ବଜେଟକୁ ନେଇ ଲୋକେ କ’ଣ କହୁଛନ୍ତି, ଜାଣନ୍ତୁ…

ଦିଗପହଣ୍ଡି,୧।୨(ଅଶେଷ ନାଥ ମିଶ୍ର): କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୬-୨୭ ଆର୍ଥିକ ବର୍ଷ ପାଇଁ ଆଣିଥିବା ବଜେଟକୁ ନେଇ ଦିଗପହଣ୍ଡି ଅଞ୍ଚଳର ବିଭିନ୍ନ ବର୍ଗର ଲୋକେ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବଜେଟ ଯୁବ ବର୍ଗଙ୍କୁ ସମ୍ପୂର୍ଣ୍ଣ ନିରୁତ୍ସାହିତ କରିଛି ବୋଲି ରାଜନୈତିକ ସମୀକ୍ଷକ ସୀମାଞ୍ଚଳ ପଣ୍ଡା କହିଛନ୍ତି।

ଯୁବଦ୍ୟୋଗୀଙ୍କୁ ସରକାରୀ ତାଲିମ, ସହାୟତା କିମ୍ବା ଯୁବବର୍ଗଙ୍କ ନିଯୁକ୍ତି ପାଇଁ କୌଣସି ବ୍ୟବସ୍ଥା ନାହିଁ। ଶିକ୍ଷା କ୍ଷେତ୍ରରେ ୨.୬୦ ପ୍ରତିଶତ ଏବଂ ସ୍ବାସ୍ଥ୍ୟ ପାଇଁ ମାତ୍ର ୧.୯୬ ଶତାଂଶ ଖର୍ଚ୍ଚ ବଜେଟରେ ଉଲ୍ଲେଖ ଥିବାରୁ କେନ୍ଦ୍ର ସରକାରଙ୍କ ଅସଲ ମୁଖାକୁ ପଦାରେ ପକାଇ ଦେଇଥିବା ସେ ତାଙ୍କ ପ୍ରତିକ୍ରିୟାରେ କହିଛନ୍ତି।

ସ୍ଥାନୀୟ ଲୋକ ସେବା ପରିଷଦର ସମ୍ପାଦକ କୁରେଶୁ ପଣ୍ଡା ବଜେଟ ସାଧାରଣ ଜନତାଙ୍କ ପାଇଁ ଉଦ୍ଦିଷ୍ଟ ନ ଥିବା ଉଲ୍ଲେଖ କରିଛନ୍ତି। ସର୍ବ ଭାରତୀୟସ୍ତରରେ କୃଷି କ୍ଷେତ୍ରରେ ଦେଖାଦେଇଥିବା ସଙ୍କଟର ସମାଧାନ ପାଇଁ ବଜେଟରେ କୌଣସି ବ୍ୟବସ୍ଥା ନାହିଁ। କେବଳ କର୍ପୋରେଟ ହାଉସ ଓ ପୁଞ୍ଜିପତିମାନଙ୍କ ସୁରକ୍ଷା ପାଇଁ ବଜେଟ ପ୍ରସ୍ତୁତ କରାଯାଇଥିବା ସେ ପ୍ରକାଶ କରିଛନ୍ତି।

ଓଡ଼ିଶା କୃଷକ ସଭାର ଗଞ୍ଜାମ ଜିଲା ସମ୍ପାଦକ ପି. ଶିବ ଶଙ୍କରଙ୍କ ମତରେ ରାଜ୍ୟରେ ବନ୍ୟା, ବାତ୍ୟା, ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟରୁ ଚାଷୀଙ୍କୁ ସୁରକ୍ଷା ନିମନ୍ତେ ବଜେଟରେ କୌଣସି ବ୍ୟବସ୍ଥା ନାହିଁ। ଧାନ ମଣ୍ଡିରେ ଚାଷୀ ହଟହଟା ହେଉଛନ୍ତି। କୃଷି ପାଇଁ ନୂତନ ଜଳପ୍ରକଳ୍ପ ନିର୍ମାଣ ଓ କ୍ଷେତକୁ ଜଳ ସୁପରିଚାଳନା ନିମନ୍ତେ ବଜେଟରେ ଦୃଷ୍ଟି ଦିଆଯାଇନାହିଁ।

ପୂର୍ବ ବଜେଟମାନଙ୍କରେ କୃଷି ଉତ୍ପାଦନ ପାଇଁ ପ୍ରତିଶ୍ରୁତି ଦିଆଯାଇଥିଲା। ଚଳିତ ବଜେଟରେ କୃଷି ଓ କୃଷକର ଉନ୍ନତି ପାଇଁ ଗୁରୁତ୍ୱ ଦିଆଯାଇନାହିଁ। ଭାଜପା ଜିଲା କାର୍ଯ୍ୟକାରିଣୀ ସଦସ୍ୟ ଭବାନୀ ଶଙ୍କର ପଣ୍ଡା ଚଳିତ ବଜେଟ ସବୁବର୍ଗଙ୍କ ପାଇଁ ସୁନ୍ଦର ବଜେଟ ହୋଇଛି। ଦାରିଦ୍ର୍ୟ ଦୂରୀକରଣ ସହ ଅର୍ଥନୈତିକ ଅସମାନତାକୁ ଦୂର କରିବା ପାଇଁ ସେଥିରେ ଗୁରୁତ୍ୱ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଏକ ପେଡ୍‌ ମା’ କେ ନାମ୍‌’: ସିମନବାଡ଼ିରେ ଛାତ୍ରଛାତ୍ରୀଙ୍କ ନିଶାମୁକ୍ତ ସଚେତନତା ପଦଯାତ୍ରା-ବୃକ୍ଷରୋପଣ

ଦାରିଙ୍ଗବାଡ଼ି,୧୯ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିସ୍ଥିତ ପାଦ୍ରୀ ପିଓ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ନିଶାମୁକ୍ତ ସଚେତନତା କାର୍ଯ୍ୟକ୍ରମ ଓ ପଦଯାତ୍ରା…

ଡେଭିିସ କପ୍‌ରେ ଭାରତକୁ ହରାଇଲା କୋରିଆ

ସିଓଲ, ୧୯ା୯: ଏସିଆର ପ୍ରଥମ ଦେଶ ଭାବେ ଡେଭିସ କପ୍‌ ଫାଇନାଲ-୮ରେ ପ୍ରବେଶ ପାଇଁ ମିଳିଥିବା ଏକ ଐତିହାସିକ ସୁଯୋଗକୁ ହରାଇଛି ଭାରତ। ଅନୁଷ୍ଠିତ କ୍ୱାଲିଫାୟର-୨ରେ କୋରିଆ…

ଗଞ୍ଜାମ ଜିଲାକୁ ଅରେଞ୍ଜ ଆଲର୍ଟ: ୪ ଦିନ ଅତି ପ୍ରବଳ ବର୍ଷା, ଅଶାନ୍ତ ରହିବ…

ଛତ୍ରପୁର,୧୯ା୯(ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ): ଆଗାମୀ ୨୧ ତାରିଖରୁ ଗଞ୍ଜାମ ଜିଲା ସମେତ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ଭାରତୀୟ…

ବିକ୍ରମଦେବ ବିଶ୍ୱବିଦ୍ୟାଳୟରେ +୩ ଦ୍ୱିତୀୟ ସେମିଷ୍ଟର ପ୍ରଶ୍ନପତ୍ର ଲିକ୍‌

ଜୟପୁର,୧୯ା୯(ପବନ ପାଣିଗ୍ରାହୀ): କୋରାପୁଟ ଜିଲା ଜୟପୁରସ୍ଥିତ ବିକ୍ରମଦେବ ବିଶ୍ୱବିଦ୍ୟାଳୟ ଅଧୀନରେ ଚାଲିଥିବା +୩ ଦ୍ବିତୀୟ ସେମିଷ୍ଟର ପରୀକ୍ଷାର ଏଇସିସି ଏବିଲିଟି ଏନ୍‌ହାନ୍ସମେଣ୍ଟ କୋର୍ସ ବାଧ୍ୟତାମୂଳକ ଇଂଲିଶ ପ୍ରଶ୍ନପତ୍ର…

ପିଲାସାଲୁଙ୍କି ଜଳଭଣ୍ଡାରରୁ ଜଳ ନିଷ୍କାସନ: ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା, ଜାରି ହେଲା ହାଇ-ଅଲର୍ଟ!

ଖଜୁରୀପଡ଼ା,୧୯ା୯(ବିଦୁର ବେହେରା): ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଲଘୁଚାପ ପ୍ରଭାବରେ ଖଜୁରୀପଡ଼ା ବ୍ଲକ ଅନ୍ତର୍ଗତ ପିଲାସାଲୁଙ୍କି ଜଳଭଣ୍ଡାରର ଉପରମୁଣ୍ଡରେ ପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନା ଦେଖାଦେଇଛି। ଜଳଭଣ୍ଡାରର…

ଦୁଆଙ୍କୁ ମିଳିଲା ସାନ ଭଉଣୀ: ଦ୍ୱିତୀୟ କନ୍ୟାରତ୍ନଙ୍କୁ ସ୍ୱାଗତ କଲେ ‘ଦୀପବୀର୍‌’

ମୁମ୍ବାଇ: ବଲିଉଡ୍‌ର ଚର୍ଚ୍ଚିତ ତଥା ଲୋକପ୍ରିୟ ଯୋଡ଼ି ଦୀପିକା ପାଦୁକୋନ୍‌ ଏବଂ ରଣବୀର୍‌ ସିଂହଙ୍କ ଘରକୁ ଆସିଛି ନୂଆ ଅତିଥି। ଶନିବାର ଏହି ଷ୍ଟାର୍‌ ଦମ୍ପତିଙ୍କ କୋଳକୁ…

ଦିଗପହଣ୍ଡି ରେ  ମା ‘ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶୁଭାରମ୍ଭ  

ଦିଗପହଣ୍ଡି,୧୯|୯(ଅଶେଷ ନାଥ ମିଶ୍ର)ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍ଏସି ୩ ନଂ. ୱାର୍ଡ ନୂଆସାହି ସ୍ଥିତ ଆରାଧ୍ଯା ଦେବୀ ମା’ ଫୁଲସୁନ୍ଦରୀଙ୍କ ଯାତ୍ରା ମହୋତ୍ସବ ଶନିବାର ଠାରୁ ଆରମ୍ଭ…

ଅବ୍ୟବସ୍ଥାରେ ରିଷିଡ଼ା ବସ୍‌ଷ୍ଟାଣ୍ଡ

ରିଷିଡ଼ା,୧୯ା୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ବସ୍‌ଷ୍ଟାଣ୍ଡ ଏବେ ଅବ୍ୟବସ୍ଥା ମଧ୍ୟରେ ଗତି କରୁଛି। ସାମାନ୍ୟ ବର୍ଷାରେ ବସ୍‌ଷ୍ଟାଣ୍ଡ ପରିସର ତଥା ମୁଖ୍ୟ ରାସ୍ତାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?