Posted inଖେଳ

ଆଥ୍‌ଲେଟଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର, ୧୯।୧୨ (ତପନ ସ୍ବାଇଁ): ନିକଟ ଅତୀତରେ ବିଭିନ୍ନ କ୍ରୀଡ଼ା ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଓଡ଼ିଶା ଆଥଲେଟ୍‌ଙ୍କୁ  କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଆର୍ଥିକ ପ୍ରୋତ୍ସାହନ ପ୍ରଦାନ କରିଛନ୍ତି। କଳିଙ୍ଗ ସ୍ପୋଟର୍‌ସ କମ୍ପ୍ଲେକ୍ସରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ କ୍ରୀଡ଼ାମନ୍ତ୍ରୀ ନିକଟରେ ଶେଷ ହୋଇଥିବା ଖେଲୋ ଇଣ୍ଡିଆ ପାରା ଗେମ୍ସରେ ୧୧ ପଦକ ଜିତିଥିବା ଆଥଲେଟ୍‌ଙ୍କୁ ମିଶାଇ ୭ ବିଭିନ୍ନ ବିଭାଗର କୃତୀ କ୍ରୀଡ଼ାବିତ୍‌ଙ୍କୁ ୨୪,୧୫,୫୦୦ ଟଙ୍କାର ଅର୍ଥରାଶି ପ୍ରଦାନ କରିଛନ୍ତି। ଆଥଲେଟ୍‌ଙ୍କୁ ଅଭିନନ୍ଦନ ଜଣାଇବା ସହ ସେମାନଙ୍କ ସଫଳତା ପାଇଁ ଓଡ଼ିଶା ଗର୍ବିତ ବୋଲି କ୍ରୀଡ଼ାମନ୍ତ୍ରୀ ପ୍ରକାଶ କରିଛନ୍ତି।
ଖେଲୋ ଇଣ୍ଡିଆ ପାରା ଗେମ୍ସରେ ପାରା ଆଥଲେଟ୍‌ ଜୟନ୍ତି ବେହେରା ୩ ସ୍ବର୍ଣ୍ଣ ପଦକ ଜିତିଥିଲେ। ତେଣୁ ତାଙ୍କୁ ୩ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ପଙ୍କଜ ଭୁଏ ଗୋଟିଏ ଲେଖାଏ ସ୍ବର୍ଣ୍ଣ ଓ ରୌପ୍ୟ ପାଇଥିବାରୁ ୧ ଲକ୍ଷ ୭୫ ହଜାର ଟଙ୍କା ପାଇଛନ୍ତି। ଅନ୍ୟମାନଙ୍କ ମଧ୍ୟରେ ସୁଚିତ୍ରା ପରିଡ଼ା ୧ ଲକ୍ଷ, ମଙ୍ଗତ ହେମ୍ବ୍ରମ ଓ ଅର୍ଜୁନ ଭତ୍ରା ୫୦,୦୦୦ ଲେଖାଏ, ଗଦାଧର ସାହୁ ୧ ଲକ୍ଷ ଓ ଚନ୍ଦନ କୁମାର ବେହେରା ଓ ଦୀପ ରଞ୍ଜନ ବିଷୋୟୀ ୫୦,୦୦୦ ଟଙ୍କା ଲେଖାଏ ପାଇଛନ୍ତି। ଓ୍ବାଲର୍‌ଡ ବଡି ବିଲ୍ଡିଂ ଆଣ୍ଡ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌ରେ ରୌପ୍ୟ ପଦକ ପାଇଥିବା ନାରାୟଣ ବାରିକଙ୍କୁ ୭ ଲକ୍ଷ ଟଙ୍କା ଏବଂ ବ୍ରୋଞ୍ଜ ବିଜୟୀ ଅମିତ କୁମାର ଭୂୟାଁଙ୍କୁ ୩ ଲକ୍ଷ ଟଙ୍କା ଦିଆ ଯାଇଛି। ସ୍ପେଶାଲ ଅଲିମ୍ପିକ୍ସ ଭାରତ ଆଥଲେଟ୍‌ ସିପ୍ରା ପ୍ରିୟଦର୍ଶିନୀଙ୍କୁ ୪୦,୦୦୦ ଟଙ୍କା ମିଳିଛି। ରଗ୍‌ବୀ ଖେଳାଳି ମାମାଲି ସିଂ ଓ ରିତୁ ମାଝିଙ୍କୁ ୪୧,୫୦୦ ଟଙ୍କା ଲେଖାଏ ଏବଂ ଚରଣ ହେମ୍ବ୍ରମ ଓ ଧରନନ୍ଦ ବିଶ୍ୱାଳଙ୍କୁ ୫୦୦୦ ଲେଖାଏ ପ୍ରଦାନ କରାଯାଇଛି। ସେହିପରି ବ୍ୟାଡ୍‌ମିଣ୍ଟନ ଖେଳାଳି ପ୍ରଗତି ପରିଡ଼ାଙ୍କୁ ୧୩,୫୦୦ ଓ ୮,୫୦୦ ଏବଂ ବିସାଖା ଟପ୍ନୋ ଓ ବାପୁନ ରାଉତଙ୍କୁ ଯଥାକ୍ରମେ ୧୩,୫୦୦ ଓ ୧୦,୦୦୦ ଟଙ୍କା ଦିଆ ଯାଇଛି। ଜାତୀୟ ଓପନ ଆଥଲେଟିକ୍ସ ଚାମ୍ପିୟନଶିପ୍‌ରେ ପଦକ ଜିତିଥିବା ପ୍ରଜ୍ଞା ପାରମିତା ସାହୁ ଓ ଅନିମେଶ କୁଜୁରଙ୍କୁ ୬୦,୦୦୦ ଲେଖାଏ ଏବଂ ଲାଲୁ ପ୍ରସାଦ ଭୋଇ, ଡି.ଏମ. ଜୟରାମ, ଆର୍ଯ୍ୟନ ଏକ୍କା ଓ ଅମିୟ ମଲିକଙ୍କୁ ୨୦,୦୦୦ ଟଙ୍କା ଲେଖାଏ ପ୍ରଦାନ କରାଯାଇଛି। ଫୁଟବଲର ଏ. ଡିବ ପ୍ରସାଦ ଓ ରାଜା ହରିଜନଙ୍କୁ ୫୦,୦୦୦ ଟଙ୍କା ଲେଖାଏ ପୁରସ୍କାର ଆକାରରେ ଦିଆ ଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଯୁକ୍ତିଯୁକ୍ତ ଦୃଷ୍ଟିକୋଣ

ଭାରତର ସଦ୍ୟତମ ବାବୁ ଅଦଳବଦଳ ପ୍ରକୃତରେ ବଦଳି କିମ୍ବା ନିଯୁକ୍ତି ବିଷୟକୁ ନୁହେଁ, ବରଂ ନୂଆଦିଲ୍ଲୀର ଶାସକୀୟ ଦୃଷ୍ଟିକୋଣର ଏକ ଗଭୀର ପରିବର୍ତ୍ତନକୁ ସୂଚିତ କରୁଛି। ସୂତ୍ରରୁ…

‘୨୦୨୯ ଲୋକ ସଭା ନିର୍ବାଚନରେ ରାହୁଲ ଗାନ୍ଧୀ ହେବେ INDIA ମେଣ୍ଟର ପ୍ରଧାନମନ୍ତ୍ରୀ ପ୍ରାର୍ଥୀ’: ବଡ଼ ଦାବି କଲେ…

ନୂଆଦିଲ୍ଲୀ, ୧୬।୫: ଲୋକ ସଭା ନିର୍ବାଚନ ୨୦୨୯ ପାଇଁ ଏବେ ବି ସମୟ ବାକି ଅଛି। ତେବେ କଂଗ୍ରେସ ମଧ୍ୟରେ ଏବେଠାରୁ ହିଁ ପ୍ରଧାନମନ୍ତ୍ରୀ ପ୍ରାର୍ଥୀଙ୍କୁ ନେଇ…

ଦଳ ଅଳିଆ ଡବାରେ ଚାଇନାର ଉପହାର ଫିଙ୍ଗିଦେଲେ ଟ୍ରମ୍ପ, ଏୟାରପୋର୍ଟରେ ଘଟିଲା…

ଓ୍‌ବାଶିଂଟନ୍‌,୧୬।୫: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ତିନି ଦିନିଆ ଚାଇନା ଗସ୍ତ ଶେଷ ହୋଇଛି। ଡୋନାଲ୍ଡ ଟ୍ରମ୍ପ ନିଜ ଦେଶକୁ ଫେରିବା ପାଇଁ ଏୟାରଫୋର୍ସ ୱାନ ଯୋଗେ…

୬୦ ବର୍ଷ ବୟସ ପରେ ମାସିକ ୩୦୦୦ ଟଙ୍କା ପେନସନ ପାଇବେ ଚାଷୀ, ବୃଦ୍ଧାବସ୍ଥା ବେଳେ ସୁରକ୍ଷା ଯୋଗାଇବ ଏହି ଯୋଜନା

ନୂଆଦିଲ୍ଲୀ,୧୬।୫: ଚାଷକାର୍ଯ୍ୟରେ ପରିଶ୍ରମ ତ ବହୁତ ରହିଛି, କିନ୍ତୁ ବୟସ ବଢ଼ିବା ସହିତ ଶରୀର ପୂର୍ବ ଭଳି ସାଥ ଦିଏ ନାହିଁ। ଏହି କଥାକୁ ଦୃଷ୍ଟିରେ ରଖି…

ଘରପୋଡ଼ି କ୍ଷତିଗ୍ରସ୍ତଙ୍କୁ ଭେଟିଲେ ସ୍ବାସ୍ଥ୍ୟମନ୍ତ୍ରୀ, ବସ୍ତ୍ର, ଆବଶ୍ୟକୀୟ ସାମଗ୍ରୀ ସହ ଦେଲେ…

ବଲାଙ୍ଗୀର, ୧୬।୫ (ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକର ବୁଢ଼ୀସିଣ୍ଡୋଲ ଗାଁର ଡାଙ୍ଗଗୋଠ ଠାରେ ଗୁରୁବାର ସନ୍ଧ୍ୟାରେ ଅଗ୍ନିକାଣ୍ଡ ଘଟି ତିନିଜଣ ବ୍ୟକ୍ତିଙ୍କ ଘର…

ଢୋଲମହୁଲ ଗୋଚର ଜମିରେ ବେଆଇନ ଆଡ଼ିବନ୍ଧ ନିର୍ମାଣ: ଖରିଫ ଚାଷ ପ୍ରଭାବିତ ଆଶଙ୍କା

ଲୋଇସିଂହା,୧୬।୫(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ତହସିଲ ବୁର୍ଡା ମୌଜାର ଢୋଲମହୁଲ ଗୋଚର ଜମି ଉପରେ ଏବେ ଜମି ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡିଛି। ବର୍ଷ ବର୍ଷ ଧରି…

ରାସ୍ତା ମରାମତି ନାଁରେ ପ୍ରହସନ: ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା

ଥୁଆମୂଳ ରାମପୁର, ୧୬ା୫ (ଦୁର୍ଗା କୀର୍ତ୍ତି):ରାସ୍ତା ମରାମତି ପରିବର୍ତ୍ତେ କେବଳ ସୂଚନା ଫଳକରେ ରଙ୍ଗ ମାରି ଦୋଷ ଲୁଚାଇବାକୁ ଚେଷ୍ଟା କରାଯାଇଛି। ଏଭଳି ଘଟଣା ଥୁଆମୂଳ ରାମପୁର…

ସରକାରୀ ସୁବିଧାରୁ ବଞ୍ଚିତ ଦିବ୍ୟାଙ୍ଗ ଧନସିଂ: ପରିବାର ଚଳାଇବା…

ନୂଆପଡ଼ା,୧୬ା୫ (ମକାରୁ ବେମାଲ):କେନ୍ଦ୍ର ଓ ରାଜ୍ୟ ସରକାର ଗରିବ, ଅସହାୟ, ଦିବ୍ୟାଙ୍ଗଙ୍କ ପାଇଁ ବିଭିନ୍ନ ଯୋଜନା ପ୍ରଣୟନ କରିଛନ୍ତି। ହେଲେ ପ୍ରଶାସନିକ ଅଧିକାରୀ, ନିର୍ବାଚିତ ପ୍ରତିନିଧିଙ୍କ ଆନ୍ତରିକତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri