କେଉଁ ବ୍ଲଡ୍‌ ଗ୍ରୁପ୍‌ଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ, ଜାଣନ୍ତୁ…

ନୂଆଦିଲ୍ଲୀ,୧୧।୫: କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶରେ ସାର୍ବଜନୀକ ଟିକାଦାନ ଜାରି ରହିଛି। ତେବେ କେତେକ ନିର୍ଦ୍ଦିଷ୍ଟ ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତିଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ ରହିଥାଏ। କାଉନସିଲ୍‌ ଅଫ୍‌ ସାଇଣ୍ଟିଫିକ୍‌ ଆଣ୍ହ ଇଣ୍ଡଷ୍ଟ୍ରିଆଲ୍‌ ରିସର୍ଚ୍ଚ (ସିଏସ୍‌ଆଇଆର୍‌) ପକ୍ଷରୁ ହୋଇଥିବା ଏକ ସର୍ଭେ ରିପୋର୍ଟରେ ଏନେଇ ଉଲ୍ଲେଖ କରାଯାଇଛି। ଏଥିରେ ଦର୍ଶାଯାଇଛି ଯେ, ଏବି ଏବଂ ବି ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତି ଅନ୍ୟ ଗ୍ରୁପ୍‌ ତୁଳନାରେ କରୋନାରେ ଆକ୍ରାନ୍ତ ହେବାର ଆଶଙ୍କା ଅଧିକ ରହିଥାଏ। ଅପରପକ୍ଷରେ ଓ ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତିଙ୍କ କ୍ଷେତ୍ରରେ ଆକ୍ରାନ୍ତ ହେବାର ଆଶଙ୍କା କମ୍‌ ରହିଥାଏ। ଦେଶବ୍ୟାପୀ ହୋଇଥିବା ସିରୋ ପଜିଟିଭିଟି ସର୍ଭେ ଆଧାରରେ ଏହି ରିପୋର୍ଟ ପ୍ରସ୍ତୁତ କରାଯାଇଛି। ସର୍ଭେରେ ୧୦ ହଜାରରୁ ଅଧିକ ନମୁନା ୧୪୦ ଜଣ ଡାକ୍ତରଙ୍କ ଦ୍ୱାରା କରାଯାଇଥିଲା। ଦେଖାଯାଇଥିଲା ଏବି ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତି ସର୍ବାଧିକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ବି ବ୍ଲଡ୍‌ ଗ୍ରୁପ୍‌ ବ୍ୟକ୍ତି ସଂକ୍ରମଣ ତାଲିକାର ଦ୍ୱିତୀୟ ସ୍ଥାନରେ ରହିଛନ୍ତି। ସେହିପରି ଆମିଷ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ହେବାରେ ଆଶଙ୍କା ରହିଥାଏ। ନିରାମଷ ଖାଦ୍ୟ ଖାଉଥିବା ଲୋକଙ୍କୁ ସଂକ୍ରମଣ ଆଶଙ୍କା କମ୍‌ ରହିଥାଏ। ନିରାମିଷ ଖାଦ୍ୟରେ ଅଧିକ ଫାଇବର ରହିଥିବାରୁ ଏହା ଶରୀରରେ ରୋଗ ପ୍ରତିରୋଧକ ଶକ୍ତି ସୃଷ୍ଟି କରିବାକୁ ସକ୍ଷମ ହୋଇଥାଏ। ତେବେ ଏହା ଉପରେ ଅଧିକ ଗବେଷଣା ଏବଂ ଅଧ୍ୟୟନ ହେବାର ଆବଶ୍ୟକତା ରହିଥିତ୍ବା ବରିଷ୍ଠ ଚିକିତ୍ସକ ଡ. ଏସ୍‌.କେ. କାଲରା ମତପୋଷଣ କରିଛନ୍ତି। ସେହିପରି ଆଗ୍ରାର ପ୍ୟାଥୋଲୋଜିଷ୍ଟ୍‌ ଡ. ଅଶୋକ ଶର୍ମା କୌଣସି ରୋଗରେ ଆକ୍ରାନ୍ତ ହେବା ଆନୁବଂଶିକ ସଂରଞ୍ଚନା ଉପରେ ନିର୍ଭର କରିଥାଏ ବୋଲି କହିଛନ୍ତି। ସେହିପରି କରୋନା ସଂକ୍ରମଣ କ୍ଷେତ୍ରରେ ମଧ୍ୟ ସମାନ ସ୍ଥିତି ସୃଷ୍ଟି ହୋଇଥିବା ସେ ମତପୋଷଣ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୪୮ ଘଣ୍ଟା ମଧ୍ୟରେ ଘଣ୍ଟା ପ୍ରତି ୨୪୧ କିଲୋମିଟର ବେଗରେ ଫେରିବ ବାତ୍ୟା ‘ନୋଲୋ’ (Nolo), ଉଡ଼ିବ ଘରଦ୍ୱାର! ଚିନ୍ତାରେ ପାଣିପାଗ ବିଶେଷଜ୍ଞ

ନୂଆଦିଲ୍ଲୀ,୩।୧୦: ପାଣିପାଗ ସମ୍ବନ୍ଧୀୟ ଏକ ଖବର ସାମ୍ନାକୁ ଆସିଛି ଯାହା ସମଗ୍ର ବିଶ୍ୱର ପାଣିପାଗ ବିଶେଷଜ୍ଞମାନଙ୍କୁ ଗଭୀର ଚିନ୍ତାରେ ପକାଇଛି। ଗତ କିଛି ଦିନ ଧରି ସମୁଦ୍ର…

ଏସୀୟ କ୍ରୀଡ଼ା ହକିରେ ଐତିହାସିକ ବିଜୟ, ସ୍ବର୍ଣ୍ଣ ହାତେଇଲା ଭାରତ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ୨୦୨୬ରେ ଭାରତୀୟ ପୁରୁଷ ହକି ଦଳ ମାଲେସିଆକୁ ୫-୧ ଗୋଲ୍‌ରେ ପରାସ୍ତ କରି ସ୍ବର୍ଣ୍ଣ ପଦକ ଜିତିଛି। ଏହି ବିଜୟ ସହ ଭାରତ…

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

ଏସୀୟ କ୍ରୀଡ଼ାରେ ସ୍ବର୍ଣ୍ଣ ପଦକ ଜିତି ଇତିହାସ ସୃଷ୍ଟି କଲେ ବୈଭବ ସୂର୍ଯ୍ୟବଂଶୀ, ଜୟ ଶାହାଙ୍କ ପାଦ ଛୁଇଁ ନେଲେ ଆଶୀର୍ବାଦ

ନୂଆଦିଲ୍ଲୀ,୩।୧୦: ଏସୀୟ କ୍ରୀଡ଼ା ଇତିହାସରେ ଭାରତ ପାଇଁ ସ୍ବର୍ଣ୍ଣ ପଦକ ଜିତିବାରେ ବୈଭବ ସୂର୍ଯ୍ୟବଂଶୀ ସବୁଠାରୁ କମ ବୟସର ଖେଳାଳି ହୋଇପାରିଛନ୍ତି। ଶନିବାର ଅନୁଷ୍ଠିତ ଫାଇନାଲ ମ୍ୟାଚରେ…

ବୁଧ-ମଙ୍ଗଳ ମିଳନରୁ ‘କେନ୍ଦ୍ର ଦୃଷ୍ଟି ରାଜଯୋଗ’; ମିଥୁନ ସମେତ ୪ ରାଶିଙ୍କ ରାତାରାତି ବଦଳିବ ଭାଗ୍ୟ, ପ୍ରଚୁର ଧନଲାଭ!

ଜ୍ୟୋତିଷ ଗଣନା ଅନୁଯାୟୀ, ଅକ୍ଟୋବର ୨ ତାରିଖରୁ କେନ୍ଦ୍ର ଦୃଷ୍ଟି ରାଜଯୋଗର ପ୍ରଭାବ ଦେଖିବାକୁ ମିଳିପାରେ। ଏହି ଯୋଗର ଶୁଭ ପ୍ରଭାବରୁ ୪ଟି ରାଶି ପାଇଁ ଧନ…

ପଞ୍ଚାୟତ ନିର୍ବାଚନ ପାଇଁ ଘୋଷଣା ହେଲା ତାରିଖ; ୪ଟି ପର୍ଯ୍ୟାୟରେ ହେବ ମତଦାନ

ଜୟପୁର,୩।୧୦: ରାଜସ୍ଥାନରେ ପଞ୍ଚାୟତ ନିର୍ବାଚନ ପାଇଁ ତାରିଖ ଘୋଷଣା କରାଯାଇଛି। ରାଜ୍ୟ ନିର୍ବାଚନ କମିଶନର ରାଜେଶ୍ୱର ସିଂହ ଏକ ସାମ୍ବାଦିକ ସମ୍ମିଳନୀରେ ନିର୍ବାଚନ କାର୍ଯ୍ୟସୂଚୀ ଘୋଷଣା କରିଛନ୍ତି।…

ଭାଜପାକୁ ଲାଗିବ ଶକ୍ତ ଧକ୍କା, ବିଦ୍ରୋହୀ MLC ପ୍ରାର୍ଥୀ ସଞ୍ଜୟନ ତ୍ରିପାଠୀ SPରେ ଯୋଗ ଦେଲେ

ଲକ୍ଷ୍ନୌ,୩।୧୦: ଉତ୍ତର ପ୍ରଦେଶରେ ଆଗାମୀ MLC ନିର୍ବାଚନ ପୂର୍ବରୁ ସମାଜବାଦୀ ପାର୍ଟି (SP), ଭାରତୀୟ ଜନତା ପାର୍ଟି (BJP) କୁ ଏକ ବଡ଼ ଝଟକା ଦେଇଛି। ଗୋରଖପୁର-ଫୈଜାବାଦ…

ନଦୀରେ ଗାଧୋଇବାବେଳେ ବୁଡ଼ିଗଲେ ଦୁଇ ନାବାଳକ

ଜଳେଶ୍ୱର,୩ା୧୦(ନବୀନ ସାହୁ): ଜଳେଶ୍ୱର ଥାନା ଅନ୍ତର୍ଗତ ରାଜପୁର ବସ୍ତି ନିକଟସ୍ଥ ସାଜଲ ଘାଟରେ ଶନିବାର ପୂର୍ବାହ୍ନରେ ସୁବର୍ଣ୍ଣରେଖା ନଦୀରେ ଗାଧୋଉଥିବା ଅବସ୍ଥାରେ ପାଣି ସ୍ରୋତରେ ଭାସିଯାଇ ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?