ଜାଣନ୍ତୁ କଣ ମିଳିଲା ରତ୍ନଭଣ୍ଡାରରୁ

ପୁରୀ, ୧୯।୭: ରତ୍ନଭଣ୍ଡାରରୁ ଯୁଦ୍ଧ ସାମଗ୍ରୀ ମିଳିଛି। ଏହି ସାମଗ୍ରୀ ରାଜରାଜୁଡ଼ା ଅମଳର ବୋଲି ଜଣାପଡ଼ିଛି। ଏ ନେଇ ରତ୍ନଭଣ୍ଡାର ତଦାରଖ କମିଟି ଅଧ୍ୟକ୍ଷ  ଜଷ୍ଟିସ ବିଶ୍ୱନାଥ ରଥ ସୂଚନା ଦେଇଛନ୍ତି। ଏହି ସାମଗ୍ରୀ କେଉଁ ଧାତୁରେ ତିଆରି ହୋଇଛି ତାହା ଅସ୍ପଷ୍ଟ ରହିଛି। ସାମଗ୍ରୀ କଳା ପଡ଼ିଯାଇଥିବାରୁ ଏହା କେଉଁ ଧାତୁରେ ତାହା ସ୍ପଷ୍ଟ ହୋଇପାରିନାହିଁ।

ସୂଚନାଯୋଗ୍ୟ,   ଗୁରୁବାର ଜଷ୍ଟିସ ରଥ ବଡ଼ ସୂଚନା ଦେଇଥିଲେ। ସେ କହିଥିଲେ, ସଂପୂର୍ଣ୍ଣ ଅଳଙ୍କାର ସ୍ଥାନାନ୍ତରଣ କରିବା ପାଇଁ ସାଢ଼େ ୭ ଘଣ୍ଟା ଲାଗିଲା। ସକାଳ ୯ଟା ୫୧ରେ ଆମେ ରତ୍ନଭଣ୍ଡାରରେ ପ୍ରବେଶ କରିଥିଲୁ। ଅପରାହ୍ନ ୫ଟା ୧୫ ସୁଦ୍ଧା ସ୍ଥାନାନ୍ତରଣ କାର୍ଯ୍ୟ ସଂପୂର୍ଣ୍ଣ ହୋଇଥିଲା। ସ୍ଥାନାନ୍ତରଣ ପାଇଁ ଆମ ୧୧ ଜଣଙ୍କ ସହ ଅନ୍ୟମାନଙ୍କ ସହାୟତା ନେଇଥିଲୁ। କେବଳ କଟର ଓ ଇଲେକ୍ଟ୍ରି ସହାୟକଙ୍କ ଛଡ଼ା ଆଉ କାହାର ସହଯୋଗ ଲୋଡ଼ା ପଡ଼ିନଥିଲା।

ବିଶ୍ବନାଥ ରଥ ଆହୁରି କହିଥିଲେ, ରତ୍ନଭଣ୍ଡାର ଭିତରେ ଗୁପ୍ତ ଭଣ୍ଡାର କି କିଛି ସୁଡ଼ଙ୍ଗ ନାହିଁ। ଆମ ଆଖିରେ ଆମେ ସେମିତି କିଛି ସୁଡ଼ଙ୍ଗ ଦେଖିପାରିଲୁନି। ଗୁପ୍ତ ଭଣ୍ଡାର, ସୁଡ଼ଙ୍ଗ ହେଉଥିବା ଚର୍ଚ୍ଚା ତଥ୍ୟ ପର୍ଯ୍ୟବଷିତ ନୁହେଁ । ଭିତର ରତ୍ନଭଣ୍ଡାରରେ ମୋଟ ୭ଟି ସିନ୍ଦୁକ ଓ ୩ଟି କାଠ ଆଲମିରା, ଗୋଟିଏ ଷ୍ଟିଲ ଆଲମିରା ଥିଲା। ୨ଟି କାଠ ସିନ୍ଦୁକ ଓ ଗୋଟିଏ ଲୁହା ସିନ୍ଦୁକ ରହିଥିଲା। ସମସ୍ତ ଆଲମାରି ଓ ସିନ୍ଦୁକ ତାଲା ଖୋଲି ଅଳଙ୍କାର ସ୍ଥାନାନ୍ତର ହୋଇଛି।

ଏଥିସହ ଜଷ୍ଟିସ ରଥ କହିଥିଲେ, ରତ୍ନଭଣ୍ଡାରରେ କଣ ଅଛି କାହାକୁ କୁହାଯିବ ନାହିଁ। ଆପଣଙ୍କ ଘରେ କ’ଣ ଅଳଙ୍କାର ଅଛି, ଆପଣ କାହାକୁ କହିନଥାନ୍ତି। ସେମିତି ମହାପ୍ରଭୁଙ୍କର କ’ଣ ଅଳଙ୍କାର ଅଛି, ତାକୁ ପ୍ରକାଶ କରିବୁ ନାହିଁ। ଏନେଇ ଆମେ ସମସ୍ତ ସଦସ୍ୟ ମହାପ୍ରଭୁଙ୍କ ନାଁରେ ଶପଥ ନେଇଛୁ। ଯାହା ଦେଖିଛୁ ତାହା ଆମ ମୁଣ୍ଡକୁ ଯିବ, କିନ୍ତୁ ତୁଣ୍ଡରୁ ବାହାରିବ ନାହିଁ।

ଏପଟେ ବାହାରକୁ ବାହାରିବା ପରେ ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ କହିଥିଲେ,ସମସ୍ତଙ୍କ ପାଇଁ ଖୁସି ଖବର । ସୁରୁଖୁରୁରେ ଭିତର ଭଣ୍ଡାର ଅଳଙ୍କାରର ସ୍ଥାନାନ୍ତର ସମ୍ପନ୍ନ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri