ବିପିନ୍‌ ରାଓ୍ବତଙ୍କ ପରିବାରରେ କିଏ କିଏ ଅଛନ୍ତି ଜାଣନ୍ତୁ

କୁନ୍ନୁର,୮ା୧୨: ତାମିଲନାଡୁର କୁନ୍ନୁର ନିକଟରେ ଭାରତୀୟ ବାୟୁସେନାର ଏକ ହେଲିକପ୍ଟର ବୁଧବାର ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ହେଲିକପ୍ଟରରେ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ବିପିନ୍‌ ରାଓ୍ବତ ଥିଲେ। ତାଙ୍କ ସହ ସ୍ତ୍ରୀ ମଧୁଲିକାଙ୍କ ସମେତ ଆଉ ୧୪ ଜଣ ମଧ୍ୟ ହେଲିକପ୍ଟରରେ ଥିଲେ।

ସୂଚନାନୁଯାୟୀ, ସିଡିଏସ୍‌ ବିପନ ରାଓ୍ବତ  ସ୍ତ୍ରୀଙ୍କ ସହ ଓ୍ବେଲିଙ୍ଗଟନ୍‌ରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଯାଉଥିଲେ। କୁନ୍ନୁରର ଏକ ଘଞ୍ଚ ଜଙ୍ଗଲ ଉପରେ ଏହି ଦୁର୍ଘଟଣା ଘଟିଥିଲା।

ଲେଫ୍ଟ ଜେନେରାଲ ଲକ୍ଷ୍ମଣ ସିଂ ରାଓ୍ବତଙ୍କ ପୁଅ ବିପିନ ଉତ୍ତରାଖଣ୍ଡର ପୌଡି ଗରଓ୍ବାଲରେ ଜନ୍ମଗ୍ରହଣ କରିଥିଲେ। ତାଙ୍କ ପରିବାରର କେତେ ପିଢ଼ି ଧରି ସେନାବାହିନୀରେ ଚାକିରି କରିଆସୁଛନ୍ତି। ବିପିନଙ୍କ ସ୍ତ୍ରୀ ମଧୁଲିକା ମଧ୍ୟ ସେନା କଲ୍ୟାଣ ସହିତ ଜଡ଼ିତ। ସେ ଆର୍ମି ମହିଳା କଲ୍ୟାଣ ସଂଘର ଅଧ୍ୟକ୍ଷ ଅଛନ୍ତି। ବିପିନଙ୍କ ଦୁଇ ଝିଅ ଅଛନ୍ତି। ଗୋଟିଏ ଝିଅଙ୍କ ନାମ କୃତିକା ରାଓ୍ବତ।

ବିପିନ ସେଣ୍ଟ ଏଡୱାର୍ଡ ସ୍କୁଲ, ଶିମଲା ଏବଂ ନ୍ୟାଶନାଲ ଡିଫେନ୍ସ ଏକାଡେମୀ, ଖଡକସଲାର ଛାତ୍ର ଥିଲେ।

ସିଡିଏସ୍‌ ହେବା ପୂର୍ବରୁ ବିପିନ ସେନା କର୍ମଚାରୀଙ୍କ ୨୭ତମ ମୁଖ୍ୟ ଥିଲେ। ସେନା ମୁଖ୍ୟ ହେବା ପୂର୍ବରୁ ତାଙ୍କୁ ୨୦୧୬ ସେପ୍ଟେମ୍ବର ୧ରେ ସେନାର ଡେପୁଟି ଚିଫ୍‌ ଭାବରେ ନିଯୁକ୍ତ ହୋଇଥିଲେ। ୩୧ ଡିସେମ୍ବର ୨୦୧୯ରେ ବିପିନଙ୍କୁ ସିଡିଏସ୍‌ ଭାବେ ନିଯୁକ୍ତ କରାଯାଇଥିଲା। ବର୍ତ୍ତମାନ ସୁଦ୍ଧା ତାଙ୍କ ଅବସ୍ଥା ସମ୍ପର୍କରେ କୌଣସି ସ୍ପଷ୍ଟ ସୂଚନା ଆସିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

ବ୍ରହ୍ମପୁରରେ ଚାଞ୍ଚଲ୍ୟ, ରେଳଧାରଣରୁ ମିଳିଲା ୨ ମୃତଦେହ

ବ୍ରହ୍ମପୁର,୨୧।୮( ସୁବାସ ଚନ୍ଦ୍ର ପାଢ଼ୀ ): ଜିଆର୍‌ପି ପୋଲିସ ଗୋଶାଣିନୂଆଗାଁ ବ୍ରିଜ ତଳ ଦେଇ ଯାଇଥିବା ରେଳଧାରଣ ନିକଟରୁ ଶନିବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରିଛି।…

ଲଭ୍‌-ସେକ୍ସ-ଧୋକା ଅଭିଯୋଗ; ବାରିପଦା ଟାଉନ୍‌ ଥାନାର SI ଅଟକ

ବାରିପଦା,୨୨।୮: ବାରିପଦା ଟାଉନ୍‌ ଥାନାର ଜଣେ ସବ୍‌-ଇନ୍ସପେକ୍ଟରଙ୍କ ବିରୋଧରେ ଜଣେ ମହିଳା ଲଭ୍‌-ସେକ୍ସ-ଧୋକା ଅଭିଯୋଗ ଆଣିଛନ୍ତି। ଅଭିଯୋଗ ପରେ ଟାଉନ୍‌ ଥାନାର SI ପ୍ରଭାତ ନାୟକଙ୍କୁ ପୋଲିସ…

କରିସ୍ମାଙ୍କୁ ପୂଜା କରନ୍ତି କଙ୍ଗନା, ତାଙ୍କ ଫ୍ୟାଶନ ସେନ୍ସକୁ ପ୍ରଶଂସା କରିବା ସହ ଏମିତି କହି…

ମୁମ୍ବାଇ: ଭାଜପା ନେତ୍ରୀ ତଥା ବଲିଉଡ୍‌ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ କୌଣସି ନା କୌଣସି କାରଣକୁ ନେଇ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। ସେ ସୋସିଆଲ ମିଡିଆରେ ସବୁବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri