Posted inଜାତୀୟ

ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ! ନିର୍ମଳା ଦେଲେ ନିର୍ବାଚନ ନ ଲଢିବାର ବଡ଼ କାରଣ

ନୂଆଦିଲ୍ଲୀ,୨୮।୩: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ । ଏକଥା ଆମେ ନୁହେଁ ଖୋଦ୍‌ ଅର୍ଥମନ୍ତ୍ରୀ ଜାତୀୟ ଗଣମାଧ୍ୟମରେ କରିଛନ୍ତି ଖୁଲାସା । ଅର୍ଥମନ୍ତ୍ରୀଙ୍କ ପାଖରେ ନାହିଁ ଅର୍ଥ। ତେଣୁ ସେ ନିର୍ବାଚନ ଳଢ଼ିବାକୁ ଚାହୁନାହାନ୍ତି ।

ଅର୍ଥମନ୍ତ୍ରୀ ନିର୍ମଳାଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ । ଜାତୀୟ ଗଣମାଧ୍ୟମର ଏକ କାର୍ଯ୍ୟକ୍ରମରେ ଯୋଗ ଦେଇ, ନିର୍ମଳା କିଛି ଏପରି ଖୁଲାସା କରିଛନ୍ତି ଯାହାକୁ ନେଇ ବିଭିନ୍ନ ମହଲରେ ଜୋରଦାର ଚର୍ଚ୍ଚା ଆରମ୍ଭ ହୋଇଛି । ସେ ବିଶ୍ବର ସବୁଠୁ ବଡ଼ ଗଣତନ୍ତ୍ର ଭାରତର ଅର୍ଥମନ୍ତ୍ରୀ । କିନ୍ତୁ ନିର୍ବାଚନ ଲଢିବା ଲାଗି ଯେତିକି ଟଙ୍କା ଦରକାର ତାହା ତାଙ୍କ ପାଖରେ ନାହିଁ। ଏକଥା ଖୋଦ ଅର୍ଥମନ୍ତ୍ରୀ କହିଛନ୍ତି। ସେ କହିଛନ୍ତି, ନିର୍ବାଚନ ଲଢିବାକୁ ତାଙ୍କୁ ଯେଉଁ ପ୍ରସ୍ତାବ ଦିଆଯାଇଥିଲା ତାହାକୁ ସେ ପ୍ରତ୍ୟାଖ୍ୟାନ କରିଛନ୍ତି । କାରଣ ଲୋକ ସଭା ନିର୍ବାଚନ ଲଢିବା ଲାଗି ଯେତିକି ପାଣ୍ଠି ଦରକାର ତାହା ତାଙ୍କ ପାଖରେ ନାହିଁ।

ତାଙ୍କୁ ଆନ୍ଧ୍ରପ୍ରଦେଶ କିମ୍ବା ତାମିଲନାଡୁରୁ ଲଢିବା ଲାଗି ଭାଜପା ସଭାପତି ଜେ.ପି ନଡ୍ଡା ପ୍ରସ୍ତାବ ଦେଇଥିଲେ। ପ୍ରାୟ ୧୦ ଦିନ ପର୍ଯ୍ୟନ୍ତ ସେ ଏ ବିଷୟରେ ଭାବିବା ପରେ ସେ ପଛକୁ ହଟିଯାଇଥିଲେ ବୋଲି ନିର୍ମଳା କହିଛନ୍ତି। ଦେଶର ଅର୍ଥମନ୍ତ୍ରୀଙ୍କ ପାଖରେ ନିର୍ବାଚନ ଲଢିବାକୁ ଟଙ୍କା ନାହିଁ କି ବୋଲି ପ୍ରଶ୍ନ ହେବାରୁ ନିର୍ମଳା କହିଛନ୍ତି, ଭାରତ ସରକାରଙ୍କ ପାଣ୍ଠି ତାଙ୍କର ନୁହେଁ । ତାଙ୍କର ବେତନ ହିଁ ତାଙ୍କର ଆୟ ଏବଂ ତାଙ୍କର ସଞ୍ଚୟ ହେଉଛି ତାଙ୍କର ଟଙ୍କା । କର୍ନାଟକ ରାଜ୍ୟ ସଭା ଏମପି ନିର୍ମଳା ଆହୁରି କହିଛନ୍ତି, ନିର୍ବାଚନ ନ ଲଢିଲେ ମଧ୍ୟ ନିର୍ବାଚନ ପ୍ରଚାର ଓ ଗଣମାଧ୍ୟମ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଇସ୍ରାଏଲ ଚାପରେ ଇରାନ ସହ ଯୁଦ୍ଧ ଆରମ୍ଭ କରିଛି ଆମେରିକା: ଇସ୍ତଫା ଦେଲେ ଟ୍ରମ୍ପଙ୍କ…

ୱାଶିଂଟନ,୧୭।୩: ଆମେରିକା ପ୍ରଶାସନରେ ଏକ ବଡ଼ ଧରଣର ବିଭ୍ରାଟ ଦେଖାଦେଇଛି। ଇରାନ ସହ ଚାଲିଥିବା ଯୁଦ୍ଧକୁ ବିରୋଧ କରି ଡୋନାଲ୍ଡ ଟ୍ରମ୍ପଙ୍କ ନ୍ୟାସନାଲ କାଉଣ୍ଟର ଟେରରିଜମ ସେଣ୍ଟର…

୧୧ଟି ଜିଲାରେ ୨୩ଟି ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରୀ; ସୃଷ୍ଟି ହେବ ୧୦ ହଜାରରୁ ଅଧିକ ନିଯୁକ୍ତି

ଭୁବନେଶ୍ୱର,୧୭।୩: ରାଜ୍ୟରେ ଅର୍ଥନୈତିକ ଅଭିବୃଦ୍ଧିକୁ ତ୍ୱରାନ୍ୱିତ କରିବା ପାଇଁ ଓଡ଼ିଶା ସରକାର ଏକ ବଡ଼ ପଦକ୍ଷେପ ନେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ…

ଯୁଦ୍ଧ ଭିତରେ ଟ୍ରମ୍ପଙ୍କୁ ଜୋରଦାର ଝଟ୍‌କା, ବଡ଼ ଘୋଷଣା କରି ବିଶ୍ୱରେ ପକାଇଲେ ଚହଳ

ଓ଼୍ବାଶିଂଟନ,୧୭।୩: ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଡୋନାଲ୍ଡ ଟ୍ରମ୍ପ ପ୍ରଶାସନକୁ ଏକ ବଡ଼ ଝଟକା ଲାଗିଛି। ଆମେରିକାର ଜାତୀୟ ଆତଙ୍କବାଦ ବିରୋଧୀ କେନ୍ଦ୍ରର ନିର୍ଦ୍ଦେଶକ ଜୋ…

PSL 2026: ହାଇଦ୍ରାବାଦ ଅଧିନାୟକ ହେଲେ ମାର୍ନସ ଲାବୁସେନ, ଚମକାଇଲା ନିଷ୍ପତ୍ତି

କରାଚୀ,୧୭।୩: ଅଷ୍ଟ୍ରେଲିଆର ଷ୍ଟାର୍‌ ବ୍ୟାଟର ମାର୍ନସ ଲାବୁସେନ ପ୍ରଥମ ଥର ପାଇଁ ପାକିସ୍ତାନ ସୁପର ଲିଗ (PSL) ଖେଳିବାକୁ ଯାଉଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ପଦାର୍ପଣ…

ଗଙ୍ଗାରେ ଇଫତାର୍‌ ପାର୍ଟିକୁ ନେଇ ତେଜିଲା ବିବାଦ, ଡ଼ଙ୍ଗାରେ ବସି ଚିକେନ ବିରିୟାନୀ ଖାଇବା ଅଭିଯୋଗ ପରେ…

ବାରାଣସୀ,୧୭।୩: ପବିତ୍ର ଗଙ୍ଗା ନଦୀରେ ଡ଼ଙ୍ଗା ଉପରେ ଇଫତାର୍‌ ପାର୍ଟି ଏବଂ ଆମିଷ ସେବନକୁ ନେଇ ଉତ୍ତର ପ୍ରଦେଶର ବାରାଣସୀରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସୋସିଆଲ…

ରୋହିତଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସର ସ୍ବତନ୍ତ୍ର ପ୍ଲାନ! କେମିତି ଖେଳିବେ ସେ ନେଇ ସ୍ପଷ୍ଟ କଲେ ହେଡ୍‌ କୋଚ୍‌

ମୁମ୍ବାଇ,୧୭।୩: ଇଣ୍ଡିଆନ ପ୍ରିମିୟର ଲିଗ (IPL) ୨୦୨୬ ପାଇଁ ପ୍ରସ୍ତୁତି ଏବେ ଜୋରଦାର ଚାଲିଛି। ମୁମ୍ବାଇ ଇଣ୍ଡିଆନ୍ସର ପୂର୍ବତନ ଅଧିନାୟକ ତଥା ଷ୍ଟାର୍‌ ବ୍ୟାଟର ରୋହିତ ଶର୍ମା…

ଏପ୍ରିଲ ୧୫ରୁ ଏସବୁ ବ୍ୟାଙ୍କ ଆକାଉଣ୍ଟ ବନ୍ଦ, ଖାତାରେ ଟଙ୍କା ଥିଲେ…

ନୂଆଦିଲ୍‌ଲୀ,୧୭।୩: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କ (PNB) ଯେଉଁ ଆକାଉଣ୍ଟଗୁଡ଼ିକ ଦୀର୍ଘ ସମୟ ଧରି ନିଷ୍କ୍ରିୟ ଅଛନ୍ତି ବିଶେଷକରି, ସେହି ଆକାଉଣ୍ଟଗୁଡ଼ିକୁ ‘ଇନ ଆକ୍ଟିଭ’ ଭାବରେ ବର୍ଗୀକୃତ କରାଯାଇଛି।…

ଦିଦିଙ୍କ ଗଡ଼ ପାଲଟିଲା ‘ହଟ୍‌-ସିଟ୍‌’: ପୁଣି ମୁହାଁମୁହିଁ ହେବେ ମମତା-ଶୁଭେନ୍ଦୁ, ଭାଜପା କାର୍ଡକୁ କିଭଳି…

କୋଲକାତା,୧୭।୩: ପଶ୍ଚିମବଙ୍ଗ ରାଜନୀତିରେ ପୁଣି ଥରେ ଦୁଇ ମହାରଥୀଙ୍କ ମଧ୍ୟରେ ମହାମୁକାବିଲା ଦେଖିବାକୁ ମିଳିବ। ତୃଣମୂଳ କଂଗ୍ରେସ (TMC) ସୁପ୍ରିମୋ ମମତା ବାନାର୍ଜୀ ଏବଂ ଭାଜପା ନେତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri