ଭଞ୍ଜନଗର ଉପଖଣ୍ଡର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ: ୪୫୮୬ ନୂଆ ଯୋଡ଼ିହେଲେ, ୩୬୩୪୨ ପଡ଼ିଲେ ବାଦ୍‌

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ):ଦୀର୍ଘ ସାଢ଼େ ତିନି ମାସ ଧରି ଚାଲିଥିବା ସ୍ବତନ୍ତ୍ର ସଘନ -୨୦୨୬ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ଶେଷ ହେବା ପରେ ସୋମବାର ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶ ପାଇଛି। ଏହି ସମଗ୍ର ସଂଶୋଧନ ପ୍ରକ୍ରିୟାକୁ ସଫଳତାର ସହ ସମ୍ପନ୍ନ କରିବାରେ ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡର ବୁଥ୍‌ ସ୍ତରୀୟ ଅଧିକାରୀ, ବୁଥ୍‌ ସ୍ତରୀୟ ଏଜେଣ୍ଟ, ନିର୍ବାଚନ ପଞ୍ଜୀକରଣ ଅଧିକାରୀ, ଓ ନିର୍ବାଚନ କର୍ମଚାରୀ ପ୍ରମୁଖ ସହଯୋଗ କରିଥିଲେ। ଏଥିସହ ଭୋଟରମାନେ ମଧ୍ୟ ସହଯୋଗ କରିଛନ୍ତି।

ସ୍ବତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନ ପ୍ରକ୍ରିୟା ପରେ ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୬,୪୧,୨୨୮ ଜଣ ଭୋଟର ଚୂଡ଼ାନ୍ତ ତାଲିକାରେ ସ୍ଥାନ ପାଇଛନ୍ତି। ନିର୍ବାଚନମଣ୍ଡଳୀ ଅନୁଯାୟୀ, ଭଞ୍ଜନଗରରେ ୨,୨୫,୫୧୦ ଜଣ, ଆସିକାରେ ୧,୮୯,୩୦୧ ଜଣ, ସୋରଡ଼ାରେ ୨,୨୬,୪୧୭ ଜଣ ଭୋଟର ଅଛନ୍ତି। ସ୍ବତନ୍ତ୍ର ସଘନ ଭୋଟର ତାଲିକା ସଂଶୋଧନର ଚିଠା ଭୋଟର ତାଲିକା ପ୍ରକାଶ ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ୩ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ମୋଟ ୬,୭୨,୯୮୪ ଜଣ ଭୋଟର ଥିଲେ। ବର୍ତ୍ତମାନ ୩୬୩୪୨ ଜଣଙ୍କ ନାମ ବାଦ ପଡ଼ିଛନ୍ତି । ନୂଆଚିଠା ଭୋଟର ତାଲିକାରେ ୬,୩୬,୬୪୨ ଜଣ ଭୋଟର ବର୍ତ୍ତମାନ ରହିଥିବା ବେଲେ ଚୂଡ଼ାନ୍ତ ତାଲିକାରେ ମୋଟ ୪,୫୮୬ ଜଣଙ୍କ ନୂଆ ନାମ ବୃଦ୍ଧି ହୋଇ ୬,୪୧,୨୨୮ ଜଣ ଭୋଟର ଚୂଡ଼ାନ୍ତ ତାଲିକାରେ ସ୍ଥାନ ପାଇଥିବା ଜଣାପଡିଛି।
ଚୂଡ଼ାନ୍ତ ତାଲିକା ପ୍ରକାଶ ପୂର୍ବରୁ ଭଞ୍ଜନଗରରେ ୨,୩୭,୮୯୩ ଜଣ, ଆସିକାରେ ୨,୦୦,୫୬୧ ଜଣ, ସୋରଡ଼ାରେ ୨,୩୪,୫୩୦ ଜଣ ଭୋଟର ଥିଲେ। ଆଜି ଭଞ୍ଜନଗର ଉପଜିଲାପାଳଙ୍କ କାର୍ଯ୍ୟାଳୟରେ ଅନୁଷ୍ଟିତ ଖବରଦାତା ସମ୍ମିଳନୀରେ ଉପ ଜିଲାପାଳ ଉମାଶଙ୍କର ବେହେରା ତାହା କହିଛନ୍ତି। ଏହି ସମୟରେ ଈ.ଆର.ଓ ସୋରଡ଼ା ବସନ୍ତ କୁମାର ସେଠୀ, ଈ.ଆର.ଓ ଆସ୍କା ତଥା ଅତିରିକ୍ତ ଉପଜିଲାପାଳ ଭଞ୍ଜନଗର ପ୍ରଧାନ ଟୁଲିଆମା , ଡେପୁଟୀ କଲେକ୍ଟର ରଚିତା ମହାପାତ୍ର ଏବଂ ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ସନ୍ତୋଷ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅମିତ ଶାହାଙ୍କୁ ଭେଟିଲେ ଗୌତମ ଗମ୍ଭୀର: ଦେଲେ ଏହି ବିଶେଷ ଉପହାର, ଚାରିଆଡେ ଚର୍ଚ୍ଚା

ନୂଆଦିଲ୍ଲୀ,୨୧।୯: ଭାରତୀୟ କ୍ରିକେଟ ଦଳର ମୁଖ୍ୟ କୋଚ ଗୌତମ ଗମ୍ଭୀର ସୋମବାର କେନ୍ଦ୍ରୀୟ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କୁ ସାକ୍ଷାତ କରିଛନ୍ତି। ଏହି ସାକ୍ଷାତକାରର ଫଟୋ ଗମ୍ଭୀର…

ସୁପୋଷିତ ଓଡ଼ିଶା ମିଶନ: ୨୧,୫୯୪ ଅଙ୍ଗନୱାଡି କେନ୍ଦ୍ରରେ ସର୍ଭେ କାର୍ଯ୍ୟ ଆରମ୍ଭ

ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ସୁପୋଷିତ ଓଡ଼ିଶା ମିଶନ ମାଧ୍ୟମରେ ରାଜ୍ୟର ୨୧,୫୯୪ଟି ଅଙ୍ଗନୱାଡି କେନ୍ଦ୍ରରେ ଜାତୀୟ ସେବା ଯୋଜନା (NSS)ର ବିଭିନ୍ନ ଶାଖାରେ କାର୍ଯ୍ୟରତ ୪,୩୩୪ ଜଣ ସ୍ବେଚ୍ଛାସେବୀ…

ଗଭୀର ଅବପାତର ରୂପ ନେଲା ଲଘୁଚାପ, ସମ୍ଭାବ୍ୟ ବାତ୍ୟା ମୁକାବିଲା ପ୍ରସ୍ତୁତି ଆରମ୍ଭ

ଗଞ୍ଜାମ,୨୧।୯(ବିଦ୍ୟାଧର ସାହୁ ): ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଗଭୀର ଅବପାତର ରୂପ ନେଇ ବଙ୍ଗୋପସାଗର ଆଡ଼କୁ ଗତି କରିବା ନେଇ ଭାରତୀୟ ପାଣିପାଗ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ବର୍ଷା, ପବନରେ ଓଲଟିଲା ପୂଜା ମଣ୍ଡପ: ଚାପି ହୋଇଗଲା କାର୍‌, ବାଇକ୍‌

ପାରାଦୀପ,୨୧।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ବକର୍ମା ପୂଜା ମହୋତ୍ସବ ସୋମବାର ପଞ୍ଚମ ଦିନରେ ପହଞ୍ଚିଛି। ହେଲେ ଲଘୁଚାପ ଜନିତ ବର୍ଷା, ପବନ ଯୋଗୁ ପାରାଦୀପ ପୋର୍ଟ ଆଣ୍ଡ…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ଶନିଙ୍କ ଚାଲିବ ଦିଗ ବଦଳ: ୨୦୨୭ରେ କାହା ଉପରେ ଚଢ଼ିବ ସାଢେସାତୀ? କେଉଁ ରାଶି ପାଇବେ ମୁକ୍ତି, ପଢନ୍ତୁ…

ଭୁବନେଶ୍ୱର: ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ସାଢେସାତୀକୁ ଏକ କଠିନ ସମୟ ଭାବେ ବିବେଚନା କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁଯାୟୀ, ଏହି ସମୟରେ ବ୍ୟକ୍ତିଙ୍କୁ ସ୍ବାସ୍ଥ୍ୟ, ବ୍ୟବସାୟ, ଚାକିରି…

ଯୁବକଙ୍କୁ ମୃତ ଘୋଷଣା କଲେ ଡାକ୍ତର; ଜୀବନ ବଞ୍ଚାଇବାକୁ ମେଡିକାଲରେ ଝଡ଼ାଫୁଙ୍କା କଲେ ଗୁଣିଆ, ତାପରେ…!

ଆନନ୍ଦପୁର,୨୧।୯(ସୁଶାନ୍ତ କୁମାର ସାହୁ ): ପୁଣି ଥରେ ଅନ୍ଧବିଶ୍ୱାସର ମାୟାଜାଲରେ ସଭ୍ୟ ସମାଜ । ବିଜ୍ଞାନ ଏତେ ଆଗେଇ ଯାଇଥିଲେ ମଧ୍ୟ ଆଜି ବି ଲୋକଙ୍କ ମନରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?