ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ବୈଠକରେ ବରଗଡ଼ ଅତିରିକ୍ତ ଜିଲାପାଳ ତଥା ଅତିରିକ୍ତ ଜିଲା ନିର୍ବାଚନ ଅଧିକାରୀ ମହେନ୍ଦ୍ର ମହାପାତ୍ର ଚୂଡ଼ାନ୍ତ ଭୋଟର ତାଲିକା ଉନ୍ମୋଚନ କରିଥିଲେ। ବୈଠକରେ ଅତିରିକ୍ତ ଜିଲାପାଳ (ସାଧାରଣ) ମଧୁଛନ୍ଦା ସାହୁ, ଡେପୁଟି କଲେକ୍ଟର ସୂର୍ଯ୍ୟମଣି ଭୋଇ, ଏଚଆରଏମଏସ ସଂଯୋଜକ ଶ୍ରୀକାନ୍ତ ତ୍ରିପାଠୀଙ୍କ ସମେତ ଭାରତୀୟ ଜାତୀୟ କଂଗ୍ରେସ, ଆମ ଆଦ୍ମୀ ପାର୍ଟି, ଭାରତୀୟ ଜନତା ପାର୍ଟି, ବିଜୁ ଜନତା ଦଳ ଆଦି ରାଜନୈତିକ ଦଳର ପ୍ରତିନିଧିମାନେ ଉପସ୍ଥିତ ରହି ଏହି ଭୋଟର ତାଲିକା ସମ୍ପର୍କରେ ନିଜ ନିଜର ମତାମତ ରଖିଥିଲେ ।
ବରଗଡ଼ ଜିଲାର ସମୁଦାୟ ୫ଟି ନିର୍ବାଚନ ମଣ୍ଡଳୀରେ ମୋଟ ୧୬୭୦ ଭୋଟଦାନ କେନ୍ଦ୍ର ଥିବାବେଳେ ୧୧ଲକ୍ଷ ୧୧ହଜାର ୯୪୨ଜଣ ଭୋଟର ରହିଛନ୍ତି । ତନ୍ମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୫ଲକ୍ଷ ୬୪ହଜାର ୬୬୬ ହୋଇଥିବାବେଳେ ମହିଳା ଭୋଟରଙ୍କର ସଂଖ୍ୟା ୫ଲକ୍ଷ ୪୭ହଜାର ୨୪୭ ଅଟେ। ଅନ୍ୟମାନେ ତୃତୀୟ ଲିଙ୍ଗ ଭୋଟର ଅଟନ୍ତି । ଗତ ଜୁଲାଇ ମାସ ୫ତାରିଖ ପ୍ରକାଶିତ ଚିଠା ଭୋଟର ତାଲିକା ତୁଳନାରେ ଚୂଡ଼ାନ୍ତ ଭୋଟର ତାଲିକାରେ ଭୋଟରଙ୍କ ସଂଖ୍ୟା ୫୦୬୬ ବୃଦ୍ଧି ପାଇଥିବା ସୂଚନା ଦିଆଯାଇଛି।
ପ୍ରକାଶଥାଉକି, ଚିଠା ତାଲିକାରେ ମୋଟ ଭୋଟରଙ୍କ ସଂଖ୍ୟା ୧୧ଲକ୍ଷ ୬ହଜାର ୮୭୬ ରହିଥିଲା। ଯେକୌଣସି ବ୍ୟକ୍ତି ନିଜ ନାମ କିମ୍ବା କୌଣସି ସମ୍ପର୍କୀୟଙ୍କ ନାମ ଭୋଟର ତାଲିକାରେ ଯାଞ୍ଚ କରିବା ପାଇଁ ଚାହିଁଲେ ନିମ୍ନୋକ୍ତ ମାଧ୍ୟମରେ କରିପାରିବେ ବୋଲି ବୈଠକରେ ସୂଚନା ଦିଆଯାଇଥିଲା।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ

ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?