ୟୁକ୍ରେନ୍‌କୁ ଆମେରିକା ସମେତ ୨୮ ଦେଶର ଆର୍ଥିକ ସହାୟତା…

କ୍ୱିଭ୍‌,୨୬।୨ : ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ପ୍ରବଳ ଯୁଦ୍ଧ ଜାରି ରହିଛି। ୟୁକ୍ରେନରେ ବିନାଶର ଚାଣ୍ଡବ ଜାରି ରହିଛି। ବହୁ ଲୋକଙ୍କ ମୃତ୍ୟୁ ମଧ୍ୟ ଘଟିଛି। ଏହି ସମୟରେ ଅନେକ ଦେଶ ୟୁକ୍ରେନକୁ ସହାୟତା ପ୍ରଦାନ କରିଛନ୍ତି। ଆମେରିକା, ବ୍ରିଟେନ ସମେତ ୨୮ଟି ଦେଶ ୟୁକ୍ରେନକୁ ଚିକିତ୍ସା ସାମଗ୍ରୀ ସହିତ ସାମରିକ ସହାୟତା ଦେବାକୁ ରାଜି ହୋଇଛନ୍ତି। ଏହା ସହିତ ଏହି ଦେଶଗୁଡ଼ିକ ୟୁକ୍ରେନକୁ ଅସ୍ତ୍ରଶସ୍ତ୍ର ଯୋଗାଇବା ବିଷୟରେ ମଧ୍ୟ ଆଲୋଚନା କରିଛନ୍ତି।

ୟୁକ୍ରେନରେ ଆକ୍ରମଣରେ ସାଧାରଣ ନାଗରିକଙ୍କ ସହ ସାମରିକ ବେସକୁ ଟାର୍ଗେଟ କରାଯାଉଛି। ୟୁକ୍ରେନକୁ ୩୫୦ ମିଲିୟନ ଡଲାର ସାମରିକ ସହାୟତା ଯୋଗାଇ ଦେବାକୁ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ସରକାର ବୈଦେଶିକ ବିଭାଗକୁ ନିର୍ଦ୍ଦେଶ ଦେଇଛନ୍ତି। ରୁଷିଆ ପାଖରେ ବହୁ ସଂଖ୍ୟକ ଆଧୁନିକ ଅସ୍ତ୍ରଶସ୍ତ୍ର ଏବଂ ସେନା କର୍ମଚାରୀ ଅଛନ୍ତି। ଫଳରେ ୟୁକ୍ରେନ ଚାପରେ ରହିଛି।

ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନଙ୍କୁ ଏହି ମର୍ମରେ ରାଷ୍ଟ୍ରପତି ବାଇଡେନ ନିର୍ଦ୍ଦେଶ ଦେଇଛନ୍ତି ଯେ ବୈଦେଶିକ ସହାୟତା ଆଇନ ଅନ୍ତର୍ଗତ ଆବଣ୍ଟିତ ୩୫୦ ମିଲିୟନ ଡଲାର ୟୁକ୍ରେନର ପ୍ରତିରକ୍ଷା ଲାଗି ଯୋଗାଇ ଦିଆଯାଉ। ନ୍ୟୁଜ ଏଜେନ୍ସି ରଏଟର୍ସ ଅନୁଯାୟୀ, ରୁଷିଆ ସୈନ୍ୟମାନେ ୟୁକ୍ରେନର ଦକ୍ଷିଣ ପୂର୍ବ ଜାପୋରିଜିୟା ଅଞ୍ଚଳର ମେଲିଟୋପୋଲ ସହରକୁ କବଜା କରିଛନ୍ତି।

ରୁଷିଆର ପ୍ରତିରକ୍ଷା ମନ୍ତ୍ରଣାଳୟ ଶନିବାର କହିଛି ଯେ ଆକ୍ରମଣ ଆରମ୍ଭ କରିବା ପରେ ପ୍ରଥମ ପ୍ରମୁଖ ଜନସଂଖ୍ୟା ବିଶିଷ୍ଟ ସହରକୁ ଦଖଲ କରାଯାଇଛି। ମନ୍ତ୍ରଣାଳୟ କହିଛି ଯେ ୟୁକ୍ରେନର ସାମରିକ ବେସ ଉପରେ ରାତିସାରା ଷ୍ଟ୍ରାଇକ କରିବା ପାଇଁ କ୍ରୁଜ କ୍ଷେପଣାସ୍ତ୍ର ବ୍ୟବହାର କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପାରେ ଯୋଗଦେଲେ ଲିଆଣ୍ଡର ପେସ: ଟିଏମସିକୁ ବଡ଼ ଝଟ୍‌କା

କୋଲକାତା,୩୧।୩:ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ରାଜନୀତି ସରଗରମ ରହିଛି। ଏହି ସମୟରେ ଟିଏମସିକୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ଟେନିସ ତାରକା ତଥା ଟିଏମ୍‌ସି ନେତା ଲିଆଣ୍ଡର…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଡାହାଣୀ ସନ୍ଦେହରେ ଯୁବକଙ୍କୁ ସଂଘବଦ୍ଧ ହତ୍ୟା, ୪ଜଣ…….

ସୁନ୍ଦରଗଡ,୩୧।୩(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ସଦର ଥାନା ଅନ୍ତର୍ଗତ ସାନ ପତ୍ରା ପାଲି କେନ୍ଦାମାଲରେ ଅଭାବନୀୟ ଘଟଣା । ମଙ୍ଗଳବାର ଦିନ ଡାହାଣୀ ସନ୍ଦେହରେ ଜଣଙ୍କୁ ସଙ୍ଘବଦ୍ଧ…

ଲକ୍ଷପତି ଦିଦି, ମହିଳାଙ୍କୁ ୩ ହଜାର ଟଙ୍କା ସହ ମିଳିବ ୨ ଲକ୍ଷ ଚାକିରି, ବଡ଼ ଘୋଷଣା କଲା ଭାଜପା

ଗୁଆହାଟୀ,୩୧।୩: ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା) 2026 ଆସାମ ବିଧାନସଭା ନିର୍ବାଚନ ପାଇଁ ଏହାର ଇସ୍ତାହାର ପ୍ରକାଶ କରିଛି, ଯେଉଁଥିରେ ସମାନ ନାଗରିକ ସଂହିତା (UCC)…

ଧାର ଟଙ୍କା ନଦେବାରୁ ତାତିଗଲେ ଭିଣୋଇ, ଶୋଇଥିବା ବେଳେ ପେଟ୍ରୋଲ ଢାଳି ଜାଳିଦେଲେ….

ପାଟଣା,୩୧।୩(ବୀର କିଶୋର ଦାଶ): କେନ୍ଦୁଝର ଜିଲା ତୁରୁମୁଙ୍ଗା ଥାନା କିଆପଡା ଗାଁରେ ଅଭାବନୀୟ ଘଟଣା । ଧାର ଟଙ୍କାକୁ କେନ୍ଦ୍ର କରି ଏପରି ହିଂସାତ୍ମକ ଘଟଣା ଏବେ…

ହାଇକୋର୍ଟ ଗେଟ୍ ଆଗରେ ଗାଡ଼ିରେ ଲାଗିଲା ନିଆଁ, ହୁତୁହୁତୁ ହୋଇ ଜଳିଗଲା….

କଟକ,୩୧।୩(ପ୍ରଭୁକଲ୍ୟାଣ ପାଲ୍/କାର୍ତ୍ତିକ ସାହୁ): ହାଇକୋର୍ଟ ଲାଲବାଗ ଗେଟ ପାର୍ଶ୍ଵରେ ଅଗ୍ନିକାଣ୍ଡ । ଲାଲବାଗ ଗେଟ କାଳିଗଳି ସମୁଖରେ ଏହି ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡରେ ଅନେକ ଗାଡ଼ି…

Video: ଯୁଦ୍ଧ ଶେଷ କରିବାକୁ ଇରାନ ରାଜି ହେବାର ସଙ୍କେତ ଦେବା ଭିତରେ ଏମିତି ଭିଡ଼ିଓ ଶେୟାର କଲେ ଟ୍ରମ୍ପ, ସାରା ବିଶ୍ୱ ଚକିତ! ଦେଖନ୍ତୁ…

ତେହରାନ,୩୧।୩: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ସଂଘର୍ଷ ଆରମ୍ଭ ହେବାର ଗୋଟିଏ ମାସ ବିତିଗଲାଣି। ଆଜି (ମଙ୍ଗଳବାର) ଏହି ସଂଘର୍ଷର 32ତମ ଦିନ। ଆମେରିକା ଏବଂ…

CSKର ପରାଜୟ ପାଇଁ ସଞ୍ଜୁ ସାମସନଙ୍କ ସମେତ ଏହି ୫ ଖେଳାଳି ଦାୟୀ!

ନୂଆଦିଲ୍ଲୀ,୩୧।୩: ମାର୍ଚ୍ଚ ୩୦ରେ ଅନୁଷ୍ଠିତ 2026 ଇଣ୍ଡିଆନ ପ୍ରିମିୟର ଲିଗର ତୃତୀୟ ମ୍ୟାଚରେ ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ମଧ୍ୟରେ ମୁକାବିଲା ହୋଇଥିଲା। ଗୁଆହାଟୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri