ବାତ୍ୟା ମୁକାବିଲା ଲାଗି କ’ଣ ହୋଇଛି ପ୍ରସ୍ତୁତି ଜାଣନ୍ତୁ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ନେଇ ଜିଲା ପ୍ରଶାସନ ଓ ବିଭିନ୍ନ ବିଭାଗ ସହ ଆଲୋଚନା ହୋଇଥିବା ସ୍ବତନ୍ତ୍ର ରିଲିଫ୍‌ କମିଶନର ସୂଚନା ଦେଇଛନ୍ତି। ସେ କହିଛନ୍ତି, ଓଡ଼ିଶାର ସମସ୍ତ ମତ୍ସ୍ୟଜୀବୀଙ୍କୁ ସୁରକ୍ଷିତ ଭାବେ ଫେରାଇ ଅଣାଯାଇଛି। ବର୍ତ୍ତମାନ କୌଣସି ମତ୍ସ୍ୟଜୀବୀ ସମୁଦ୍ର ମଧ୍ୟରେ ନାହାନ୍ତି। କୃଷକମାନେ ସେମାନଙ୍କ କୃଷିଜାତ ଦ୍ରବ୍ୟକୁ ସୁରକ୍ଷିତ ସ୍ଥାନକୁ ନିଅନ୍ତୁ ବୋଲି ଅନୁରୋଧ କରାଯାଇଛି। ତୁରନ୍ତ ଜଳ ନିଷ୍କାସନ ପାଇଁ ଡ୍ରେନେଜ୍‌ ସଫା ପାଇଁ ବି ନିର୍ଦ୍ଦେଶ ଦିଆଯାଇଛି।
ଲୋକଙ୍କୁ ସ୍ଥାନାନ୍ତର, ବାତ୍ୟା ଆଶ୍ରୟସ୍ଥଳୀ ପରିଚାଳନା ଓ ପୁନରୁଦ୍ଧାର ପାଇଁ ବଡ଼ ବଡ଼ ଏନ୍‌ଜିଓମାନଙ୍କ ସହଯୋଗ ଲୋଡ଼ାଯାଇଛି। ଅକ୍ସିଜେନ ଉତ୍ପାଦନ ଓ ରିଫିଲିଂ ପାଇଁ ଯେପରି କୌଣସି ଅସୁବିଧା ନ ହେବ, ସେଥିପାଇଁ ଅକ୍ସିଜେନ ଯୋଗାଉଥିବା ବିଭିନ୍ନ ସଂସ୍ଥାମାନଙ୍କ ସହ ଆଲୋଚନା କରାଯାଇଛି। ସେଥିପାଇଁ ଶିଳ୍ପ ବିଭାଗ ସ୍ବତନ୍ତ୍ର ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛନ୍ତି। କୋଭିଡ୍‌ କେୟାର ସେଣ୍ଟର ଓ ଜିଲା କୋଭିଡ୍‌ ହସ୍ପିଟାଲରେ ପର୍ଯ୍ୟାପ୍ତ ପରିମାଣର ଅକ୍ସିଜେନ ସିଲିଣ୍ଡର ମହଜୁଦ ରଖିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହା ବାଦ୍‌ ପାନୀୟ ଜଳ ଓ ଜେନେରେଟର ରଖିବା ପାଇଁ କୁହାଯାଇଛି। ଜିଲା ସଦର ମହକୁମା ହସ୍ପିଟାଲରେ ମଧ୍ୟ ସମସ୍ତ ବ୍ୟବସ୍ଥା କରାଯାଇଛି। ପ୍ରସୂତି ମହିଳାମାନେ ବାତ୍ୟା ଆଶ୍ରୟ ସ୍ଥଳକୁ ନ ଯାଇ ସିଧା ହସ୍ପିଟାଲ ଆସିବାକୁ କୁହାଯାଇଛି।
ବାତ୍ୟା ଆସିବା ପୂର୍ବରୁ ଆଶ୍ରୟ ସ୍ଥଳୀକୁ ଆସିବାକୁ ସମସ୍ତ ଲୋକଙ୍କୁ ଡାକବାଜି ଯନ୍ତ୍ର ଯୋଗେ ଅନୁରୋଧ କରାଯାଉଛି। ଆଶ୍ରୟ ସ୍ଥଳିରେ ମାସ୍କ ପିନ୍ଧିବା ସହ ଓ ରାପିଡ୍‌ ରେସ୍‌ପନ୍ସ ଟିମ ପଠାଇ ସ୍ବାସ୍ଥ୍ୟ ପରୀକ୍ଷା କରାଯିବ ବୋଲି ସେ କହିଛନ୍ତି। ସଂକ୍ରମିତ ଥିଲେ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ ବୋଲି ଏସ୍‌ଆରସି କହିଛନ୍ତି। ପ୍ରସ୍ତୁତ ଥିବା ୧୭ଟି ଏନ୍‌ଡିଆର୍‌ଏଫ, ୨୦ଟି ଓଡ୍ରାଫ, ୧୫୦ଟି ଫାୟାର ଟିମକୁ ଆସନ୍ତାକାଲି ବିଭିନ୍ନ ଜିଲାକୁ ପଠାଯିବ। ବାତ୍ୟା ପରେ ଗଛ କାଟିବା ଲାଗି ବନ ବିଭାଗକୁ ମଧ୍ୟ ପ୍ରସ୍ତୁତ ରହିବା ପାଇଁ କୁହାଯାଇଥିବା ଏସ୍‌ଆରସି ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଯୁଦ୍ଧବିରତି ଭିତରେ ଭାରତର ବଡ଼ ବିଜୟ! ୭ବର୍ଷ ପରେ ଚାଇନାକୁ ଦେଲା ଝଟ୍‌କା

ନୂଆଦିଲ୍ଲୀ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଦୁଇ ସପ୍ତାହ ପାଇଁ ଯୁଦ୍ଧବିରତି ଘୋଷଣା ପରେ, ବୁଧବାର (୮ ଏପ୍ରିଲ, ୨୦୨୬) ଦିନ ଅଶୋଧିତ ତୈଳ ଭବିଷ୍ୟତରେ ତୀବ୍ର…

ଭୁବନେଶ୍ବରରେ ଛାତିଥରା ହତ୍ୟାକାଣ୍ଡ, ସ୍ତ୍ରୀର ତଣ୍ଟି କାଟି ବୀଭତ୍ସ ହତ୍ୟା କଲେ ସ୍ବାମୀ

ଭୁବନେଶ୍ବର,୮।୪: ରାଜଧାନୀ ଭୁବନେଶ୍ବରରେ ବୀଭତ୍ସ ହତ୍ୟାକାଣ୍ଡ ହୋଇଛି । ସ୍ତ୍ରୀକୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ସ୍ବାମୀ । ଭୁବନେଶ୍ୱର ଏୟାରଫିଲ୍ଡ ଥାନା ସ୍ୱସ୍ତି ନଗର…

ଗ୍ରାମ୍ୟ ପାଇପ୍‌ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଲେ କର୍ମଚାରୀ

ମୋହନା,୮ା୪ (ମନ୍ମଥ ମିଶ୍ର): ଗ୍ରାମ୍ୟ ପାଇପ ଜଳ ଯୋଗାଣ ପମ୍ପ୍‌ ହାଉସ୍‌ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ପମ୍ପ ଚାଳକ। ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ଯୁଦ୍ଧବିରତି ଭିତରେ ବଦଳିଲା ଗ୍ୟାସ ସିଲିଣ୍ଡର ଦର, ଜାଣନ୍ତୁ ବଢିଲା ନା କମିଲା…

ନୂଆଦିଲ୍ଲୀ,୮।୪: ବିଶ୍ୱ ଉତ୍ତେଜନା ମଧ୍ୟରେ, ସାଧାରଣ ଲୋକଙ୍କ ପାଇଁ ଏକ ଆଶ୍ୱସ୍ତିକର ଖବର ଆସିଛି। ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ଘୋଷଣା ପରେ, ଅନ୍ତର୍ଜାତୀୟ ବଜାରରେ…

ହଜାର ହଜାର ଆଖୁଚାଷୀ, ଶ୍ରମିକଙ୍କ ଜୀବନଜୀବିକା ପ୍ରଭାବିତ, ପୁନଃ ଚିନିକଳ କାର୍ଯ୍ୟକ୍ଷମ ଦାବି କରି…

ବଲାଙ୍ଗୀର,୮ା୪(ସୁନିଲ କୁମାର ମହାନ୍ତି): ଦେଓଗାଁ ଚିନିକଳ ସମିତି ପକ୍ଷରୁ ବୁଧବାର ବଲାଙ୍ଗୀର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଜୟାନନ୍ଦ ସମବାୟ ଚିନିକଳ ପୁନଃ କାର୍ଯ୍ୟକ୍ଷମ କରିବା ଦାବି ନେଇ…

ଫିଲ୍ମ ‘ମେହରମୁଣ୍ଡା’ର ରିଲିଜ ପାଇଁ ମା’ ତାରାତାରିଣୀଙ୍କ ଆଶୀର୍ବାଦ ନେଲେ ସିନେ କଳାକାର

ପୁରୁଷୋତ୍ତମପୁର,୮ା୪(ସବିତା ମିଶ୍ର): ନିଚ୍ଛକ ଓଡ଼ିଆ କାହାଣୀକୁ ନେଇ ରିଲିଜ ହେବାକୁ ଯାଉଛି ଫିଲ୍ମ ‘ମେହେରମୁଣ୍ଡା’। ମେହେରମୁଣ୍ଡା ରିଲିଜ ପୂର୍ବରୁ ଗଞ୍ଜାମ ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ତାରାତାରିଣୀଙ୍କ…

କାରରେ ଗଞ୍ଜେଇ ନେଇ ଜାଉଥିଲେ: ମାଡ଼ି ବସିଲା ପୋଲିସ

ନନ୍ଦପୁର,୮।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ପୋଲିସ ଏକ ଓଆର୦୨ ବିଜେଡ ୬୧୭୦ ନମ୍ବ ବିଶିଷ୍ଟ କାର ସମେତ ୨୧ କିଲୋ ଗଞ୍ଜେଇ ଜବତ କରିଛି।…

ବିଶ୍ବ ଜାଣିଲା ସତ! ଯୁଦ୍ଧବିରତି ନେଇ ନାଁ ଘୋଷଣା କଲେ ଟ୍ରମ୍ପ, ପ୍ରଥମ ପ୍ରତିକ୍ରିୟା ଦେଲା ଚାଇନା

ନୂଆଦିଲ୍ଲୀ,୮।୪: ଇରାନ ଏବଂ ଆମେରିକା ମଧ୍ୟରେ ହୋଇଥିବା ଯୁଦ୍ଧବିରତି ଚୁକ୍ତିକୁ ସ୍ୱାଗତ କରିଛି ଚାଇନା । କିନ୍ତୁ ଇରାନ ସହିତ କୌଣସି ସିଧାସଳଖ ଆଲୋଚନାକୁ ନିଶ୍ଚିତ କରିନାହିଁ ଯାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri