Odisha Elections 2024

ଇଡବ୍ଲ୍ୟୁଏସ୍‌ ଛାତ୍ରୀଛାତ୍ରଙ୍କୁ ଉଚ୍ଚଶିକ୍ଷା ପାଇଁ ମିଳିବ ଆର୍ଥିକ ସହାୟତା

ଭୁବନେଶ୍ୱର, ୧।୨(ଅସମାପିକା ସାହୁ): ଆର୍ଥିକ ଅନଗ୍ରସର ବର୍ଗ(ଇଡବ୍ଲ୍ୟୁଏସ୍‌) ଛାତ୍ରୀଛାତ୍ରଙ୍କ ଉଚ୍ଚଶିକ୍ଷା ପାଇଁ ଆଉ ଅର୍ଥ ବାଧକ ହେବନାହିଁ। ସ୍ନାତକ ଓ ସ୍ନାତକୋତ୍ତର ଶିକ୍ଷା ପାଇଁ ଆର୍ଥିକ ସହାୟତା ପ୍ରଦାନ କରିବାକୁ ଉଚ୍ଚଶିକ୍ଷା ବିଭାଗ ପଦକ୍ଷେପ ନେଇଛି। ଦୁଇ ଲକ୍ଷରୁ କମ୍‌ ବାର୍ଷିକ ଆୟ କରୁଥିବା ଇଡବ୍ଲ୍ୟୁଏସ୍‌ ବର୍ଗର ପିଲାଙ୍କୁ ଏହି ବୃତ୍ତିରାଶି ପ୍ରଦାନ କରାଯିବ। ଏଥିପାଇଁ ଛାତ୍ରୀଛାତ୍ର ରାଜ୍ୟର ସରକାରୀ ଅନୁଦାନପ୍ରାପ୍ତ ଓ ଅଣ ଅନୁଦାନପ୍ରାପ୍ତ ମହାବିଦ୍ୟାଳୟ କିମ୍ବା ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ଆବଶ୍ୟକ। ମୁକ୍ତ ବିଶ୍ୱବିଦ୍ୟାଳୟ ବା ସେଲ୍ଫ ଫାଇନାନ୍ସ ପାଠ୍ୟକ୍ରମରେ ପଢ଼ୁଥିଲେ ଏହି ବୃତ୍ତି ମିଳିବ ନାହିଁ। ଛାତ୍ରୀଛାତ୍ରମାନେ ଷ୍ଟେଟ ସ୍କଲାରଶିପ୍‌ ପୋର୍ଟାଲରେ ଏହାର ଆବେଦନ କରିପାରିବେ। ବୃତ୍ତି ପାଇଁ ଯୋଗ୍ୟ ବିବେଚିତ ହେଲେ ସିଧାସଳଖ ଡିବିଟି ମାଧ୍ୟମରେ ଆକାଉଣ୍ଟକୁ ପ୍ରୋତ୍ସାହନ ରାଶି ପ୍ରଦାନ କରାଯିବ। ତେବେ ବୃତ୍ତିକୁ ପୂର୍ଣ୍ଣାଙ୍ଗ ଭାବେ କାର୍ଯ୍ୟକ୍ଷମ ପୂର୍ବରୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଭିନ୍ନ ବିଭାଗର ମତାମତ ଲୋଡ଼ାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ହିଂସା ହେବା ଆଶଙ୍କା ନେଇ କନ୍ଧମାଳରେ ୧୪୪ ଧାରା ଜାରି କଲା ପ୍ରଶାସନ

ଦାରିଙ୍ଗବାଡି,୧୬।୫: (ଅରୁଣ ସାହୁ): କନ୍ଧମାଳ ଜିଲାରେ କୌଣସି ନିର୍ବାଚନୀ ହିଂସା ହେବା ଆଶଙ୍କାରେ ଜିଲା ପ୍ରଶାସନ ପକ୍ଷରୁ ଧାରା ୧୪୪ ଜାରି କରାଯାଇଛି । ଏହି...

‘ରତ୍ନଭଣ୍ଡାର ଚାବି ଲୁଚାଇଛନ୍ତି ପାଣ୍ଡିଆନ, ୧୦ ଜୁନ୍‌ ପୂର୍ବରୁ ଚାବି ଫେରାନ୍ତୁ, ନ ହେଲେ…’

ଭୁବନେଶ୍ୱର,୧୬।୫: ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ ଆଣିଲେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। ଜଟଣୀ ଛତାବରରେ ଭାଜପା ପରିବର୍ତ୍ତନ ସଭାରେ ହିମନ୍ତ ବିଶ୍ୱଶର୍ମାଙ୍କ ଏଭଳି ମନ୍ତବ୍ୟକୁ...

ପଦ୍ମ ଛାଡି ପୁଣି ଶଙ୍ଖ ଧରିଲେ ରାଜୁ ଦାସ

ଭୁବନେଶ୍ୱର,୧୬।୫: ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ ଗୁରୁବାର ଭାଜପାରୁ ଇସ୍ତଫା ଦେବା ପରେ ପୁଣିଥରେ ବିଜେଡିରେ ସାମିଲ ହୋଇଛନ୍ତି। ରାଜୁ ଦାସ ତାଙ୍କ ଇସ୍ତଫା...

ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ

ଭୁବନେଶ୍ୱର,୧୬।୫: ଭାଜପାରୁ ଇସ୍ତଫା ଦେଲେ ଧାମନଗରର ପୂର୍ବତନ ବିଧାୟକ ରାଜେନ୍ଦ୍ର ଦାସ। ସେ ତାଙ୍କ ଇସ୍ତଫା ପତ୍ର ଭାଜପା ରାଜ୍ୟ ସଭାପତିଙ୍କ ନିକଟକୁ ପଠାଇଛନ୍ତି। ଭାଜପା...

‘ଦେଶ ବଞ୍ଚାଇବାକୁ ହେଲେ କଂଗ୍ରେସକୁ କ୍ଷମତାକୁ ଆଣିବାକୁ ପଡ଼ିବ’

ଫୁଲବାଣୀ,୧୬।୫(ରାକେଶ କୁମାର ରାଉତ): ଦୀର୍ଘ ବର୍ଷ ହେଲା ଏଠି ଗୋଟିଏ ସରକାର ରହିଛି। ଯେଉଁ ଦଳ ଶାସନ କରୁଛି ତାହାକୁ ଭାଜପା ସୃଷ୍ଟି କରିଥିଲା। ଆଜି...

ଭୋଟରଙ୍କୁ ଏସବୁ ପ୍ରତିଶ୍ରୁତି ଦେଲେ ନଡ୍ଡା, କହିଲେ ଭାଜପା ସରକାର ଆସିଲେ…

ପଦ୍ମପୁର,୧୬ା୫(ପ୍ରଦୀପ୍ତ ଦାଶ): ସଶକ୍ତ ଭାରତ ସହିତ ସମୃଦ୍ଧ ଓଡ଼ିଶା ପାଇଁ ଡବଲ ଇଞ୍ଜିନ ସରକାର ଦରକାର ବୋଲି ଗୁରୁବାର ବରଗଡ଼ ଜିଲାର ପଦ୍ମପୁରରେ ବିଶାଳ ଜନସଭାରେ...

ଖାର୍ଗେଙ୍କ ଭାଷଣ ବେଳେ ପଶି ଆସିଲା ଅନ୍ୟ ଦଳର ପ୍ରଚାର ଗାଡ଼ି, ଆଉ ତା’ପରେ…

ଭୁବନେଶ୍ୱର,୧୬।୫: କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖାର୍ଗେ ଗୁରୁବାର ଓଡ଼ିଶା ଗସ୍ତରେ ଆସି ଫୁଲବାଣୀର ଏକ ସଭାରେ ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଉଛନ୍ତି। ଏହି ସମୟରେ ଅନ୍ୟ ଦଳର...

+୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ, ନଚେତ୍‌…

ଭୁବନେଶ୍ୱର,୧୬।୫: +୯୨ ନମ୍ବରରୁ କଲ୍‌ ଆସିଲେ ହୋଇଯାଆନ୍ତୁ ସାବଧାନ। ନଚେତ୍‌ ବଡ଼ ଠକେଇର ଶିକାର ହୋଇପାରନ୍ତି। ଏନେଇ କମିଶନରେଟ ପୋଲିସ ପକ୍ଷରୁ ଏକ ସତର୍କ ସୂଚନା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri