ଜେଏସ୍‌ଏଲ୍‌ର ଆର୍ଥିକ ଫଳାଫଳ

ଭୁବନେଶ୍ୱର,୧୬।୫ (ଅଭୟ ଦାଶ): ଜିନ୍ଦଲ ଷ୍ଟେନ୍‌ଲେସ୍‌ ଲିମିଟେଡ୍‌ (ଜେଏସ୍‌ଏଲ୍‌)ର ନିର୍ଦ୍ଦେଶକ ମଣ୍ଡଳୀ ବୈଠକ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଉକ୍ତ ବୈଠକରେ କମ୍ପାନୀର କାରବାର ଓ ଆଗାମୀ କାର୍ଯ୍ୟକଳାପ ଆଦି ସମ୍ପର୍କରେ ବିସ୍ତୃତ ଆଲୋଚନା ହୋଇଥିଲାବେଳେ ୨୦୨୪ ମାର୍ଚ୍ଚ ୩୧ରେ ଶେଷ ହୋଇଥିବା ତ୍ରୈମାସିକ ଓ ଆର୍ଥତ୍କ ବର୍ଷର ଫଳାଫଳ ମଧ୍ୟ ଘୋଷଣା କରାଯାଇଥିଲା। ଏପରିକି କମ୍ପାନୀ ୨୧,୭୪,୬୧୦ ଟନ୍‌ ବିକ୍ରି ରେକର୍ଡ କରିଛି, ଯାହା ଗତ ଆର୍ଥତ୍କ ବର୍ଷ ତୁଳନାରେ ୨୩% ଅଧିକ ବୋଲି କୁହାଯାଇଛି।

ଏକକ ଭିତ୍ତିରେ ମୋଟ ରାଜସ୍ବ ବାର୍ଷିକ ୯% ବୃଦ୍ଧି ପାଇ ୩୮,୩୫୬କୋଟି ଟଙ୍କାରେ ପହଞ୍ଚତ୍ଛି। ସେହିଭଳି ୨୦୨୩-୨୪ ଆର୍ଥତ୍କ ବର୍ଷରେ କମ୍ପାନୀର ଇବିଆଇଟିଡିଏ ୪,୦୩୬ କୋଟି ଟଙ୍କା ଏବଂ ଟିକସ ପରବର୍ତ୍ତୀ ଲାଭ ୨,୫୩୧ କୋଟି ଟଙ୍କା ରେକର୍ଡ ହୋଇଥିବାବେଳେ ସେଥିରେ ବାର୍ଷିକ ଅଭିବୃଦ୍ଧି ଯଥାକ୍ରମେ ୧୩% ଓ ୨୬% ରହିଥିଲା। ଏ ସମ୍ପର୍କରେ ଜେଏସ୍‌ଏଲ୍‌ର ଏମ୍‌ଡି ଅଭ୍ୟୁଦୟ ଜିନ୍ଦଲ କହିଥିଲେ, ଗତ ଆର୍ଥତ୍କ ବର୍ଷର କାରବାର ବେଶ୍‌ ଉତ୍ସାହଜନକ ଥିଲା। ଏପରିକି ଭାରତୀୟ ଅଭିବୃଦ୍ଧି ଯାତ୍ରା ଦ୍ରୁତଗତିରେ ଆଗକୁ ବଢ଼ି ଚାଲିଥିଲାବେଳେ ଆମେ ଆମର ଅଭିବୃଦ୍ଧି ଆକଳନକୁ ପୂରଣ କରିଛୁ ଏବଂ ନିକଟରେ ଆମର ସମ୍ପ୍ରସାରଣ ଯୋଜନାରେ ଏକ ନୂତନ ଅଧ୍ୟାୟ ଯୋଡ଼ିଛୁ।

ସେହିଭଳି ପରିଚାଳନା ଦକ୍ଷତା, ଡିଜିଟାଲାଇଜେଶନ କାର୍ଯ୍ୟକ୍ରମ,ଲୋକ ସଶକ୍ତୀକରଣ ପଦକ୍ଷେପ, ବଜାର ବିକାଶ ଏବଂ ଗ୍ରାହକ ସନ୍ତୁଷ୍ଟି ରଣନୀତି ଉପରେ ବିଶେଷ ଧ୍ୟାନଦେବା ଦ୍ୱାରା ଏହି ଅଭିବୃଦ୍ଧି ଘଟିଛି। ଏପରିକି ଆମର ନେତୃତ୍ୱ ସ୍ଥିତି ବଜାୟ ରଖିବା ସହ ସୋର୍ସିଂ, ପ୍ରକ୍ରିୟା ଏବଂ ଉତ୍ପାଦରେ ସ୍ଥାୟିତ୍ୱ ସୁନିଶ୍ଚିତ କରିବା ଲକ୍ଷ୍ୟ ରଖି ଆମେ ଭାରତୀୟ ବଜାରରେ ଆଗକୁ ବଢ଼ୁଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଏକାଥରକେ ପଡିବ ଶନି, ରାହୁ, କେତୁଙ୍କ ଶୁଭ ଦୃଷ୍ଟି: ମୀନ ସମେତ ଏହି ସବୁ ରାଶିଙ୍କ ପୂରଣ ହେବ ଦୀର୍ଘଦିନର ଇଚ୍ଛା

ଆସନ୍ତା ୫ ସେପ୍ଟେମ୍ବର ୨୦୨୬, ଭାଦ୍ରବ ମାସ କୃଷ୍ଣପକ୍ଷ ନବମୀ ତିଥି ଏବଂ ଶନିବାର। ଏହି ଦିନ କର୍ମ ଓ ନ୍ୟାୟର ଦେବତା ଶନିଙ୍କୁ ସମର୍ପିତ। ଏହାସହ…

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ଇସ୍ତଫାର ରାଜନୈତିକ ରଙ୍ଗ

ଆଇଏଏସ୍‌ ଅଫିସର ଦିବ୍ୟା ମିତ୍ତଲ ୧୩ ବର୍ଷ ଚାକିରି କରିବା ପରେ ଉତ୍ତର ପ୍ରଦେଶର ଆଗାମୀ ନିର୍ବାଚନର ମାତ୍ର କିଛି ମାସ ପୂର୍ବରୁ ଦେଇଥିବା ଇସ୍ତଫାକୁ ନେଇ…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

‘ମୋ ପତ୍ନୀ ମଧ୍ୟ…’, ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଏମିତି କାହିଁକି କହିଲେ ପୂର୍ବତନ ଭାରତୀୟ କ୍ରିକେଟର, ବଢିଲା ଚର୍ଚ୍ଚା

ନୂଆଦିଲ୍ଲୀ,୫।୯: ମାତ୍ର ୧୫ ବର୍ଷ ବୟସରେ କ୍ରିକେଟ ଜଗତରେ ନିଜର ଗଭୀର ଛାପ ଛାଡ଼ିଛନ୍ତି ବୈଭବ ସୂର୍ଯ୍ୟବଂଶୀ। ଏହି ଯୁବ କ୍ରିକେଟରଙ୍କ ପ୍ରତିଭାକୁ ନେଇ ଏବେ ପୂର୍ବତନ…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri