କୋଭିଡ୍‌ ମୃତକଙ୍କ ପରିବାର ପାଇଁ ଆର୍ଥିକ ସହାୟତା ସମୟ ବଢ଼ିଲା

ଭୁବନେଶ୍ୱର,୯।୪(ବ୍ୟୁରୋ): କୋଭିଡ୍‌-୧୯ରେ ମୃତ୍ୟୁ ପାଇଁ ବିପର୍ଯ୍ୟୟ ମୁକାବିଲା ପାଣ୍ଠିରୁ ୫୦ ହଜାର ଟଙ୍କା ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯାଉଛି। ଏହା ମୃତକଙ୍କ ନିକଟତମ ସମ୍ପର୍କୀୟଙ୍କୁ ଯୋଗାଇ ଦିଆଯାଉଛି। ଯେଉଁ ବ୍ୟକ୍ତିମାନେ ୨୦୨୨ ମାର୍ଚ୍ଚ ୨୦ କିମ୍ବା ଏହା ପୂର୍ବରୁ କୋଭିଡ୍‌ରେ ପ୍ରାଣ ହରାଇଛନ୍ତି ଏବଂ ସେମାନଙ୍କ ନିକଟତମ ସମ୍ପର୍କୀୟମାନେ ଯଦି ଏହି ସହାୟତା ରାଶି ପାଇନାହାନ୍ତି ସେମାନଙ୍କ ପାଇଁ ଆବେଦନ ସମୟ ବଢ଼ାଯାଇଛି। ସେମାନେ ଆବେଦନ ପତ୍ର/ଦରଖାସ୍ତ ଓ ଆବଶ୍ୟକ ଦସ୍ତାବିଜ ସହିତ ଜିଲାପାଳଙ୍କୁ ଅଫ୍‌ଲାଇନ କିମ୍ବା ଅନ୍‌ଲାଇନରେ http://caps.odisha.gov.in ୱେବ୍‌ସାଇଟ୍‌ ଜରିଆରେ ଆସନ୍ତା ୬୦ ଦିନ ଅର୍ଥାତ୍‌ ୨୦୨୨ ମେ ୨୮ ମଧ୍ୟରେ ଆବେଦନ କରିପାରିବେ। ଯଦି କୌଣସି ବ୍ୟକ୍ତିଙ୍କ ୨୦୨୨ ମାର୍ଚ୍ଚ ୨୦ ପରେ ମୃତ୍ୟୁ ଘଟିଛି କିମ୍ବା ଯଦି କେହି ଭବିଷ୍ୟତରେ କୋଭିଡ୍‌ରେ ମୃତ୍ୟୁ ଘଟେ ସେମାନଙ୍କ ଆତ୍ମୀୟସ୍ବଜନ ସହାୟତା ରାଶି ଲାଗି ଆବେଦନ କରିପାରିବେ। ଏଥିଲାଗି ମୃତ୍ୟୁ ଘଟିଥିବା ଦିନଠାରୁ ୯୦ ଦିନ ମଧ୍ୟରେ ଆବେଦନ ପତ୍ର/ଦରଖାସ୍ତ ଓ ଆବଶ୍ୟକ ଦସ୍ତାବିଜ୍‌ ସହିତ ଜିଲାପାଳଙ୍କୁ ଅଫ୍‌ଲାଇନ କିମ୍ବା ଅନ୍‌ଲାଇନରେ http://caps.odisha.gov.in ୱେବ୍‌ସାଇଟ୍‌ ଜରିଆରେ ଆବେଦନ କରିପାରିବେ। କୌଣସି ଅସୁବିଧା କିମ୍ବା ଦୁରବସ୍ଥା ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରା ଉପରୋକ୍ତ ଧାର୍ଯ୍ୟ ସମୟସୀମା ମଧ୍ୟରେ ଯଦି କୌଣସି ଆବେଦନକାରୀ ଏହି ସହାୟତା ନିମନ୍ତେ ଆବେଦନ କରିବାରେ ବିଫଳ ହୁଅନ୍ତି ତେବେ ସେମାନେ ପ୍ରତ୍ୟେକ ଜିଲାରେ ଗଠନ କରାଯାଇଥିବା ଗ୍ରିଭାନ୍ସ ରିଡ୍ରେସାଲ କମିଟି ମାଧ୍ୟମରେ ଆବେଦନ କରିପାରିବେ। ପ୍ରତ୍ୟେକ ଗ୍ରିଭାନ୍ସ ରିଡ୍ରେସାଲ କମିଟି ଆବେଦନକାରୀଙ୍କ ତଥ୍ୟ ଆଧାରରେ ଆବଶ୍ୟକ ଯାଞ୍ଚ ଏବଂ ତଦନ୍ତ କରି ଉପଯୁକ୍ତ ପଦକ୍ଷେପ ନେବେ। ମୃତକଙ୍କ ଆତ୍ମୀୟସ୍ବଜନଙ୍କୁ ଆବେଦନ କରିବାର ୩୦ ଦିନ ମଧ୍ୟରେ ଏହି ଅନୁକମ୍ପାମୂଳକ ସହାୟତା ରାଶି ପ୍ରଦାନ କରାଯିବ। ଆବଶ୍ୟକସ୍ଥଳେ ଜନସାଧାରଣ ଦେୟମୁକ୍ତ ସଂଯୋଗ ହେଲ୍‌ପଲାଇନ ନମ୍ବର ୧୫୫୩୫କୁ ଯୋଗାଯୋଗ କରି ସହାୟତା ନେଇପାରିବେ ବୋଲି ସ୍ବତନ୍ତ୍ର ରିଲିଫ୍‌ କମିଶନର ଓ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା…

ଭାରତ ପରି ପାକିସ୍ତାନରେ ବି ମିଳେ ମାଗଣା ରାସନ; ନଗଦ ଟଙ୍କାକୁ ଚାଉଳ,ଅଟା-ଚିନି…

ନୂଆଦିଲ୍ଲୀ,୨୯।୮: ଭାରତରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା (PMGKAY) ଅଧୀନରେ ପ୍ରାୟ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳିଥାଏ, ଯାହା ଉପରେ ସରକାର ବାର୍ଷିକ…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ…

ସେପ୍ଟେମ୍ୱରରେ ୩,୬ ଓ ୨୬ ତାରିଖ ଭାରି ଖାସ୍‌: ୩ ରାଶିଙ୍କ କ୍ୟାରିୟରରେ ହେବ ଉନ୍ନତି, ଅଚାନକ ଟଙ୍କା…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ସୁଖ, ବୈଭବ, ଭୋଗବିଳାସ, ବିବାହ, ପ୍ରେମ ଏବଂ ସୌନ୍ଦର୍ଯ୍ୟ ଆଦିର କାରକ ଗ୍ରହ ବୋଲି ଧରାଯାଏ। ଶୁକ୍ର ଯେତେବେଳେ ବି ରାଶି ପରିବର୍ତ୍ତନ…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri