ଦାଦନ ଯାଇ ବଳିପଡିଲା ଦୁଃଖ

ନନ୍ଦପୁର,୧୫ା୯ (ଶଙ୍କର ପୂଜାରୀ): ୧୩ବର୍ଷ ତଳେ ପରିବାରର ଆର୍ଥିକ ଦୁର୍ଗତି ଯୋଗୁ ରୋଜଗାର ଖୋଜିବାକୁ ଆନ୍ଧ୍ର ଅଞ୍ଚଳକୁ ଗ୍ରାମର କିଛି ମହିଳାଙ୍କ ସହ ଦାଦନ ଖଟିବାକୁ ଯାଇଥିଲେ ମେଡିପୁଟ ଗ୍ରାମର ରାଧା ଜାନି। ସେଠାରେ ଆନ୍ଧ୍ର ଅଞ୍ଚଳର କ୍ରିଷ୍ଣା ନାମୀ ସହକର୍ମୀଙ୍କୁ ରାଧା ପ୍ରେମ ବିବାହ କରିଥିଲେ। ଦୁର୍ଭାଗ୍ୟକୁ ବିବାହର ୮ମାସ ପରେ ସ୍ବାମୀ କ୍ରିଷ୍ଣାଙ୍କ ମୃତ୍ୟୁ ହୋଇଥିଲା। ଆନ୍ଧ୍ରରୁ ନିଜ ଗାଁ ମେଡିପୁଟକୁ ଫେରି ରାଧା ଅନ୍ତସତ୍ୱା ଥିବା ଜାଣିବାକୁ ପାଇଥିଲେ। ପରେ ସାହସ ଜୁଟାଇ ଗର୍ଭସ୍ଥ ଶିଶୁକୁ ଜନ୍ମ ଦେଇଥିଲେ। ବାପ ଘର ଲୋକଙ୍କ ସହାୟତାରେ ଝାଟିମାଟି କୁଡ଼ିଆଟେ କରି ସେ ବସବାସ କରୁଛନ୍ତି। କୁଲି ମଜୁରି କରି ଅସହାୟ ଭାବେ ମାଆ ପୁଅ ଜୀବନଯାପନ କରୁଛନ୍ତି। ତେବେ ତାଙ୍କୁ ସରକାରୀ ଯୋଜନାରେ ଏଯାଏ କିଛି ସହାୟତା ମିଳିନାହିଁ। ୧୨ ବର୍ଷର ପୁଅ ବଳଦେବର ଭବିଷ୍ୟତ ଚିନ୍ତାରେ ଭାଙ୍ଗିପଡିଛନ୍ତି ରାଧା। ପୁଅ ଏବେ ଗାଁ ସ୍କୁଲରେ ୫ମ ଶ୍ରେଣୀରେ ପଢୁଛି। ମା ପୁଅଙ୍କ ଅବସ୍ଥା ଦେଖି ପଞ୍ଚାୟତ ପ୍ରଶାସନ ତରଫରୁ ପଡ଼ିକାର୍ଡ ଓ ମାସିକ ୧୦କିଲୋ ଚାଉଳ ପ୍ରଦାନରେ ସୀମିତ ରହିଛି ସରକାରୀ ସହାୟତା। ମୁଣ୍ଡ ଗୁଞ୍ଜିବାକୁ ଘର ଖଣ୍ଡେ, ପୁଅର ପାଠ ପଢା ଓ ନିଜ ପାଇଁ ମାସିକ ବିଧବା ଭତ୍ତା ପ୍ରଦାନ କରିବାକୁ ପ୍ରଶାସନକୁ ନିବେଦନ କରିଛନ୍ତି ରାଧା। ରାଧାଙ୍କ ଅସହାୟତା ସମ୍ପର୍କରେ କୋରାପୁଟ ଜିଲା ଉପଖଣ୍ଡୀୟ ସାମାଜିକ ସୁରକ୍ଷା ଅଧିକାରୀ ଦିଲୀପ ହିଆଲ୍‌ ଓ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷ ଚନ୍ଦ୍ର ଶେଖର ମାଝୀଙ୍କ ଦୃଷ୍ଟି ଆକର୍ଷଣ କରିବାରୁ ରାଧାଙ୍କ ପାଇଁ ତ୍ୱରିତ ବିଧବା ଭତ୍ତା ପ୍ରଦାନର ବ୍ୟବସ୍ଥା କରାଯିବ। ପୁଅ ବଳଦେବର ପାଠ ପଢା ଓ ଗୃହନିର୍ମାଣ ପାଇଁ କୋରାପୁଟ ଜିଲାପାଳ ଓ ଲମତାପୁଟ ବିଡିଓଙ୍କ ସହ ଆଲୋଚନା କରି ବ୍ୟବସ୍ଥା କରାଯିବ ବୋଲି ଉଭୟ ଅଧିକାରୀ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ରାଶିଙ୍କ ପାଇଁ ଚନ୍ଦ୍ର ଗ୍ରହଣ ଶୁଭ! କାଲିଠୁ ଅଚାନକ ବଢିବ ଇନକମ, ଅଜଣା ଲୋକ ଦେବେ ସରପ୍ରାଇଜ

୨୮ ଅଗଷ୍ଟ ୨୦୨୬ରେ କୁମ୍ଭ ରାଶିରେ ଚନ୍ଦ୍ରଗ୍ରହଣ ଘଟିବ। ଏହାର ପ୍ରଭାବ ତିନୋଟି ରାଶି ପାଇଁ ଲାଭଦାୟକ ହୋଇପାରେ, ଯାହା ସେମାନଙ୍କ କ୍ୟାରିଅର, ଆର୍ଥିକ ଓ ଅଟକି…

ଜଗମୋହନ ମୀନାଙ୍କ ଇସ୍ତଫା ପତ୍ର ଗ୍ରହଣ କଲେ ରାଜ୍ୟ ସରକାର: ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପଠାଇଲେ…

ଭୁବନେଶ୍ୱର,୨୭।୮: ଭୁବନେଶ୍ବର ଡିସିପି ଜଗମୋହନ ମୀନାଙ୍କ ଇସ୍ତଫା ଗୃହୀତ ହୋଇଛି। ୩୭ ବର୍ଷୀୟ ଜଗମୋହନଙ୍କ ଇସ୍ତଫାପତ୍ରକୁ ଗ୍ରହଣ କରି ସ୍ବରାଷ୍ଟ୍ର ମନ୍ତ୍ରଣାଳୟକୁ ପଠାଇଛନ୍ତି ରାଜ୍ୟ ସରକାର। ସୂଚନାଯୋଗ୍ୟ,…

ଶ୍ରାବଣ ମାସରେ ମଟନ୍ ଖାଇବାକୁ ଜିଦ୍ କଲେ ପୁଅ, ପିଟିପିଟି ମାରିଦେଲେ ବାପା

ମୁମ୍ବାଇ,୨୭।୮: ମହାରାଷ୍ଟ୍ରର ପୁଣେରୁ ଏକ ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ସାମ୍ନାକୁ ଆସିଛି । ଶ୍ରାବଣ ମାସରେ ମଟନ ଖାଇବାକୁ ଜିଦ୍‌ କରିବାକୁ ନେଇ ବାପା-ପୁଅଙ୍କ ମଧ୍ୟରେ ବିବାଦ ହୋଇଥିଲା।…

ସୂର୍ଯ୍ୟ-ବୁଧଙ୍କ ଶୁଭ ଯୁତି: ଖୋଲିବ ୪ ରାଶିର ଭାଗ୍ୟ, ହେବ ପ୍ରଚୁର ଧନଲାଭ!

ଆଜି ଅଗଷ୍ଟ ୨୭ ତାରିଖ ରାତି ୧୦ଟା ୩୧ ମିନିଟରେ ସୂର୍ଯ୍ୟ ଏବଂ ବୁଧ ଗ୍ରହ ଦୁହେଁ ୦ ଡିଗ୍ରୀକୁ ଆସିବେ। ଏହି ସମୟରେ ଯୁତି ଦୃଷ୍ଟି…

‘ମାତା-ପିତାଙ୍କ ସେବା ପୁଅ-ଝିଅଙ୍କ ଦାୟିତ୍ୱ, ବୋହୂ-ଜ୍ୱାଇଁଙ୍କର ନୁହେଁ‘: କୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୨୭।୮: ମାତା-ପିତାଙ୍କ ସେବା କରିବା ପୁଅ ଏବଂ ଝିଅର ଦାୟିତ୍ୱ, ବୋହୂ ଏବଂ ଜ୍ୱାଇଁ ଏଥିପାଇଁ ଦାୟୀ ନୁହଁନ୍ତି। କୌଣସି ବ୍ୟକ୍ତି ନିଜ ସ୍ତ୍ରୀକୁ କିମ୍ୱା କୌଣସି…

ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ: ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୭।୮: ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଆସୁଛି। ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ପାର୍ଶବର୍ତ୍ତୀ ପଶ୍ଚିମବଙ୍ଗ-ଉତ୍ତର ଓଡ଼ିଶା ଉପକୂଳରେ ସକ୍ରିୟ ଥିବା ଜଣାପଡ଼ିଛି। ଏହାର ପ୍ରଭାବରେ…

ନେପାଳରେ ବନ୍ୟା ତାଣ୍ଡବ: ୨୮୮ ଭାରତୀୟଙ୍କ ମିଳୁନି ପତ୍ତା,୨୧ ଉଦ୍ଧାର

ନୂଆଦିଲ୍ଲୀ,୨୭।୮: ନେପାଳରେ ବନ୍ୟା ପରେ ୨୮୮ ଜଣ ଭାରତୀୟ ନିଖୋଜ ଥିବା ରିପୋର୍ଟ ହୋଇଛି। ସେମାନଙ୍କୁ ଖୋଜିବା ପାଇଁ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ବୈଦେଶିକ ମନ୍ତ୍ରଣାଳୟର…

ନିଆରା ରାକ୍ଷୀପୂର୍ଣ୍ଣିମା: ଗଛକୁ ରାକ୍ଷୀ ବାନ୍ଧି ପରିବେଶ ସୁରକ୍ଷା ବାର୍ତ୍ତା ବାଣ୍ଟିଲେ ଛାତ୍ରୀଛାତ୍ର

ଭଞ୍ଜନଗର, ୨୭।୮(ବାବୁଲା ପ୍ରଧାନ): ଗଛ ଓ ମଣିଷର ସମ୍ପର୍କକୁ ଦୃଢ଼ କରିବା ସହ ପରିବେଶ ସୁରକ୍ଷାର ବାର୍ତ୍ତା ଦେବା ଲକ୍ଷ୍ୟରେ ରାକ୍ଷୀପୂର୍ଣ୍ଣିମା ଅବସରରେ ଭଞ୍ଜନଗର କବି ସମ୍ରାଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri