ଆର୍‌ବିଆଇ ପକ୍ଷରୁ ଆର୍ଥିକ ସାକ୍ଷରତା ସପ୍ତାହ

ଭୁବନେଶ୍ୱର,୧୪।୨: ଭାରତୀୟ ରିଜର୍ଭ ବ୍ୟାଙ୍କ (ଆର୍‌ବିଆଇ)ର ଆଞ୍ଚଳିକ କାର୍ଯ୍ୟାଳୟ ଭୁବନେଶ୍ୱର ପକ୍ଷରୁ ସୋମବାର ଆର୍ଥିକ ସାକ୍ଷରତା ସପ୍ତାହ-୨୦୨୩ର ଆୟୋଜନ କରାଯାଇଥିଲା। ଏପରିକି ଚଳିତ ବର୍ଷର ଆର୍ଥିକ ସାକ୍ଷରତା ସପ୍ତାହର ଉଦ୍‌ଘାଟନ ଉତ୍ସବ ଆରବିଆଇର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଆରବିଆଇ, ରାଜ୍ୟ ସରକାର, ନାବାର୍ଡ, ଏସ୍‌ବିଆଇ ସମେତ ଅନ୍ୟାନ୍ୟ ବ୍ୟାଙ୍କଗୁଡିକର ବରିଷ୍ଠ ଅଧିକାରୀମାନେ ମଧ୍ୟ ଯୋଗ ଦେଇଥିଲେ। ବିଶେଷ କରି ଉକ୍ତ ଉତ୍ସବ ଜରିଆରେ ବରିଷ୍ଠ ଅଧିକାରୀମାନେ ଜନସାଧାରଣଙ୍କ ମଧ୍ୟରେ ଆର୍ଥିକ ସଚେତନତା ବିସ୍ତାର କରିବାର ଉପାୟଗୁଡିକ ବିଷୟରେ ବିସ୍ତୃତ ଭାବେ ଆଲୋଚନା କରାଯାଇଥିଲା। ଉଲ୍ଲେଖଯୋଗ୍ୟ ଆର୍‌ବିଆଇର ଆର୍‌ଓ ଭୁବନେଶ୍ୱର ପକ୍ଷରୁ ସାରା ରାଜ୍ୟରେ ବିଭିନ୍ନ ଆର୍ଥିକ ସଚେତନତା ସମ୍ବନ୍ଧୀୟ କାର୍ଯ୍ୟକ୍ରମ ଆୟୋଜନ କରିବ।
ସୂଚନାଯୋଗ୍ୟ ୨୦୧୬ରୁ ଆରବିଆଇ ଗୁରୁତ୍ୱପୂର୍ଣ୍ଣ ଆର୍ଥତ୍କ ବାର୍ତ୍ତାଗୁଡିକର ପ୍ରସାର ପାଇଁ ପ୍ରତି ବର୍ଷ ଆର୍ଥତ୍କ ସାକ୍ଷରତା ସପ୍ତାହ ଆୟୋଜନ କରିଆସୁଛି। ଚଳିତ ବର୍ଷର ଆର୍ଥିକ ସାକ୍ଷରତା ସପ୍ତାହ ପାଇଁ ‘ସଠିକ୍‌ ଆର୍ଥିକ ଆଚରଣ,ରଖେ ଆପଣଙ୍କ ସୁରକ୍ଷାର ଧ୍ୟାନ’ ଶୀର୍ଷକ ବିଷୟବସ୍ତୁର ଆୟୋଜନ କରାଯାଇଥିଲା। ଯେଉଁଥିରେ ସଞ୍ଚୟ, ଯୋଜନା, ବଜେଟ ଏବଂ ଡିଜିଟାଲ୍‌ ଆର୍ଥିକ ସେବାଗୁଡିକର ବୁଝିବିଚାରି ବ୍ୟବହାର ଉପରେ ଗୁରୁତ୍ୱ ଦିଆଯାଇଛି, ଯାହାକି ଆର୍ଥିକ ଶିକ୍ଷା ଜାତୀୟ ରଣନୀତି ୨୦୨୦-୨୫ର ମୁଖ୍ୟ ଉଦ୍ଦେଶ୍ୟ ସହ ମେଳ ଖାଉଛି। ଉକ୍ତ ବିଷୟବସ୍ତୁ ଉପରେ ଅତ୍ୟାବଶ୍ୟକ ଆର୍ଥିକ ସଚେତନତା ବାର୍ତ୍ତା ପ୍ରସାରଣ କରିବା ପାଇଁ ଆରବିଆଇ ଚଳିତ ବର୍ଷ ଫେବୃୟାରୀ ଶେଷ ସୁଦ୍ଧା ଏକ କେନ୍ଦ୍ରୀୟ ଗଣମାଧ୍ୟମ ଅଭିଯାନ କରିବ। ଏପରିକି ଆରବିଆଇର ଆଞ୍ଚଳିକ କାର୍ଯ୍ୟାଳୟଗୁଡିକ ମଧ୍ୟ ବିଭିନ୍ନ ଆର୍ଥିକ ସାକ୍ଷରତା ଶିବିରର ଆୟୋଜନ କରିବ ବୋଲି ମୁଖ୍ୟାଳୟ ପକ୍ଷରୁ କୁହାଯାଇଛି। ଏହି ଉଦ୍ଦେଶ୍ୟରେ ବିଷୟବସ୍ତୁ ଏବଂ ବାର୍ତ୍ତା ପ୍ରଚାରକୁ ଉତ୍ସାହିତ କରିବାରେ ବିଭିନ୍ନ ହିତାଧିକାରୀଙ୍କ ଉଦ୍ୟମ ପାଇଁ ଅନୁରୋଧ କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ବିଶ୍ୱର ୪ର୍ଥ ବୃହତ୍ ଅର୍ଥନୀତି ପାଲଟିଲା ଭାରତ; ୨୦୩୦ ସୁଦ୍ଧା ଜର୍ମାନୀକୁ ଟପିବା ଲକ୍ଷ୍ୟ

ନୂଆଦିଲ୍ଲୀ,୩୦।୧୨: ବିଶ୍ୱ ଅର୍ଥନୀତି ମାନଚିତ୍ରରେ ଭାରତର ଦବଦବା ଜାରି ରହିଛି। ଜାପାନକୁ ଟପି ଭାରତ ଏବେ ବିଶ୍ୱର ଚତୁର୍ଥ ବୃହତ୍ତମ ଅର୍ଥନୈତିକ ଶକ୍ତି ଭାବେ ଉଭା...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri