Posted inଖେଳ

ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କାହିଁକି ଖେଳାଯାଏ, ଇତିହାସ ଜାଣନ୍ତୁ

ମେଲବର୍ନ, ୨୩।୧୨: ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଡିସେମ୍ବର ୨୬ରୁ ଆରମ୍ଭ ହେବାକୁ ଯାଉଛି। ତେବେ ଏହି ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ପଛରେ କ’ଣ ଇତିହାସ ରହିଛି ଜାଣନ୍ତୁ।
ଡିସେମ୍ବର ୨୬, ଅର୍ଥାତ୍‌ କ୍ରିସ୍‌ମାସ ପରଦିନ ଅଷ୍ଟ୍ରେଲିଆର ମେଲବନର୍ର୍ ଗ୍ରାଉଣ୍ଡରେ ଏକ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଯାହାକୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ କୁହାଯାଏ। ଡିସେମ୍ବର ୨୬ ସହ ବକ୍ସିଂ ଖେଳର କୌଣସି ସମ୍ପର୍କ ନାହିଁ। କିନ୍ତୁ କ୍ରିସ୍‌ମାସ ସହ ଏହାର ପୁରାତନ ସଂଯୋଗ ରହିଛି। କ୍ରିସ୍‌ମାସରେ ପରିବାର ଓ ଆତ୍ମୀୟଙ୍କୁ ଦିଆଯାଏ କ୍ରିସମାସ ଉପହାର। କିନ୍ତୁ ଦୂର ଦୂରାନ୍ତରେ ରହୁଥିବା ଲୋକ କିମ୍ବା କୌଣସି ଅଫିସ୍‌ରେ କ୍ରିସ୍‌ମାସ ପରଦିନ ଅର୍ଥାତ୍‌ ୨୬ ତାରିଖରେ ଉପହାର ଭେଟି ଦିଆଯାଏ। ସେହିଦିନ ଡାକ କର୍ମଚାରୀ, ଘରେ କାମ କରୁଥିବାଲୋକ, ଜିନିଷପତ୍ର ନେବା ଆଣିବା କରୁଥିବା ଲୋକଙ୍କୁ ଉପହାର ବାବଦରେ କ୍ରିସ୍‌ମାସ ବକ୍ସ ଦିଆଯାଉଥିଲା। ସେବେଠାରୁ ସେହି ଦିନକୁ ବକ୍ସିଂ ଡେ’ ବୋଲି କୁହାଯାଉଥିଲା। ପୂର୍ବ ପରମ୍ପରା ଅନୁସାରେ ୨୬ ଡିସେମ୍ବରକୁ ବକ୍ସିଂ ଡେ’ ବୋଲି ଧରାଯାଉଛି। ଏହି ଦିନ ଆରମ୍ଭ ହେଉଥିବା ଟେଷ୍ଟ ମ୍ୟାଚ୍‌କୁ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ କୁହାଯାଏ। ପ୍ରତିବର୍ଷ ଡିସେମ୍ବର ୨୬ରେ ଅଷ୍ଟ୍ରେଲିଆ ମେଲବର୍ନ କ୍ରିକେଟ ଗ୍ରାଉଣ୍ଡରେ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ଅଷ୍ଟ୍ରେଲିଆ ବ୍ୟତୀତ ଦକ୍ଷିଣ ଆଫ୍ରିକା ଏବଂ ନ୍ୟୁଜିଲାଣ୍ଡରେ ମଧ୍ୟ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଖେଳାଯାଏ। ୧୯୧୩ରେ ଦକ୍ଷିଣ ଆଫ୍ରିକା ଏବଂ ଇଂଲଣ୍ଡ ମଧ୍ୟରେ ପ୍ରଥମ ବକ୍ସିଂ ଡେ’ ମ୍ୟାଚ୍‌ ଖେଳାଯାଇଥିଲା। ସେହିପରି ଅଷ୍ଟ୍ରେଲିଆ ପ୍ରଥମ ବକ୍ସିଂ ଡେ’ ଟେଷ୍ଟ ମ୍ୟାଚ୍‌ ଓ୍ବେଷ୍ଟଇଣ୍ଡିଜ୍‌ ସହ ଖେଳିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଁଖାଇ ଲଗ୍ନ ଧାର୍ଯ୍ୟ

ସମ୍ୱଲପୁର, ୬ା୯ (ବି.ଶଙ୍କର): ପରମ୍ପରା ଓ ରୀତିନୀତି ଅନୁସାରେ ପଶ୍ଚିମଓଡ଼ିଶାର କୃଷିଭିତ୍ତିକ ଗଣପର୍ୱ ନୂଆଁଖାଇ ପାଇଁ ଶନିବାର ଲଗ୍ନ ଧାର୍ଯ୍ୟ ହୋଇଛି। ଇଷ୍ଟ ଦେବୀ ସମଲେଇଙ୍କ ରାଶି…

୬ କ୍ଷୁଦ୍ର ଦଳ ପାଇଛନ୍ତି ୧୭୦୦ କୋଟି

ଭୁବନେଶ୍ୱର, ୬ା୯(ଜିତେନ୍ଦ୍ର କୁମାର ନାୟକ):ଭାରତରେ ରାଜନୈତିକ ଦଳ ଠୁଳ କରିଥିବା ଅର୍ଥ ପରିମାଣ ଓ ଉପାୟ ବିଷୟରେ ଦେଶରେ ଆଖିଦୃଶିଆ ଆଲୋଚନା ହୁଏନି। ଏବେ ବିବିସି ହିନ୍ଦୀର…

ଦାରିଙ୍ଗବାଡ଼ିରେ ବର୍ଷା ଛାଡ଼ିବା ପରେ ସକାଳୁଆ ଶୀତ ସହ ଘନ କୁହୁଡ଼ି

ଦାରିଙ୍ଗବାଡ଼ି, ୬/୯ (ଅରୁଣ ସାହୁ): ଲଘୁଚାପଜନିତ ବର୍ଷା ଛାଡ଼ିବା ପରେ ଏବେ ଦାରିଙ୍ଗବାଡ଼ି ଅଞ୍ଚଳରେ ପାଗ ସମ୍ପୂର୍ଣ୍ଣ ଶୁଖିଲା ରହିଛି। ଗତ ୨ ଦିନ ହେଲା ଦିନ…

୩ ବର୍ଷରେ ପୂରଣ ହେବ ୪୫ ହଜାର ଶିକ୍ଷକ ପଦବୀ: ମୁଖ୍ୟମନ୍ତ୍ରୀ

କଟକ,୬।୯(କାର୍ତ୍ତିକ ସାହୁ): ରାଜ୍ୟର ଶିକ୍ଷା ବ୍ୟବସ୍ଥାରେ ବ୍ୟାପକ ସୁଧାର ଆଣିବା ପାଇଁ ସରକାର ‘କେଜିରୁ ପିଜି’ ନିଃଶୁଳ୍କ ଶିକ୍ଷା ଯୋଜନା କରିଛନ୍ତି। ସାରା ଭାରତରେ ଓଡ଼ିଶା ପ୍ରଥମ…

ମାର୍ଚ୍ଚ କିମ୍ୱା ଏପ୍ରିଲରେ ପଞ୍ଚାୟତ ଭୋଟ: ନିର୍ବାଚନ କମିଶନର

ଭୁବନେଶ୍ୱର,୬ା୯(ସୁନିତ୍‌ ମିଶ୍ର): ଆସନ୍ତା ମାର୍ଚ୍ଚ ଶେଷ କିମ୍ୱା ଏପ୍ରିଲ ପ୍ରଥମ ସପ୍ତାହରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ୱାଚନ ହୋଇପାରେ। ପଞ୍ଚାୟତ ନିର୍ୱାଚନ ଲାଗି ରାଜ୍ୟ ନିର୍ୱାଚନ କମିଶନ ଜୋର୍‌ଦାର…

କଫ୍‌ ସିରଫ ଚାଲାଣ ବେଳେ ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୫।୯(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ପୋଲିସ ଶନିବାର ବେଆଇନ କଫ୍‌ ସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

୨୧ ଦିନ ପରେ ଶିକ୍ଷକ ଆନ୍ଦୋଳନ ସ୍ଥଗିତ, ସରକାରଙ୍କ ସହ ସଫଳ ବୈଠକ ପରେ…

ଭୁବନେଶ୍ୱର,୫।୯: ଶିକ୍ଷକ ଓ କର୍ମଚାରୀଙ୍କ ଅହୋରାତ୍ର ଆନ୍ଦୋଳନ ୨୧ଦିନ ପରେ ସ୍ଥଗିତ ହୋଇଛି। ଶନିବାର ରାତି ପ୍ରାୟ ୮ଟାରେ ଭୁବନେଶ୍ୱର ଲୋୟର ପିଏମ୍‌ଜିସ୍ଥିତ ଧାରଣାସ୍ଥଳରେ ଆଠଟି ସଂଗଠନର…

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri