ଅର୍ଥ ସଙ୍କଟ: ଶ୍ରୀଲଙ୍କା ପୌରପରିଷଦ ନିର୍ବାଚନ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ…

କଲମ୍ବୋ,୧୧।୪ : ଅର୍ଥ ଅଭାବରୁ ବାଲାଟ ପେପର ଛାପିବାରେ ଅସମର୍ଥ ହୋଇ ଶ୍ରୀଲଙ୍କାରେ ପୌରପରିଷଦ ନିର୍ବାଚନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ସ୍ବାଧୀନତା ପରଠାରୁ ଶ୍ରୀଲଙ୍କା ଏହାର ସବୁଠାରୁ ବଡ ଅର୍ଥନୈତିକ ସଙ୍କଟ ଦେଇ ଗତି କରୁଛି। ଫଳରେ ସରକାର ନିର୍ବାଚନ କରିବାକୁ ସାହସ ଜୁଟାଇ ପାରୁ ନାହାନ୍ତି। ଦେଶର ନିର୍ବାଚନ ଆୟୋଗ ଏହା ମଧ୍ୟ କହିଛି ଯେ ଅର୍ଥର ଅଭାବ ଯୋଗୁ ଏପ୍ରିଲ ୨୫ ରେ ଧାର୍ଯ୍ୟ ହୋଇଥିବା ପୌରପରିଷଦ ନିର୍ବାଚନକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି।

ସୋମବାର ପ୍ରଧାନମନ୍ତ୍ରୀ ଦୀନେଶ ଗୁଣବର୍ଦ୍ଧନେ ନିର୍ବାଚନ ଆୟୋଗର ଅଧିକାରୀ ତଥା ପ୍ରମୁଖ ରାଜନୈତିକ ଦଳର ସଦସ୍ୟଙ୍କ ସହ ଏକ ବୈଠକ କରିଛନ୍ତି। ଏହାର ଗୋଟିଏ ଦିନ ପରେ ମଙ୍ଗଳବାର ଆୟୋଗ ଏସମ୍ପର୍କରେ ଘୋଷଣା କରିଛନ୍ତି। ନିର୍ବାଚନ ଆୟୋଗର ମହାନିର୍ଦ୍ଦେଶକ ସାମନ ଶ୍ରୀ ରତ୍ନାୟକେ କହିଛନ୍ତି, ଅର୍ଥ ବଣ୍ଟନ ନେଇ ଅର୍ଥ ବିଭାଗ ପକ୍ଷରୁ ନିଶ୍ଚିତ ହେବା ପରେ ହିଁ ନିର୍ବାଚନ ହେବାର ପରବର୍ତ୍ତୀ ତାରିଖ ଘୋଷଣା କରାଯିବ।

ନିର୍ବାଚନ ଆୟୋଗ ପାଖରେ ପାଣ୍ଠି ଅଭାବ ,ଭଳି ସ୍ଥିତି ସୃଷ୍ଟି ହୋଇଛି। ମାର୍ଚ୍ଚରେ ଶ୍ରୀଲଙ୍କା ସରକାରଙ୍କ ପ୍ରିଣ୍ଟିଂ ବିଭାଗର ମୁଖ୍ୟ ଗଙ୍ଗାନି ଲିୟାନେଜ କହିଥିଲେ ୨୧ ରୁ ୨୪ ଫେବୃଆରୀ ପର୍ଯ୍ୟନ୍ତ ଡାକ ଭୋଟ ପାଇଁ ବାଲାଟ ପେପର ମୁଦ୍ରଣ କରିବାରେ ଅସମର୍ଥତ ଯୋଗୁ ନିର୍ବାଚନ ଆୟୋଗକୁ ନିର୍ବାଚନ ସ୍ଥଗିତ ରଖିବାକୁ ପଡିବ। ଲିଆନେଜ କହିଥିଲେ ନିର୍ବାଚନ ପାଇଁ ପ୍ରାୟ ୫୦୦ ନିୟୁତ ଟଙ୍କା ଖର୍ଚ୍ଚ ହେବାକୁ ଥିବାବେଳେ ଟ୍ରେଜେରୀରୁ ସେମାନେ କେବଳ ୪୦ ନିୟୁତ ଟଙ୍କା ପାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପିଇବା ପାଣି ପାଇଁ ଗର୍ଜିଲେ ଅଞ୍ଚଳବାସୀ: ସମାଧାନ ପାଇଁ ମିଳିଲା ପ୍ରତିଶ୍ରୁତି

ଦାରିଙ୍ଗବାଡି,୬।୪(ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଡବେରୀ ଶାଳବଣଠାରେ ସୋମବାର ଡବେରୀ ଅଞ୍ଚଳକୁ ମଦମୁକ୍ତ ଏବଂ ପିଇବା ପାଣି ସମସ୍ୟାର ସମାଧାନ ପାଇଁ ବସିଲା ବୈଠକ। ଅଞ୍ଚଳର…

ନୀଳମାଧବଙ୍କୁ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ଦେଲେ ରାଜ୍ୟ ସରକାର: ଛୁଟିଲା ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୪(ବାବୁଲା ପ୍ରଧାନ):ଭାଜପା ଭଞ୍ଜନଗର ସାଂଗଠନିକ ଜିଲା ସଭାପତି ନୀଳମାଧବ ପାତ୍ରଙ୍କୁ ରାଜ୍ୟ ସରକାର ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦର ଅଧ୍ୟକ୍ଷ ଭାବେ ନିଯୁକ୍ତି ଦେଇଛନ୍ତି। ଏହି…

ହର୍ମୁଜ ଖୋଲିବା ନେଇ ଇରାନର ସସପେନ୍ସ , ଯୁଦ୍ଧବିରତି ସର୍ତ୍ତ ଉପରେ କହିଲା-ଠିକ୍‌ ସମୟରେ…

ଓ୍ବାଶିଂଟନ୍‌୬।୪: ଇରାନ-ଆମେରିକା ବିବାଦ ମଧ୍ୟରେ, ଇରାନ ସୂଚିତ କରିଛି ଯେ ହର୍ମୁଜ ପ୍ରଣାଳୀ ଏବେ ଏହାର ନିୟନ୍ତ୍ରଣରେ ଏକ ରଣନୈତିକ ଉପକରଣ ପାଲଟିଛି। ଇରାନ ରିଭୋଲ୍ୟୁସନାରୀ ଗାର୍ଡ…

ପ୍ରଶଂସକଙ୍କୁ ଗୁଡ୍‌ନ୍ୟୁଜ୍‌ ଦେଲେ କରିଶ୍ମା: ଖୁବ୍‌ଶୀଘ୍ର…

ଅଭିନେତ୍ରୀ କରିଶ୍ମା ତନ୍ନା ଖୁବଶୀଘ୍ର ମା’ ହେବାକୁ ଯାଉଛନ୍ତି। ସେ ତାଙ୍କ ସ୍ବାମୀ ବରୁଣ ବାଙ୍ଗେରା ସହ ଫଟୋ ଶେୟାର କରି ପ୍ରଶଂସକଙ୍କୁ ଏହି ଗୁଡ୍‌ନ୍ୟୁଜ୍‌ ଦେଇଛନ୍ତି।…

ଇରାନକୁ ଭିତିରିଆ ଶକ୍ତି ଯୋଗାଉଛନ୍ତି ଏହି ୨ ଦେଶ, ଏହି କାରଣରୁ ଶେଷ ହେଉନାହିଁ ଯୁଦ୍ଧ! ଚାଞ୍ଚଲ୍ୟକର ଖୁଲାସା

ଓ୍ବାଶିଂଟନ୍‌,୬।୪: ମଧ୍ୟପ୍ରାଚ୍ୟରେ ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ଏକ ମାସରୁ ଅଧିକ ସମୟ ବିତିଗଲାଣି, ତଥାପି ହର୍ମୁଜ ପ୍ରଣାଳୀ ଖୋଲିବା ନେଇ…

IPL ଚାଲିଥିବା ସମୟରେ ଅମ୍ପାୟରଙ୍କୁ ହତ୍ୟା: ଛାତିରେ ଛୁରି ଭୁସି..

ଅମରାବତି,୬।୪: ଆଜିକାଲି ଦେଶରେ IPL 2026ର ରୋମାଞ୍ଚ ଦେଖିବାକୁ ମିଳୁଛି। ଏହି ସମୟରେ ଆନ୍ଧ୍ର ପ୍ରଦେଶରୁ ଜଣେ କ୍ରିକେଟ ଅମ୍ପାୟାରଙ୍କ ହତ୍ୟା ସହିତ ଜଡିତ ଏକ ଅଭାବନୀୟ…

ହାତକୁ ଦି’ ହାତ ହେଲେ IIT ବାବା: ଜାଣନ୍ତୁ କାହାକୁ ବାଛିଲେ ଜୀବନସାଥୀ

ଧର୍ମଶାଳା,୬।୪: ପ୍ରୟାଗରାଜ ମହାକୁମ୍ଭ ସମୟରେ ନିଜର ଅନନ୍ୟ ଶୈଳୀ ଏବଂ ଆଧ୍ୟାତ୍ମିକ ବ୍ୟକ୍ତିତ୍ୱ ପାଇଁ ଜାତୀୟ ସ୍ତରରେ ପ୍ରସିଦ୍ଧି ଲାଭ କରିଥିବା ଆଇଆଇଟିଏନ ବାବା ଓରଫ୍‌ ଅଭୟ…

ପିସିଏସ ଅଧିକାରୀ ଜ୍ୟୋତି-ଆଲୋକଙ୍କ ବିବାଦରେ ନୂଆମୋଡ଼: ସ୍ତ୍ରୀ ଅଫିସର ହେବାପରେ ସଫେଇ କର୍ମଚାରୀ ସ୍ବାମୀଙ୍କୁ ଯାଇଥିଲେ ଭୁଲି, ଏବେ…

ଲକ୍ଷ୍ନୌ,୬।୪: ଉତ୍ତର ପ୍ରଦେଶର ବହୁଚର୍ଚ୍ଚିତ ପିସିଏସ ଅଧିକାରୀ ଜ୍ୟୋତି ମୌର୍ଯ୍ୟ ଏବଂ ତାଙ୍କ ସ୍ବାମୀ ଆଲୋକ ମୌର୍ଯ୍ୟ ନାମକ ଜଣେ ସଫେଇ କର୍ମଚାରୀଙ୍କ ମଧ୍ୟରେ ଦୀର୍ଘ ଦିନର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri