୪ ଦ୍ୱାର ଖୋଲାଯିବା ପରେ କ’ଣ ସବୁ ବ୍ୟବସ୍ଥା ରହିବ ଜାଣନ୍ତୁ…

ପୁରୀ,୧୨ା୬: ବୁଧବାର ପୁରୀ ଶ୍ରୀମନ୍ଦିର ପରିଚାଳନା କମିଟିର ଏକ ଜରୁରୀ ବୈଠକ ଅନୁଷ୍ଠିତ ହୋଇଛି। ଉକ୍ତ ବୈଠକରେ କିଛି ନିଷ୍ପତ୍ତି ନିଆଯାଇଛି। ଏହି ନିଷ୍ପତ୍ତିଗୁଡ଼ିକ ହେଲା ୪ ଦ୍ୱାରରେ ଜୋତା ଏବଂ ମୋବାଇଲ ଷ୍ଟାଣ୍ଡ କରାଯିବା ସହ ପାନୀୟ ଜଳ ବ୍ୟବସ୍ଥା, ଶୃଙ୍ଖଳିତ ଦର୍ଶନ ବ୍ୟବସ୍ଥାକୁ ଗୁରୁତ୍ୱ ଦିଆଯାଇଛି। ଏନେଇ ପୋଲିସ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି।

ପ୍ରଥମ କ୍ୟାବିନେଟ ବୈଠକରେ ଶ୍ରୀମନ୍ଦିର ଚାରି ଦ୍ୱାର ଖୋଲିବାକୁ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର। କ୍ୟାବିନେଟ୍ ବୈଠକ ପରେ ଏନେଇ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝି। ଗୁରୁବାର ସକାଳେ ମଙ୍ଗଳ ଆଳତି ସମୟରେ ଖୋଲିବ ପୁରୀ ଶ୍ରୀମନ୍ଦିରର ୪ ଦ୍ୱାର। ଶପଥ ଗ୍ରହଣ ପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଆଜି ଲୋକ ସେବା ଭବନରେ ପ୍ରଥମ ମନ୍ତ୍ରୀ ପରିଷଦ ଓ କ୍ୟାବିନେଟ ବୈଠକରେ ଅଧ୍ୟକ୍ଷତା କରି ୪ଟି ଗୁରୁତ୍ବପୂର୍ଣ୍ଣ ପ୍ରସ୍ତାବ ଗ୍ରହଣ କରିଛନ୍ତି।

ଏହି ନିଷ୍ପତ୍ତି ଅନୁଯାୟୀ, ଗୁରୁବାର ସକାଳେ ମହାପ୍ରଭୁଙ୍କ ମଙ୍ଗଳ ଆରତୀ ସମୟରେ ଶ୍ରୀମନ୍ଦିରର ଚାରି ଦ୍ବାର ଖୋଲାଯିବ। ଭକ୍ତ ଓ ଶ୍ରଦ୍ଧାଳୁଙ୍କ ଭାବାବେଗ ଓ ସୁବିଧାକୁ ଦୃଷ୍ଟିରେ ରଖି ରାଜ୍ୟ ମନ୍ତ୍ରୀମଣ୍ଡଳର ସଦସ୍ୟ ମାନଙ୍କ ଉପସ୍ଥିତିରେ ଚାରି ଦ୍ବାର ଖୋଲାଯିବ। ମୁଖ୍ୟମନ୍ତ୍ରୀ କହିଲେ ଯେ, ଗତ କିଛି ବର୍ଷ ହେବ ତିନି ଦ୍ବାର ବନ୍ଦ ଥିବା ହେତୁ ଭକ୍ତ ଓ ଶ୍ରଦ୍ଧାଳୁମାନେ ବହୁ ଅସୁବିଧାର ସମ୍ମୁଖୀନ ହେଉଥିଲେ । ଏହାଦ୍ବାରା ଭକ୍ତ ଓ ଭଗବାନଙ୍କ ଭିତରେ ଏକ ବ୍ୟବଧାନ ସୃଷ୍ଟି ହେଉଥିଲା । ଚାରି ଦ୍ବାର ଖୋଲାଯିବା ଦ୍ବାରା ଏହି ବ୍ୟବଧାନ ଦୂର ହେବ।

ଦ୍ବିତୀୟ ନିଷ୍ପତ୍ତି ଅନୁଯାୟୀ, ଶ୍ରୀମନ୍ଦିରର ଉନ୍ନତିକରଣ, ସଂରକ୍ଷଣ, ବିକାଶ ତଥା ଅନ୍ୟାନ୍ୟ ସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ଖୁବଶୀଘ୍ର ୫୦୦ କୋଟି ଟଙ୍କାର ଏକ କର୍ପସ ଫଣ୍ଡର ବ୍ୟବସ୍ଥା କରିବେ।

ତୃତୀୟ ନିଷ୍ପତ୍ତି ହେଉଛି ରାଜ୍ୟର କୃଷକ ଭଉଣୀଭାଇମାନଙ୍କ ସଶକ୍ତିକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ କ୍ବିଣ୍ଟାଲ ପିଚ୍ଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ଏଥିପାଇଁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ଏବଂ ଆଗାମୀ ୧୦୦ ଦିନ ମଧ୍ୟରେ ଏହା କାର୍ଯ୍ୟକାରୀ କରାଯିବ।

ଚତୁର୍ଥ ନିଷ୍ପତ୍ତି ଅନୁଯାୟୀ ମହିଳାମାନଙ୍କୁ ଅଧିକ ସଶକ୍ତ କରିବା ପାଇଁ ଏବଂ ସେମାନଙ୍କ ଆର୍ଥିକ ସ୍ଥିତିରେ ଉନ୍ନତି ଆଣିବା ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ କରାଯିବ। ଏହି ଯୋଜନାରେ ମହିଳା ମାନଙ୍କୁ ୫୦ ହଜାର ଟଙ୍କାର ଭାଉଚର ଦିଆଯିବ। ଆଗାମୀ ୧୦୦ ଦିନ ମଧ୍ୟରେ ଏହାର ରୂପରେଖ ପ୍ରସ୍ତୁତ କରି ମାର୍ଗଦର୍ଶିକା ପ୍ରସ୍ତୁତ କରିବାକୁ ସଂପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

୭ ସରକାରୀ ମେଡିକାଲ କଲେଜରେ ନିର୍ମାଣ ହେବ ରୋଗୀ ସମ୍ପର୍କୀୟଙ୍କ ପାଇଁ ବିଶ୍ରାମାଗାର: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

SCBରେ ନିର୍ମାଣ ହେବ ୧୭ ମହଲା ବିଶିଷ୍ଟ ମଲ୍‌ଟି ଲେଭଲ୍ ପାର୍କିଂ

ଭୁବନେଶ୍ୱର,୨୩।୧୨: ରାଜ୍ୟର ସ୍ୱାସ୍ଥ୍ୟ ଭିତ୍ତିଭୂମିକୁ ସୁଦୃଢ଼ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନଠାରେ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ଶିଶୁ ମନ୍ଦିରର ରୋପ୍ୟ ଜୟନ୍ତୀ ସମାରୋହ: ବାର୍ଷିକ ମୁଖପତ୍ର ‘ଆହ୍ବାନ’କୁ ଉନ୍ମୋଚନ କଲେ ବିଧାୟକ

ଦିଗପହଣ୍ଡି,୨୩।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ମଙ୍ଗଳବାର ସଂଧ୍ୟାରେ ଆୟୋଜିତ ରୌପ୍ୟ ଜୟନ୍ତୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri