Posted inଖେଳ

କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ଲାରାଙ୍କ କରୋନା ରିପୋର୍ଟ କ’ଣ ବାହାରିଲା ଜାଣନ୍ତୁ…

ନୂଆଦିଲ୍ଲୀ,୬।୮: ଓ୍ବେଷ୍ଟଇଣ୍ଡିଜ୍‌ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ବ୍ରାଏନ ଲାରା କରୋନା ଭାଇରସ୍‌ ଦ୍ୱାରା ସଂକ୍ରମିତ ହୋଇଛନ୍ତି ଓ ସେ ପଜିଟିଭ ବୋଲି ଚର୍ଚ୍ଚା ହେଉଥିଲେ ମଧ୍ୟ ସେ ଏହାକୁ ଖଣ୍ଡନ କରିଛନ୍ତି। ଟେଷ୍ଟରେ ମୋର ନେଗେଟିଭ୍‌ ବାହାରିଛି ବୋଲି ଲାରା ସ୍ପଷ୍ଟ କରିଛନ୍ତି। ଲାରା କରୋନା ପଜିଟିଭ୍‌ ବୋଲି ଗୁଜବ ସୃଷ୍ଟି ହୋଇଥିଲା। ତେବେ ସେ ଏହା ସତ ନୁହେଁ ବୋଲି ଲାରା କହିଛନ୍ତି। କୋଭିଡ୍‌-୧୯ ମହାମାରୀର ବାହାନ କରି ଲୋକେ ଏଭଳି ନକାରାତ୍ମକ ଖବର ପ୍ରଚାର କରିବା ଉଚିତ୍‌ ନୁହେଁ ବୋଲି ସେ କହିଛନ୍ତି। ତେବେ ଲାରା ତାଙ୍କ ଇନ୍‌ଷ୍ଟାଗ୍ରାମ ପୋଷ୍ଟରେ ଏ ନେଇ ସବୁ କିଛି ସ୍ପଷ୍ଟ କରିଛନ୍ତି। ମହାମାରୀର ପ୍ରକୋପ ସାରା ବିଶ୍ୱରେ ଜାରି ରହିଥିବା ବେଳେ ସମସ୍ତେ ସୁସ୍ଥ ଓ ନିରୋଗ ରୁହନ୍ତୁ ବୋଲି ସେ କାମନା କରିଛନ୍ତି। କିନ୍ତୁ ଏଭଳି ଗୁଜବ ସୃଷ୍ଟି କରିବାରୁ ସମସ୍ତେ ବିରତ ରହିବାକୁ ସେ ସମସ୍ତଙ୍କୁ ଅନୁରୋଧ କରିଛନ୍ତି। ଗତ ୨୪ ଘଣ୍ଟରେ ସୋସିଆଲ ମିଡିଆରେ ବହୁ ଲୋକ ଲାରା କରୋନ ପଜିଟିଭ୍‌ ବୋଲି ଖବର ପ୍ରଚାର କରିଥିଲେ। ଉଲ୍ଲେଖଥାଉ କି, ଲାରା ୨୦୦୭ରେ କ୍ରିକେଟରୁ ଅବସର ଘୋଷଣା କରିଥିଲେ। ୫୧ ବର୍ଷୀୟ ଲାରା ୫୩ଟି ଅନ୍ତର୍ଜାତୀୟ ଶତକ ଓ ୨୨, ୩୫୮ ରନ ସହ କ୍ୟାରିୟର ଶେଷ କରିଥିଲେ। ଟେଷ୍ଟ କ୍ରିକେଟରେ ସେ ସର୍ବାଧିକ ବ୍ୟକ୍ତିଗତ ସ୍କୋର ୪୦୦ ରନ ସଂଗ୍ରହ କରି ବିଶ୍ୱରେକର୍ଡ ସ୍ଥାପନ କରିଥିଲେ। ୨୦୦୪ରେ ଇଂଲଣ୍ଡ ବିପକ୍ଷରେ ସେ ଏହି ସଫଳତା ହାସଲ କରିଥିଲେ। ସେହିପରି ସେ ପ୍ରଥମଶ୍ରେଣୀ କ୍ରିକେଟରେ ମଧ୍ୟ ୫୦୧ ରନ ସଂଗ୍ରହ କରି ବ୍ୟକ୍ତିଗତ ସର୍ବାଧିକ ରନ ସ୍କୋର କରିବାର ରେକର୍ଡ ସ୍ଥାପନ କରିଥିଲେ। ବାମହାତୀ ଲାରା ଓ୍ବେଷ୍ଟଇଣ୍ଡିଜ ତରଫରୁ ପ୍ରତିନିଧିତ୍ୱ କରି ୧୩୧ ଟେଷ୍ଟ ଓ ୨୯୯ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି। ଟେଷ୍ଟରେ ସେ ୧୧, ୯୫୩ ଓ ଦିନିକିଆରେ ୧୦,୪୦୫ ରନ ସଂଗ୍ରହ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଥର ବିବାହ ବନ୍ଧନରେ ବାନ୍ଧିହେଲେ IAS ଅଫିସର, ତିନି ସ୍ତ୍ରୀ IAS

ଭୋପାଳ,୧୬।୨: ଜଣେ IAS ଅଫିସର ଏବେ ନିଜର ବ୍ୟକ୍ତିଗତ ଜୀବନକୁ ନେଇ ଏବେ ଚର୍ଚ୍ଚାର ଶିଖରରେ ଅଛନ୍ତି। ସେ ନିକଟରେ ତୃତୀୟ ଥର ପାଇଁ ବିବାହ କରିଥିବା…

ଓଡ଼ିଆ ଭାଷା ସାହିତ୍ୟର ଜାତୀୟ ଆଲୋଚନା ଚକ୍ର

ଦିଗପହଣ୍ଡି,୧୬।୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ କଙ୍କୋରଡ଼ା ଗ୍ରାମସ୍ଥିତ ସ୍ନାତକ ବିଜ୍ଞାନ ମହାବିଦ୍ୟାଳୟ ଓଡ଼ିଆ ଭାଷା ସାହିତ୍ୟ ବିଭାଗ ପକ୍ଷରୁ ସୋମବାର ଏକ ଦିବସୀୟ…

ୟୁଏଇକୁ ହରାଇଲା ଖାତା ଖୋଲିଲା ଆଫଗାନିସ୍ଥାନ

ନୂଆଦିଲ୍ଲୀ,୧୬ା୨: ଅଜ୍‌ମାତୁଲ୍ଲାଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ସହାୟତାରେ ଆଫଗାନିସ୍ତାନ ସୋମବାର ଖେଳାଯାଇଥିବା ୟୁଏଇ ବିପକ୍ଷ ଟି୨୦ ବିଶ୍ୱକପ ମ୍ୟାଚ୍‌ରେ ୫ ଉଇକେଟରେ ବିଜୟ ହୋଇଛି। ଓମାରଜାଇ ୪ ଉଇକେଟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ମଧ୍ୟାହ୍ନ ଭୋଜନରେ ଅନିୟମିତତା ଅଭିଯୋଗ ଆଣିଲେ ଗ୍ରାମବାସୀ

ଖଜୁରିପଡ଼ା,୧୬ା୨(ବିଦୁର ବେହେରା): ଖଜୁରିପଡ଼ା ଅଞ୍ଚଳରେ ସୋମବାର କିଛି ବିଦ୍ୟାଳୟରେ ମଧ୍ୟାହ୍ନ ଭୋଜନରେ ଅନିୟମିତତା ହୋଇଥିବା ଅଭିଯୋଗ ହୋଇଛି। ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ଅଧୀନରେ ଥିବା ଗଡ଼ପଦର୍‌ ସ୍କୁଲ,…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri