ନୟାଗଡ ଜିଲା ଟପ୍ପର କେତେ ମାର୍କ ରଖିଛନ୍ତି ଜାଣନ୍ତୁ

ନୟାଗଡ ଅଫିସ,୨୯।୭-ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରେ ନୟାଗଡ ଜିଲା ଓଡଗାଁ ରାଧାକାନ୍ତ ଗାଲର୍ସ ହାଇସ୍କୁଲର ଛାତ୍ରୀ ପ୍ରଜ୍ଞାରାଣୀ ମହାପାତ୍ର ସର୍ବାଧିକ ୯୫ ପ୍ରତିଶତ ନମ୍ବର ରଖି ଜିଲାରେ ଟପ୍ପର ହୋଇଛନ୍ତି। ଏଥିସହ ସେ ଜିଲା ପାଇଁ ଗୌରବ ଆଣିଛନ୍ତି। । ପ୍ରଜ୍ଞାରାଣୀ ୬୦୦ରୁ ୫୭୧ ନମ୍ବର ରଖିଛନ୍ତି । ଭବିଷ୍ୟତରେ ପ୍ରଜ୍ଞାରାଣୀ ଆଇଏଏସ ହେବାକୁ ଇଚ୍ଛା ରଖିଥିବା ପ୍ରକାଶ କରିଛନ୍ତି। ତେବେ ଜିଲାରେ ଚଳିତ ବର୍ଷ ୮୬.୬୩ ପ୍ରତିଶତ ରେଜଲ୍ଟ ହୋଇଛି।
ଜିଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରୁ ମିଳିଥିବା ସୂଚନା ଅନୁସାରେ, ଜିଲାର ୨୩୩ ସ୍କୁଲର ୧୨ ହଜାର ୬୮୫ ଛାତ୍ରୀଛାତ୍ର ଦଶମ ଶ୍ରେଣୀ ପରୀକ୍ଷା ଦେବା ପାଇଁ ଫର୍ମଫିଲପ କରିଥିଲେ। ସେଥିମଧ୍ୟରୁ ୧୭୮ ଛାତ୍ରୀଛାତ୍ର ପରୀକ୍ଷା ଦେଇ ନ ଥିଲେ। ତେବେ ୭୫ ସେଣ୍ଟରରେ ୧୨ ହଜାର ୫୦୭ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ୧୬ଜଣ ମାଲପ୍ରାଟିସ ହୋଇଥିଲେ। ୧୨ ହଜାର ୪୯୧ ଛାତ୍ରୀଛାତ୍ରଙ୍କର ରେଜଲ୍ଟ ପ୍ରକାଶ ପାଇଛି । ଏଥିରୁ ୧୦ ହଜାର ୮୩୫ ଉତ୍ତୀର୍ଣ୍ଣ ହୋଇଥିବାବେଳେ ୧୬୫୬ ଅବତୀର୍ଣ୍ଣ ହୋଇଛନ୍ତି । ଉତ୍ତୀର୍ଣ୍ଣ ଛାତ୍ରୀଛାତ୍ରଙ୍କ ମଧ୍ୟରୁ ଏ୧-୫୯ଜଣ , ଏ୨-୩୭୬, ବି୧-୭୫୪, ବି୨-୧୧୯୬, ସି-୧୬୧୭, ଡି-୨୫୪୮, ଇ- ୪୨୮୫ ଜଣ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

କାହିଁକି ଅମିତ ଶାହା ପଚାରିଲେ ‘୨୦ ଲୋକସଭା ସିଟ୍‌ ଜିତିବା କି ନାହିଁ’ ?

ସୋନପୁର,୨୫।୪: ଓଡ଼ିଶାରୁ ସର୍ବାଧିକ ଲୋକ ସଭା ଆସନ ବିଜୟ ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ସୋନପୁରରୁ ପ୍ରଚାର ଆରମ୍ଭ କରିଛନ୍ତି। ଜୟ ଜଗନ୍ନାଥ, ଜୟ...

ନବୀନ ସରକାରକୁ ଉପାଡ଼ି ଭାଜପା ସରକାର ବନାନ୍ତୁ: ଶାହା

ସୋନପୁର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ା ବିମାନବନ୍ଦରରେ ପହଞ୍ଚିବା ପରେ ସୋନପୁର ଗସ୍ତ କରିଛନ୍ତି। ସେଠରେ ଆୟୋଜିତ ବିଶାଳ ଜନସଭାକୁ ସମ୍ବୋଧିତ...

ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ

ଭୁବନେଶ୍ୱର,୨୫।୪: ଭାଜପାରେ ସାମିଲ ହେଲେ ପୂର୍ବତନ ହକି ଟିମ ଅଧିନାୟକ ପ୍ରବୋଧ ତିର୍କୀ। ସୋନପୁର ସମାବେଶକୁ ଆସି ଗୁରୁବାର ବିଧିବଦ୍ଧ ଭାବେ ସେ ପଦ୍ମ ଧରିଛନ୍ତି।...

ଝାରସୁଗୁଡ଼ାରେ ପହଞ୍ଚିଲେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା

ଭୁବନେଶ୍ୱର,୨୫।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ଝାରସୁଗୁଡ଼ାରେ ପହଞ୍ଚିଛନ୍ତି। ଝାରସୁଗୁଡ଼ାରୁ ହେଲିକପ୍ଟର ଯୋଗେ ସୋନପୁର ଯିବେ। ଏହା ପରେ ସେ ସୋନପୁରରେ ବିଶାଳ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri