ମଙ୍ଗଳ ଗ୍ରହରେ ପାଣିର ସନ୍ଧାନ !

ଓ୍ବାଶିଂଟନ, ୨୯।୯: ମଙ୍ଗଳଗ୍ରହରେ ପାଣିର ସନ୍ଧାନ ମିଳିଛି। ଏନେଇ ନାସାର ମହାକାଶ ବିଜ୍ଞାନୀ ସୂଚନା ଦେଇଛନ୍ତି। ମଙ୍ଗଳରେ ୩ଟି ହ୍ରଦ ରହିଥିବା ନାସା ପକ୍ଷରୁ ଦାବି କରାଯାଇଛି। ୨ ବର୍ଷ ତଳେ ମଙ୍ଗଳର ଦକ୍ଷିଣ ଗୋଲାର୍ଦ୍ଧରେ ଲୁଣି ପାଣି ହ୍ରଦର ସନ୍ଧାନ ମିଳିଥିଲା। ଏହି ହ୍ରଦ ବରଫ ତଳେ ରହିଥିବା ନାସା କହିଥିଲା। ପାଣିର ସନ୍ଧାନ ମିଳିବା ଯୋଗୁ ଭବିଷ୍ୟତରେ ମଙ୍ଗଳରେ ଜନବସତି ନିର୍ମାଣର ଆଶା ପୁଣି ମହାକାଶ ବିଜ୍ଞାନୀଙ୍କ ମଧ୍ୟରେ ଜାଗି ଉଠିଛି। ୟୁରୋପିଆନ୍‌ ସ୍ପେଶ୍‌ ଏଜେନ୍ସି (ଇଏସ୍‌ଏ) ଦ୍ୱାରା ନିର୍ମିତ ମହାକାଶ ଯାନ ଏକ୍ସପ୍ରେସ୍‌ ସ୍ଥାନରେ ବରଫ ତଳେ ଥିବା ଲୁଣି ହ୍ରଦ ସମ୍ପର୍କରେ ସୂଚନା ଦେଇଥିଲା। ଏହା ୨୦ କିମି ପରିମିତ ଅଞ୍ଚଳରେ ବ୍ୟାପିଥିବା ଜଣାପଡ଼ିଥିଲା। ଇତିମଧ୍ୟରେ ଏହି ମହାକାଶ ଯାନ ମଙ୍ଗଳର ଦକ୍ଷିଣ ଗୋଲାର୍ଦ୍ଧ ଉପରେ ୨୮ ଥର ଘୁରିବୁଲିଛି। ୨୦୧୨ରୁ ୨୦୧୯ ମଧ୍ୟରେ ଏହି ସ୍ଥାନ ଉପରେ ୧୩୪ ଥର ପରୀକ୍ଷା ନିରୀକ୍ଷା କରାଯାଇ ଫଟୋ ଉଠାଯାଇଛି। ଏସମ୍ପର୍କରେ ନେଚର ଆଷ୍ଟ୍ରୋନୋମି ପତ୍ରିକାରେ ଖବର ପ୍ରକାଶ ପାଇଛି। ଏହି ଲୁଣି ହ୍ରଦ ପାଖରେ ୩ଟି ଅନ୍ୟ ହ୍ରଦ ଥିବା ରୋମ୍‌ ବିଶ୍ୱ ବିଦ୍ୟାଳୟର ମହାକାଶ ବିଜ୍ଞାନୀ ଏଲନା ପେଟିନେଲି ସୂଚନା ଦେଇଛନ୍ତି। ୩ ଶହ ବର୍ଷତଳେ ମଙ୍ଗଳରେ ହୋଇଥିବା ପରିବର୍ତ୍ତନ ଯୋଗୁ ଏଠାରେ ପାଣି ସୃଷ୍ଟି ହୋଇଥିବା ସେ କହିଛନ୍ତି। ଏହାଦ୍ୱାରା ମଙ୍ଗଳରେ ଜୀବନ ଥିବାର ସମ୍ଭାବନା ରହିଛି ବୋଲି ଅଷ୍ଟ୍ରେଲିଆର ସ୍ବିନବର୍ନ ବିଶ୍ୱବିଦ୍ୟାଳୟର ପ୍ରଫେସର ଏଲନ ଡକି କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

ମହିଳା ଚଲାଉଥିଲେ ନିଶା କାରବାର: ମାଡ଼ି ବସିଲା ପୋଲିସ, ୬ ଲକ୍ଷରୁ ଅଧିକ ଟଙ୍କା ସହ…

ବରଗଡ଼,୧।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବଢ଼ୁଥିବା ନିଶା କାରବାରକୁ ରୋକିବା ପାଇଁ ପୋଲିସ ନିଜର ଅଭିଯାନକୁ ଜୋରଦାର କରିଛି। ଏହି କ୍ରମରେ ଭଟଲି ଥାନା ପୋଲିସ ବୁଧବାର…

ଟାର୍ଗେଟରେ ଭାଜପା ଅଫିସ୍: ପାର୍କିଂରେ ଥିବା ସ୍କୁଟିରେ ହେଲା ବୋମା ବିସ୍ଫୋରଣ, ହାଇ ଆଲର୍ଟରେ…

ଚଣ୍ଡିଗଡ଼,୧।୪: ଭାଜପା କାର୍ଯ୍ୟାଳୟ ବାହାରେ ବିସ୍ଫୋରଣ। ଚଣ୍ଡିଗଡ଼ର ସେକ୍ଟର-୩୭ ସ୍ଥିତ ପଞ୍ଜାବ ଭାଜପା କାର୍ଯ୍ୟାଳୟ ବାହାରେ ଥିବା ପାର୍କିଂ ଅଞ୍ଚଳରେ ଏକ ବୋମା ବିସ୍ଫୋରଣ ଘଟିଛି। ଏହି…

ବନ୍ଦ ହୋଇଯିବ କି ଯୁଦ୍ଧ? ବଡ଼ ଦାବି କଲେ ଟ୍ରମ୍ପ, ଯୁଦ୍ଧବିରତି ଲାଗି….

ନୂଆଦିଲ୍ଲୀ,୧।୪:  ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍ ଚାଲିଥିବା ସଂଘର୍ଷ ମଧ୍ୟରେ ଏକ ବଡ଼ ଦାବି କରିଛନ୍ତି । ସେ କହିଛନ୍ତି ଯେ ଇରାନର ନୂତନ ରାଷ୍ଟ୍ରପତି ତାଙ୍କ…

ସରକାର ଆସିବାର ୨ ବର୍ଷ ପରେ ପଦବୀ ପୁରଣ, ଧର୍ମଗଡ଼ ବିଧାୟକ ହେଲେ କଳାହାଣ୍ଡି ଯୋଜନା କମିଟିର ନୂତନ ଅଧ୍ୟକ୍ଷ

ଭବାନୀପାଟଣା,୧।୪(ଉତ୍ତମ କୁମାର ଦାଶ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କଳାହାଣ୍ଡି ଜିଲା ଯୋଜନା କମିଟିର ନୂତନ ଅଧ୍ୟକ୍ଷ ଭାବେ ବୁଧବାର ଧର୍ମଗଡ଼ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri