Posted inଖେଳ

ଅନ୍ତିମ ଟେଷ୍ଟ: ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜର ବୋଲିଂ ନିଷ୍ପତ୍ତି

ମାଞ୍ଚେଷ୍ଟର,୨୪।୭(ଏପି): ସ୍ଥାନୀୟ ଓଲ୍ଡ ଟ୍ରାଫର୍ଡ ଗ୍ରାଉଣ୍ଡରେ ଶୁକ୍ରବାର ଆରମ୍ଭ ହୋଇଥିବା ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଟେଷ୍ଟ ମ୍ୟାଚ୍‌ରେ ଭ୍ରମଣକାରୀ ଓ୍ବେଷ୍ଟଇଣ୍ଡିଜ ଟସ୍‌ ଜିତି ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛି। ରିପୋର୍ଟ ଲେଖାହେବା ବେଳକୁ ଇଂଲଣ୍ଡ ପ୍ରଥମ ଇନିଂସ ଆରମ୍ଭ କରି ପ୍ରାରମ୍ଭିକ ଝଟ୍‌କା ଖାଇଛି। ଦଳ ୮ ଓଭରରେ ଗୋଟିଏ ଉଇକେଟ ହରାଇ ୧୩ ରନ ସଂଗ୍ରହ କରିଛି। ଓପନର ଡୋମିନିକ୍‌ ସିବ୍‌ଲେ ଖାତା ଖୋଲିବା ପୂର୍ବରୁ କେମର ରୋଚଙ୍କ ବଲ୍‌ରେ ଏଲ୍‌ବିଡବ୍ଳୁୃ ହୋଇ ପ୍ୟାଭିଲିୟନ ଫେରିଛନ୍ତି। ରୋରି ବର୍ଣ୍ଣସ ୫ ଓ ଅଧିନାୟକ ଜୋ ରୁଟ ୩ ରନ କରି ବ୍ୟାଟିଂ ଜାରି ରଖିଛନ୍ତି।
ସାମ କୁରାନ ଓ ଜ୍ୟାକ କ୍ରଲିଙ୍କ ବଦଳରେ ଇଂଲଣ୍ଡ ଜୋଫ୍ରା ଆର୍ଚର ଓ ଜେମ୍ସ ଆଣ୍ଡରସନଙ୍କୁ ଦଳରେ ସାମିଲ କରିଛି। ଅପରପକ୍ଷରେ ଓ୍ବେଷ୍ଟଇଣ୍ଡିଜ ଦଳରେ ଗୋଟିଏ ପରିବର୍ତ୍ତନ କରାଯାଇଛି। ଅଲଜାରି ଜୋସେଫ୍‌ଙ୍କ ବଦଳରେ ସ୍ପିନର ରାଖିମ କର୍ନଓ୍ବାଲଙ୍କୁ ଦଳରେ ସାମିଲ କରାଯାଇଛି। ୩ ମ୍ୟାଚ୍‌ ବିଶିଷ୍ଟ ଏହି ସିରିଜ ୧-୧ରେ ସମାନସ୍ତରରେ ରହିଛି। ୧୯୮୮ ପରେ ଓ୍ବେଷ୍ଟଇଣ୍ଡିଜ ପ୍ରଥମଥର ପାଇଁ ଇଂଲଣ୍ଡ ମାଟିରେ ସିରିଜ ବିଜୟ ଲକ୍ଷ୍ୟରେ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଫଗାନିସ୍ତାନକୁ ହରାଇଲା ଭାରତ, ୧୩ ବଲ୍‌ରେ…

ଧର୍ମଶାଳା,୧୩ା୬: ଧର୍ମଶାଳାରେ ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଖେଳାଯାଇଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ୍‌ ସିରିଜରେ ଭାରତ ବିଜୟ ଲାଭ କରିଛି। ବର୍ଷା ପ୍ରଭାବିତ ପ୍ରଥମ ଦିନିକିଆରେ ଟିମ୍‌…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ଭାରତ ଆଗରେ ୧୯୫ ରନ୍‌ର ଟାର୍ଗେଟ୍; ଡେବ୍ୟୁ ମ୍ୟାଚ୍‌ରେ ଗୁର୍‌ବାଜଙ୍କ ଧୂଆଁଧାର ଇନିଂସ

ଧର୍ମଶାଳା, ୧୩ା୬: ଭାରତ ଓ ଆଫଗାନିସ୍ତାନ ମଧ୍ୟରେ ଶନିବାର ପ୍ରଥମ ଦିନିକିଆ ମ୍ୟାଚ୍‌ ଖେଳାଯାଇଛି। ବର୍ଷା କାରଣରୁ ମ୍ୟାଚ୍‌କୁ ୨୫ ଓଭରରେ ସୀମିତ ରଖାଯାଇଛି। ରହମାନୁଲା ଗୁରବାଜଙ୍କ…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଏହିଦିନ ଟ୍ରମ୍ପଙ୍କୁ ଭେଟିବେ ମୋଦି, ହ଼୍ବାଇଟ ହାଉସର ବଡ଼ ଘୋଷଣା

ଓ଼୍ବାଶିଂଟନ,୧୩।୬: ହ଼୍ବାଇଟ ହାଉସ ଘୋଷଣା କରିଛି ଯେ ଫ୍ରାନ୍ସରେ ଅନୁଷ୍ଠିତ G7 ଶିଖର ସମ୍ମିଳନୀ ଅବସରରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିବେ।…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ମନଇଛା ଘରଭଡା ବଢାଇପାରିବେ କି ମାଲିକ? ଓଡ଼ିଶାରେ ଭଡାଘର ଏଗ୍ରିମେଣ୍ଟକୁ ନେଇ ବଦଳିଲା ନିୟମ

ଭୁବନେଶ୍ୱର,୧୩ା୬: ରାଜ୍ୟରେ ଘର ଭଡ଼ା ବ୍ୟବସ୍ଥାକୁ ଆଧୁନିକ ଓ ସ୍ୱଚ୍ଛ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ‘ଓଡ଼ିଶା ସହରାଞ୍ଚଳ ଭଡ଼ା ନିୟନ୍ତ୍ରଣ ଅଧିନିୟମ, ୨୦୨୬’ର ଚିଠା ପ୍ରକାଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri