Posted inଖେଳ

କୃତୀ ଆଥ୍‌ଲେଟଙ୍କୁ ଆର୍ଥିକ ପ୍ରୋତ୍ସାହନ

ଭୁବନେଶ୍ୱର, ୩୦।୬ (ତପନ ସ୍ବାଇଁ): ଜର୍ମାନୀର ବର୍ଲିନଠାରେ ଅନୁଷ୍ଠିତ ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍‌ଡ ସମର ଗେମ୍ସରେ ଅଂଶଗ୍ରହଣ କରି ଚମତ୍କାର ପ୍ରଦର୍ଶନ କରିଥିବା ଓଡ଼ିଶା ଆଥଲେଟ୍‌ଙ୍କୁ କ୍ରୀଡ଼ାମନ୍ତ୍ରୀ ତୁଷାରକାନ୍ତି ବେହେରା ଗୁରୁବାର ଆର୍ଥିକ ପ୍ରୋତ୍ସାହନ ଦେଇ ସମ୍ବର୍ଦ୍ଧିତ କରିଛନ୍ତି। ପ୍ରଥମଥରପାଇଁ ଓଡ଼ିଶାର ୭ ଆଥଲେଟ୍‌ ଉକ୍ତ ପ୍ରତିଯୋଗିତାରେ ପ୍ରଭାବୀ ପ୍ରଦର୍ଶନ କରି ରାଜ୍ୟକୁ ଗର୍ବିତ କରିଥିଲେ। ୪୦୦ ମିଟର ରେସ୍‌ରେ ରୌପ୍ୟ ଓ ଶଟ୍‌ପୁଟ୍‌ରେ ବ୍ରୋଞ୍ଜ ପଦକ ଜିତିଥିବା ଡବଲ ମେଡାଲିଷ୍ଟ ଅରିଦିତା ଚକ୍ରବର୍ତ୍ତୀଙ୍କୁ ୪ ଲକ୍ଷ ଟଙ୍କା ପ୍ରଦାନ କରାଯାଇଛି। ସେହିପରି ଶଟ୍‌ପୁଟ୍‌ ଓ ସାଇକ୍ଲିଂରେ ରୌପ୍ୟ ପଦକ ଜିତିଥିବା ବୈଷ୍ଣବ ରାଜପାଲିଆ ଓ କଳ୍ପନା ଜେନାଙ୍କୁ ୩ ଲକ୍ଷ ଲେଖାଏ ଦିଆ ଯାଇଥିଲା। ୟୁନିଫାଏଡ୍‌ ଭଲିବଲ ଦଳର ସଦସ୍ୟଭାବେ ରୌପ୍ୟ ପଦକ ଜିତିଥିବା ଶିବାନୀ ପ୍ରିୟଦର୍ଶିନୀ ଓ ମାମାଲି ନାଗ୍‌ଙ୍କୁ ୫୦,୦୦୦ ଟଙ୍କା ଲେଖାଏ ଏବଂ ପ୍ରଭାବୀ ପ୍ରଦର୍ଶନ କରିଥିବା ଫୁଟସାଲ ଦଳର ସଦସ୍ୟଥିବାରୁ ସଚିନ ବାରିକଙ୍କୁ ୨୫,୦୦୦ଟଙ୍କା ପ୍ରଦାନ କରାଯାଇଥିଲା। କ୍ରୀଡ଼ାମନ୍ତ୍ରୀ କୃତୀ ଆଥଲେଟ୍‌ଙ୍କୁ ଅଭିନନ୍ଦନ ଜଣାଇବା ସହ ଏପରି ପ୍ରଦର୍ଶନ ଜାରି ରଖିବାକୁ ଉତ୍ସାହିତ କରିଥିଲେ। ”ଓଡ଼ିଶାର ଏହି ସ୍ବତନ୍ତ୍ର ଆଥଲେଟ୍‌ଙ୍କୁ ଅଭିନନ୍ଦନ। ସ୍ପେଶାଲ ଅଲିମ୍ପିକ୍ସ ଓ୍ବାଲର୍‌ଡ ଗେମ୍ସରେ ସେମାନଙ୍କ ପ୍ରଦର୍ଶନ ରାଜ୍ୟପାଇଁ ଗୌରବ ଆଣିଛି। ଏମାନେ ଅନ୍ୟମାନଙ୍କ ପାଇଁ ପ୍ରେରଣା ସାଜିଛନ୍ତି। ଉଚ୍ଚସ୍ତରକୁ ଯିବାପାଇଁ ଯାହା ଆବଶ୍ୟକ ପଡ଼ିବ ରାଜ୍ୟ ସରକାରଙ୍କ ପକ୍ଷରୁ ଯୋଗାଇ ଦିଆଯାଇ ଏମାନଙ୍କୁ ସଶକ୍ତିକରଣ କରାଯିବ“ ବୋଲି ତୁଷାରକାନ୍ତି କହିଛନ୍ତି। ପୁରସ୍କାର ଗ୍ରହଣ ପରେ ଆଥଲେଟ୍‌ ଅରିଦିତା ଚକ୍ରବର୍ତ୍ତୀ କହିଛନ୍ତି ଯେ, ”ମୁଁ ମୋ ପ୍ରଦର୍ଶନକୁ ନେଇ ଗର୍ବିତ। ଉଭୟ ଭାରତ ଓ ଓଡ଼ିଶା ପକ୍ଷରୁ ପ୍ରତିନିଧିତ୍ୱ କରିଥିବାରୁ ନିଜକୁ ଗର୍ବିତ ମନେକରୁଛି। ଆମର କଠିନ ପରିଶ୍ରମ ଏବଂ ତ୍ୟାଗକୁ ସ୍ବୀକୃତି ଦିଆଯିବାର ଅନୁଭୂତି ସ୍ବତନ୍ତ୍ର। ଆଶା କରୁଛି ଯେ ଏହା ରାଜ୍ୟ ଏବଂ ଦେଶକୁ ଗର୍ବିତ କରିବାପାଇଁ ଅନ୍ୟମାନଙ୍କୁ ପ୍ରେରିତ କରିବ“। ଓଡ଼ିଶା ଆଥଲେଟ୍‌ମାନେ ବୁଧବାର ଭୁବନେଶ୍ୱର ଫେରିବା ପରେ ବିମାନବନ୍ଦରରେ ସେମାନଙ୍କୁ ଭବ୍ୟ ସ୍ବାଗତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନଳିନୀଙ୍କ ହାତରେ କେସିଙ୍ଗା ବିଜେଡିର ମଙ୍ଗ: ଗୁରୁଦାୟିତ୍ୱ ଦଲେ ନବୀନ

କେସିଙ୍ଗା, ୬।୯ (ତୁମେଶ୍ୱର ସାହୁ): ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜୁ ଜନତା ଦଳ (ବିଜେଡି)ର ସଭାପତି ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ…

Featured Video Play Icon

ପ୍ରେଗନେନ୍ସି ପରେ କାହିଁକି ବଢ଼େ ଅଣ୍ଟା ବିନ୍ଧା ?

  Why does lower back pain increase after pregnancy? ୮ରୁ ୧୦ ଘଣ୍ଟା ଅଫିସରେ ବସି କାମ କଲେ ବି ହେବନି ବ୍ୟାକ୍ ପେନ୍…

ରାସ୍ତା ଭାଙ୍ଗୁଛି ବାହାଘର: ମୌଳିକ ସୁବିଧାରୁ ବଞ୍ଚତ୍ତ କୁଆଡ଼ବାସୀ

ହାଟଡିହୀ,୬।୯(ଶୁଭକାନ୍ତ ନାୟକ):: ସ୍ବାଧୀନତାର ୮୦ ବର୍ଷ ପରେ ବି ଗାଁକୁ ଭଲ ରାସ୍ତା ନାହିଁ। ରାସ୍ତା ଯୋଗୁ ଗ୍ରାମବାସୀ ବହୁ ସମସ୍ୟାର ସମ୍ମୁଖୀନ ହେଉଥିବା ବେଳେ ମୁଖ୍ୟତଃ…

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ଟଙ୍କା କମାଇବାରେ ଧୁରନ୍ଧର ଏହି ୪ ରାଶି, କୁବେରଙ୍କ ଭଳି ଖଟାନ୍ତି ମୁଣ୍ଡ…

ଆପଣ ମଧ୍ୟ ବୋଧହୁଏ ଲକ୍ଷ୍ୟ କରିଥିବେ ଯେ କିଛି ଲୋକ ଯେକୌଣସି କାମରେ ହାତ ଦିଅନ୍ତୁ ନା କାହିଁକି, ସେଥିରେ ସଫଳତା ଓ ପ୍ରଚୁର ଟଙ୍କା ଅର୍ଜନ…

ଚାଲାଣ କରୁଥିଲେ କଫ୍ ସିରପ୍, ମାଡ଼ି ବସିଲା ପୋଲିସ

ଭେଡେନ, ୬/୯ (ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଋଷୁଡ଼ା ଫାଣ୍ଡି ପୋଲିସ ଶନିବାର ବିପୁଳ ପରିମାଣର କଫ୍ ସିରପ୍ ଜବତ କରିଛି। ଏହି ଘଟଣାରେ…

୯/୧୧ ପରବର୍ତ୍ତୀ ଯୁଦ୍ଧ

ଆଉ ଦିନ କେଇଟା ପରେ ସେପ୍ଟେମ୍ୱର ୧୧ ଆକ୍ରମଣକୁ ୨୫ ବର୍ଷ ହୋଇଯିବ। ଆମେରିକୀୟମାନେ ଶୋକ ପ୍ରକାଶ କରିବେ ଏବଂ ଅନ୍ୟ ଏକ ଯୁଦ୍ଧ ଯୋଗୁ ସେମାନଙ୍କ…

ଜୋହିରି ମୋଲା ମିସ୍ ୱାର୍ଲ୍ଡ

ହାନୋଇ,୬ା୯: ଭିଏଟନାମ୍‌ର ନା ତ୍ରାଙ୍ଗ୍‌ ସହରରେ ଶନିବାର ଅନୁଷ୍ଠିତ ୭୩ତମ ଅନ୍ତର୍ଜାତୀୟ ବିଶ୍ୱ ସୁନ୍ଦରୀ ପ୍ରତିଯୋଗିତାର ଗ୍ରାଣ୍ଡ ଫିନାଲେରେ ଡୋମିନିକାନ୍‌ ରିପବ୍ଲିକ୍‌ର ଜୋହିରି ମୋଲା ମିସ୍‌ ଓ୍ୱାଲର୍‌ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri