ଆଫଗାନିସ୍ତାନରେ ଆର୍ଥିକ ସଙ୍କଟ: ଅନ୍‌ଲାଇନ୍‌ ଶପିଂ ସାଇଟ୍‌ ବନ୍ଦ

କାବୁଲ,୧୩।୯: ଆଫଗାନିସ୍ତାନକୁ ତାଲିବାନ ନିୟନ୍ତ୍ରଣ କରିବାର ପ୍ରାୟ ଏକ ବର୍ଷ ବିତିଗଲାଣି। ଆଫଗାନିସ୍ତାନ ପ୍ରଶାସନର ଆକସ୍ମିକ ପତନ ଦେଶରେ ଅର୍ଥନୈତିକ ସଙ୍କଟ ଏବଂ ଆର୍ଥିକ ସମସ୍ୟା ସୃଷ୍ଟି କରିଛି। ତାଲିବାନ ଶାସନ ଅଧୀନରେ ଆଫଗାନିସ୍ତାନର ପ୍ରାୟ ସମସ୍ତ ପ୍ରମୁଖ ଅନଲାଇନ ଶପିଂ ସେବା ବନ୍ଦ ହୋଇଯାଇଛି। ନିକଟରେ ଦୁଇଟି ପ୍ରମୁଖ ଅନଲାଇନ ସପିଂ ସେବା ମଧ୍ୟ ଦେଶରେ ଆର୍ଥିକ ସଙ୍କଟ କାରଣରୁ ସେମାନଙ୍କ ସେବା ବନ୍ଦ କରିବାକୁ ଘୋଷଣା କରିଛନ୍ତି।
ନିକଟରେ ପ୍ରସିଦ୍ଧ ଅନ୍‌ଲାଇନ ଶପିଂ ଆପ Click.af ବନ୍ଦ ହୋଇଯାଇଥିଲା। ଏହି ଆପ ୬ ବର୍ଷ ଧରି ସଫଳ ମାର୍କେଟିଂ କରିଥିଲା କିନ୍ତୁ ଦେଶରେ ଆର୍ଥିକ ପରିସ୍ଥିତି ଉପୁଜିଥିବାରୁ ଏହାକୁ ବନ୍ଦ କରିଦିଆଯାଇଛି । Click.af ର ଫେସବୁକ ପୃଷ୍ଠାରେ ପ୍ରକାଶିତ ଏକ ବାର୍ତ୍ତାରେ ଦର୍ଶାଯାଇଛି ଯେ, ଆର୍ଥିକ ସମସ୍ୟା ହେତୁ ସେମାନେ ଆଉ ଆପ ଚଳାଇବାରେ ସକ୍ଷମ ନୁହଁନ୍ତି। ଗୋଟିଏ ଦିନ ପରେ ୩ ବର୍ଷ ପୁରୁଣା ଅନ୍ୟ ଏକ ଅନଲାଇନ ସପିଂ ସେବା ବାକାଲ ଆର୍ଥିକ ଅସୁବିଧା ଯୋଗୁ ବନ୍ଦ ଘୋଷଣା କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

Read more

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

ପଛଘୁଞ୍ଚା ଦେଉଛି ଚାଇନା! LAC ନିକଟରେ ସୈନ୍ୟ ମୁତୟନ ହ୍ରାସ କଲା ଚାଇନା

ନୂଆଦିଲ୍ଲୀ,୧୪।୯: ୨୦୨୬ ବ୍ରିକ୍ସ (BRICS) ସମ୍ମିଳନୀ ଶେଷ ହେବା ପରେ, ‘ଲାଇନ ଅଫ ଆକ୍ଚୁଆଲ କଣ୍ଟ୍ରୋଲ’ (LAC) ନିକଟରେ ଭାରତ ଏବଂ ଚାଇନା ମଧ୍ୟରେ ଦୀର୍ଘ ଦିନ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ଘରେ ଶୋଇଥିଲେ ବ୍ୟବସାୟୀ: ହଠାତ୍‌ ଲାଗିଲା ନିଆଁ, ଆଉ ତା’ପରେ…

ରାଉରକେଲା,୧୪।୯(ସଙ୍ଗୀତା ଜେନା): ପ୍ଲାଣ୍ଟସାଇଟ ଥାନା ଅନ୍ତର୍ଗତ ମଧୁସୂଦନ ପଲ୍ଲୀରେ ରବିବାର ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ନିଆଁରେ ପୋଡ଼ି ଜଣେ ବ୍ୟବସାୟୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି।…

୧୩ ହଜାର କୋଟିରୁ ଅଧିକ ପୁଞ୍ଜି ପ୍ରତ୍ୟାହାର କରିଛନ୍ତି ଏଫ୍‌ପିଆଇ

ମୁମ୍ବାଇ,୧୪ା୯: ଭୂ-ରାଜନୀତିକ କାରଣକୁ ନେଇ ବିଶ୍ୱସ୍ତରରେ ଅନିଶ୍ଚିତତା ବୃଦ୍ଧି ପାଇବା ଯୋଗ ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ନିବେଶକମାନଙ୍କୁ ପ୍ରଭାବିତ କରିଛି। ଏହାବ୍ୟତୀତ ଆମେରିକାର ବଣ୍ଡ୍‌ ୟିଲ୍ଡ…

ଦାୟିତ୍ୱରୁ ଦୂରେଇ ଯାଉଛି ପୋଲିସର ମାନବାଧିକାର ସୁରକ୍ଷା ସେଲ୍‌

କଟକ ସଦର, ୧୪/୯ (ସୁଶାନ୍ତ କୁମାର ଜେନା): ବିଭିନ୍ନ ଫୌଜଦାରୀ ମାମଲାର ରାୟକୁ ସୁପ୍ରିମକୋର୍ଟ ଓ ହାଇକୋର୍ଟ ସମୟକୁ ସମୟ ସମୀକ୍ଷା କରି ଗୁରୁତ୍ୱପୂର୍ଣ୍ଣ ରାୟ ପ୍ରଦାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?