ଆଶ୍ୱାସନା ଦେଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୧୪।୧୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବୁଧବାର ମୁଦ୍ରାସ୍ଫୀତିକୁ ନେଇ ଲୋକ ସଭାରେ ଆଶ୍ୱାସନା ଦେଇଛନ୍ତି। ମୁଦ୍ରାସ୍ଫୀତି ଆହୁରି ହ୍ରାସ କରିବାକୁ ସରକାର ପଦକ୍ଷେପ ନେବେ ବୋଲି ସେ କହିଛନ୍ତି।
ଲୋକ ସଭାରେ ମୁଦ୍ରାସ୍ଫୀତିକୁ ନେଇ ଆଲୋଚନା ବେଳେ ସୀତାରମଣ କହିଛନ୍ତି, ନଭେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୬.୭୭ ପ୍ରତିଶତରୁ ୫.୮ ପ୍ରତିଶତକୁ ହ୍ରାସ ପାଇଛି। ସାଧାରଣ ଲୋକଙ୍କ ପାଇଁ ମୁଦ୍ରାସ୍ଫୀତି ଆହୁରି ହ୍ରାସ ପାଇବ। ଅତ୍ୟାବଶ୍ୟକ ଦ୍ରବ୍ୟର ମୂଲ୍ୟ ସ୍ଥିତିକୁ ସରକାର ନିରନ୍ତର ନଜର ରଖିଛନ୍ତି।
ସେ ଆହୁରି ମଧ୍ୟ ସ୍ପଷ୍ଟ କରିଛନ୍ତି, ଏବେ ମାନ୍ଦାବସ୍ଥାର କୌଣସି ବିପଦ ନାହିଁ, କାରଣ ମୁଦ୍ରାସ୍ଫୀତି ସ୍ତର ସହିତ ଭାରତ ଦ୍ରୁତ ଅଭିବୃଦ୍ଧିଶୀଳ ଅର୍ଥନୀତି ମଧ୍ୟରୁ ଅନ୍ୟତମ। ଆର୍ଥିକ ନିଅଣ୍ଟ ସମ୍ପର୍କରେ ଅର୍ଥମନ୍ତ୍ରୀ କହିଛନ୍ତି, ଚଳିତ ଆର୍ଥିକ ବର୍ଷ ପାଇଁ ଜିଡିପିର ୬.୪ ପ୍ରତିଶତ ଆର୍ଥିକ ନିଅଣ୍ଟ ଲକ୍ଷ୍ୟ ପୂରଣ କରିବାକୁ ସରକାର ସକ୍ଷମ ହେବେ।


Enter your email to get our daily news in your inbox.

All Right Reserved By Dharitri.Com

ମତଦାନ ପୂର୍ବରୁ ଲୋକଙ୍କୁ ଏମିତି ଅନୁରୋଧ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୬।୪: ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପୂର୍ବରୁ ରେକର୍ଡ ସଂଖ୍ୟାରେ ଭୋଟ ଦେବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲୋକଙ୍କୁ ଅନୁରୋଧ କରିଛନ୍ତି। ପିଏମ ମୋଦି ସାସିଆଲ ମିଡିଆରେ...

ଚଳିତ ବର୍ଷ ୬୦୦୦ ଫ୍ରେଶରଙ୍କୁ ନିଯୁକ୍ତି ଦେବ ଟେକ୍ ମହିନ୍ଦ୍ରା

ମୁମ୍ବାଇ,୨୬ା୪: ପ୍ରମୁଖ ଆଇଟି କମ୍ପାନୀ ଟେକ୍ ମହିନ୍ଦ୍ରା, ଏପ୍ରିଲ୍ ୨୫ ରେ ଘୋଷଣା କରିଛି ଯେ ଏହା ୨୦୨୫ ଆର୍ଥିକ ବର୍ଷରେ ୬,୦୦୦ ଫ୍ରେଶର୍ ନିଯୁକ୍ତ...

ପ୍ରଦୂଷିତ ଶିପ୍ରାରେ ବୁଡ଼ ପକାଇଲେ କଂଗ୍ରେସ ପ୍ରାର୍ଥୀ

ଉଜ୍ଜୟିନୀ: ଉଜ୍ଜୟିନୀର ଶିପ୍ରା ନଦୀ କ୍ରମାଗତ ଭାବେ ପ୍ରଦୂଷିତ ହୋଇଚାଲିଛି। ନିକଟସ୍ଥ ବିଭିନ୍ନ ଡ୍ରେନର ଜଳ ଏହି ନଦୀରେ ମିଶୁଥିବାରୁ ଏହାର ପ୍ରଦୂଷଣର ମାତ୍ରା ବଢ଼ି...

ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୫ ବର୍ଷରେ ୨୯୮୬% ବଢ଼ିଛି

ନୂଆଦିଲ୍ଲୀ,୨୬ା୪:ବେଙ୍ଗାଲୁରୁ ସାଉଥ୍‌ ଆସନ ପାଇଁ ନାମାଙ୍କନ ପତ୍ର ଦାଖଲ କରିଥିବା ଭାଜପା ଏମ୍‌ପି ତେଜସ୍ବୀ ସୂର୍ଯ୍ୟଙ୍କ ସମ୍ପତ୍ତି ୪.୧୦ କୋଟି ଟଙ୍କା ବୋଲି ସେ ନିର୍ବାଚନ...

ଭାରତରେ ୭୨.୪ କୋଟି ଏଆଇ ୟୁଜର୍ସ

ନୂଆଦିଲ୍ଲୀ, ୨୬।୪:ଭାରତରେ ଏବେ କୃତ୍ରିମ ବୁଦ୍ଧିମତ୍ତା(ଏଆଇ) ବହୁଳ ଭାବେ ବ୍ୟବହାର ହେଉଛି। ଦେଶର ୯୦ ଭାଗ ଇଣ୍ଟରନେଟ ବ୍ୟବହାରକାରୀଙ୍କ ଜୀବନରେ ଏଆଇ ସ୍ପର୍ଶ କରିସାରିଛି। ମାର୍କେଟିଂ...

ମାଧବୀଲତାଙ୍କ ମୋଟ ସମ୍ପତ୍ତି ଜାଣିଲେ ହେବେ ଆଶ୍ଚର୍ଯ୍ୟ

ହାଇଦ୍ରାବାଦ, ୨୬।୪:ତେଲଙ୍ଗାନାର ହାଇଦ୍ରାବାଦ ଲୋକ ସଭା ଆସନରୁ ଭାଜପା ଟିକେଟରେ ପ୍ରାର୍ଥୀ ହୋଇଥିବା କେ. ମାଧବୀଲତାଙ୍କର ୨୨୧ କୋଟି ଟଙ୍କାର ପାରିବାରିକ ସମ୍ପତ୍ତି ରହିଛି। ମାଧବୀ,...

ଏଚ୍‌ଏମ୍‌ଏସ୍‌ଆଇର ନୂତନ ମାଇଲଖୁଣ୍ଟ

ଭୁବନେଶ୍ୱର,୨୬ା୪: ହୋଣ୍ଡା ମୋଟରସାଇକେଲ ଆଣ୍ଡ ସ୍କୁଟର ଇଣ୍ଡିଆ (ଏଚ୍‌ଏମ୍‌ଏସ୍‌ଆଇ)କୁ ନିକଟରେ ଆଉ ଏକ ସଫଳତା ସହ ପୂର୍ବ ଭାରତ ବଜାରରେ କମ୍ପାନୀ ନୂତନ ମାଇଲଖୁଣ୍ଟ ହାସଲ...

ଅଟୋ ଏଜ୍‌-୨୦୨୪ ସମ୍ମିଳନୀ: ଅଟୋ ଉଦ୍ୟୋଗର ଆବଶ୍ୟକତା ପୂରଣ

ଭୁବନେଶ୍ୱର,୨୬ା୪: ବେଦାନ୍ତ ଆଲୁମିନିୟମର ବହୁ ପ୍ରତୀକ୍ଷିତ ତଥା ଜାତୀୟ ଅଟୋ ଦିବସ ଉପଲକ୍ଷେ ନୂଆଦିଲ୍ଲୀଠାରେ ‘ଅଟୋ ଏଜ୍‌-୨୦୨୪’ ସମ୍ମିଳନୀ ଆୟୋଜିତ ହୋଇଯାଇଛି। ଏଥିରେ ଶିଳ୍ପ ବିଶେଷଜ୍ଞ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri