ଶେଷରେ ଗିରଫ ହେଲେ ଚିଲିକା ବିଧାୟକ

ଖୋର୍ଦ୍ଧା ଅଫିସ/ଭୁବନେଶ୍ୱର(ବ୍ୟୁରୋ),୨୨।୩: ଗିରଫ ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ। ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଲୋକଙ୍କୁ ଗାଡ଼ି ମଡ଼ାଇବା ଘଟଣାରେ ତାଙ୍କୁ ଗିରଫ କରାଯାଇଛି। ମଙ୍ଗଳବାର ହସ୍ପିଟାଲରୁ ବାହାରିବା ପରେ ତାଙ୍କୁ ବାଣପୁର ପୋଲିସ ଗିରଫ କରିଥିବା ନେଇ କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ସୂଚନା ଦେଇଛନ୍ତି। ତେବେ ତାଙ୍କୁ ଭୁବନେଶ୍ୱର କୋର୍ଟରେ ହାଜର କରାଯିବା ପରେ ବାଣପୁର କୋର୍ଟକୁ ନିଆଯିବ। ସେଠାରୁ ପୋଲିସ ତାଙ୍କୁ ରିମାଣ୍ଡରେ ନେବ ବୋଲି ଜଣାପଡ଼ିଛି।

ପ୍ରକାଶ ଯେ, ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ ଦିନ ବାଣପୁର ବ୍ଲକ କାର୍ଯ୍ୟାଳୟ ବାହାରେ ଥିବା ଲୋକଙ୍କ ଉପରେ ଗାଡ଼ି ମଡ଼ାଇଦେଇଥିଲେ ଚିଲିକା ବିଧାୟକ। ପୂର୍ବରୁ ତାଙ୍କୁ ପୋଲିସ ବାରଣ କରିଥିଲେ ହେଁ ସେ ଶୁଣି ନ ଥିଲେ। ଏପରିକି ଭିଡ ଭିତରେ ଧସେଇ ପଶିବାକୁ ଉଦ୍ୟମ କରିଥିଲେ। ଏଥିରେ ୧୦ଜଣ ପୋଲିସ ଏବଂ ୨ ଖବରଦାତା ଆହତ ହୋଇଥିଲେ। ସେଥିରୁ ୩ଜଣଙ୍କ ଅବସ୍ଥା ଗୁରୁତର ହୋଇଥିଲା। ଅପରପକ୍ଷେ ଏହି ଆକ୍ରମଣରେ ଲୋକଙ୍କ ପ୍ରତିଆକ୍ରମଣର ଶିକାର ହୋଇ ଆହତ ହୋଇଥିବା ବେଳେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି ହୋଇଥିଲେ। ମଙ୍ଗଳବାର ସେ ଡିସଚାର୍ଜ ହେବା ପରେ ତାଙ୍କୁ ଗିରଫ କରାଯାଇଛି। ପୂର୍ବରୁ ତାଙ୍କ ବିରୋଧରେ ହତ୍ୟା ଉଦ୍ୟମ, ପୋଲିସ ଡ୍ୟୁଟିରେ ବାଧା, ଜନତାଙ୍କୁ ଗୁରୁତର ଆହତ କରିବା, କାରକୁ ଅସ୍ତ୍ର ଭାବେ ବ୍ୟବହାର କରିବା ଦଫା ଲାଗିଥିବା ନେଇ ଆଇଜି ଭୋଳ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିମାନର ଏମର୍ଜେନ୍ସି ଗେଟ୍‌ ଖୋଲୁଥିଲେ ଯାତ୍ରୀ, ପଚାରିବାରୁ ଏମିତି କହିଲେ, ସମସ୍ତେ ଆଶ୍ଚର୍ଯ୍ୟ

ବାରାଣସୀ, ୩୧ା୩:ବେଙ୍ଗାଲୁରୁରୁ ବାରାଣସୀ ଅଭିମୁଖେ ଶନିବାର ରାତିରେ ଆସୁଥିବା ଇଣ୍ଡିଗୋ ବିମାନ (୬ଇ-୧୮୫) ଭିତରେ ଘଟିଛି ହାଇଡ୍ରାମା। ଜଣେ ୨୬ ବର୍ଷୀୟ ଯାତ୍ରୀଙ୍କ ଉନ୍ମତ୍ତକାଣ୍ଡ ଯୋଗୁ ୧୦୦ରୁ…

ଦମଦାର ବିଜୟ ସହ ସିଜିନ୍‌ ଆରମ୍ଭ କଲା ରାଜସ୍ଥାନ ରୟାଲ

ଗୁଆହାଟୀ,୩୦।୩: ରାଜସ୍ଥାନ ରୟାଲ୍ସ ଏକ ଦମଦାର ବିଜୟ ସହିତ IPL 2026 ସିଜିନ ଆରମ୍ଭ କରିଛି। ଗୁଆହାଟୀରେ ଖେଳାଯାଇଥିବା ସେମାନଙ୍କର ପ୍ରଥମ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ସମ୍ପୂର୍ଣ୍ଣ…

ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଧାରଣା: ପ୍ରଶାସନର ଏଭଳି ପ୍ରତିଶ୍ରୁତି ପରେ ହଟିଲା…

ଦେବଗଡ଼, ୩୦।୩ (ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ରିଆମାଳ ବ୍ଲକ ଅଙ୍ଗନୱାଡ଼ି ସୁପରଭାଇଜରଙ୍କ ବଦଳି ଦାବିରେ ଅଙ୍ଗନୱାଡି କର୍ମୀ ବ୍ଲକ ସମ୍ମୁଖରେ ଦେଉଥିବା ଧାରଣାସ୍ଥଳରେ ସୋମବାର…

୧୫ କିଲୋ ଗଞ୍ଜେଇ ସହ ଯୁବକଙ୍କୁ ବାନ୍ଧିଲା ପୋଲିସ

ନନ୍ଦପୁର,୩୦।୩( ତୁଷାର କାନ୍ତ ମହାନ୍ତି): ନନ୍ଦପୁର ଅବକାରୀ ଦଳ ସୋମବାର ଜଣେ ଯୁବକଙ୍କୁ ୧୫ କିଲୋ ୨୦୦ ଗ୍ରାମ ଗଞ୍ଜେଇ ସହ ଗିରଫ କରିଛି। ନନ୍ଦପୁର ଅଞ୍ଚଳରୁ…

ଡାକ୍ତରଙ୍କ ପାଖକୁ ଯାଆନ୍ତୁ ନିଶିକାନ୍ତ ଦୁବେ: ବର୍ଷିଲେ ନବୀନ

ଭୁବନେଶ୍ୱର, ୩୦।୩: ଏମ୍‌ପି ନିଶିକାନ୍ତ ଦୁବେଙ୍କ ଦ୍ୱାରା ବିଜୁ ବାବୁଙ୍କ ବାବଦରେ ରବିବାର ରଖାଯାଇଥିବା ବିବୃତ୍ତି ଶୁଣି ଆଶ୍ଚର୍ଯ୍ୟ ହେଲି। ତାଙ୍କର ଏଭଳି ମନ୍ତବ୍ୟକୁ ନିନ୍ଦା କରୁଛି।…

ହଠାତ୍‌ ଭାରସାମ୍ୟ ହରାଇ ଷ୍ଟ୍ରିଟଲାଇଟ ଖୁଣ୍ଟକୁ ଧକ୍କା ଦେଲା କାର୍‌: ଘଟଣାସ୍ଥଳରେ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ସୋମବାର ଅପରାହ୍ନରେ ଦେବଗଡ ପୌରାଞ୍ଚଳ ମୋହିନୀପୁର ଛକ ନିକଟସ୍ଥ ୫୩ ନମ୍ବର ଜାତୀୟ ରାଜପଥରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଜଣାପଡିଛି ।…

ଅପସାରିତ ପୌରାଧ୍ୟକ୍ଷାଙ୍କୁ ପୁନଃ ଅବସ୍ଥାପିତ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ, ତୁରନ୍ତ…

ଦେବଗଡ,୩୦ା୩(ଶଶାଙ୍କ ଶେଖର ଝାଙ୍କର): ୨୦୨୫ ଜାନୁଆରୀ ୨୮ ତାରିଖରେ ରାଜ୍ୟ ସରକାରଙ୍କ ଦ୍ୱାରା ଗାଦିଚ୍ୟୁତ ହୋଇଥିବା ଦେବଗଡ ପୌର ପରିଷଦ ଅଧ୍ୟକ୍ଷା ଶାନ୍ତି ମଞ୍ଜରୀ ଦେଈଙ୍କୁ ଏହି…

ବିଜୁ ପଟ୍ଟନାୟକଙ୍କ ଉପରେ ଅସମ୍ମାନଜନକ ମନ୍ତବ୍ୟକୁ ନେଇ ମୁହଁ ଖୋଲିଲେ ବୈଜୟନ୍ତ ପଣ୍ଡା: କହୁ କହୁ କହିଦେଲେ…

ଭୁବନେଶ୍ୱର,୩୦।୩: ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ସ୍ବର୍ଗତଃ ବିଜୁ ପଟ୍ଟନାୟକଙ୍କୁ ଉପରେ ଦେଇଥିବା ମନ୍ତବ୍ୟକୁ ନେଇ ରାଜନୀତି ଜୋର ଧରିଛି। ବିଜୁ ବାବୁଙ୍କ ପ୍ରତି ମନ୍ତବ୍ୟ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week
Why Dharitri