାମଲାର ଫାଇନାଲ ରିପୋର୍ଟ ଖୁବ୍‌ଶୀଘ୍ର ଦାଖଲ ହେବ। ଏ ନେଇ କ୍ରାଇମ୍ବ୍ରାଞ୍ଚ ଡିଜି ବିନୟତୋଷ ମିଶ୍ରଙ୍କ ସୂଚନା ଦେଇଛନ୍ତି। ଅନ୍ତରୀଣ ଚାର୍ଜସିଟ ବଳରେ ମାମଲାର ବିଚାର ଚାଲିଛି।
ପରିବାରର ଅଭିଯୋଗ ଓ କେତେକ ପ୍ରସଙ୍ଗ ନେଇ ତଦନ୍ତ ଚାଲିଛି।

ଶନିବାର କ୍ରାଇମ୍‌ବ୍ରାଞ୍ଚ ଏଏସ୍‌ପି ବିଜୟ କୁମାର ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ମନ୍ତ୍ରୀଙ୍କୁ ହତ୍ୟା ଅଭିଯୋଗରେ ଗିରଫ ହୋଇଥିବା ପୋଲିସ ଏଏସ୍‌ଆଇ ଗୋପାଳ ଦାସଙ୍କ ବ୍ରହ୍ମପୁରସ୍ଥିତ ବାସଭବନକୁ ଯାଇଥିଲା। ଆଙ୍କୋଲି ଶିଳ୍ପାଞ୍ଚଳ ନିକଟସ୍ଥ ପଞ୍ଚଶୀଳମାର୍ଗରେ ଥିବା ବାସଭବନରେ ସ୍ତ୍ରୀ ଜୟନ୍ତୀ ଦାସଙ୍କ ସହିତ କ୍ରାଇମବ୍ରାଞ୍ଚ ଟିମ୍‌ ଆଲୋଚନା କରିଥିଲା। ଗୁଳିମାଡ଼ ଘଟଣା ଦିନ ଓ ଏହା ପୂର୍ବରୁ ଜସହିତ କ’ଣ ସବୁ କଥା ହୋଇଥିଲେ ସେ ସବୁ ଦିଗ ପ୍ରତି ଗୁରୁତ୍ୱ ଦେଇ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ତାଙ୍କୁ ପଚରାଉଚରା କରିଥିଲା। ଏଥିସହ ତାଙ୍କର ବୟାନ ରେକର୍ଡ କରାଯାଇଥିବା ଏଏସ୍‌ପି ମଲ୍ଲିକ କହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୧ଜଣଙ୍କୁ ଜେରା କରାଯାଇ ବୟାନ ରେକର୍ଡ କରାଯାଇଥିବା ସେ ସୂଚନା ଦେଇଛନ୍ତି। ଘଟଣାର ତଦନ୍ତ ଜାରି ରହିଥିବା ବେଳେ ଆହୁରି କିଛି ଲୋକଙ୍କୁ ପଚରାଉଚରା କରାଯିବ ବୋଲି ମଲ୍ଲିକ କହିଛନ୍ତି। ଏହି ମାମଲାର ଖୋଳତାଡ଼ ପାଇଁ ଗତ ୨୩ ତାରିଖରୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ବ୍ରହ୍ମପୁରରେ ଡେରା ପକାଇଛି।

୨୪ ତାରିଖରୁ ବିଭିନ୍ନ ଲୋକଙ୍କୁ ଡାକି ଜେରା କରୁଛି। ହତ୍ୟା ପୂର୍ବରୁ ଗୋପାଳ ଯେଉଁମାନଙ୍କ ସହିତ ଫୋନ୍‌ରେ କଥା ହୋଇଥିଲେ ତା’ର ସିଡିଆର୍‌ (କଲ ଡିଟେଲ ରେକର୍ଡ) ବାହାର କରି ଜଣକ ପରେ ଜଣେ ବ୍ୟକ୍ତିଙ୍କୁ କ୍ରାଇମବ୍ରାଞ୍ଚ ଜେରା କରୁଛି। ବର୍ତ୍ତମାନ ସୁଦ୍ଧା ହୋଇଥିବା ତଦନ୍ତରୁ କ୍ରାଇମ୍‌ବ୍ରାଞ୍ଚ ହାତରେ କିଛି ଗୁରୁତ୍ୱପୂର୍ଣ୍ଣ ତଥ୍ୟ ଲାଗିଛି।

ମାତ୍ର କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଏହି ଦିଗରେ କିଛି ସ୍ପଷ୍ଟ ସୂଚନା ଦେଉନାହିଁ। ଟିମ୍‌ ପକ୍ଷରୁ ଆଉ କିଛି ଲୋକଙ୍କୁ ମଧ୍ୟ ଜେରା କରାଯିବାର ସମ୍ଭାବନା ରହିଛି। ପୂର୍ବରୁ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଗୋପାଳଙ୍କ ପୁଅ ମନୋଜ ଦାସ, ଭାଇ ସତ୍ୟ ନାରାୟଣ ଦାସ ଓ ତାଙ୍କ ପୁତୁରା ପ୍ରଦୀପ ଦାସଙ୍କୁ ପଚରାଉଚରା କରି ବୟାନ ରେକର୍ଡ କରିଛି।

ଶନିବାର ଜୟନ୍ତୀଙ୍କ ବୟାନ ରେକର୍ଡ କରାଯାଇଥିଲା। ଗତଥର ତଦନ୍ତ ପାଇଁ ବ୍ରହ୍ମପୁର ଆସିଥିବା କ୍ରାଇମ୍‌ବ୍ରାଞ୍ଚ ଟିମ ମଧ୍ୟ ଏ ସମସ୍ତଙ୍କର ବୟାନ ନେଇଥିଲା। ୪ଜଣ ପରିବାରବର୍ଗ, ଜଣେ ପୋଲିସ ବନ୍ଧୁ, ଓଏସ୍‌ଆର୍‌ଟିସିର ଜଣେ ବସ୍‌ କଣ୍ଡକ୍ଟର୍‌ ଏହିଭଳି ୧୧ଜଣଙ୍କ ବୟାନ କ୍ରାଇମ୍‌ବ୍ରାଞ୍ଚ ଟିମ୍‌ ଇତିମଧ୍ୟରେ ନେଇସାରିଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ମଶାନକୁ ରାସ୍ତା ନାହିଁ, କେନାଲ ପାର୍‌ ହୋଇ ଶବଦାହ କଲେ ଗ୍ରାମବାସୀ

ଗଞ୍ଜାମ,୧୬ା୮(ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ପଞ୍ଚାୟତର ଗଡ଼ହୁମ୍ମା ଗ୍ରାମ ନିକଟରେ ରହିଛି ବାଉଁସିଆ ପଡ଼ା ଗ୍ରାମ। ଶବଦାହ ପାଇଁ ଗ୍ରାମବାସୀ ନାହିଁ ନ ଥିବା…

ଗ୍ରାମୀଣ ଗୃହ ଯୋଜନାରେ ଶ୍ରେଷ୍ଠ ପ୍ରଦର୍ଶନ ପାଇଁ ରାଇକିଆ ବ୍ଲକ ପୁରସ୍କୃତ

ରାଇକିଆ,୧୬ା୮(ପ୍ରଦୀପ ବେହେରା): ଗ୍ରାମୀଣ ଗୃହ ଯୋଜନା-୨୦୨୫/୨୬ରେ ସମଗ୍ର କନ୍ଧମାଳ ଜିଲାରେ ଉଲ୍ଳେଖନୀୟ ପ୍ରଦର୍ଶନ ପାଇଁ ଜିଲା ପ୍ରଶାସନ ତରଫରୁ ରାଇକିଆ ବ୍ଲକ ପୁରସ୍କୃତ ହୋଇଛି। ଫୁଲବାଣୀଠାରେ ଜିଲାସ୍ତରୀୟ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଜିଲାପାଳଙ୍କୁ ସ୍ମାରକପତ୍ର ପ୍ରଦାନ ନିଷ୍ପତ୍ତି ଚାଷୀ ସଙ୍ଗଠନ ନେଇ…

ଦିଗପହଣ୍ଡି,୧୬ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡିର ଶ୍ରୀ ଦଧିବାମନ ମନ୍ଦିର ପ୍ରାଙ୍ଗଣରେ ଚାଷୀ ସଙ୍ଗଠନ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ବ୍ଲକ କମିଟି ପକ୍ଷରୁ ଆଲୋଚନା…

Video: ଇନଷ୍ଟାଗ୍ରାମରେ ଭିଡିଓ ଶେୟାର କରି ମୋଦି, କହିଲେ…

ନୂଆଦିଲ୍ଲୀ,୧୬।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସ୍ବାଧୀନତା ଦିବସ (ଅଗଷ୍ଟ ୧୫) ସକାଳର ଏକ ବିଶେଷ ମୁହୂର୍ତ୍ତ ସେୟାର କରିଛନ୍ତି। ତାଙ୍କ ଇନଷ୍ଟାଗ୍ରାମରେ ପୋଷ୍ଟ ହୋଇଥିବା ଏକ ଭିଡିଓରେ…

ଆମ୍ବୁଲାନ୍ସ ଭିତରେ ସନ୍ତାନ ପ୍ରସବ କଲେ ମହିଳା, ବନ୍ୟାଜଳରେ ଅଟକିବାରୁ…

ଦେବଗଡ଼,୧୬ା୮(ଶଶାଙ୍କ ଶେଖର ଝାଙ୍କର): ପୋଲ ଉପରେ ବନ୍ୟାଜଳ ପ୍ରବାହିତ ହେଉଥିବା ବେଳେ ଆମ୍ବୁଲାନ୍ସ ଯାଇ ନ ପାରିବାରୁ ଜଣେ ଗର୍ଭବତୀ ମହିଳାଙ୍କୁ ହଟହଟା ହେବାକୁ ପଡ଼ିଛି। ଦେବଗଡ଼…

ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ, ତୁରନ୍ତ ଡ୍ୟୁଟିରେ ଯୋଗ ଦେବାକୁ ନିର୍ଦ୍ଦେଶ ଜାରି କରି…

ଭଦ୍ରକ,୧୬ା୮(ସନାତନ ରାଉତ): ଭଦ୍ରକ ଜିଲାର ବିଭିନ୍ନ ବ୍ଲକରେ ଲଗାତର ବର୍ଷା ଓ ବନ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ଜିଲାପାଳ ସୋମେଶ ଉପାଧ୍ୟାୟ ରବିବାର ଏକ ଜରୁରୀ ନିର୍ଦ୍ଦେଶ…

ଶାହରୁଖ ଖାନ, ଅଜୟ ଦେବଗନ, ଟାଇଗର ଶ୍ରଫଙ୍କ ବଢିଲା ସମସ୍ୟା; ‘କାରଣ ଦର୍ଶାଅ’ ନୋଟିସ ଜାରି କଲା FDA

ନୂଆଦିଲ୍ଲୀ,୧୬।୮: ତିନି ପ୍ରମୁଖ ବଲିଉଡ ତାରକା – ଶାହରୁଖ ଖାନ, ଅଜୟ ଦେବଗନ ଏବଂ ଟାଇଗର ଶ୍ରଫଙ୍କ ପାଇଁ ସମସ୍ୟା ବଢ଼ିବା ପରି ମନେ ହେଉଛି। ‘ବିମଲ…

ହନୁମାନ ପଇସାରୁ ବ୍ୟବସାୟୀଙ୍କୁ ଅପହରଣ: ଆଜି ଅଭିଯୁକ୍ତ-ବ୍ୟବ୍ୟସାୟୀଙ୍କୁ ମୁହାଁମୁହିଁ ଜେରା କରାଯାଇ…

ବଲାଙ୍ଗୀର,୧୬ା୮(ସୁନିଲ କୁମାର ମହାନ୍ତି): ହନୁମାନ ପଇସା’ରୁ ହୋଇଥିଲା ଅପହରଣ। ୨ କୋଟି ୭୦ ଲକ୍ଷ ଟଙ୍କାର କାରବାର ହେଉଥିଲା। ଉଭୟ ଅପହରଣକାରୀ ଓ ଅପହୃତଙ୍କ ନାଁରେ ମାମଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri