ଉତ୍ତର ଦିଗର ସ୍ବାମୀ କୁବେର; ଜାଣନ୍ତୁ କ’ଣ କଲେ ବଢ଼ିବ ଧନ…

ଧନ ଓ ସମୃଦ୍ଧିର ଦେବତା କୁବେର ହେଉଛନ୍ତି ଉତ୍ତର ଦିଗର ସ୍ବାମୀ। ସେଥିପାଇଁ ଘରର ଆଲମିରା ତଥା ଟ୍ରେଜେରିକୁ ଏହି ଦିଗରେ ରଖିବା ଦ୍ୱାରା ଘରେ କେବେ ବି ଧନର ଅଭାବ ଦେଖାଯାଇ ନ ଥାଏ। ସେହିପରି କୁହାଯାଏ, ଉତ୍ତର ଦିଗରେ ଯଦି ନୀଳ ରଙ୍ଗର କୌଣସି ଏକ ଆର୍ଟିଫିସିଆଲ୍‌ ପିରାମିଡ୍‌କୁ ରଖି ଦିଆଯାଏ, ତା’ହେଲେ ଏହା ଧନବୃଦ୍ଧି କରାଇବାରେ ବେଶ୍‌ ସହାୟକ ହୋଇଥାଏ। ପିରାମିଡ୍‌ ନ ମିଳିଲେ ତା’ପରିବର୍ତ୍ତେ ଆପଣ ଚାହିଁଲେ ଏହି ଦିଗର କାନ୍ଥକୁ ନୀଳ ରଙ୍ଗରେ ପେଣ୍ଟିଂ ବି କରିପାରିବେ। ତା’ଛଡ଼ା ଉତ୍ତର ଦିଗରେ କାଚର ବାଉଲ୍‌ରେ କିଛି ରୁପା କଏନ୍‌ ଭର୍ତ୍ତି କରି ରଖିଲେ ଘର ଉପରେ ମା’ ଲକ୍ଷ୍ମୀଙ୍କର କୃପାଦୃଷ୍ଟି ରହିଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି। ସେହିପରି ଆପଣ ଚାହିଁଲେ ଘରର ଉତ୍ତର-ପୂର୍ବ ଦିଗରେ ଭଗବାନ ଗଣେଶ ଓ ମା’ ଲକ୍ଷ୍ମୀଙ୍କର ମୂର୍ତ୍ତି ରଖି ସେଠାରେ ଦିନରେ ଥରେ ହେଉନା କାହିଁକି ଦୀପଟିଏ ଜଳାଇଲେ ଘରେ କେବେ ବି ଟଙ୍କା ପଇସାର ଅଭାବ ଦେଖାଯାଇ ନ ଥାଏ ବୋଲି ବିଶ୍ୱାସ କରାଯାଇଥାଏ। ଅନ୍ୟପକ୍ଷେ ଘରର ଉତ୍ତର ଦିଗରେ ଅଁଳା କିମ୍ବା ତୁଳସୀ ଗଛ ଲଗାଇବା ଦ୍ୱାରା ବି ପରିବାରର ମଙ୍ଗଳ ହେବା ସହ ଘରେ ଐଶ୍ୱର୍ଯ୍ୟ ବୃଦ୍ଧି ହୋଇଥାଏ ବୋଲି ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି।

 


Enter your email to get our daily news in your inbox.

All Right Reserved By Dharitri.Com

ପହଲଗାମ ଆକ୍ରମଣର ପ୍ରତିଶୋଧ ନେଲା ଭାରତ: ଟଳିପଡ଼ିଲେ ମୂସା

ଶ୍ରୀନଗର,୩୦।୯: ଜମ୍ମୁ-କଶ୍ମୀରର ବଡଗାମ ଜିଲାରେ ସୁରକ୍ଷାବାହିନୀକୁ ବଡ଼ ସଫଳତା ମିଳିଛି। ୟୁସମର୍ଗ ଅଞ୍ଚଳରେ ଚାଲିଥିବା ତଲାସୀ ଅଭିଯାନ ବେଳେ ପାକିସ୍ତାନ ଭିତ୍ତିକ ଆତଙ୍କୀ ସଂଗଠନ ଲସ୍କର-ଏ-ତୋଏବା (LeT)ର…

ଓଡ଼ିଶା ପାଇଁ ଗୌରବ ଆଣିଲେ ଆଶୀର୍ବାଦ: ମାଉଣ୍ଟ ମଚୋଇ-୨ ଶିଖରରେ ଉଡ଼ାଇଲେ ତ୍ରିରଙ୍ଗା

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ କୁଲିତା ଟୁକୁରା ଗ୍ରାମର ପର୍ବତାରୋହୀ ଆଶୀର୍ବାଦ ମହାପାତ୍ର ପ୍ରାୟ ୫,୧୩୦ ମିଟର(୧୬,୮୩୦ ଫୁଟ) ଉଚ୍ଚତାବିଶିଷ୍ଟ ଜମ୍ମୁ-କଶ୍ମୀରର ମାଉଣ୍ଟ ମଚୋଇ-୨…

ସନ୍ତାନ ବତ୍ସଳତା

ଅମୃତ କାଳରେ ଅସହାୟତାର ଦୌଡ଼ ଜୀବନର ଦୌଡ଼ରେ ସମସ୍ତଙ୍କ ପାଖରେ ସମାନ ସୁଯୋଗ ନ ଥାଏ। କାହା ପାଖରେ ଦାମୀ ଜୋତା ଥାଏ, କାହା ପାଖରେ ଆଧୁନିକ…

ସଭ୍ୟତାର ନୀରବ ନିର୍ମାତା

କେବେ କ୍ଳାନ୍ତ, କେବେ ନିରାଶ, କେବେ ବିଷାଦ ପୁଣି କେବେ ହତାଶ- ଏସବୁ ଭିତରେ ବି ଯିଏ ହସିହସି ପ୍ରତିଦିନ ପିଲାଙ୍କ ଆଗରେ ଛିଡ଼ା ହୋଇପାରନ୍ତି, ସେ…

ଆଇନର ସଂଶୋଧନ ଓ ଆଧୁନିକୀକରଣ

ରାଷ୍ଟ୍ରର ମୂଳ ଆଧାର ହେଉଛି ତାହାର ଆଇନ ବ୍ୟବସ୍ଥା। ଆଇନ କେବଳ ଏକ ଶାସନ ପ୍ରଣାଳୀ ନୁହେଁ, ବରଂ ଏହା ମାନବ ସମାଜକୁ ଶୃଙ୍ଖଳିତ କରିବା, ନ୍ୟାୟ…

ଦିଲ୍ଲୀରେ କନ୍ଧମାଳ ହଳଦୀର ଚାହିଦା: ଗୌରବ ବଢ଼ାଇଲେ ଦାରିଙ୍ଗବାଡ଼ିର ମହିଳା ଉଦ୍ୟୋଗୀ

ଦାରିଙ୍ଗବାଡ଼ି, ୩୦।୯ (ଅରୁଣ ସାହୁ): କନ୍ଧମାଳର ପାରମ୍ପରିକ ହଳଦୀକୁ ଜାତୀୟସ୍ତରରେ ପରିଚିତ କରାଇବା ଦିଗରେ ଆଉ ଏକ ପଦକ୍ଷେପ। ଦାରିଙ୍ଗବାଡ଼ି ବ୍ଲକର ମହିଳା ଉଦ୍ୟୋଗୀ ଝରଣା ସାହୁ…

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?