Posted inଖେଳ

ଶେଷକୁ ମିଳିଲା ସବୁଠୁ ବଡ଼ ଉଇକେଟ

କେପ୍‌ ଟାଉନ,୧୩।୧: ଏଠାରେ ଚାଲିଥିବା ଦକ୍ଷିଣ ଆଫ୍ରିକା ଓ ଭାରତ ମଧ୍ୟରେ ଚାଲିଥିବା ତୃତୀୟ ତଥା ନିର୍ଣ୍ଣାୟକ ଟେଷ୍ଟ ଅନ୍ତିମ ମୋଢ଼ରେ ପହଞ୍ଚିଛି। ମ୍ୟାଚ୍‌ରେ ଦୁଇ ଦିନ ବାକି ଥିବାରୁ ଫଳାଫଳ ବାହାରିବା ନିଶ୍ଚିତ। ଘରୋଇ ଦଳକୁ ଜିତିବା ପାଇଁ ୧୧୧ ରନ୍‌ ଦରକାର ଥିବାବେଳେ ହାତରେ ଅଛି ୮ ଉଇକେଟ। ଅନ୍ୟପକ୍ଷରେ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ ହେଲା ଡିନ ଏଲଗାର ଆଉଟ୍‌ ହୋଇସାରିଛନ୍ତି।

ତୃତୀୟ ଦିନ ଆରମ୍ଭରୁ ଭାରତ ଦୁଇ ଓଭରରେ ଚେତେଶ୍ୱର ପୂଜାରା (୯) ଓ ଅଜିଙ୍କ୍ୟ ରାହାନେ (୧)ଙ୍କ ଉଇକେଟ ହରାଇଥିଲା। ଫଳରେ ଭାରତୀୟ ଦଳ ୫୮ ରନ୍‌ ମଧ୍ୟରେ ୪ ଉଇକେଟ ହରାଇ ସଙ୍କଟରେ ପଡ଼ିଥିଲା ଟିମ୍‌ ଇଣ୍ଡିଆ। ପରିସ୍ଥିତି ବିପଦଜନକ ଥିଲା ହେଲେ ଅଧିନାୟକ ବିରାଟ କୋହଲି (୨୯) ଓ ରିଷଭ ପନ୍ତ (୧୦୦*) ୫ ଉଇକେଟ ପାଇଁ ୯୪ ରନ୍‌ ଯୋଡ଼ିଥିଲେ। ଅଧିନାୟକ କ୍ରିଜରେ ଜମି ସାରିଥିବା କୋହଲିଙ୍କ ଉଇକେଟ ନେଇଥିଲା ପୁରୁଣା ଭୁଲ। ସେ ପ୍ୟାଭିଲିଅନ ଫେରିବା ପରେ ଏକାକୀ ପନ୍ତ ଦଳୀୟ ସ୍କୋରକୁ ୧୯୮ ପର୍ଯ୍ୟନ୍ତ ନେଇଥିଲେ। ଫଳରେ ଘରୋଇ ଦଳ ଆଗରେ ଛିଡ଼ା ହୋଇଥିବା ୨୧୨ ରନ୍‌ର ବିଜୟ ଲକ୍ଷ୍ୟ। ଜବାବରେ ଘରୋଇ ଦଳ ଆରମ୍ଭରୁ ଏଡେନ ମାର୍କମଙ୍କ ଉଇକେଟ ହରାଇଥିଲା। କିନ୍ତୁ ତା’ ପରେ ଡିନ ଏଲଗାର (୩୦) ଏବଂ କିଗାନ ପିଟରସନ (୪୮) ଦ୍ୱିତୀୟ ଉଇକେଟ ପାଇଁ ୭୮ ରନ୍‌ ଯୋଡ଼ିଥିଲେ। ଭାରତୀୟ ବୋଲରଙ୍କ ଖୁବ୍‌ ପରିଶ୍ରମ ପରେ ମିଳିଥିଲା ଏଲଗାରଙ୍କ ଉଇକେଟ। ଫଳରେ ଦକ୍ଷିଣ ଆଫ୍ରିକା ତୃତୀୟ ଦିନ ଶେଷ ସୁଦ୍ଧା ୨ ଉଇକେଟ ହରାଇ ୧୦୧ ରନ୍‌ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜିଠୁ ଶସ୍ତା ହେଲା ୫ କେଜିଆ ଗ୍ୟାସ୍ ସିଲିଣ୍ଡର, ଜାଣନ୍ତୁ ଆପଣଙ୍କ ସହରର ନୂଆ ଦର!

ନୂଆଦିଲ୍ଲୀ,୧।୭: ମହଙ୍ଗା ମାଡ଼ ମଧ୍ୟରେ ଏବେ ଏଲପିଜି (LPG) ଗ୍ରାହକଙ୍କୁ ସାମାନ୍ୟ ଆଶ୍ୱସ୍ତି ମିଳିଛି। ଆଜି କମର୍ସିଆଲ ଗ୍ୟାସ୍ ସିଲିଣ୍ଡର ସହିତ ‘ଛୋଟ ଗ୍ୟାସ୍ ସିଲିଣ୍ଡର’ ମଧ୍ୟ…

ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ ଡାକ୍ତରୀ ସେବା ସମ୍ପୂର୍ଣ୍ଣ ଠପ: ଓମସାର କାର୍ଯ୍ୟବନ୍ଦ ଆନ୍ଦୋଳନ

ବାରିପଦା, ୧।୭ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ଓଡ଼ିଶା ମେଡିକାଲ ସର୍ଭିସେସ ଆସୋସିଏସନ (ଓମସା)ର କାର୍ଯ୍ୟବନ୍ଦ ଆନ୍ଦୋଳନ ଯୋଗୁଁ ରାଜ୍ୟ ସମେତ ମୟୂରଭଞ୍ଜ ଜିଲା ମୁଖ୍ୟ ଚିକିତ୍ସାଳୟରେ  …

ଆନନ୍ଦପୁର ବ୍ଲକରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ହାତାହାତି: ବିଡିଓଙ୍କ ବିରୋଧରେ ଉଠିଥିବା ଅଭିଯୋଗକୁ…

ବଞ୍ଚୋ, ୧।୭ (ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ବ୍ଲକ ପରିସରରେ ଭାଜପାର ଦୁଇ ଗୋଷ୍ଠୀ ମଧ୍ୟରେ ଘଟିଥିବା ହାତାହାତି ଘଟଣାକୁ ନେଇ ବ୍ଲକ ବିକାଶ ଅଧିକାରୀ (ବିଡିଓ)ଙ୍କ ବିରୋଧରେ…

ଅଲାରନାଥ ମନ୍ଦିରରେ ଭକ୍ତଙ୍କ ଭିଢ଼, କାହିଁକି ବର୍ଷକରେ…

ବ୍ରହ୍ମଗିରି,୧ା୭: ସ୍ନାନପୂର୍ଣ୍ଣିମାରେ ସୋମବାର ଦାରୁଦିଅଁ ୧୦୮ କଳସୀ ଜଳରେ ମହାସ୍ନାନ କରି ଏବେ ଅଣସରପିଣ୍ଡିରେ ଗୁପ୍ତସେବା ପାଉଛନ୍ତି। ଏପଟେ ପୁରୀ ଜିଲାର ବ୍ରହ୍ମଗିରିସ୍ଥିତ ଅଲାରନାଥ ମନ୍ଦିରରେ ମହାପ୍ରଭୁ…

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ଆଜିଠୁ ବଦଳିଲା ‘ମନରେଗା’ ଯୋଜନା, ନୂଆ ‘VB-G RAM G’ ଆକ୍ଟରେ ଏବେ ପ୍ରତିଦିନ ମିଳିବ…

ନୂଆଦିଲ୍ଲୀ,୧।୭: ଗ୍ରାମୀଣ ରୋଜଗାର କ୍ଷେତ୍ରରେ କେନ୍ଦ୍ର ସରକାର ଆଜି ଅର୍ଥାତ୍ ୧ ଜୁଲାଇ ୨୦୨୬ରୁ ଏକ ଐତିହାସିକ ତଥା ବଡ଼ ନୀତିଗତ ପରିବର୍ତ୍ତନ କାର୍ଯ୍ୟକାରୀ କରିଛନ୍ତି। ଦେଶର…

ଦ୍ରୁତଗତି ସାଜିଲା କାଳ: ବର୍ଷାରେ ହଠାତ୍‌ ବ୍ରେକ୍‌ ମାରିବାରୁ, ଘଟିଲା…

ଦାରିଙ୍ଗବାଡି,୧।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡି ପଞ୍ଚାୟତ ବୁଡ଼ାଗୁଡା ଛକରେ ଏକ କାର ଦୁର୍ଘଟଣାଗ୍ରସ୍ତ ହୋଇଛି।…

୩ରେ ଆସି ୫ରେ ଫେରିବେ ଶାହା: ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୧ା୭(ସୁନିତ୍‌ ମିଶ୍ର):ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ୩ ତାରିଖ ସା ୮ଟା ୪୦ରେ ଝାରସୁଗୁଡ଼ା ଠାରେ ପହଞ୍ଚିବେ। ଏହାପରେ ସ୍ଥାନୀୟ ଏକ ଘରୋଇ ହୋଟେଲରେ ରାତ୍ରିଯାପନ କରିବେ।…

ପାଠ୍ୟପୁସ୍ତକରେ ତ୍ରୁଟି: କଂଗ୍ରେସର ୧୨ ଘଣ୍ଟିଆ ନବରଙ୍ଗପୁର ଜିଲା ବନ୍ଦ ଡାକରା: ଜନଜୀବନ ପ୍ରଭାବିତ

ନବରଙ୍ଗପୁର, ୧।୭ (ସଦାଶିବ ପ୍ରହରାଜ): ଗଣଶିକ୍ଷା ବିଭାଗ ଅଧୀନ ପାଠ୍ୟପୁସ୍ତକରେ ରହିଥିବା ତ୍ରୁଟିକୁ ନେଇ କଂଗ୍ରେସ ପକ୍ଷରୁ ଦିଆଯାଇଥିବା ୧୨ ଘଣ୍ଟିଆ ନବରଙ୍ଗପୁର ଜିଲାବନ୍ଦ ଡାକରାର ବୁଧବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri