ଶେଷରେ ଚେତିଲା ପ୍ରଶାସନ: ଡାଇଭର୍ଶନ ରାସ୍ତା ସଜାଡ଼ିବାକୁ ନିର୍ଦ୍ଦେଶ

ଦାରିଙ୍ଗବାଡି, ୧୪।୭ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡିଠାରୁ ବୁଡ଼ାଗୁଡା ପଞ୍ଚାୟତକୁ ସଂଯୋଗ କରୁଥିବା ରାସ୍ତାର ତିଲୋରୀ ପଞ୍ଚାୟତ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ଧୋଇଯିବାର ଇତି ମଧ୍ୟରେ ୧୦ଦିନରୁ ଅଧିକା ସମୟ ବିତିଯାଇଛି। ରୋଗୀ ସେବା ବାଧାପ୍ରାପ୍ତ ସହ ଅତ୍ୟାବଶକୀୟ ସାମଗ୍ରୀର ଦରବୃଦ୍ଧି ହୋଇଛି। ବଡ଼ ଦୟନୀୟ ଅବସ୍ଥାରେ ତିଲୋରୀ ପଞ୍ଚାୟତ ସମେତ ବୁଡ଼ାଗୁଡା ଏବଂ ଗୁମିକିଆ ଅଞ୍ଚଳବାସୀ ରହୁଥିଲେ। ତେବେ ରବିବାର ୩ ପଞ୍ଚାୟତର ଲୋକ ଏବଂ ଲୋକ ପ୍ରତିନିଧି ମେଳି ହୋଇ ଆନ୍ଦୋଳନ ପାଇଁ ନିଷ୍ପତି ନେବାପାରେ ଜିଲା ପ୍ରଶାସନ ଚେତିଛି।
ସୋମବାରଠାରୁ ଗୁମାଡି ନଦୀର ଡାଇଭର୍ଶନ ରାସ୍ତା ମରାମତି କାର୍ଯ୍ୟ ଆରମ୍ଭ ହୋଇଛି। ବିଡ଼ିଓ ପ୍ରୀତିରଞ୍ଜନ ରଥ ଘଟଣାସ୍ଥଳରେ ପହଞ୍ଚି ସ୍ଥିତି ଅନୁଧ୍ୟାନ କରିବା ସହ ଶୀଘ୍ର ମରାମତି କାର୍ଯ୍ୟ ସାରିବାକୁ ପୂର୍ତ୍ତ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ସେହିପରି ଉକ୍ତଞ୍ଚଳରେ ଥିବା ଗର୍ଭବତୀଙ୍କ ସୁରକ୍ଷିତ ପ୍ରସବ ପାଇଁ ମା’ଗୃହକୁ ନିଆଯାଉଥିବା ଜଣାପଡିଛି। ଜଳସ୍ତର କମିଥିବା ବେଳେ ବର୍ତ୍ତମାନ ନଦୀର ଆରପାର ଏକ କାଠଗଣ୍ଡି ପକାଯାଇ ଉକ୍ତ ଗଣ୍ଡି ଉପରେ ଯାତାୟାତ କରୁଛନ୍ତି ଅଞ୍ଚଳବାସୀ। ଗର୍ଭବତୀଙ୍କ ସମେତ ରୋଗୀ, ବୃଦ୍ଧ ସମସ୍ତେ ନିଜ ଜୀବନକୁ ବାଜି ଲଗାଇ ଉକ୍ତ କାଠଗଣ୍ଡି ଉପରେ ଯାତାୟାତ କରୁଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?