ଶେଷରେ ମାନିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲମାବାଦ୍‌,୨୪।୧୧: ପାକିସ୍ତାନ ଦେବାଳିଆ ହୋଇଯାଇଥିବା କଥା ଶେଷରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ପାକିସ୍ତାନର ଅର୍ଥନୀତି ସଂପୂର୍ଣ୍ଣ ରୂପେ ଭୁଶୁଡି ପଡିଛି। ଦେଶ ଦାରିଦ୍ର୍ୟର ପଥରେ ପହଞ୍ଚିଛି ଏବଂ ଦେଶ ଚଳାଇବା ପାଇଁ ସରକାରଙ୍କ ପାଖରେ ଟଙ୍କା ନାହିଁ। ଏକ କାର୍ଯ୍ୟକ୍ରମ ସମୟରେ ଇମ୍ରାନ ଖାନ ସର୍ବସାଧାରଣରେ କହିଛନ୍ତି ଯେ, ସରକାରଙ୍କ ଟଙ୍କା ସରିଯାଇଛି ତେଣୁ ଏବେ ଅନ୍ୟ ଦେଶରୁ ରୁଣ ନେବାକୁ ପଡୁଛି। ସରକାରଙ୍କ ଉପରେ ବୈଦେଶିକ ରୁଣ ଦ୍ରୁତ ଗତିରେ ବୃଦ୍ଧି ପାଉଛି ଏବଂ ଟିକସରୁ ରାଜସ୍ବ ହ୍ରାସ ପାଉଛି। ଏଭଳି ପରିସ୍ଥିତିରେ ଏହା ଜାତୀୟ ସୁରକ୍ଷା ପ୍ରସଙ୍ଗ ମଧ୍ୟ ହୋଇପାରିଛି। କଲ୍ୟାଣମୂଳକ ଯୋଜନା ଚଳାଇବା ପାଇଁ ସରକାରଙ୍କ ପାଖରେ ପର୍ଯ୍ୟାପ୍ତ ସମ୍ବଳ ନାହିଁ ବୋଲି ପାକ ପ୍ରଧାନମନ୍ତ୍ରୀ କହିଛନ୍ତି। ସେ ପୂର୍ବ ସରକାରଙ୍କ ଉପରେ ପାକିସ୍ତାନର ସାମ୍ପ୍ରତିକ ପରିସ୍ଥିତିକୁ ଦାୟୀ କରି କହିଛନ୍ତି। ୨୦୦୯ ରୁ ୨୦୧୮ ପର୍ଯ୍ୟନ୍ତ ଦୁଇ ସରକାର ସ୍ଥାନୀୟ ସମ୍ବଳର ବିକାଶ କରିନାହାଁନ୍ତି ଏବଂ ରୁଣ ନେଇଛନ୍ତି ଫଳରେ ଏବେ ଏହାର ପରିଣାମ ଭୋଗିବାକୁ ପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ସାନଖେମୁଣ୍ଡିରେ ବ୍ୟାପୁଛି ହଇଜା; ପୁଣି ଜଣେ ମୃତ, ଜିଲା ସ୍ବାସ୍ଥ୍ୟ ଟିମର ଅନୁଧ୍ୟାନ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପୋଡ଼ାମାରି ପଞ୍ଚାୟତ ମାର୍ଥାପୁର, ରାଜନାପଲ୍ଲୀ ଓ ଟି.ଗୋବିନ୍ଦପୁର ପଞ୍ଚାୟତ ଢିମିରାପଲ୍ଲୀ ଗାଁରେ ଗତ ୫ ଦିନ ହେଲା…

ପାରିବାରିକ କଳହ: ବାପାଙ୍କ ତଣ୍ଟି କାଟିଲେ ପୁଅ

ଗୁଡାରି,୧।୧୦,(ପ୍ରମୋଦ କୁମାର ପତି ): ଗୁଡାରି ବ୍ଲକର ପେଣ୍ଡିଲି ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ଡି ପେଣ୍ଡିଲି ଗ୍ରାମରେ ଗୁରୁବାର ଭୋରୁ ଦେଖିବାକୁ ମିଳିଥିଲା ଏକ ଅଭାବନୀୟ ଘଟଣା।…

କନିଷ୍ଠ ଶିକ୍ଷକଙ୍କୁ ନେଇ ସରକାରଙ୍କ ବଡ଼ ଘୋଷଣା, ୨୦୨୩-୨୪ ବର୍ଷରେ ନିୟୋଜିତ….

ଭୁବନେଶ୍ବର,୧ା୧୦: ଓଡ଼ିଶାର କନିଷ୍ଠ ଶିକ୍ଷକ (ସ୍କିମାଟିକ୍)ଙ୍କ ନିୟମିତକରଣ ନେଇ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏନେଇ ଅଧିକାରିକ ବିଜ୍ଞପ୍ତି…

ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅବସର: ପଟ୍ଟାଙ୍ଗିରେ ଶିକ୍ଷା ବ୍ୟବସ୍ଥା ସଙ୍କଟରେ, ପଦବୀ ପୂରଣ ପାଇଁ ଦାବି

ପଟ୍ଟାଙ୍ଗି,୧ା୧୦(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟରେ କାର୍ଯ୍ୟରତ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରଭାକର ଖଟୁଆ ବୁଧବାର ଚାକିରିରୁ ଅବସର ଗ୍ରହଣ…

ଜ୍ଞାନେଶ କୁମାରଙ୍କ ବିରୋଧରେ ଅଭିଜିତ ଦୀପକେଙ୍କର ବଡ ଘୋଷଣା, ‘ଆମେ ଜନ୍ତର ମନ୍ତ୍ରରେ ବସିବୁ ଏବଂ …’

ନୂଆଦିଲ୍ଲୀ,୧।୨୬: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାର ଏବଂ SIR କୁ ନେଇ ଚାଲିଥିବା ବିବାଦ ମଧ୍ୟରେ, Cockroach Janata Party (CJP) ଶୁକ୍ରବାର ମୁମ୍ବାଇରେ…

ଅଘୋଷିତ ବିଦ୍ୟୁତ୍ କାଟ: ଯନ୍ତ୍ରୀଙ୍କୁ ସ୍ମାରକପତ୍ର, ସୁଧାର ନ ଆସିଲେ ବଡ଼ ଆନ୍ଦୋଳନ ଚେତାବନୀ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଅନ୍ତର୍ଗତ ଭୀଷ୍ମଗିରି ଗ୍ରାମ ସମେତ ଆଖପାଖ ଅଞ୍ଚଳରେ ଲଗାତର ଅଘୋଷିତ ବିଦ୍ୟୁତ୍‌ ବିଭ୍ରାଟକୁ ନେଇ ଉପଭୋକ୍ତାଙ୍କ ମଧ୍ୟରେ…

ହିଞ୍ଜିଳିରେ ହଲଚଲ! ଏହି ନେତାଙ୍କୁ ଚେତାବନୀ ଦେଲେ ନବୀନ, ‘ସବୁ ଜାଣିଛି, ଆକ୍ସନ ନେବି…’,

ଭୁବନେଶ୍ବର,୧ା୧୦: ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ନେତାଙ୍କ ବାବଦରେ ବଡ଼ ବୟାନ ଦେଲେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ । ନବୀନ ନିବାସରେ ବୈଠକ ସମୟରେ ବିଶୃଙ୍ଖଳାକାରୀ ନେତାମାନଙ୍କୁ…

ବିଭିନ୍ନ ଦାବିରେ ଅବସରପ୍ରାପ୍ତ କର୍ମଚାରୀ ସଂଘର ବିକ୍ଷୋଭ

ଦିଗପହଣ୍ଡି,୧ା୧୦(ଅଶେଷ ନାଥ ମିଶ୍ର): ଜାତୀୟ ଦାବି ଦିବସ ଅବସରରେ ଗଞ୍ଜାମ ଜିଲା ଦିଗପହଣ୍ଡିସ୍ଥିତ ଅବସରପ୍ରାପ୍ତ ସରକାରୀ କର୍ମଚାରୀ ସଂଘ ପକ୍ଷରୁ ୧୨ ଦଫା ଦାବି ହାସଲ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?