ଏହି ୫ ଭୁଲ୍‌ କରୁଛନ୍ତି କି, ହୋଇଯିବେ ବରବାଦ: ଜାଣନ୍ତୁ କ’ଣ କୁହନ୍ତି ଚାଣକ୍ୟ..

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ନିଜର ନୀତିଶାସ୍ତ୍ର ‘ଚାଣକ୍ୟ ନୀତି’ରେ ମନୁଷ୍ୟ ଜୀବନ ସହ ଜଡ଼ିତ ବିଭିନ୍ନ ସମସ୍ୟା ଓ ତାର ସମାଧାନ ବିଷୟରେ ଉଲ୍ଲେଖ କରିଛନ୍ତି। ଏଥିରେ ବର୍ଣ୍ଣିତ ବିଭିନ୍ନ ନୀତି ମଧ୍ୟରେ ବ୍ୟକ୍ତି କେଉଁ ୫ଟି ଭୁଲ କରିବା ଉଚିତ ନୁହେଁ ବୋଲି ଚାଣକ୍ୟ କହିଛନ୍ତି। କାରଣ ଏହାଦ୍ୱାରା ବଡ଼ କ୍ଷତି ହୋଇଥାଏ। ଜାଣନ୍ତୁ…

ଚାଣକ୍ୟ ଏହି ଶ୍ଳୋକରେ କହିଛନ୍ତି, ଯଦି କେହି ବ୍ୟକ୍ତି ଧର୍ମ ସହ ଜଡ଼ିତ କାମକୁ କରିବାରେ ଭୁଲ କରିଥାଏ ଏବଂ ତାହା ଜାଣିବା ପରେ ମଧ୍ୟ ସୁଧାରେ ନାହିଁ, ତେବେ ତାଙ୍କୁ ବଡ଼ କ୍ଷତି ସହିବାକୁ ପଡ଼ିଥାଏ। ଅନେକ ସମୟରେ ଧାର୍ମିକ କାମରେ କରିଥିବା ଭୁଲ ଯୋଗୁ ବ୍ୟକ୍ତି ବରବାଦ ହୋଇଯାଏ।

-ଔଷଧକୁ ନେଇ ବ୍ୟକ୍ତିକୁ ସର୍ବଦା ସଜାଗ ରହିବା ଉଚିତ। ରୋଗୀ ବ୍ୟକ୍ତି ଯଦି ଔଷଧ ନେବାରେ ଅବହେଳା କରିଥାଏ ତେବେ ତାର ଜୀବନ ବି ଯାଇପାରେ। ଏଥିନେଇ ଔଷଧକୁ ଠିକ୍‌ ଭାବେ ଓ ଠିକ୍‌ ସମୟରେ ବ୍ୟବହାର ନ କରିବା ଅସୁବିଧାରେ ପକାଇପାରେ ବୋଲି ଚାଣକ୍ୟ କହିଛନ୍ତି।

-ଗରିବ ହୁଅନ୍ତୁ ଅବା ଧନୀ, ସବୁ ବର୍ଗର ବ୍ୟକ୍ତିଙ୍କୁ ଧନର ଉପଯୁକ୍ତ ବ୍ୟବହାର ବିଷୟରେ ଧାରଣା ରହିବା ଉଚିତ। ଧନକୁ ସଠିକ୍‌ ଉପାୟରେ ଖର୍ଚ୍ଚ କରିବାର ଉପାୟ ଜଣା ନ ଥିଲେ ବ୍ୟକ୍ତି ବରବାଦ ହୋଇଯାଏ। ଏଥିପାଇଁ ବ୍ୟକ୍ତିକୁ ନିଜର ରୋଜଗାର ଏବଂ ଖର୍ଚ୍ଚ ବିଷୟରେ ଜଣାଥିବା ଉଚିତ ବୋଲି ଚାଣକ୍ୟ କହିଛନ୍ତି।

-ଅଧିକ ଖାଇବା ସ୍ବାସ୍ଥ୍ୟଗତ ଦୃଷ୍ଟିରୁ ଖରାପ। ଅତ୍ୟଧିକ ଭୋଜନ ଦରିଦ୍ରତାର କାରଣ ବୋଲି କୁହାଯାଏ। ଏଥିନେଇ ଉକ୍ତ ବ୍ୟକ୍ତି କିଛି ସମୟ ପରେ ବରବାଦ ହୋଇଯାଏ ବୋଲି ଚାଣକ୍ୟ କହିଛନ୍ତି।

-ଶେଷରେ ଗୁରୁ ଆଦେଶକୁ ଅବମାନନା କରିଥିବା ବ୍ୟକ୍ତି ଜୀବନରେ ଅନେକ ପ୍ରକାର କଷ୍ଟର ସମ୍ମୁଖୀନ ହୋଇଥାଏ। ଏଥିନେଇ ବ୍ୟକ୍ତିଙ୍କୁ ଗୁରୁଙ୍କ ଆଦେଶ ପାଳନ କରିବା ଉଚିତ ବୋଲି ଚାଣକ୍ୟ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମୁମ୍ବାଇର ‘ସବୁଠୁ ଧନୀ ଗଣେଶ’; ୬୬ କେଜି ସୁନାରେ ସଜ୍ଜିତ ଗଣପତି; ୭୦୩ କୋଟିରୁ ଅଧିକ ଟଙ୍କାର ବୀମା

ମୁମ୍ବାଇ,୧୪।୯: ମୁମ୍ବାଇର ଗଣେଶୋତ୍ସବ କଥା ଉଠିଲେ ଲାଲବାଗଚା ରାଜାଙ୍କ ନାଁ ନିଶ୍ଚିତ ଭାବେ ଆସେ। ତେବେ ମାୟାନଗରୀରେ ଆଉ ଜଣେ ଗଣପତି ଅଛନ୍ତି, ଯାହାଙ୍କ ଦରବାରରେ ଭକ୍ତି…

ସୃଷ୍ଟି ହେଲା ୪ ବଡ଼ ରାଜଯୋଗ: କନ୍ୟା ସମେତ ଏହି ସବୁ ରାଶିଙ୍କର ସୁବର୍ଣ୍ଣ ସମୟ ଆରମ୍ଭ, ଧନବର୍ଷା ସହ ଚାକିରିରେ ପଦୋନ୍ନତି

ଭୁବନେଶ୍ୱର: ଆଜି ୧୪ ସେପ୍ଟେମ୍ବର ୨୦୨୬, ସୋମବାର। ଭାଦ୍ରବ ମାସ ଶୁକ୍ଳପକ୍ଷ ତୃତୀୟା ତିଥି ସହ ଚତୁର୍ଥୀ ତିଥି ମଧ୍ୟ ରହିଛି। ଏହି କାରଣରୁ ଆଜି ଗଣେଶ…

ଘଡ଼ଘଡ଼ି ସହ ପ୍ରବଳ ବର୍ଷା ସମ୍ଭାବନା: ୧୭ ଯାଏ ଲାଗିରହିବ…

ଭୁବନେଶ୍ୱର,୧୪ା୯ (ସୌମ୍ୟରଞ୍ଜନ ରାଉତ):ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଓଡ଼ିଶା ଅତିକ୍ରମ କରି ରବିବାର ସନ୍ଧ୍ୟାସୁଦ୍ଧା ଦକ୍ଷିଣ ଛତିଶଗଡ଼ ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିବା ସହ ପଶ୍ଚିମ-ଉତ୍ତର…

AIକୁ ନେଇ ବିଶ୍ୱକୁ ସତର୍କବାଣୀ ଶୁଣାଇଲେ ସତ୍ୟ ନାଡେଲା; ଜାଣନ୍ତୁ…

ଓ୍ବାଶିଂଟନ,୧୪।୯: ବିଶ୍ୱସ୍ତରୀୟ ଆଇଟି ମହାକୁମ୍ଭ ମାଇକ୍ରୋସଫ୍ଟର ଅଧ୍ୟକ୍ଷ ଏବଂ ସିଇଓ ସତ୍ୟ ନାଡେଲା AI ସହିତ ଜଡିତ ବଢୁଥିବା ବିପଦ ମଧ୍ୟରେ ଚିନ୍ତା ପ୍ରକାଶ କରିଛନ୍ତି। ସେ…

ଗୁରୁ-ଚନ୍ଦ୍ରଙ୍କ ନବପଞ୍ଚମ ଯୋଗ: ଆଜିଠୁ ୪ ରାଶିଙ୍କ ଭାଗ୍ୟରେ ଲାଗିବ ଚାରିଚାନ୍ଦ, ଆର୍ଥିକ ଲାଭ ସହ ହେବ ମାଲାମାଲ

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଗ୍ରହ ଓ ନକ୍ଷତ୍ରଙ୍କ ଚଳନର ପ୍ରଭାବ ମଣିଷର ଜୀବନ ଉପରେ ପଡ଼ିଥାଏ। ଚନ୍ଦ୍ରଙ୍କ ଗୋଚର ପରେ ବିଛା ରାଶିରେ ଥିବା ଚନ୍ଦ୍ର…

ଗଣେଶ ଚତୁର୍ଥୀର ଶୁଭ ସଂଯୋଗ, ଗ୍ରହ ଚଳନରେ ଏହି ରାଶିଙ୍କ ଖୋଲିବ ଭାଗ୍ୟ!

ଆଜି ପବିତ୍ର ଗଣେଶ ଚତୁର୍ଥୀ । ଦିନସାରା ଚନ୍ଦ୍ର ତୁଳା ରାଶିରେ ଅବସ୍ଥାନ କରିବେ; ଯଦିଓ ନକ୍ଷତ୍ର ଚିତ୍ରାରୁ ସ୍ୱାତୀକୁ ପରିବର୍ତ୍ତନ ହେବ, ତଥାପି ରାଶିର କୌଣସି…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

ବିରୂପା ନଦୀକୁ ଡେଇଁଲେ ଦମ୍ପତ୍ତି, ସ୍ତ୍ରୀ ଉଦ୍ଧାର, ସ୍ବାମୀ ଏବେ ବି…

ବରୀ,୧୪।୯(ମହେନ୍ଦ୍ର ସ୍ବାଇଁ/ଶୁଭାଶିଷ ରାଉତ ): ବିରୂପା ନଦୀର ବାଲିକୁଦା ସେତୁ ଉପରୁ ଜଣେ ଦମ୍ପତ୍ତି ଡେଇଁ ପଡିଛନ୍ତି। ସ୍ଥାନୀୟ ଲୋକମାନେ ଉଭୟଙ୍କୁ ଉଦ୍ଧାର କରିବା ପାଇଁ ଚେଷ୍ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?