Posted inଜାତୀୟ

ଗାଁ ପାଇଁ ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଉପକୃତ ହେବେ ଗ୍ରାମୀଣ ଯୁବକ

ନୂଆଦିଲ୍ଲୀ,୧ା୨: ରବିବାର ପୂର୍ବାହ୍ନରେ ପାର୍ଲାମେଣ୍ଟରେ ବଜେଟ୍‌ ୨୦୨୬-୨୭ ଆଗତ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ବଜେଟ୍‌ ଉପସ୍ଥାପନ କରିଛନ୍ତି। ଲଗାତର ୯ମ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ। ବିଗତ ୧୧ ବର୍ଷର ଆର୍ଥିକ ଅଭିବୃଦ୍ଧି ନେଇ ତଥ୍ୟ ରଖିଛନ୍ତି ଅର୍ଥମନ୍ତ୍ରୀ।

ଆଜିର ଏହି ବଜେଟ୍‌ରେ ମହାତ୍ମା ଗାନ୍ଧୀ ଗ୍ରାମ ସ୍ବରାଜ ପଦକ୍ଷେପର ପ୍ରସ୍ତାବ ଦେଉଛନ୍ତି। ଏହା ବୁଣାକାର ଏବଂ କୁଟୀର ଶିଳ୍ପକୁ ଲାଭ ଦେବ। ଗରିବ ଗ୍ରାମୀଣ ଯୁବକମାନେ ଉପକୃତ ହେବେ। ଭାରତରେ କ୍ରୀଡ଼ା ସମ୍ବନ୍ଧୀୟ ଉତ୍ପାଦ ବିକଶିତ କରିବାର ସମ୍ଭାବନା ରହିଛି।

ଦକ୍ଷତା ଏବଂ ଉତ୍ପାଦନ ଗୁଣବତ୍ତା ଉନ୍ନତ କରିବା ସହିତ ବିଶ୍ୱ ବଜାର ପ୍ରବେଶ ଏବଂ ବ୍ରାଣ୍ଡିଂକୁ ବୃଦ୍ଧି କରି ଖଦି, ହସ୍ତତନ୍ତ ଏବଂ ହସ୍ତଶିଳ୍ପ କ୍ଷେତ୍ରକୁ ସମର୍ଥନ କରିବା ପାଇଁ ମହାତ୍ମା ଗାନ୍ଧୀ ଗ୍ରାମ ସ୍ବରାଜ ପଦକ୍ଷେପ ପାଇଁ ଅଥମନ୍ତ୍ରୀ ପ୍ରସ୍ତାବ ଦେଇଥିଲେ।

ଏହି ପଦକ୍ଷେପ ବୁଣାକାର, ଗ୍ରାମ ଶିଳ୍ପ, ଏକ ଜିଲା ଏକ ଉତ୍ପାଦ (ODOP) ଯୋଜନା ଏବଂ ଗ୍ରାମୀଣ ଯୁବପିଢ଼ିଙ୍କୁ ଲାଭ ପହଞ୍ଚାଇବାର ଆଶା କରାଯାଉଛି।

ଅର୍ଥମନ୍ତ୍ରୀ କହିଛନ୍ତି, କର୍ତ୍ତବ୍ୟ ଭବନରେ ଏହା ଆମର ପ୍ରଥମ ବଜେଟ୍‌। ଆମର ପ୍ରଥମ କର୍ତ୍ତବ୍ୟ ହେଉଛି ସବ୍‌କା ସାଥ୍‌ ସବ୍‌କା ବିକାଶ। ଆମ ସରକାର ନିଯୁକ୍ତି ଓ ଉତ୍ପାଦନ ବୃଦ୍ଧିକୁ ଗୁରୁତ୍ବ ଦେଉଛି।

ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଭାରତୀୟ ସାମଗ୍ରୀ ଉପରେ ୫୦ ପ୍ରତିଶତ ଦଣ୍ଡାତ୍ମକ ଶୁଳ୍କ ଲଗାଇଥିବାବେଳେ  ବ୍ୟାପକ ଆୟକର ଏବଂ ଜିଏସ୍‌ଟି ହ୍ରାସ, ଭିତ୍ତିଭୂମିରେ ବ୍ୟୟ ଏବଂ ରିଜର୍ଭ ବ୍ୟାଙ୍କର ସୁଧ ହାର ହ୍ରାସ ଭଳି ପଦକ୍ଷେପ ଯୋଗୁ ଭାରତୀୟ ଅର୍ଥନୀତି ଅତୁଟ ରହିଛି। ସ୍ଥାୟୀ ଅଭିବୃଦ୍ଧି ଧାରା ବଜାୟ ରଖିବା ନିମନ୍ତେ ସେ ବଜେଟରେ କେତେକ ପଦକ୍ଷେପ ଘୋଷଣା କରିବେ ବୋଲି ଆଶା କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଏଣିକି ଟ୍ୟାକ୍ସ ଫାଙ୍କିଲେ କି ନ ଦେଲେ ହେବନି ଜେଲ୍‌…ସରକାରଙ୍କ ବଡ଼ ଘୋଷଣା

ନୂଆଦିଲ୍ଲୀ,୧।୨: ଯଦି ଆପଣ ମଧ୍ୟ କଠୋର ଆୟକର ନିୟମ ଏବଂ ଯାଞ୍ଚ ପ୍ରକ୍ରିୟାକୁ ଭୟ କରୁଥିଲେ, ତେବେ 2026-27 ଆର୍ଥିକ ବର୍ଷର ବଜେଟ ଏକ ବଡ଼ ଆଶ୍ୱସ୍ତି…

Union Budget 2026-27: ଆୟକର ଦାତାଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୨।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ରବିବାର ସଂସଦରେ ତାଙ୍କର ନବମ ବଜେଟ ଉପସ୍ଥାପନ କରିଛନ୍ତି। ଆର୍ଥିକ ବର୍ଷ 2026-27 ପାଇଁ ବଜେଟ ଦେଶର ସଂସଦୀୟ ଇତିହାସରେ ଏକ…

Budget 2026: ୧୭.୨ ଲକ୍ଷ କୋଟି ଋଣ କରିବେ ସରକାର, ବିତିୟ ନିଅଣ୍ଟ ୪.୩% ରଖିବାକୁ ଲକ୍ଷ୍ୟ

ନୂଆଦିଲ୍ଲୀ,୧।୨: ରବିବାର ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ବଜେଟ୍ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ସରକାର ଆଗାମୀ ଆର୍ଥିକ ବର୍ଷ ପାଇଁ ରାଜକୋଷୀୟ ନିଅଣ୍ଟକୁ ଜିଡିପି…

Budget 2026: ଏସବୁ ଚାଷକୁ ପ୍ରୋତ୍ସାହନ ଘୋଷଣା; ଭାରତୀୟ ବ୍ରାଣ୍ଡକୁ ବିଶ୍ୱସ୍ତରୀୟ କରିବା ଯୋଜନା

ନୂଆଦିଲ୍ଲୀ,୧।୨: ବଜେଟ୍ ୨୦୨୬ରେ ଚାଷୀମାନଙ୍କ ପାଇଁ ବଡ ଘୋଷଣା କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ। ଉଚ୍ଚ ମୂଲ୍ୟର କୃଷିଜାତ ଦ୍ରବ୍ୟ ଯଥା କାଜୁ, କୋକୋ ଏବଂ ଚନ୍ଦନ…

ଅର୍ଥମନ୍ତ୍ରୀଙ୍କ ବଡ଼ ଘୋଷଣା: ଦେଶରେ ହେବ ଆଉ ୩ ନୂଆ AIIMS

ନୂଆଦିଲ୍ଲୀ,୧ା୨: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଆଜି ତାଙ୍କର ଲଗାତର ନବମ ବଜେଟ୍‌ ଉପସ୍ଥାପନ କରୁଛନ୍ତି। ଏହି ବଜେଟ୍‌ରେ ଆତ୍ମନିର୍ଭରଶୀଳ ଭାରତ ପାଇଁ ୨୦୦୦ କୋଟିର ଘୋଷଣା…

Budget 2026: ପ୍ରତି ଜିଲାରେ ଖୋଲିବ ଛାତ୍ରୀନିବାସ; ମେଧାବୀ ଛାତ୍ରୀଙ୍କ ପାଇଁ ବଡ ଘୋଷଣା

ନୂଆଦିଲ୍ଲୀ,୧।୨: ଉଚ୍ଚଶିକ୍ଷା କ୍ଷେତ୍ରରେ ଛାତ୍ରୀମାନଙ୍କ ଅଂଶଗ୍ରହଣ ବୃଦ୍ଧି କରିବା ପାଇଁ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଏକ ବଡ଼ ଘୋଷଣା କରିଛନ୍ତି। ବିଶେଷ କରି STEM (ବିଜ୍ଞାନ, ବୈଷୟିକ…

Budget 2026: ୭ଟି ହାଇ-ସ୍ପିଡ୍ ରେଳ କରିଡର ଘୋଷଣା, ଉପକୃତ ହେବେ ଓଡିଶା ସମେତ ଏସବୁ ରାଜ୍ୟ

ନୂଆଦିଲ୍ଲୀ,୧।୨: ଭାରତର ପ୍ରମୁଖ ଆର୍ଥିକ ଓ ବାଣିଜ୍ୟିକ ସହରଗୁଡ଼ିକୁ ଯୋଡିବା ପାଇଁ ବଡ ଘୋଷଣା କରିଛନ୍ତି କେନ୍ଦ୍ର ସରକାର। ଏସଓ ସହରକୁ ଯୋଗାଯୋଗକୁ ସୁଦୃଢ଼ କରିବା ପାଇଁ…

Budget 2026: ବଜେଟରେ ବଡ଼ ଘୋଷଣା କଲେ ନିର୍ମଳା ସୀତାରାମନ୍‌, କ୍ୟାନସର-ଡାଇବେଟିସ ରୋଗୀଙ୍କ ପାଇଁ ଖୁସି ଖବର

ନୂଆଦିଲ୍ଲୀ,୧।୨: ସଂସଦ ଆରମ୍ଭ ହୋଇଛି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଲୋକ ସଭାରେ ବଜେଟ ଉପସ୍ଥାପନ କରୁଛନ୍ତି। ଏହା ତାଙ୍କର ଲଗାତାର ନବମ ବଜେଟ। ବଜେଟର ଏକ କପି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri