ଶେଷରେ ବଦଳିଗଲା ନିଷ୍ପତ୍ତି, ସ୍ଥଗିତ ହେଲା ବ୍ୟାଙ୍କ ଧର୍ମଘଟ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮ା୯: ପ୍ରସ୍ତାବିତ ୩ ଦିନିଆ ବ୍ୟାଙ୍କ ଧର୍ମଘଟ ସ୍ଥଗିତ ହୋଇଯାଇଛି। ସୋମବାରଠାରୁ ହେବାକୁ ଥିବା ପ୍ରସ୍ତାବିତ ୩ ଦିନିଆ ସାରା ଭାରତୀୟ ବ୍ୟାଙ୍କ ଧର୍ମଘଟକୁ ସ୍ଥଗିତ ରଖାଯାଇଛି। ବ୍ୟାଙ୍କ କର୍ମଚାରୀ ସଂଗଠନଗୁଡ଼ିକର ମିଳିତ ମଞ୍ଚ ‘ୟୁନାଇଟେଡ୍ ଫୋରମ୍ ଅଫ୍ ବ୍ୟାଙ୍କ ୟୁନିଅନ୍ସ’ (UFBU) ପକ୍ଷରୁ ଏହି ଆନ୍ଦୋଳନକୁ ସ୍ଥଗିତ ରଖାଯାଇଥିବା ନେଇ ଆନୁଷ୍ଠାନିକ ଭାବେ ଘୋଷଣା କରାଯାଇଛି। ଫଳରେ ସାଧାରଣ ଗ୍ରାହକ ଓ ବ୍ୟବସାୟୀଙ୍କୁ ବଡ଼ ଧରଣର ଆଶ୍ୱସ୍ତି ମିଳିଛି।

 ଗତକାଲି ଭାରତୀୟ ବ୍ୟାଙ୍କ ସଂଘ  ଏବଂ ୟୁଏଫ୍‌ବିୟୁର ପ୍ରତିନିଧିମାନଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ଅନୁଷ୍ଠିତ ହୋଇଥିଲା। ଏହି ବୈଠକରେ ବ୍ୟାଙ୍କ କର୍ମଚାରୀଙ୍କ ବିଭିନ୍ନ ସମସ୍ୟା ଓ ଦାବି ସମ୍ପର୍କରେ \ ଆଲୋଚନା କରାଯାଇଥିଲା। ଭାରତୀୟ ବ୍ୟାଙ୍କ ସଂଘ ପ୍ରତିନିଧିମାନେ ଦାବିଗୁଡ଼ିକର ସକାରାତ୍ମକ ସମାଧାନ ପାଇଁ ପ୍ରତିଶ୍ରୁତି ଦେବା ପରେ ୟୁନିଅନ୍ ପକ୍ଷରୁ ଧର୍ମଘଟ ସ୍ଥଗିତ ରଖିବାକୁ ନିଷ୍ପତ୍ତି ନିଆଯାଇଥିଲା।

ୟୁଏଫ୍‌ବିୟୁ ପକ୍ଷରୁ ଦୀର୍ଘଦିନରୁ କେତେକ ମୌଳିକ ଦାବିକୁ ନେଇ ସରକାର ଓ ବ୍ୟାଙ୍କ ପ୍ରବନ୍ଧକଙ୍କ ଉପରେ ଚାପ ସୃଷ୍ଟି କରାଯାଇ ଆସୁଥିଲା। ସେଥିମଧ୍ୟରୁ ପ୍ରମୁଖ ଦାବିଗୁଡ଼ିକ ହେଲା ମାସର ପ୍ରତ୍ୟେକ ଶନିବାରକୁ ବ୍ୟାଙ୍କ ଛୁଟିଦିବସ ଭାବେ ଘୋଷଣା କରିବା ଏବଂ ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା। ପୁରୁଣା ପେନସନ୍‌ଭୋଗୀଙ୍କ ପେନସନ୍ ଅପ୍‌ଡେଟ୍ କରିବା ଏବଂ ପେନସନ୍ ସ୍କିମ୍‌ରେ ସୁଧାର ଆଣିବା। ବ୍ୟାଙ୍କ ଶାଖାଗୁଡ଼ିକରେ ଖାଲିପଡ଼ିଥିବା ପଦବୀଗୁଡ଼ିକରେ ଶୀଘ୍ର ସ୍ଥାୟୀ ନିଯୁକ୍ତି। କର୍ମଚାରୀଙ୍କ କାର୍ଯ୍ୟଭାର କମାଇବା ସହ ଦରମା ରିଭିଜନ୍ ପ୍ରକ୍ରିୟାକୁ ତ୍ୱରାନ୍ୱିତ କରିବା।

ତେବେ ଧର୍ମଘଟ ସ୍ଥଗିତ ହେବା ପରେ ସୋମବାରଠାରୁ ଦେଶସାରା ସମସ୍ତ ସରକାରୀ ଓ ବେସରକାରୀ ବ୍ୟାଙ୍କ ଶାଖାଗୁଡ଼ିକ ନିୟମିତ ସମୟ ଅନୁସାରେ ଖୋଲା ରହିବ ଏବଂ ସମସ୍ତ ଆର୍ଥିକ କାରବାର ସୱାଭାବିକ ଭାବେ ପରିଚାଳିତ ହେବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ସୁନାମୀ କ’ଣ? ଏହା ଆସିବା ପୂର୍ବରୁ କ’ଣ ମିଳିବ ସଙ୍କେତ, କେମିତି ପାଇବେ ରକ୍ଷା ଜାଣନ୍ତୁ…

ମହାକାଳପଡ଼ା, ୨୮ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଅଞ୍ଚଳରେ ବିଭିନ୍ନ ସମୟରେ ସୁନାମୀ, ସାମୁଦ୍ରିକ ଝଡ଼ ଓ ବଜ୍ରପାତ ଆଦି ଦେଖାଯାଇଥାଏ॥ ଏହି ଅବସରରେ…

ଘୃଣିତ ଜ୍ଞାନେଶ

ଦୁର୍ନୀତି କଥା ଉଠିଲେ ସାଧାରଣରେ ଆର୍ଥିକ ଦିଗକୁ ବୁଝାଯାଏ। କିନ୍ତୁ ତାହାର ପରିଭାଷା ଅତ୍ୟନ୍ତ ବ୍ୟାପକ। କ୍ଷମତା ବିସ୍ତାର ଲାଗି କିଛି ଲୋକଙ୍କୁ ଦବାଇ ଦେଇ ପ୍ରଭୁତ୍ୱ…

ସଂଘବଦ୍ଧ ଆକ୍ରମଣରେ ଯୁବକଙ୍କ ମୃତ୍ୟୁ ଘଟଣା: ୨ ଭାଇଙ୍କୁ କୋର୍ଟ ଚାଲାଣ

ଦେବଗଡ଼,୨୮ା୯(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ପୌରାଞ୍ଚଳ ୧୦ ନମ୍ବର ଓ୍ବାର୍ଡ ରଜାମୁଣ୍ଡା ସାହିର ହାଡୁ ନାୟକ (୪୨)ଙ୍କ ହତ୍ୟା ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତ ସମୀର ମୁଖି…

୮% ମହଙ୍ଗା ହେବ ଗୃହୋପକରଣ, ଇଲେକ୍‌ଟ୍ରୋନିକ୍ସ ସାମଗ୍ରୀ

ନୂଆଦିଲ୍ଲୀ,୨୮ା୯: ସାଧାରଣତଃ ପାର୍ବଣ ସମୟରେ ଭାରତୀୟ ବଜାରରେ ଅଧିକ କାରବାର ହୋଇଥାଏ। କାରଣ ଦଶହରା ଏବଂ ଦୀପାବଳିରେ ଲୋକମାନେ ଅନେକ କିସମର ଗୃହ ଉପକରଣ ଏବଂ ଇଲେକଟ୍ରୋନିକ୍ସ…

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ବନ୍ୟା ପ୍ରପୀଡ଼ିତଙ୍କୁ ମାଗଣା ରାଶନ ସହ ମିଳିବ…

କୋରାପୁଟ/କୋଟପାଡ଼,୨୮ା୯ (ଅମିତାଭ ବେହେରା/ କେ.ରାଜଶେଖର ରାଓ): ବନ୍ୟା ପ୍ରପୀଡ଼ିତଙ୍କ ସହ ରାଜ୍ୟ ସରକାର ସବୁବେଳେ ଅଛନ୍ତି। ସରକାରଙ୍କ ପକ୍ଷରୁ ପ୍ରପୀଡ଼ିତଙ୍କୁ ରିଲିଫ କୋଡ୍‌ ଅନୁଯାୟୀ ସବୁ ପ୍ରକାର…

ମହାନଦୀରେ ଆସୁଛି ପୁଣି ବନ୍ୟା: ପ୍ରଭାବିତ ହେବ ଏହି ୫ ଜିଲା

ଭୁବନେଶ୍ୱର,୨୮।୯(ରବିନାରାୟଣ ଜେନା): ଚଳିତବର୍ଷ ରାଜ୍ୟରେ ଗୋଟିଏ ପରେ ଗୋଟିଏ ବନ୍ୟା ଲୋକଙ୍କ ମେରୁଦଣ୍ଡ ଦୋହଲାଇ ଦେଲାଣି। ଜୁନ୍‌ରୁ ସେପ୍ଟେମ୍ବର ୨୫ ମଧ୍ୟରେ ବିଭିନ୍ନ ନଦୀର ଜଳସ୍ତର ବଢ଼ିବା…

ଚିଖିଲିକୁ ପଶିଲା ଜଳଭଣ୍ଡାରର ବନ୍ୟା ପାଣି, ଶହ ଶହ ଏକର ଚାଷଜମି ଜଳମଗ୍ନ

ବରଗଡ଼,୨୭।୯(ପ୍ରେମାନନ୍ଦ ଖମାରୀ): ଛତିଶଗଡ଼ ରାଜ୍ୟର ବିଭିନ୍ନ ଅଞ୍ଚଳରେ ଲଗାଣ ବର୍ଷା ହୋଇଛି। ଏହାର ପ୍ରଭାବ ସୀମାବର୍ତ୍ତୀ ବରଗଡ଼ ଜିଲାର ଅମ୍ବାଭୋନା ବ୍ଲକ ଅଞ୍ଚଳରେ ଦେଖିବାକୁ ମିଳିଛି। ଉପରମୁଣ୍ଡରେ…

ବଳାତ୍କାର ଅଭିଯୋଗକୁ ନେଇ ତାତିଲେ ଛାତ୍ରୀଛାତ୍ର, କ୍ୟାମ୍ପସ୍‌ରେ ଭଙ୍ଗାରୁଜା

ଫଗଓ୍ବାରା,୨୭ା୯: ପଞ୍ଜାବର ଫଗଓ୍ବାରାସ୍ଥିତ ଲଭ୍‌ଲି ପ୍ରଫେସନାଲ ୟୁନିଭର୍ସିଟି (ଏଲ୍‌ପିୟୁ)ର ଜଣେ ଛାତ୍ରୀଙ୍କୁ କ୍ୟାମ୍ପସ୍‌ ଭିତରେ ଜଣେ ବାହାର ଲୋକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି । ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?