Posted inଖେଳ

ଅନ୍ତର୍ଜାତୀୟ ଦିନିକିଆରୁ ଫିଞ୍ଚ୍‌ଙ୍କ ଅବସର

କେର୍ନସ (ଅଷ୍ଟ୍ରେଲିଆ), ୧୧ା୯(ଏପି): ରବିବାର ନ୍ୟୁଜିଲାଣ୍ଡ ବିପକ୍ଷ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଦିନିକିଆ ମ୍ୟାଚ ପରେ ଅଷ୍ଟ୍ରେଲିଆ ଅଧିନାୟକ ଆରୋନ୍‌ ପିଞ୍ଚ୍‌ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟରୁ ଅବସର ନେବେ। ୩୫ ବର୍ଷୀୟ ଫିଞ୍ଚ୍‌ କିଛି ଦିନ ହେଲା ଭଲ ଫର୍ମରେ ନାହାନ୍ତି। ବର୍ତ୍ତମାନ ତାଙ୍କ ଆଭରେଜ ୩.୭ ରହିଛି। ଜୁନ୍‌ରେ ଶ୍ରୀଲଙ୍କା ବିପକ୍ଷ ଏକ ଅନ୍ତର୍ଜାତୀୟ ଦିନିକିଆରେ ୬୨ ରନ ସ୍କୋର କରିବା ପରଠାରୁ ସେ ୬୨ ରନ କରିଛନ୍ତି। ସେ ୩ଥର ବିନା କୌଣସି ରନରେ ଆଉଟ ହୋଇଛନ୍ତି। ଏଣେ କ୍ରିକେଟ ଅଷ୍ଟ୍ରେଲିଆ ଶନିବାର କହିଛି ଫିଞ୍ଚ୍‌ ଅଷ୍ଟ୍ରେଲିଆ ଟି୨୦ ଦଳର ଅଧିନାୟକ ପଦ ବଜାୟ ରଖିବେ। ସେ ଅଷ୍ଟ୍ରେଲିଆରେ ଅକ୍ଟୋବର ଓ ନଭେମ୍ବରରେ ହେବାକୁଥିବା ଟି୨୦ ବିଶ୍ୱକପ୍‌ରେ ଅଷ୍ଟ୍ରେଲିଆ ଟି୨୦ ଦଳର ନେତୃତ୍ୱ ନେବେ। ଫିଞ୍ଚ୍‌ ଇତିମଧ୍ୟରେ ୧୪୫ ଅନ୍ତର୍ଜାତୀୟ ଦିନିକିଆ ଖେଳି ସାରିଛନ୍ତି। ତନ୍ମଧ୍ୟରୁ ୫୪ଟି ମ୍ୟାଚରେ ଅଧିନାୟକତ୍ୱ କରିଛନ୍ତି। ଫିଞ୍ଚ୍‌ଙ୍କୁ ଏକଦା ବିଶ୍ୱର ଅନ୍ୟତମ ଶ୍ରେଷ୍ଠ ବିଧ୍ୱଂସକାରୀ ଓପନିଂ ବ୍ୟାଟର ଭାବେ ବିବେଚନା କରାଯାଉଥିଲା। ଅନ୍ତର୍ଜାତୀୟ ଦିନିକିଆ ଫର୍ମାଟରେ ସେ ପାଖାପାଖି ୪୦ ଆଭରେଜରେ ୫,୪୦୧ ରନ ସଂଗ୍ରହ କରିଥିଲେ। ତନ୍ମଧ୍ୟରେ ତାଙ୍କର ୧୭ଟି ଶତକ ଅନ୍ତର୍ଭୁକ୍ତ। ଗତ ୭ଟି ଇନିଂସରେ ସେ ୨୦ ରନ ଅତିକ୍ରମ କରିବାରେ ସଫଳ ହୋଇପାରି ନାହାନ୍ତି। ତେଣୁ ଦଳରେ ସ୍ଥାନ ବଜାୟ ରଖିବା ନେଇ ସନ୍ଦେହ ସୃଷ୍ଟି ହୋଇଥିଲା। ଫିଞ୍ଚ୍‌ଙ୍କ ଏହି ନିଷ୍ପତ୍ତି ଫଳରେ ଅଷ୍ଟ୍ରେଲିଆ ଆସନ୍ତାବର୍ଷ ଭାରତରେ ହେବାକୁଥିବା ୫୦ଓଭର ବିଶ୍ୱକପ୍‌ ପୂର୍ବରୁ ଅଷ୍ଟ୍ରେଲିଆକୁ ଜଣେ ନୂଆ ଅଧିନାୟକ ବାଛିବାକୁ ପଡ଼ିବ।


Enter your email to get our daily news in your inbox.

All Right Reserved By Dharitri.Com

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

ଆସନ୍ତାକାଲି ପ୍ରବଳ ବର୍ଷା ସହ ବଜ୍ରପାତ ସମ୍ଭାବନା: ଏହି ଜିଲାରେ ସବୁ ସ୍କୁଲ ଛୁଟି

ନବରଙ୍ଗପୁର,୨୩ା୮(ସଦାଶିବ ପ୍ରହରାଜ): ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ନବରଙ୍ଗପୁର ଜିଲାରେ ଆସନ୍ତାକାଲି ଅର୍ଥାତ୍‌ ୨୪ ଅଗଷ୍ଟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସହିତ ଘଡ଼ଘଡ଼ି ଓ ବଜ୍ରପାତର…

ମାଟି ଖୋଳିଲେ ମିଳୁଛି ସୁନା! ଏହି ଗାଁରେ ପ୍ରବଳ ଭିଡ଼, ଦିନକୁ ପହଞ୍ଚୁଛନ୍ତି ୧୦ ହଜାର ଲୋକ

ନୂଆଦିଲ୍ଲୀ,୨୩।୮: କେବେ ଚିନ୍ତା କରିଛନ୍ତି କି, ମାଟି ଖୋଳୁ ଖୋଳୁ ହଠାତ୍ ସୁନା ମିଳିଯିବ ? ପଶ୍ଚିମ କେନିଆର ଚେପୋରୋର ଗାଁରେ ଏବେ ଏଭଳି ଆଶା ନେଇ…

ମଦର ଗୁଣବତ୍ତା ନେଇ ସରକାରଙ୍କ ବଡ଼ ପଦକ୍ଷେପ, ଦେଲେ ଏହି ନିର୍ଦ୍ଦେଶ

ଚେନ୍ନାଇ,୨୩ା୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ଜୋସେଫ ବିଜୟ ରାଜ୍ୟର ସମସ୍ତ ଡିଷ୍ଟିଲେରୀରେ ମଦର ଗୁଣବତ୍ତା ନେଇ କଡ଼ା ଯାଞ୍ଚ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। TASMAC ମାଧ୍ୟମରେ ବିକ୍ରି ହେଉଥିବା…

ଆଡ୍‌ମିଶନ ଆଳରେ ଠକେଇ, ସାଇବର ଠକଙ୍କୁ ବାନ୍ଧିଲା ପୋଲିସ

ଅତାବିରା,୨୩ା୮(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲାର ବିଭିନ୍ନ କଲେଜ ଛାତ୍ରୀଛାତ୍ରଙ୍କ ଆଡ୍‌ମିଶନ ଆଳରେ ଠକେଇ କରି ଚାଲିଥିବା ଜଣେ ସାଇବର ଠକଙ୍କୁ ଅତାବିରା ପୋଲିସ ଗିରଫ କରିଛି। ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri