ମଝି ରାସ୍ତାରୁ ସ୍ବାମୀକୁ ଉଠାଇ ନେଲେ ଫାଇନାନ୍ସ କମ୍ପାନୀ ଅଧିକାରୀ: ସ୍ତ୍ରୀ କଲେ ଏମିତି କାମ

ବଲାଙ୍ଗୀର, ୨୮ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ଋଣ କିସ୍ତି ଟଙ୍କା ପଇଠ ନ କରିବାରୁ ଏକ ଫାଇନାନ୍ସ କମ୍ପାନୀର ଦୁଇଜଣ ଅଧିକାରୀ ଋଣ ନେଇଥିବା ଜଣେ ବ୍ୟକ୍ତିଙ୍କୁ ସହର ମଧ୍ୟସ୍ଥଳ ଏକ ରାସ୍ତାରୁ ଉଠାଇ ନେଇଥିବା ଏବଂ ଏହା ପରେସେଇ ବ୍ୟକ୍ତି ଜଣକ ଘରକୁ ଫେରି ନ ଥିବାରୁ ତାଙ୍କ ସ୍ତ୍ରୀ ବ୍ୟସ୍ତବିବ୍ରତ ହୋଇ ବଲାଙ୍ଗୀର ଟାଉନ ଥାନାର ଦ୍ୱାରସ୍ଥ ହୋଇଥିବା ଘଟଣା ଚର୍ଚ୍ଚାର ବିଷୟ ହୋଇଛି।

ଅଭିଯୋଗ ଅନୁଯାୟୀ, ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ ବାରପୁଡଗିଆ ଗାଁର ମନୋଜ ସା ନାମକ ଜଣେ ବ୍ୟକ୍ତି ଘରୋଇ ଫାଇନାନ୍ସ କମ୍ପାନୀଠାରୁ ପର୍ସନାଲ ଲୋନ ନେଇଥିଲେ । ଅର୍ଥ ସଙ୍କଟ କାରଣରୁ ସେ ଋଣର ଗୋଟିଏ କିସ୍ତି ଦେଇ ପାରି ନ ଥିଲେ। ରବିବାର ଅପରାହ୍ଣରେ ମନୋଜ ବଲାଙ୍ଗୀର ସହର ରମାଇ ଟକିଜ ନିକଟରେ ଥିବାବେଳେ ଉକ୍ତ ଫାଇନାନ୍ସ କମ୍ପାନୀର ଦୁଇଜଣ ଅଧିକାରୀ ତାଙ୍କ ପାଖକୁ ଆସି ତାଙ୍କୁ ଉଠାଇ ନେଇଥିଲେ । ଏନେଇ ମନୋଜ ଫୋନ କରି ତାଙ୍କ ସ୍ତ୍ରୀ ରୀତା ସାଙ୍କୁ ଜଣାଇଥିଲେ। ସୋମବାର ସନ୍ଧ୍ୟା ସୁଦ୍ଧା ମନୋଜ ଘରକୁ ନ ଫେରିବାରୁ ରୀତା ଟାଉନ ଥାନାର ଦ୍ୱାରସ୍ଥ ହୋଇ ଅଭିଯୋଗ କରିଛନ୍ତି । ଉକ୍ତ ଫାଇନାନ୍ସ ଅଧିକାରୀଙ୍କୁ ପଚାରିବାରୁ ତାଙ୍କ ସ୍ବାମୀ ରବିବାର ସନ୍ଧ୍ୟାରୁ ଘରକୁ ଯାଇସାରିଛନ୍ତି ବୋଲି କହିଥିଲେ। ତେବେ ଏପର୍ଯ୍ୟନ୍ତ ମନୋଜ ଘରକୁ ଫେରି ନ ଥିବାରୁ ରୀତା ତାଙ୍କ ସ୍ବାମୀକୁ ଫାଇନାନ୍ସ ଅଧିକାରୀ ମାରପିଟ କରିଥିବା ଏବଂ ଜୀବନରେ ମାରି ଦେଇଥିବା ସନ୍ଦେହ କରି ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ପୋଲିସ ଅଭିଯୋଗ ପାଇଲା ପରେ ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି। ପୋଲିସ ଦୁଇ ଜଣ କର୍ମଚାରୀଙ୍କୁ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ବିନା ଆନ୍ଦୋଳନରେ କାମ କରୁନି ପ୍ରଶାସନ: ଜାତୀୟ ରାଜପଥ ଅବରୋଧ ପରେ ମରାମତି କାର୍ଯ୍ୟ ଆରମ୍ଭ

କୁଆଁରମୁଣ୍ଡା,୧୧।୮(ମହେନ୍ଦ୍ର କୁମାର ସାହୁ): ଏବେ ବିନା ଆନ୍ଦୋଳନ କିମ୍ବା ଧର୍ମଘଟରେ ଆଉ କୌଣସି କାର୍ଯ୍ୟ ହେଉନାହିଁ। ପ୍ରଶାସନ କେବଳ ପୂର୍ବରୁ ସବୁ ଦେଖି ଚୁପ୍ ବସୁଛି ଏବଂ…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଦିଗପହଣ୍ଡି ପେଟ୍ରୋଲ ପମ୍ପରେ ଠକେଇ ଅଭିଯୋଗ: ତାତିଲେ ଲୋକେ, ପୋଲିସ ହସ୍ତକ୍ଷେପ ପରେ…

ଦିଗପହଣ୍ଡି,୧୧।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥ ପିତାମ୍ବରପୁର ଗ୍ରାମ ନିକଟରେ ଥିବା ଏକ ପେଟ୍ରୋଲ ପମ୍ପରେ ମଙ୍ଗଳବାର ଜଣେ ଗ୍ରାହକଙ୍କ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

ରାସ୍ତା ନା କାଦୁଅ ବିଲ…ଥୁଆମୂଳ ରାମପୁରରେ ବିପର୍ଯ୍ୟସ୍ତ ରାସ୍ତା; ଆମ୍ବୁଲାନ୍ସ ଯିବା ବି କଷ୍ଟକର

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ପାଡେପଦର ଗ୍ରାମପଞ୍ଚାୟତର ଦୁରେଶପଦର ଶିବମନ୍ଦିର ଛକଠାରୁ ଡୁମୁଲି ନାଳ ପର୍ଯ୍ୟନ୍ତ ଯାଇଥିବା ମୁଖ୍ୟ ରାସ୍ତାଟି…

ଭାରତରେ ଏହିଦିନ ଲଞ୍ଚ୍‌ କରିବ ୧୦ ଆଉ ୨୦ଟଙ୍କିଆ ପ୍ଲାଷ୍ଟିକ୍‌ ନୋଟ୍‌! ମୋଦି ସରକାର ଦେଲେ ମଞ୍ଜୁରୀ…

ନୂଆଦିଲ୍ଲୀ, ୧୧।୮: କାଗଜର ଚିରା-ଫଟା, ପୁରୁଣା ଏବଂ ଓଦା ହୋଇଯାଇଥିବା ନୋଟ୍‌କୁ ନେଇ ଅସୁବିଧାରେ ପଡ଼ୁଥିବା ଲୋକଙ୍କ ପାଇଁ ଏକ ବଡ଼ ଏବଂ ଖୁସି ଖବର ସାମ୍ନାକୁ…

ହାତୀ-ମଣିଷ ସଂଘର୍ଷ ହ୍ରାସ ପାଇଁ ଉଦ୍ୟମ: ୭ଟି ବନଖଣ୍ଡରେ ଚାଲିଛି କଦଳୀ ଚାରା ରୋପଣ

ଭଞ୍ଜନଗର,୧୧।୮(ବାବୁଲା ପ୍ରଧାନ): ଜଙ୍ଗଲରେ ବନ୍ୟପ୍ରାଣୀଙ୍କ ପାଇଁ ପର୍ଯ୍ୟାପ୍ତ ଖାଦ୍ୟ ଉପଲବ୍ଧ ନହେବାରୁ ହାତୀପଲ ସମେତ ବିଭିନ୍ନ ବନ୍ୟପ୍ରାଣୀ ଜଙ୍ଗଲ ଛାଡ଼ି ଜନବସତି ମୁହାଁ ହେଉଛନ୍ତି। ଫଳରେ ଜଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri