ଋଣ ଆଦାୟ ଟଙ୍କା ଆତ୍ମସାତ ଅଭିଯୋଗ, ଫାଇନାନ୍ସ କର୍ମଚାରୀ ଗିରଫ

ବଞ୍ଚୋ/ଆନନ୍ଦପୁର/ହାଟଡିହୀ,୭ା୬(ପ୍ରଦୋଷ କୁମାର/ବିଶ୍ୱାଳସୁଶାନ୍ତ କୁମାର ସାହୁ/ଶୁଭକାନ୍ତ ନାୟକ ): ଋଣଗ୍ରାହକଙ୍କ ଠାରୁ ଆଦାୟ ହୋଇଥିବା ଇଏମଆଇ ଟଙ୍କା ଆତ୍ମସାତ କରିବା ଅଭିଯୋଗରେ ଘସିପୁରା ପୋଲିସ ଜଣେ ଫାଇନାନ୍ସ କର୍ମଚାରୀଙ୍କୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ହେଲେ ଯାଜପୁର ଜିଲା ଧର୍ମଶାଳା ଥାନା ଅନ୍ତର୍ଗତ କଦଳା ଗ୍ରାମର ରାକେଶ ସାମଲ (୨୮)।
ଘସିପୁରା ସ୍ଥିତ ଆରୋହଣ ଫାଇନାନ୍ସିଆଲ ସର୍ଭିସେସ ଲିମିଟେଡ୍‌ର ଶାଖା ପରିଚାଳକ ବିଶ୍ୱପ୍ରକାଶ ଦାସଙ୍କ ଅଭିଯୋଗ ଅନୁଯାୟୀ, ରାକେଶ ସଂସ୍ଥାର ଏଜେଣ୍ଟ ଭାବେ କାର୍ଯ୍ୟରତ ଥିବାବେଳେ ୪୩ ଜଣ ଗ୍ରାହକଙ୍କ ଠାରୁ ଋଣ କିସ୍ତି (ଇଏମଆଇ) ବାବଦରେ ୫ ଲକ୍ଷ ୭୦ ହଜାର ୧୫୭ ଟଙ୍କା ସଂଗ୍ରହ କରିଥିଲେ। କିନ୍ତୁ ସେହି ଅର୍ଥ ବ୍ୟାଙ୍କରେ ଜମା ନକରି ନିଜ ପାଖରେ ରଖି ଆତ୍ମସାତ କରିଥିବା ଅଭିଯୋଗ ହୋଇଛି।
ଏନେଇ ଘସିପୁରା ଥାନାରେ ମାମଲା ରୁଜୁ ହେବା ପରେ ପୋଲିସ ତଦନ୍ତ ଆରମ୍ଭ କରିଥିଲା। ତଦନ୍ତରେ ଅଭିଯୋଗର ସତ୍ୟତା ପ୍ରମାଣିତ ହେବା ପରେ ରାକେଶଙ୍କୁ ଗିରଫ କରାଯାଇ କୋର୍ଟ ଚାଲାଣ କରାଯାଇଛି। ଏସଡିପିଓ କମଳ ଲୋଚନ ପଣ୍ଡା ଏହି ସୂଚନା ଦେଇଛନ୍ତି। ପୋଲିସ ଘଟଣାର ଅଧିକ ତଦନ୍ତ ଜାରି ରଖିଛି । ଥାନାଧିକାରୀ କିଶୋର ଚନ୍ଦ୍ର ପ୍ରଧାନ କହିଛନ୍ତି ଯେ କେସ ନଂ ୨୬୨/୨୦୨୬ ରେ ଏକ ମାମଲା ରୁଜୁ କରି ଅଭିଯୁକ୍ତ ରାକେଶକୁ ଗିରଫ କରାଯାଇଛି ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଛୁଆ ରହିଥିବା ବେଳେ ଶିଶୁ ୱାର୍ଡରେ ହଠାତ୍ ଲାଗିଗଲା ନିଆଁ, ତାପରେ ଯାହା ଘଟିଲା….

ଛତ୍ରପୁର,୭ା୬(ଦିଲ୍ଲୀପ ସାମଲ): ଛତ୍ରପୁର ସରକାରୀ ଉପଖଣ୍ଡ ଚିକିତ୍ସାଳୟରେ ଅଗ୍ନିକାଣ୍ଡ ହୋଇଛି । ଚିକିତ୍ସାଳୟର ଶିଶୁ ୱାର୍ଡରେ ନିଆଁ ଲାଗିଥିବା ବେଳେ କାହାର କିଛି କ୍ଷତି ହୋଇନଥିବା ସୂଚନା…

ଅଶୁଭ! କଟକ ଚଣ୍ଡୀ ମନ୍ଦିର ଉପରେ ବଜ୍ରପାତ, ଚୂଡ଼ାରୁ ଖସିଲା…..

କଟକ,୭ା୬(ପ୍ରଭୁକଲ୍ୟାଣ ପାଲ୍): କଟକରେ ତାଣ୍ଡବ ରଚିଲା କାଳ ବୈଶାଖୀ । କଟକର ଅଧିଷ୍ଠାତ୍ରୀ ଦେବୀ କଟକ ଚଣ୍ଡୀ ମନ୍ଦିର ଦଧିନଉତି ଉପରେ ଘଡ଼ଘଡ଼ି ପଡିଥିବା ସୂଚନା ରହିଛି…

ମୁକୁଳା ୧୧ କେଭି ଟ୍ରାନ୍ସଫର୍ମର ସାଙ୍ଗକୁ ଗଭୀର ଗର୍ତ୍ତ: ବଡ଼ ଅଘଟଣ ଆଶଙ୍କାରେ ଧୁଲିଗୁଡ଼ା ଗ୍ରାମବାସୀ

ଥୁଆମୂଳ ରାମପୁର,୭।୬(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କାଣୀଗୁମା ଗ୍ରାମପଞ୍ଚାୟତ ଅନ୍ତର୍ଗତ ଧୁଲିଗୁଡ଼ା (ମାନିଆଁଗୁଡ଼ା) ଠାରେ ବିଦ୍ୟୁତ ବିଭାଗର ଅବହେଳା ଦେଖିବାକୁ ମିଳିଛି । ଥୁଆମୂଳ…

ଲେବଲକ୍ରସିଂ ପାର୍‌ ବେଳେ ଧକ୍କା ଦେଲା ଟ୍ରେନ୍‌, ଆଉ ତା’ପରେ ଯାହା ଘଟିଲା…

ଭଦ୍ରକ,୭।୬(ସନାତନ ରାଉତ): ଭଦ୍ରକ-ଧାମରା ରେଳପଥର ତିହିଡି଼ ବ୍ଲକ ପୀରହାଟ ଥାନା ଅଧୀନ ସାହାପୁର ରାସ୍ତା ଲେବଲକ୍ରସିଂ ନିକଟରେ ରବିବାର ଏକ ଟ୍ରେନ ଧକ୍କାରେ ଜଣେ ବାଇକ୍‌ ଆରୋହୀ…

ଘରେ କେହି ନଥିବା ବେଳେ ଦଶମ ଶ୍ରେଣୀ ଛାତ୍ରୀଙ୍କୁ ଅପହରଣ କଲେ ନବମ ଶ୍ରେଣୀ ଛାତ୍ର, ସହଯୋଗ କରିଥିଲେ….

ଦିଗପହଣ୍ଡି,୭ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅଧିନ ଏକ ଗାଁରେ ଅଭାବନୀୟ ଘଟଣା ଦେଖାଯାଇଛି । ଚଳିତ ବର୍ଷ ୧୦ମ ଶ୍ରେଣୀକୁ ଉତ୍ତୀର୍ଣ୍ଣ ହୋଇଥିବା ୧୫…

ଖାଲି କ୍ରିକେଟ ଖେଳିବାକୁ ଆସିନି, ୧୦-୨୦ ବର୍ଷ ଯାଏ ଡୋମିନେଟ୍‌ କରିବାକୁ ଚାହୁଁଛି: ବୈଭବଙ୍କ…

ନୂଆଦିଲ୍ଲୀ,୭।୬: ଆଇପିଏଲ୍‌ ୨୦୨୬ରେ ନିଜର ବିସ୍ଫୋରକ ବ୍ୟାଟିଂ ଦ୍ୱାରା ସାରା ବିଶ୍ୱକୁ ଚକିତ କରିଥିବା ୧୫ ବର୍ଷର ଯୁବ କ୍ରିକେଟରବୈଭବ ସୂର୍ଯ୍ୟବଂଶୀଙ୍କୁ ଶନିବାର ଦିନ ଏକ ବଡ଼…

ମର୍ମନ୍ତୁଦ ଦୁର୍ଘଟଣା: ବାପା-ଝିଅଙ୍କ ଉପରେ ମାଡ଼ିଗଲା ଟ୍ରକ, ଆଉ ତା’ପରେ…

ସୋର,୭।୬(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଉତ୍ତରେଶ୍ୱର ବସ୍‌ ଷ୍ଟପ୍‌ ନିକଟରେ ରବିବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ…

ମୁଗୁପୁର ହାଇସ୍କୁଲ ୨୦୧୦ ମ୍ୟାଟ୍ରିକ ବ୍ୟାଚର ବନ୍ଧୁମିଳନ ଉତ୍ସବ, ସୁବର୍ଣ୍ଣ ସମୟକୁ ଜିଇଁବାର ପ୍ରୟାସ…

ହାଟଡିହୀ/ଛେନାପଦୀ,୭।୬(ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ମୁଗୁପୁର ହାଇସ୍କୁଲ ପରିସରରେ ୨୦୧୦ ମସିହା ମ୍ୟାଟ୍ରିକ ବ୍ୟାଚର ପୁରାତନ ଛାତ୍ରୀଛାତ୍ର ମାନଙ୍କୁ ନେଇ ଏକ ବନ୍ଧୁମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri