ରୋଜଗାର ତୁଳନାରେ ଖର୍ଚ୍ଚ ବଢ଼ୁଛି କି, ଜାଣନ୍ତୁ କ’ଣ କଲେ..

କେତେଥର ଏମିତି ହୋଇଥିବ, ଘରେ କୌଣସି ଜିନିଷର ଅଭାବ ନ ଥିବ, କିନ୍ତୁ କଳହ ସବୁବେଳେ ଲାଗି ରହୁଥିବ। ଏପରିକି ଘରର ଉନ୍ନତି ପଥରେ ବାରମ୍ବାର ବାଧା ଉପୁଜିବା ସହ ରୋଜଗାର ତୁଳନାରେ ଖର୍ଚ୍ଚ ବଢ଼ିଯାଉଥିବ, ରୋଗବ୍ୟାଧି ଲାଗି ରହୁଥିବ ଇତ୍ୟାଦି। କୁହାଯାଏ, ଏସବୁ କୁଆଡ଼େ ବାସ୍ତୁଦୋଷ ପାଇଁ ହୋଇଥାଏ। ତେଣୁ କ’ଣ କଲେ ଏସବୁରୁ ମୁକ୍ତି ପାଇହେବ ଆସନ୍ତୁ ଜାଣିବା ସେ ସମ୍ପର୍କରେ…

*ଘରର ମୁଖ୍ୟ ଦ୍ୱାରକୁ ସର୍ବଦା ସଫାସୁତୁରା ରଖିବା ସହ ଏଠାରେ କେମିତି ଭଲ ଆଲୋକ ପଡ଼ିପାରିବ ସେ ବ୍ୟବସ୍ଥା କରିବା ଦରକାର।

*ରୋଷେଇ ଘରକୁ ସଫା ରଖିବା ସହ ତିଆରି କରାଯାଇଥିବା ପ୍ରଥମ ରୁଟିକୁ ଗୋମାତାଙ୍କୁ ଦେବା ଶୁଭ ହୋଇଥାଏ।

*ସପ୍ତାହକୁ ଥରେ ହେଉନା କାହିଁକି ଘରେ ଗୁଗୁଳ ଧୂଆଁ ଦେବା ଦ୍ୱାରା ଘରୁ ନକାରାତ୍ମକ ଉର୍ଜ୍ଜା ଦୂର ହୋଇଥାଏ ବୋଲି ବିଶ୍ୱାସ କରାଯାଏ।

*ଗୃହରେ କେବେବି ଗୋଟିଏ ରେଖାରେ ତିନୋଟି କବାଟ ରହିବା ଉଚିତ୍‌ ନୁହେଁ।

*ଘରେ କେବେ ବି କୌଣସି ଭଙ୍ଗାରୁଜା ଜିନିଷ କିମ୍ବା ଅଳିଆ ଆବର୍ଜନାକୁ ଗଦେଇକରି ରଖିବା ଠିକ୍‌ ନୁହେଁ। ଏହାର କୁପ୍ରଭାବ ମଧ୍ୟ ଘରର ସୁଖଶାନ୍ତି ଉପରେ ପଡ଼ିଥାଏ।

*ଯେଉଁ ଆସବାବପତ୍ରର କୋଣଗୁଡ଼ିକ ଗୋଲାକାର ଆକୃତିର ହୋଇଥିବ ସେହି ଆସବାବପତ୍ରକୁ ଘରେ ପକାଇବା ଶୁଭ ହୋଇଥାଏ।

* ସେହିପରି ଧ୍ୟାନଦେବେ ଘରେ ଲାଗିଥିବା କୌଣସି ଟ୍ୟାପ୍‌ରୁ ଯେମିତି ପାଣି ଲିକ୍‌ କରୁନଥିବ ଏବଂ ଜଳ ନିଷ୍କାସନର ବ୍ୟବସ୍ଥା ଘରର ପୂର୍ବ କିମ୍ବା ଉତ୍ତର ଦିଗରେ ହୋଇଥିବ।

*ଗାଧୁଆଘରକୁ ସର୍ବଦା ସଫା ରଖିବା ସହ ଧ୍ୟାନଦେବେ ଏଠାରୁ ଯେମିତି ଦୁର୍ଗନ୍ଧ ବାହାରୁ ନଥିବ।

*ଘରର ପୂର୍ବ ଦିଗରେ କିମ୍ବା ପୂଜା ସ୍ଥାନରେ ତୁଳସୀ ଗଛ ରହିବାକୁ ମଧ୍ୟ ଅତ୍ୟନ୍ତ ଶୁଭ ବୋଲି କୁହାଯାଇଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ସୂର୍ଯ୍ୟଙ୍କ ସବୁଠୁ ବଡ଼ ଗୋଚର: ତୁଳା ସମେତ ଏହି ୪ ରାଶିଙ୍କୁ ଅପାର ଧନଲାଭ, ଚାକିରିରେ ବଡ଼ ଅଫର୍‌

ବୈଦିକ ଜ୍ୟୋତିଷରେ ସୂର୍ଯ୍ୟଙ୍କୁ ଆତ୍ମବଳ, ପ୍ରତିଷ୍ଠା, ଅଧିକାର, ନେତୃତ୍ୱ ଏବଂ କ୍ୟାରିୟର ସମ୍ୱନ୍ଧିତ ଗ୍ରହ ଭାବେ ବିବେଚନା କରାଯାଏ। ୧୭ ଅକ୍ଟୋବର ୨୦୨୬ରେ ସୂର୍ଯ୍ୟ ରାଶି ପରିବର୍ତ୍ତନ…

ନବଗ୍ରହଙ୍କ ରାଜା ସୂର୍ଯ୍ୟଙ୍କ ନଜରରେ ୫ ରାଶି: ରବିବାରଠୁ ଭାଗ୍ୟରେ ଲାଗିବ ଲଟେରୀ, ଆୟ ସହିତ ବଢିବ…

ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ସୂର୍ଯ୍ୟଙ୍କୁ ନବଗ୍ରହଙ୍କ ରାଜା ବୋଲି କୁହାଯାଏ। ଆତ୍ମବିଶ୍ୱାସ, ପ୍ରତିଷ୍ଠା, ନେତୃତ୍ୱ କ୍ଷମତା ଓ କର୍ମକ୍ଷେତ୍ରରେ ସଫଳତା ସହ ସୂର୍ଯ୍ୟଙ୍କୁ ଯୋଡ଼ି ଦେଖାଯାଏ। ତେଣୁ…

ରାହୁଙ୍କ ଘରେ ଶୁକ୍ରଙ୍କ ପ୍ରବେଶ: ଆଜିଠୁ ଆରମ୍ଭ ହେଲା ୩ ରାଶିଙ୍କ ଗୋଲଡେନ୍‌ ଟାଇମ୍‌, ଜାଣନ୍ତୁ ସେହି ଭାଗ୍ୟଶାଳୀ ରାଶି କିଏ…

ଜ୍ୟୋତିଷ ଶାସ୍ତ୍ରରେ ଶୁକ୍ରଙ୍କୁ ପ୍ରେମ, ସୌନ୍ଦର୍ଯ୍ୟ, ଧନ, ଐଶ୍ୱର୍ଯ୍ୟ ଏବଂ ଭୌତିକ ସୁଖ-ସୁବିଧାର କାରକ ଗ୍ରହ ଭାବେ ମନେ କରାଯାଏ। ଜ୍ୟୋତିଷୀୟ ମାନ୍ୟତା ଅନୁସାରେ ଶୁକ୍ରଙ୍କ ଶୁଭ…

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ନିଜ ନକ୍ଷତ୍ରରେ ଶନି କଲେ ପ୍ରବେଶ: ୩ ରାଶିଙ୍କ ପଲଟିଯିବ ଭାଗ୍ୟ, ବ୍ୟବସାୟରେ ବମ୍ପର ଲାଭ ଘରକୁ ଆସିବ ଖୁସିଖବର

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କ ରାଶି ପରିବର୍ତ୍ତନଠାରୁ ଆରମ୍ଭ କରି ନକ୍ଷତ୍ର ଗୋଚରକୁ ମଧ୍ୟ ବେଶ ଗୁରୁତ୍ୱପୂର୍ଣ୍ଣ ବୋଲି ମନାଯାଏ। ଶନିଙ୍କ ଗତିବିଧିର ପ୍ରଭାବ ୧୨ଟି ରାଶି ଉପରେ…

ଶନି-ଚନ୍ଦ୍ରଙ୍କ ସଂଯୋଗରେ ବିଷ ଯୋଗ: ସଙ୍କଟରେ ୩ ରାଶି, ପାଖରୁ ପଳାଇବ ସବୁ ଟଙ୍କା, ଚାଲିଯିବ ଚାକିରି!

ଭୁବନେଶ୍ୱର: ବୈଦିକ ଜ୍ୟୋତିଷ ଅନୁସାରେ ଚନ୍ଦ୍ର ଓ ଶନିଙ୍କ ଯୁତିରୁ ‘ବିଷ ଯୋଗ’ ଗଠନ ହୋଇଥାଏ। ଜ୍ୟୋତିଷବିଦ୍‌ଙ୍କ ମତରେ ଏହି ଯୋଗର ପ୍ରଭାବ କିଛି ରାଶି ଉପରେ…

ଅକ୍ଟୋବର ୧ରୁ ଧନବର୍ଷା! ରାହୁଙ୍କ ସ୍ୱାତୀ ନକ୍ଷତ୍ରକୁ ଯିବେ ବୁଧ, ମାଲାମାଲ୍ ହେବେ ଏହି ୫ ରାଶି

ଅକ୍ଟୋବର ୧ ତାରିଖ ସକାଳ ୯ଟା ୩୩ ମିନିଟ୍‌ରେ ଗ୍ରହମାନଙ୍କ କୁମାର ‘ବୁଧ’ ତୁଳା ରାଶିରେ ବିରାଜମାନ ଥାଇ ସ୍ୱାତୀ ନକ୍ଷତ୍ରରେ ପ୍ରବେଶ କରିବାକୁ ଯାଉଛନ୍ତି। ବୁଧ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?